2 ULB ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା। BSB BSB: Daniel declared: “In my vision in the night I looked, and suddenly the four winds of heaven were churning up the great sea.
3 ULB ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ୍ ପଶୁ ସମୁଦ୍ରରୁ ଉଠି ଆସିଲେ। BSB BSB: Then four great beasts came up out of the sea, each one different from the others:
4 ULB ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା। BSB BSB: The first beast was like a lion, and it had the wings of an eagle. I watched until its wings were torn off and it was lifted up from the ground and made to stand on two feet like a man and given the mind of a man.
5 ULB ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’ BSB BSB: Suddenly another beast appeared, which looked like a bear. It was raised up on one of its sides, and it had three ribs in its mouth between its teeth. So it was told, ‘Get up and gorge yourself on flesh!’
6 ULB ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା। BSB BSB: Next, as I watched, suddenly another beast appeared. It was like a leopard, and on its back it had four wings like those of a bird. The beast also had four heads, and it was given authority to rule.
7 ULB ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା। BSB BSB: After this, as I watched in my vision in the night, suddenly a fourth beast appeared, and it was terrifying—dreadful and extremely strong—with large iron teeth. It devoured and crushed; then it trampled underfoot whatever was left. It was different from all the beasts before it, and it had ten horns.
8 ULB ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା। BSB BSB: While I was contemplating the horns, suddenly another horn, a little one, came up among them, and three of the first horns were uprooted before it. This horn had eyes like those of a man and a mouth that spoke words of arrogance.
9 ULB ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି। BSB BSB: As I continued to watch, thrones were set in place, and the Ancient of Days took His seat. His clothing was white as snow, and the hair of His head was like pure wool. His throne was flaming with fire, and its wheels were all ablaze.
10 ULB ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା। BSB BSB: A river of fire was flowing, coming out from His presence. Thousands upon thousands attended Him, and myriads upon myriads stood before Him. The court was convened, and the books were opened.
11 ULB ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା। BSB BSB: Then I kept watching because of the arrogant words the horn was speaking. As I continued to watch, the beast was slain, and its body was destroyed and thrown into the blazing fire.
12 ULB ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା। BSB BSB: As for the rest of the beasts, their dominion was removed, but they were granted an extension of life for a season and a time.
14 ULB ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ। BSB BSB: And He was given dominion, glory, and kingship, that the people of every nation and language should serve Him. His dominion is an everlasting dominion that will not pass away, and His kingdom is one that will never be destroyed.
15 ULB ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍ବିଗ୍ନ କଲା। BSB BSB: I, Daniel, was grieved in my spirit, and the visions in my mind alarmed me.
16 ULB ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ। BSB BSB: I approached one of those who were standing there, and I asked him the true meaning of all this. So he told me the interpretation of these things:
17 ULB ‘ସେହି ଚାରି ବୃହତ୍ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ। BSB BSB: ‘These four great beasts are four kings who will arise from the earth.
18 ULB ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍, ଅନନ୍ତ କାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’ BSB BSB: But the saints of the Most High will receive the kingdom and possess it forever—yes, forever and ever.’
19 ULB ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି; BSB BSB: Then I wanted to know the true meaning of the fourth beast, which was different from all the others—extremely terrifying—devouring and crushing with iron teeth and bronze claws, then trampling underfoot whatever was left.
20 ULB ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି। BSB BSB: I also wanted to know about the ten horns on its head and the other horn that came up, before which three of them fell—the horn whose appearance was more imposing than the others, with eyes and with a mouth that spoke words of arrogance.
21 ULB ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା; BSB BSB: As I watched, this horn was waging war against the saints and prevailing against them,
22 ULB ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା। BSB BSB: until the Ancient of Days arrived and pronounced judgment in favor of the saints of the Most High, and the time came for them to possess the kingdom.
23 ULB ସେ ଏହିରୂପେ କହିଲେ, ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ। BSB BSB: This is what he said: ‘The fourth beast is a fourth kingdom that will appear on the earth, different from all the other kingdoms, and it will devour the whole earth, trample it down, and crush it.
24 ULB ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ। ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ। BSB BSB: And the ten horns are ten kings who will rise from this kingdom. After them another king, different from the earlier ones, will rise and subdue three kings.
25 ULB ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ। BSB BSB: He will speak out against the Most High and oppress the saints of the Most High, intending to change the appointed times and laws; and the saints will be given into his hand for a time, and times, and half a time.
26 ULB ମାତ୍ର ବିଚାର ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ। BSB BSB: But the court will convene, and his dominion will be taken away and completely destroyed forever.
27 ULB ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ। BSB BSB: Then the sovereignty, dominion, and greatness of the kingdoms under all of heaven will be given to the people, the saints of the Most High. His kingdom will be an everlasting kingdom, and all rulers will serve and obey Him.’
Select verses for actions: Enter goes to them and Escape comes back.