1 ULB ଏଥିଉତ୍ତାରେ ନବୂଖଦ୍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା। BSB BSB: In the second year of his reign, Nebuchadnezzar had dreams that troubled his spirit, and sleep escaped him.
2 ULB ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ। BSB BSB: So the king gave orders to summon the magicians, enchanters, sorcerers, and astrologers to explain his dreams. When they came and stood before the king,
3 ULB ପୁଣି, ରାଜା ସେମାନଙ୍କୁ କହିଲା, ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି। BSB BSB: he said to them, “I have had a dream, and my spirit is anxious to understand it.”
5 ULB ରାଜା କଲ୍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, ମୋ’ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ। BSB BSB: The king replied to the astrologers, “My word is final: If you do not tell me the dream and its interpretation, you will be cut into pieces and your houses will be reduced to rubble.
6 ULB ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋ’ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କର। BSB BSB: But if you tell me the dream and its interpretation, you will receive from me gifts and rewards and great honor. So tell me the dream and its interpretation.”
7 ULB ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ। BSB BSB: They answered a second time, “Let the king tell the dream to his servants, and we will give the interpretation.”
8 ULB ରାଜା ଉତ୍ତର କରି କହିଲା, ମୋ’ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ। BSB BSB: The king replied, “I know for sure that you are stalling for time because you see that my word is final.
9 ULB ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋ’ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି। BSB BSB: If you do not tell me the dream, there is only one decree for you. You have conspired to speak before me false and fraudulent words, hoping the situation will change. Therefore tell me the dream, and I will know that you can give me its interpretation.”
10 ULB କଲ୍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍ଦୀୟକୁ ଏପରି କଥା ପଚାରି ନାହାନ୍ତି। BSB BSB: The astrologers answered the king, “No one on earth can do what the king requests! No king, however great and powerful, has ever asked anything like this of any magician, enchanter, or astrologer.
11 ULB ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ। BSB BSB: What the king requests is so difficult that no one can tell it to him except the gods, whose dwelling is not with mortals.”
12 ULB ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା। BSB BSB: This response made the king so angry and furious that he gave orders to destroy all the wise men of Babylon.
13 ULB ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ। BSB BSB: So the decree went out that the wise men were to be executed, and men went to look for Daniel and his friends to execute them.
14 ULB ସେତେବେଳେ ଅରୀୟୋକ୍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ; BSB BSB: When Arioch, the commander of the king’s guard, went out to execute the wise men of Babylon, Daniel responded with discretion and tact.
15 ULB ସେ ରାଜସେନାପତି ଅରୀୟୋକ୍କୁ ଉତ୍ତର କରି କହିଲେ, ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି? ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା। BSB BSB: “Why is the decree from the king so harsh?” he asked. Then Arioch explained the situation to Daniel.
16 ULB ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ। BSB BSB: So Daniel went in and asked the king to give him some time, so that he could give him the interpretation.
17 ULB ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ, BSB BSB: Then Daniel returned to his house and explained the matter to his friends Hananiah, Mishael, and Azariah,
18 ULB ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ। BSB BSB: urging them to plead for mercy from the God of heaven concerning this mystery, so that Daniel and his friends would not be killed with the rest of the wise men of Babylon.
19 ULB ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ। BSB BSB: During the night, the mystery was revealed to Daniel in a vision, and he blessed the God of heaven
20 ULB ଦାନିୟେଲ ଉତ୍ତର କରି କହିଲେ, ପରମେଶ୍ୱରଙ୍କର ନାମ ସଦା ସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର; BSB BSB: and declared: “Blessed be the name of God forever and ever, for wisdom and power belong to Him.
21 ULB ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି; BSB BSB: He changes the times and seasons; He removes kings and establishes them. He gives wisdom to the wise and knowledge to the discerning.
22 ULB ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ। BSB BSB: He reveals the deep and hidden things; He knows what lies in darkness, and light dwells with Him.
23 ULB ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ। BSB BSB: To You, O God of my fathers, I give thanks and praise, because You have given me wisdom and power. And now You have made known to me what we have requested, for You have made known to us the dream of the king.”
24 ULB ଏହେତୁ ବାବିଲୀୟ ବିଦ୍ୱାନ୍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, ବାବିଲୀୟ ବିଦ୍ୱାନ୍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି। BSB BSB: Therefore Daniel went to Arioch, whom the king had appointed to destroy the wise men of Babylon, and said to him, “Do not execute the wise men of Babylon! Bring me before the king, and I will give him the interpretation.”
25 ULB ତହିଁରେ ଅରୀୟୋକ୍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ। BSB BSB: Arioch hastily brought Daniel before the king and said to him, “I have found a man among the exiles from Judah who will tell the king the interpretation.”
26 ULB ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର? BSB BSB: The king responded to Daniel, whose name was Belteshazzar, “Are you able to tell me what I saw in the dream, as well as its interpretation?”
27 ULB ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ; BSB BSB: Daniel answered the king, “No wise man, enchanter, medium, or magician can explain to the king the mystery of which he inquires.
28 ULB ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି; BSB BSB: But there is a God in heaven who reveals mysteries, and He has made known to King Nebuchadnezzar what will happen in the latter days. Your dream and the visions that came into your mind as you lay on your bed were these:
29 ULB ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି। BSB BSB: As you lay on your bed, O king, your thoughts turned to the future, and the Revealer of Mysteries made known to you what will happen.
30 ULB ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋ’ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି। BSB BSB: And to me this mystery has been revealed, not because I have more wisdom than any man alive, but in order that the interpretation might be made known to the king, and that you may understand the thoughts of your mind.
31 ULB ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା। BSB BSB: As you, O king, were watching, a great statue appeared. A great and dazzling statue stood before you, and its form was awesome.
32 ULB ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ, BSB BSB: The head of the statue was pure gold, its chest and arms were silver, its belly and thighs were bronze,
33 ULB ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା। BSB BSB: its legs were iron, and its feet were part iron and part clay.
34 ULB ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା। BSB BSB: As you watched, a stone was cut out, but not by human hands. It struck the statue on its feet of iron and clay, and crushed them.
35 ULB ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା। BSB BSB: Then the iron, clay, bronze, silver, and gold were shattered and became like chaff on the threshing floor in summer. The wind carried them away, and not a trace of them could be found. But the stone that had struck the statue became a great mountain and filled the whole earth.
36 ULB ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ। BSB BSB: This was the dream; now we will tell the king its interpretation.
37 ULB ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି। BSB BSB: You, O king, are the king of kings, to whom the God of heaven has given sovereignty, power, strength, and glory.
38 ULB ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟ-ସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି। BSB BSB: Wherever the sons of men or beasts of the field or birds of the air dwell, He has given them into your hand and has made you ruler over them all. You are that head of gold.
39 ULB ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୁନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ। BSB BSB: But after you, there will arise another kingdom, inferior to yours. Next, a third kingdom, one of bronze, will rule the whole earth.
40 ULB ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ। BSB BSB: Finally, there will be a fourth kingdom as strong as iron; for iron shatters and crushes all things, and like iron that crushes all things, it will shatter and crush all the others.
41 ULB ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ। BSB BSB: And just as you saw that the feet and toes were made partly of fired clay and partly of iron, so this will be a divided kingdom, yet some of the strength of iron will be in it—just as you saw the iron mixed with clay.
42 ULB ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ। BSB BSB: And as the toes of the feet were partly iron and partly clay, so this kingdom will be partly strong and partly brittle.
43 ULB ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ। BSB BSB: As you saw the iron mixed with clay, so the peoples will mix with one another but will not hold together any more than iron mixes with clay.
45 ULB କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ। BSB BSB: And just as you saw a stone being cut out of the mountain without human hands, and it shattered the iron, bronze, clay, silver, and gold, so the great God has told the king what will happen in the future. The dream is true, and its interpretation is trustworthy.”
46 ULB ସେତେବେଳେ ରାଜା ନବୂଖଦ୍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା। BSB BSB: At this, King Nebuchadnezzar fell on his face, paid homage to Daniel, and ordered that an offering and incense be presented to him.
47 ULB ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି। BSB BSB: The king said to Daniel, “Your God is truly the God of gods and Lord of kings, the Revealer of Mysteries, since you were able to reveal this mystery.”
48 ULB ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା। BSB BSB: Then the king promoted Daniel and gave him many generous gifts. He made him ruler over the entire province of Babylon and chief administrator over all the wise men of Babylon.
49 ULB ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ। BSB BSB: And at Daniel’s request, the king appointed Shadrach, Meshach, and Abednego to manage the province of Babylon, while Daniel remained in the king’s court.
Select verses for actions: Enter goes to them and Escape comes back.