1 ULB ପାରଣ ଓ ତୋଫଲ ଓ ଲାବନ ଓ ହତ୍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ, BSB BSB: These are the words that Moses spoke to all Israel in the wilderness east of the Jordan—in the Arabah opposite Suph—between Paran and Tophel, Laban, Hazeroth, and Dizahab.
2 ULB “ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।” BSB BSB: It is an eleven-day journey from Horeb to Kadesh-barnea by way of Mount Seir.
3 ULB ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ, BSB BSB: In the fortieth year, on the first day of the eleventh month, Moses proclaimed to the Israelites all that the LORD had commanded him concerning them.
4 ULB “ହିଷ୍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍ ନିବାସୀ ବାଶନର ରାଜା ଓଗ୍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ BSB BSB: This was after he had defeated Sihon king of the Amorites, who lived in Heshbon, and then at Edrei had defeated Og king of Bashan, who lived in Ashtaroth.
5 ULB ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ। BSB BSB: On the east side of the Jordan in the land of Moab, Moses began to explain this law, saying:
6 ULB ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ; BSB BSB: The LORD our God said to us at Horeb: “You have stayed at this mountain long enough.
7 ULB ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍ ପର୍ଯ୍ୟନ୍ତ ଯାତ୍ରା କର। BSB BSB: Resume your journey and go to the hill country of the Amorites; go to all the neighboring peoples in the Arabah, in the hill country, in the foothills, in the Negev, and along the seacoast to the land of the Canaanites and to Lebanon, as far as the great River Euphrates.
8 ULB ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମକୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।” BSB BSB: See, I have placed the land before you. Enter and possess the land that the LORD swore He would give to your fathers Abraham, Isaac, and Jacob, and to their descendants after them.”
9 ULB ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ; BSB BSB: At that time I said to you, “I cannot carry the burden for you alone.
10 ULB ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ। BSB BSB: The LORD your God has multiplied you, so that today you are as numerous as the stars in the sky.
11 ULB ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ। BSB BSB: May the LORD, the God of your fathers, increase you a thousand times over and bless you as He has promised.
12 ULB ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି? BSB BSB: But how can I bear your troubles, burdens, and disputes all by myself?
13 ULB ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି। BSB BSB: Choose for yourselves wise, understanding, and respected men from each of your tribes, and I will appoint them as your leaders.”
14 ULB ଏଥିରେ ତୁମ୍ଭେମାନେ ମୋତେ ଉତ୍ତର ଦେଇ କହିଲ, “ତୁମ୍ଭେ ଯାହା କହିଲ, ତାହା ଆମ୍ଭମାନଙ୍କର କରିବା ଭଲ।” BSB BSB: And you answered me and said, “What you propose to do is good.”
15 ULB ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶତପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି। BSB BSB: So I took the leaders of your tribes, wise and respected men, and appointed them as leaders over you—as commanders of thousands, of hundreds, of fifties, and of tens, and as officers for your tribes.
16 ULB ପୁଣି ମୁଁ ସେ ସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର। BSB BSB: At that time I charged your judges: “Hear the disputes between your brothers, and judge fairly between a man and his brother or a foreign resident.
17 ULB ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋ’ ନିକଟକୁ ଆଣିବ, ମୁଁ ତାହା ଶୁଣିବି।” BSB BSB: Show no partiality in judging; hear both small and great alike. Do not be intimidated by anyone, for judgment belongs to God. And bring to me any case too difficult for you, and I will hear it.”
18 ULB ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ସମସ୍ତ କର୍ତ୍ତବ୍ୟ କର୍ମ ବିଷୟ ଆଜ୍ଞା ଦେଇଥିଲି। BSB BSB: And at that time I commanded you all the things you were to do.
19 ULB ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟ ଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ। BSB BSB: And just as the LORD our God had commanded us, we set out from Horeb and went toward the hill country of the Amorites, through all the vast and terrifying wilderness you have seen. When we reached Kadesh-barnea,
20 ULB ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ। BSB BSB: I said: “You have reached the hill country of the Amorites, which the LORD our God is giving us.
21 ULB ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।” BSB BSB: See, the LORD your God has placed the land before you. Go up and take possession of it as the LORD, the God of your fathers, has told you. Do not be afraid or discouraged.”
22 ULB ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆମ୍ଭ ନିକଟକୁ ଆସି କହିଲ, “ଆମ୍ଭେମାନେ ଆପଣାମାନଙ୍କ ଆଗେ ଲୋକ ପଠାଉ, ତହିଁରେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଦେଶ ଅନୁସନ୍ଧାନ କରି ଆମ୍ଭମାନଙ୍କୁ କେଉଁ ପଥ ଦେଇ ଯିବାକୁ ହେବ ଓ କେଉଁ କେଉଁ ନଗରରେ ଉପସ୍ଥିତ ହେବାକୁ ହେବ, ତହିଁର ସମ୍ବାଦ ଆମ୍ଭମାନଙ୍କ ନିକଟକୁ ଆଣନ୍ତୁ। BSB BSB: Then all of you approached me and said, “Let us send men ahead of us to search out the land and bring us word of what route to follow and which cities to enter.”
23 ULB ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ। BSB BSB: The plan seemed good to me, so I selected twelve men from among you, one from each tribe.
24 ULB ତହୁଁ ସେମାନେ ଗମନ କରି ପର୍ବତ ପାର ହୋଇ ଇଷ୍କୋଲ ଉପତ୍ୟକାରେ ପହଞ୍ଚି ଦେଶର ଅନୁସନ୍ଧାନ କଲେ। BSB BSB: They left and went up into the hill country, and came to the Valley of Eshcol and spied out the land.
25 ULB ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ବାଦ ଦେଇ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଏକ ଉତ୍ତମ ଦେଶ।” BSB BSB: They took some of the fruit of the land in their hands, carried it down to us, and brought us word: “It is a good land that the LORD our God is giving us.”
26 ULB ତଥାପି ତୁମ୍ଭେମାନେ ଯିବାକୁ ସମ୍ମତ ହେଲ ନାହିଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ। BSB BSB: But you were unwilling to go up; you rebelled against the command of the LORD your God.
27 ULB ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ବୁରେ ବଚସା କରି କହିଲ, “ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ସକାଶୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣି ଅଛନ୍ତି। BSB BSB: You grumbled in your tents and said, “Because the LORD hates us, He has brought us out of the land of Egypt to deliver us into the hand of the Amorites to be annihilated.
28 ULB ଆମ୍ଭେମାନେ କେଉଁଠାକୁ ଯିବା? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ୍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି। BSB BSB: Where can we go? Our brothers have made our hearts melt, saying: ‘The people are larger and taller than we are; the cities are large, with walls up to the heavens. We even saw the descendants of the Anakim there.’”
29 ULB ତେବେ ମୁଁ ତୁମ୍ଭମାନଙ୍କୁ କହିଲି, “ଭୟଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ।” BSB BSB: So I said to you: “Do not be terrified or afraid of them!
30 ULB ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ। BSB BSB: The LORD your God, who goes before you, will fight for you, just as you saw Him do for you in Egypt
31 ULB ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।” BSB BSB: and in the wilderness, where the LORD your God carried you, as a man carries his son, all the way by which you traveled until you reached this place.”
32 ULB ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ! BSB BSB: But in spite of all this, you did not trust the LORD your God,
33 ULB ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ। BSB BSB: who went before you on the journey, in the fire by night and in the cloud by day, to seek out a place for you to camp and to show you the road to travel.
34 ULB ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ବାକ୍ୟର ରବ ଶୁଣି ରାଗିଲେ ଓ ଶପଥ କରି କହିଲେ, BSB BSB: When the LORD heard your words, He grew angry and swore an oath, saying,
35 ULB “ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛୁ, ନିଶ୍ଚୟ ଏହି ଦୁଷ୍ଟ ବଂଶୀୟ ମନୁଷ୍ୟମାନଙ୍କ ମଧ୍ୟରୁ କୌଣସି ଲୋକ ସେହି ଉତ୍ତମ ଦେଶ ଦେଖି ପାରିବ ନାହିଁ, BSB BSB: “Not one of the men of this evil generation shall see the good land I swore to give your fathers,
36 ULB କେବଳ ଯିଫୁନ୍ନିର ପୁତ୍ର କାଲେବ ତାହା ଦେଖିବ ପୁଣି ସେ ଯେଉଁ ଭୂମିରେ ପଦାର୍ପଣ କରିଅଛି, ସେହି ଭୂମି ଆମ୍ଭେ ତାହାକୁ ଓ ତାହାର ସନ୍ତାନଗଣକୁ ଦେବା; କାରଣ ସେ ସଦାପ୍ରଭୁଙ୍କର ସମ୍ପୂର୍ଣ୍ଣ ଅନୁଗତ ଲୋକ।” BSB BSB: except Caleb son of Jephunneh. He will see it, and I will give him and his descendants the land on which he has set foot, because he followed the LORD wholeheartedly.”
37 ULB ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋ’ ପ୍ରତି କ୍ରୋଧ କରି କହିଲେ, “ତୁମ୍ଭେ ମଧ୍ୟ ସେହି ସ୍ଥାନରେ ପ୍ରବେଶ କରିବ ନାହିଁ, BSB BSB: The LORD was also angry with me on your account, and He said, “Not even you shall enter the land.
38 ULB ତୁମ୍ଭର ପରିଚାରକ ନୂନର ପୁତ୍ର ଯିହୋଶୂୟ ସେହି ସ୍ଥାନରେ ପ୍ରବେଶ କରିବ ତୁମ୍ଭେ ତାହାକୁ ସାହସ ଦିଅ ଯେହେତୁ ସେ ଇସ୍ରାଏଲକୁ ତାହା ଅଧିକାର କରାଇବ। BSB BSB: Joshua son of Nun, who stands before you, will enter it. Encourage him, for he will enable Israel to inherit the land.
39 ULB ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ। BSB BSB: And the little ones you said would become captives—your children who on that day did not know good from evil—will enter the land that I will give them, and they will possess it.
40 ULB ମାତ୍ର ତୁମ୍ଭେମାନେ ବାହୁଡ଼ି ସୂଫ ସାଗର ପଥ ଦେଇ ପ୍ରାନ୍ତରକୁ ଯାତ୍ରା କର।” BSB BSB: But you are to turn back and head for the wilderness along the route to the Red Sea.”
41 ULB ଏଥିରେ ତୁମ୍ଭେମାନେ ଉତ୍ତର କରି ମୋତେ କହିଲ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ ତଦନୁସାରେ ଉଠି ଯାଇ ଯୁଦ୍ଧ କରିବୁ।” ପୁଣି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଯୁଦ୍ଧାସ୍ତ୍ର ବାନ୍ଧି ପର୍ବତ ଆରୋହଣ କରିବାକୁ ବ୍ୟଗ୍ର ହେଲ। BSB BSB: “We have sinned against the LORD,” you replied. “We will go up and fight, as the LORD our God has commanded us.” Then each of you put on his weapons of war, thinking it easy to go up into the hill country.
42 ULB ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ; କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।” BSB BSB: But the LORD said to me, “Tell them not to go up and fight, for I am not with you to keep you from defeat by your enemies.”
43 ULB ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ। BSB BSB: So I spoke to you, but you would not listen. You rebelled against the command of the LORD and presumptuously went up into the hill country.
44 ULB କିନ୍ତୁ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ। BSB BSB: Then the Amorites who lived in the hills came out against you and chased you like a swarm of bees. They routed you from Seir all the way to Hormah.
45 ULB ତେବେ ତୁମ୍ଭେମାନେ ଫେରି ଆସି ସଦାପ୍ରଭୁଙ୍କ ଛାମୁରେ ରୋଦନ କଲ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ରବରେ ମନୋଯୋଗ କଲେ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି କର୍ଣ୍ଣପାତ କଲେ ନାହିଁ। BSB BSB: And you returned and wept before the LORD, but He would not listen to your voice or give ear to you.
46 ULB ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ ବର୍ଷ ରହିଲ। BSB BSB: For this reason you stayed in Kadesh for a long time—a very long time.
Select verses for actions: Enter goes to them and Escape comes back.