1 ULB କାରଣ ତୁମ୍ଭମାନଙ୍କ ଓ ଲାଅଦିକିଆର ଲୋକମାନଙ୍କ, ପୁଣି, ଯେତେ ଲୋକ ମୋହର ମୁଖ ଦେଖି ନାହାଁନ୍ତି, ସେ ସମସ୍ତଙ୍କ ନିମନ୍ତେ ମୁଁ ଯେ କେତେ ପ୍ରାଣପଣ କରିଥାଏ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା; BSB BSB: For I want you to know how much I am struggling for you and for those at Laodicea, and for all who have not met me face to face,
2 ULB ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି। BSB BSB: that they may be encouraged in heart, knit together in love, and filled with the full riches of complete understanding, so that they may know the mystery of God, namely Christ,
3 ULB ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି। BSB BSB: in whom are hidden all the treasures of wisdom and knowledge.
4 ULB କେହି ଯେପରି ତୁମ୍ଭମାନଙ୍କୁ ବାକ୍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି। BSB BSB: I say this so that no one will deceive you by smooth rhetoric.
5 ULB କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି। BSB BSB: For although I am absent from you in body, I am present with you in spirit, and I delight to see your orderly condition and firm faith in Christ.
6 ULB ଅତଏବ, ଖ୍ରୀଷ୍ଟ ଯୀଶୁଙ୍କୁ ପ୍ରଭୁ ବୋଲି ଯେପରି ଗ୍ରହଣ କରିଅଛ, ତଦନୁସାରେ ତାହାଙ୍କ ସହଭାଗିତାରେ ଆଚରଣ କର; BSB BSB: Therefore, just as you have received Christ Jesus as Lord, continue to walk in Him,
7 ULB ତାହାଙ୍କଠାରେ ବଦ୍ଧମୂଳ ଓ ଗୁନ୍ଥା ହୋଇ ପ୍ରାପ୍ତ ଶିକ୍ଷା ଅନୁସାରେ ବିଶ୍ୱାସରେ ନିଷ୍ଠାବାନ ହୋଇ ଅଧିକରୁ ଅଧିକ ଧନ୍ୟବାଦ ଦିଅ। BSB BSB: rooted and built up in Him, established in the faith as you were taught, and overflowing with thankfulness.
9 ULB କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ୱରତ୍ତ୍ୱ ଦେହବନ୍ତ ହୋଇ ବାସ କରେ, BSB BSB: For in Christ all the fullness of the Deity dwells in bodily form.
10 ULB ପୁଣି, ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ମସ୍ତକ ସ୍ୱରୂପ ଯେ ସେ, ତାହାଙ୍କ ସହଭାଗିତାରେ ତୁମ୍ଭେମାନେ ପୂର୍ଣ୍ଣତା ପ୍ରାପ୍ତ ହୋଇଅଛ। BSB BSB: And you have been made complete in Christ, who is the head over every ruler and authority.
11 ULB ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ; BSB BSB: In Him you were also circumcised, in the putting off of your sinful nature, with the circumcision performed by Christ and not by human hands.
12 ULB ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ। BSB BSB: And having been buried with Him in baptism, you were raised with Him through your faith in the power of God, who raised Him from the dead.
13 ULB ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ୱର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, BSB BSB: When you were dead in your trespasses and in the uncircumcision of your sinful nature, God made you alive with Christ. He forgave us all our trespasses,
14 ULB ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି; BSB BSB: having canceled the debt ascribed to us in the decrees that stood against us. He took it away, nailing it to the cross!
17 ULB ସେହି ସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ। BSB BSB: These are a shadow of the things to come, but the body that casts it belongs to Christ.
18 ULB ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ; BSB BSB: Do not let anyone who delights in false humility and the worship of angels disqualify you with speculation about what he has seen. Such a person is puffed up without basis by his unspiritual mind.
19 ULB ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ୱରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି। BSB BSB: He has lost connection to the head, from whom the whole body, supported and knit together by its joints and ligaments, grows as God causes it to grow.
20 ULB ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ, BSB BSB: If you have died with Christ to the spiritual forces of the world, why, as though you still belonged to the world, do you submit to its regulations:
21 ULB ତେବେ ମନୁଷ୍ୟର ବିଧି ଓ ଶିକ୍ଷାନୁସାରେ "ଧର ନାହିଁ, ଖାଅ ନାହିଁ ବା ଛୁଅଁ ନାହିଁ, ସାଂସାରିକ ଲୋକ ପରି ଏହି ପ୍ରକାର ବିଧିବିଧାନର କାହିଁକି ବଶୀଭୂତ ହେଉଅଛ? BSB BSB: “Do not handle, do not taste, do not touch!”?
22 ULB ଏହି ସବୁ ବସ୍ତୁ ବ୍ୟବହାର ଦ୍ୱାରା କ୍ଷୟ ପାଏ। BSB BSB: These will all perish with use, because they are based on human commands and teachings.
23 ULB ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛାଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ଵାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ। BSB BSB: Such restrictions indeed have an appearance of wisdom, with their self-prescribed worship, their false humility, and their harsh treatment of the body; but they are of no value against the indulgence of the flesh.
Select verses for actions: Enter goes to them and Escape comes back.