1 ULB ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ। BSB BSB: “At that time Michael, the great prince who stands watch over your people, will rise up. There will be a time of distress, the likes of which will not have occurred from the beginning of nations until that time. But at that time your people—everyone whose name is found written in the book—will be delivered.
3 ULB ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ। BSB BSB: Then the wise will shine like the brightness of the heavens, and those who lead many to righteousness will shine like the stars forever and ever.
4 ULB ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ। BSB BSB: But you, Daniel, shut up these words and seal the book until the time of the end. Many will roam to and fro, and knowledge will increase.”
5 ULB ସେତେବେଳେ ମୁଁ ଦାନିୟେଲ ଅନାଇଲି, ଆଉ ଦେଖ, ଅନ୍ୟ ଦୁଇ ଜଣ ଠିଆ ହୋଇଅଛନ୍ତି, ଜଣେ ନଦୀତୀରର ଏପାଖରେ ଓ ଅନ୍ୟ ଜଣ ନଦୀତୀରର ସେପାଖରେ। BSB BSB: Then I, Daniel, looked and saw two others standing there, one on this bank of the river and one on the opposite bank.
6 ULB ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ? BSB BSB: One of them said to the man dressed in linen, who was above the waters of the river, “How long until the fulfillment of these wonders?”
7 ULB ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ। BSB BSB: And the man dressed in linen, who was above the waters of the river, raised his right hand and his left hand toward heaven, and I heard him swear by Him who lives forever, saying, “It will be for a time, and times, and half a time. When the power of the holy people has finally been shattered, all these things will be completed.”
8 ULB ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କ’ଣ ହେବ? BSB BSB: I heard, but I did not understand. So I asked, “My lord, what will be the outcome of these things?”
9 ULB ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି। BSB BSB: “Go on your way, Daniel,” he replied, “for the words are closed up and sealed until the time of the end.
10 ULB ଅନେକେ ଆପଣାମାନଙ୍କୁ ପରିଷ୍କୃତ ଓ ଶୁକ୍ଳ କରିବେ ଓ ପବିତ୍ରୀକୃତ ହେବେ; ମାତ୍ର ଦୁଷ୍ଟମାନେ ଦୁଷ୍ଟାଚରଣ କରିବେ ଓ ଦୁଷ୍ଟମାନଙ୍କ ମଧ୍ୟରୁ କେହି ବୁଝିବେ ନାହିଁ; ମାତ୍ର ଜ୍ଞାନୀ ଲୋକମାନେ ବୁଝିବେ। BSB BSB: Many will be purified, made spotless, and refined, but the wicked will continue to act wickedly. None of the wicked will understand, but the wise will understand.
11 ULB ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ। BSB BSB: And from the time the daily sacrifice is abolished and the abomination of desolation set up, there will be 1,290 days.
12 ULB ଯେଉଁ ଜନ ଅପେକ୍ଷାରେ ରହେ ଓ ଏକ ହଜାର ତିନିଶହ ପଞ୍ଚତ୍ରିଂଶ ଦିନ ପର୍ଯ୍ୟନ୍ତ ଥିବ, ସେ ଧନ୍ୟ। BSB BSB: Blessed is he who waits and reaches the end of the 1,335 days.
13 ULB ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ। BSB BSB: But as for you, go on your way until the end. You will rest, and then you will arise to your inheritance at the end of the days.”
Select verses for actions: Enter goes to them and Escape comes back.