1 ULB ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର ନିମନ୍ତେ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭମାନଙ୍କର ଏହି ପୃଥିବୀରେ ଜୀବିତ ଥିବା ସମସ୍ତ ଦିନ ଯେଉଁ ସକଳ ବିଧି ଓ ଶାସନ ମାନ୍ୟ କରି ପାଳନ କରିବାକୁ ହେବ, ତାହା ଏହି। BSB BSB: These are the statutes and ordinances you must be careful to follow all the days you live in the land that the LORD, the God of your fathers, has given you to possess.
2 ULB ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପ-ପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ। BSB BSB: Destroy completely all the places where the nations you are dispossessing have served their gods—atop the high mountains, on the hills, and under every green tree.
3 ULB ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ। BSB BSB: Tear down their altars, smash their sacred pillars, burn up their Asherah poles, cut down the idols of their gods, and wipe out their names from every place.
4 ULB ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ। BSB BSB: You shall not worship the LORD your God in this way.
5 ULB ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ; BSB BSB: Instead, you must seek the place the LORD your God will choose from among all your tribes to establish as a dwelling for His Name, and there you must go.
6 ULB ପୁଣି ତୁମ୍ଭେମାନେ ସେହି ସ୍ଥାନକୁ ଆପଣା ଆପଣା ହୋମ ନୈବେଦ୍ୟ, ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ଆପଣା ମାନତ ଦ୍ରବ୍ୟ, ଆପଣା ଆପଣା ସ୍ଵେଚ୍ଛାଦତ୍ତ ନୈବେଦ୍ୟ ଓ ଆପଣା ଆପଣା ଗୋମେଷଦି ପଲର ପ୍ରଥମଜାତ ସମସ୍ତଙ୍କୁ ଆଣିବ; BSB BSB: To that place you are to bring your burnt offerings and sacrifices, your tithes and heave offerings, your vow offerings and freewill offerings, as well as the firstborn of your herds and flocks.
7 ULB ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ। BSB BSB: There, in the presence of the LORD your God, you and your households shall eat and rejoice in all you do, because the LORD your God has blessed you.
8 ULB ଯାହାର ଦୃଷ୍ଟିରେ ଯାହା ଭଲ, ଏପରି କାର୍ଯ୍ୟ ଆମ୍ଭେମାନେ ପ୍ରତ୍ୟେକେ ଆଜି ଏ ସ୍ଥାନରେ କରୁଅଛୁ, ସେହିପରି ତୁମ୍ଭେମାନେ କରିବ ନାହିଁ। BSB BSB: You are not to do as we are doing here today, where everyone does what seems right in his own eyes.
9 ULB କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ଯେଉଁ ବିଶ୍ରାମ ଓ ଅଧିକାର ଦେବେ, ତହିଁରେ ତୁମ୍ଭେମାନେ ଏ ପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହଁ। BSB BSB: For you have not yet come to the resting place and the inheritance that the LORD your God is giving you.
10 ULB ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ଅଧିକାର କରାଇବେ, ସେଠାକୁ ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇଯିବ ଓ ତହିଁରେ ବାସ କରିବ, ଆଉ ସେ ତୁମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତୁମ୍ଭମାନଙ୍କୁ ବିଶ୍ରାମ ଦେଲେ ତୁମ୍ଭେମାନେ ଯେତେବେଳେ ନିର୍ଭୟରେ ବାସ କରିବ; BSB BSB: When you cross the Jordan and live in the land that the LORD your God is giving you as an inheritance, and He gives you rest from all the enemies around you and you dwell securely,
11 ULB ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ। BSB BSB: then the LORD your God will choose a dwelling for His Name. And there you are to bring everything I command you: your burnt offerings and sacrifices, your tithes and special gifts, and all the choice offerings you vow to the LORD.
12 ULB ଆଉ ତୁମ୍ଭେମାନେ, ତୁମ୍ଭମାନଙ୍କ ପୁତ୍ରଗଣ, ତୁମ୍ଭମାନଙ୍କ କନ୍ୟାଗଣ, ତୁମ୍ଭମାନଙ୍କ ଦାସଗଣ ଓ ତୁମ୍ଭମାନଙ୍କ ଦାସୀଗଣ, ପୁଣି ତୁମ୍ଭମାନଙ୍କ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକର କୌଣସି ଅଂଶ କି ଅଧିକାର ତୁମ୍ଭମାନଙ୍କ ମଧ୍ୟରେ ନ ଥିବା ସକାଶୁ ସେ ଏବଂ ତୁମ୍ଭେ ସମସ୍ତେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। BSB BSB: And you shall rejoice before the LORD your God—you, your sons and daughters, your menservants and maidservants, and the Levite within your gates, since he has no portion or inheritance among you.
13 ULB ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ପ୍ରତ୍ୟେକ ସ୍ଥାନ ତୁମ୍ଭେ ଦେଖିବ, ଯେପରି ସେସବୁ ସ୍ଥାନରେ ଆପଣା ହୋମବଳି ଉତ୍ସର୍ଗ ନ କର। BSB BSB: Be careful not to offer your burnt offerings in just any place you see;
14 ULB ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ। BSB BSB: you must offer them only in the place the LORD will choose in one of your tribal territories, and there you shall do all that I command you.
15 ULB ତଥାପି ତୁମ୍ଭେ ଆପଣା ପ୍ରାଣର ବାଞ୍ଛାମତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ଆଶୀର୍ବାଦ ଅନୁସାରେ ଆପଣାର ସମସ୍ତ ନଗରଦ୍ୱାର ଭିତରେ ପଶୁ ବଧ କରି ମାଂସ ଭୋଜନ କରି ପାରିବ; ଶୁଚି ଓ ଅଶୁଚି ଲୋକ, କୃଷ୍ଣସାର ଓ ହରିଣର ମାଂସ ତୁଲ୍ୟ ତାହା ଭୋଜନ କରି ପାରିବେ। BSB BSB: But whenever you want, you may slaughter and eat meat within any of your gates, according to the blessing the LORD your God has given you. Both the ceremonially clean and unclean may eat it as they would a gazelle or deer,
16 ULB କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ। BSB BSB: but you must not eat the blood; pour it on the ground like water.
17 ULB ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ-ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗରଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ। BSB BSB: Within your gates you must not eat the tithe of your grain or new wine or oil, the firstborn of your herds or flocks, any of the offerings that you have vowed to give, or your freewill offerings or special gifts.
18 ULB ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ। BSB BSB: Instead, you must eat them in the presence of the LORD your God at the place the LORD your God will choose—you, your sons and daughters, your menservants and maidservants, and the Levite within your gates. Rejoice before the LORD your God in all you do,
19 ULB ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେପରି ତୁମ୍ଭେ ଆପଣା ଭୂମିରେ ବଞ୍ଚିଥିବା ଯାଏ ଲେବୀୟ ଲୋକକୁ ତ୍ୟାଗ କରିବ ନାହିଁ। BSB BSB: and be careful not to neglect the Levites as long as you live in your land.
20 ULB ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ସେ ଯେତେବେଳେ ତୁମ୍ଭ ସୀମା ବିସ୍ତାର କରିବେ, ପୁଣି ମାଂସ ଭୋଜନ କରିବାକୁ ତୁମ୍ଭର ବାଞ୍ଛା ହୁଅନ୍ତେ, ତୁମ୍ଭେ କହିବ, ଆମ୍ଭେ ମାଂସ ଭୋଜନ କରିବା, ସେତେବେଳେ ତୁମ୍ଭେ ଆପଣା ପ୍ରାଣର ବାଞ୍ଛାନୁସାରେ ମାଂସ ଭୋଜନ କରି ପାରିବ। BSB BSB: When the LORD your God expands your territory as He has promised, and you crave meat and say, “I want to eat meat,” you may eat it whenever you want.
21 ULB ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ଯେଉଁ ସ୍ଥାନ ମନୋନୀତ କରିବେ, ତାହା ଯଦି ତୁମ୍ଭ ନିକଟରୁ ବହୁତ ଦୂର ହୁଏ, ତେବେ ତୁମ୍ଭେ ସଦାପ୍ରଭୁଙ୍କ ଦତ୍ତ ଗୋମେଷାଦି ପଲରୁ ପଶୁ ନେଇ ଆମ୍ଭ ଆଜ୍ଞାମତେ ବଧ କରି ଆପଣା ପ୍ରାଣର ବାଞ୍ଛାନୁସାରେ ନଗରଦ୍ୱାର ଭିତରେ ଭୋଜନ କରି ପାରିବ। BSB BSB: If the place where the LORD your God chooses to put His Name is too far from you, then you may slaughter any of the herd or flock He has given you, as I have commanded you, and you may eat it within your gates whenever you want.
22 ULB ଯେପରି କୃଷ୍ଣସାର ମୃଗ ଓ ହରିଣ ଭୋଜନ କରାଯାଏ, ସେହିପରି ତାହା ଭୋଜନ କରିବ; ଶୁଚି ଓ ଅଶୁଚି ଲୋକ ସମାନ ରୂପେ ଭୋଜନ କରିବେ। BSB BSB: Indeed, you may eat it as you would eat a gazelle or deer; both the ceremonially unclean and the clean may eat it.
23 ULB କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ, କାରଣ ରକ୍ତ ହିଁ ପ୍ରାଣ ଅଟେ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ। BSB BSB: Only be sure not to eat the blood, because the blood is the life, and you must not eat the life with the meat.
24 ULB ତୁମ୍ଭେ ତାହା ଭୋଜନ କରିବ ନାହିଁ ତୁମ୍ଭେ ଜଳ ତୁଲ୍ୟ ଭୂମିରେ ତାହା ଢାଳି ଦେବ। BSB BSB: You must not eat the blood; pour it on the ground like water.
25 ULB ତୁମ୍ଭେ ତାହା ଭୋଜନ କରିବ ନାହିଁ ତହିଁରେ ତୁମ୍ଭେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହେବ। BSB BSB: Do not eat it, so that it may go well with you and your children after you, because you will be doing what is right in the eyes of the LORD.
26 ULB ମାତ୍ର ତୁମ୍ଭେ ଆପଣା ପବିତ୍ର ବସ୍ତୁ ଓ ମାନତ ବସ୍ତୁ ଘେନି ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଯିବ। BSB BSB: But you are to take your holy things and your vow offerings and go to the place the LORD will choose.
27 ULB ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ। BSB BSB: Present the meat and blood of your burnt offerings on the altar of the LORD your God. The blood of your other sacrifices must be poured out beside the altar of the LORD your God, but you may eat the meat.
28 ULB ମୁଁ ତୁମ୍ଭକୁ ଏହି ଯେଉଁ ସକଳ କଥା ଆଜ୍ଞା ଦେଉଅଛି, ତାହା ମନୋଯୋଗ କରି ଶୁଣ, ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ, ତାହା କଲେ ତୁମ୍ଭର ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ଯୁଗାନୁକ୍ରମେ ମଙ୍ଗଳ ହେବ। BSB BSB: Be careful to obey all these things I command you, so that it may always go well with you and your children after you, because you will be doing what is good and right in the eyes of the LORD your God.
29 ULB ତୁମ୍ଭେ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବାକୁ ଯାଉଅଛ, ସେମାନଙ୍କୁ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କରିବେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ; BSB BSB: When the LORD your God cuts off before you the nations you are entering to dispossess, and you drive them out and live in their land,
30 ULB ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼; ପୁଣି ‘ଏହି ଗୋଷ୍ଠୀୟ ଲୋକମାନେ କିପରି ଆପଣା ଆପଣା ଦେବତାଗଣର ସେବା କରନ୍ତି? ଆମ୍ଭେ ମଧ୍ୟ ସେହିପରି କରିବା, ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ୱେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। BSB BSB: be careful not to be ensnared by their ways after they have been destroyed before you. Do not inquire about their gods, asking, “How do these nations serve their gods? I will do likewise.”
32 ULB ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ। BSB BSB: See that you do everything I command you; do not add to it or subtract from it.
Select verses for actions: Enter goes to them and Escape comes back.