1 ULB ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର। BSB BSB: Masters, supply your slaves with what is right and fair, since you know that you also have a Master in heaven.
2 ULB ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ; BSB BSB: Devote yourselves to prayer, being watchful and thankful,
3 ULB ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ୱର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ, BSB BSB: as you pray also for us, that God may open to us a door for the word, so that we may proclaim the mystery of Christ, for which I am in chains.
4 ULB ତାହା ଉଚିତ୍ ମତରେ କଥା କହି ପ୍ରକାଶ କରି ପାରେ। BSB BSB: Pray that I may declare it clearly, as I should.
5 ULB ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର। BSB BSB: Act wisely toward outsiders, redeeming the time.
6 ULB ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର। BSB BSB: Let your speech always be gracious, seasoned with salt, so that you may know how to answer everyone.
7 ULB ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ; BSB BSB: Tychicus will tell you all the news about me. He is a beloved brother, a faithful minister, and a fellow servant in the Lord.
8 ULB ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ। BSB BSB: I have sent him to you for this very purpose, that you may know about us, and that he may encourage your hearts.
9 ULB ତାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ। BSB BSB: With him I am sending Onesimus, our faithful and beloved brother, who is one of you. They will tell you about everything here.
10 ULB ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, BSB BSB: My fellow prisoner Aristarchus sends you greetings, as does Mark the cousin of Barnabas. You have already received instructions about him: If he comes to you, welcome him.
11 ULB ଆଉ, ଯୂସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ସୁନ୍ନତିମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ ଏମାନେ ମୋହର ସାନ୍ତ୍ୱନାର କାରଣ ହୋଇଅଛନ୍ତି। BSB BSB: Jesus, who is called Justus, also sends greetings. These are the only Jews among my fellow workers for the kingdom of God, and they have been a comfort to me.
12 ULB ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ୱରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ। BSB BSB: Epaphras, who is one of you and a servant of Christ Jesus, sends you greetings. He is always wrestling in prayer for you, so that you may stand mature and fully assured in the full will of God.
13 ULB କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି। BSB BSB: For I testify about him that he goes to great pains for you and for those at Laodicea and Hierapolis.
14 ULB ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। BSB BSB: Luke, the beloved physician, and Demas send you greetings.
15 ULB ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍ଫା ଓ ତାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। BSB BSB: Greet the brothers in Laodicea, as well as Nympha and the church that meets at her house.
16 ULB ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥି ନିମନ୍ତେ ଯତ୍ନ କର। BSB BSB: After this letter has been read among you, make sure that it is also read in the church of the Laodiceans, and that you in turn read the letter from Laodicea.
17 ULB ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ। BSB BSB: Tell Archippus: “See to it that you complete the ministry you have received in the Lord.”
18 ULB ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। BSB BSB: This greeting is in my own hand—Paul. Remember my chains. Grace be with you.
Select verses for actions: Enter goes to them and Escape comes back.