1 ULB ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ କୌଣସି ପ୍ରକାର ଖୁନ୍ତ କି ମନ୍ଦତା ବିଶିଷ୍ଟ ଗୋରୁ କି ମେଷ ବଳିଦାନ କରିବ ନାହିଁ; କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ଘୃଣିତ ବସ୍ତୁ ଅଟେ। BSB BSB: You shall not sacrifice to the LORD your God an ox or a sheep with any defect or serious flaw, for that is detestable to the LORD your God.
2 ULB ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଯେଉଁ ନଗର ଦିଅନ୍ତି, ତହିଁର କୌଣସି ନଗରଦ୍ୱାର ମଧ୍ୟରେ ଯଦି କୌଣସି ପୁରୁଷ କି ସ୍ତ୍ରୀ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମ ଲଙ୍ଘନ କରି ତାହାଙ୍କ ଦୃଷ୍ଟିରେ କୁକର୍ମ କରୁଥିବାର ଦେଖାଯାଏ BSB BSB: If a man or woman among you in one of the towns that the LORD your God gives you is found doing evil in the sight of the LORD your God by transgressing His covenant
3 ULB ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ; BSB BSB: and going to worship other gods, bowing down to them or to the sun or moon or any of the host of heaven—which I have forbidden—
4 ULB ତେବେ, ତାହା ତୁମ୍ଭକୁ କୁହାଗଲେ ଓ ତୁମ୍ଭେ ତାହା ଶୁଣିଲେ, ତାହା ଭଲ ରୂପେ ବୁଝିବ; ଆଉ ଦେଖ, ଯଦି ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ଇସ୍ରାଏଲ ମଧ୍ୟରେ ଏରୂପ ଘୃଣ୍ୟ କର୍ମ କରାଯାଇଅଛି; BSB BSB: and if it is reported and you hear about it, you must investigate it thoroughly. If the report is true and such an abomination has happened in Israel,
5 ULB ତେବେ ଯେଉଁ ପୁରୁଷ କି ଯେଉଁ ସ୍ତ୍ରୀ ସେହି କୁକର୍ମ କରିଅଛି, ତୁମ୍ଭେ ସେହି ପୁରୁଷକୁ କି ସେହି ସ୍ତ୍ରୀକୁ ନଗରଦ୍ୱାର ନିକଟକୁ ବାହାର କରି ଆଣିବ; ଆଉ ତୁମ୍ଭେ ସେମାନଙ୍କର ମରଣ ପର୍ଯ୍ୟନ୍ତ ସେମାନଙ୍କୁ ପ୍ରସ୍ତରାଘାତ କରିବ। BSB BSB: you must bring out to your gates the man or woman who has done this evil thing, and you must stone that person to death.
6 ULB ପ୍ରାଣଦଣ୍ଡଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ। BSB BSB: On the testimony of two or three witnesses a man shall be put to death, but he shall not be executed on the testimony of a lone witness.
7 ULB ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ। BSB BSB: The hands of the witnesses shall be the first in putting him to death, and after that, the hands of all the people. So you must purge the evil from among you.
8 ULB ତୁମ୍ଭ ନଗରଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ; BSB BSB: If a case is too difficult for you to judge, whether the controversy within your gates is regarding bloodshed, lawsuits, or assaults, you must go up to the place the LORD your God will choose.
9 ULB ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତାଙ୍କ ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ; BSB BSB: You are to go to the Levitical priests and to the judge who presides at that time. Inquire of them, and they will give you a verdict in the case.
10 ULB ତହୁଁ ସଦାପ୍ରଭୁଙ୍କ ମନୋନୀତ ସ୍ଥାନରୁ ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ମର୍ମ ଅନୁସାରେ ତୁମ୍ଭେ କର୍ମ କରିବ ଓ ସେମାନେ ତୁମ୍ଭକୁ ଯାହା ଶିଖାଇବେ, ତୁମ୍ଭେ ତଦନୁସାରେ କରିବାକୁ ମନୋଯୋଗ କରିବ। BSB BSB: You must abide by the verdict they give you at the place the LORD will choose. Be careful to do everything they instruct you,
11 ULB ବ୍ୟବସ୍ଥାର ମର୍ମ ଅନୁସାରେ ସେମାନେ ତୁମ୍ଭକୁ ଯାହା ଶିଖାଇବେ ଓ ବିଚାରର ନିଷ୍ପତ୍ତି ବିଷୟରେ ସେମାନେ ତୁମ୍ଭକୁ ଯାହା କହିବେ, ତୁମ୍ଭେ ତଦନୁସାରେ କରିବ; ସେମାନେ ତୁମ୍ଭକୁ ଯେଉଁ ନିଷ୍ପତ୍ତି ଜଣାଇବେ, ତହିଁର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ। BSB BSB: according to the terms of law they give and the verdict they proclaim. Do not turn aside to the right or to the left from the decision they declare to you.
12 ULB ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ। BSB BSB: But the man who acts presumptuously, refusing to listen either to the priest who stands there to serve the LORD your God, or to the judge, must be put to death. You must purge the evil from Israel.
13 ULB ତହିଁରେ ସମସ୍ତ ଲୋକ ତାହା ଶୁଣି ଭୟ କରିବେ ଓ ଦୁଃସାହସରେ ଆଉ କର୍ମ କରିବେ ନାହିଁ। BSB BSB: Then all the people will hear and be afraid, and will no longer behave arrogantly.
14 ULB ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ଯେତେବେଳେ ତୁମ୍ଭେ ତହିଁରେ ପ୍ରବେଶ କରି ତାହା ଅଧିକାର କରିବ ଓ ତହିଁ ମଧ୍ୟରେ ବାସ କରିବ; ଆଉ ଆମ୍ଭର ଚତୁର୍ଦ୍ଦିଗସ୍ଥିତ ସକଳ ଗୋଷ୍ଠୀୟମାନଙ୍କ ପରି ଆମ୍ଭେ ମଧ୍ୟ ଆପଣା ଉପରେ ଏକ ରାଜା ନିଯୁକ୍ତ କରିବା, ଯେବେ ଏହି କଥା କହିବ; BSB BSB: When you enter the land that the LORD your God is giving you and have taken possession of it and settled in it, and you say, “Let us set a king over us like all the nations around us,”
16 ULB ମାତ୍ର ସେ ରାଜା ଆପଣା ପାଇଁ ଅନେକ ଅଶ୍ୱ ରଖିବ ନାହିଁ, କିଅବା ଅନେକ ଅଶ୍ୱ ରଖିବା ଅଭିପ୍ରାୟରେ ଲୋକମାନଙ୍କୁ ପୁନର୍ବାର ମିସରକୁ ଗମନ କରାଇବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଅଛନ୍ତି, ତୁମ୍ଭେମାନେ ଏହି ସମୟଠାରୁ ସେହି ପଥରେ ଆଉ ଫେରି ଯିବ ନାହିଁ। BSB BSB: But the king must not acquire many horses for himself or send the people back to Egypt to acquire more horses, for the LORD has said, ‘You are never to go back that way again.’
17 ULB କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ। BSB BSB: He must not take many wives for himself, lest his heart go astray. He must not accumulate for himself large amounts of silver and gold.
18 ULB ପୁଣି ସେ ଆପଣା ରାଜ୍ୟର ସିଂହାସନରେ ଉପବିଷ୍ଟ ହେଲେ, ଆପଣା ପାଇଁ ଏକ ନଳାକାର ପୁସ୍ତକରେ ଲେବୀୟ ଯାଜକମାନଙ୍କ ସମ୍ମୁଖସ୍ଥିତ ଏହି ବ୍ୟବସ୍ଥାରୁ ଉତ୍ତାରି ଏକ ପ୍ରତିଲିପି ଲେଖି ରଖିବ। BSB BSB: When he is seated on his royal throne, he must write for himself a copy of this instruction on a scroll in the presence of the Levitical priests.
19 ULB ଆଉ ତାହା ତାହାର ନିକଟରେ ରହିବ ଓ ସେ ଯାବଜ୍ଜୀବନ ତାହା ପାଠ କରିବ; ତହିଁରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବାକୁ ଓ ଏହି ବ୍ୟବସ୍ଥାର ସମସ୍ତ ବାକ୍ୟ ଓ ବିଧି ପାଳନ କରିବାକୁ ଶିଖିବ; BSB BSB: It is to remain with him, and he is to read from it all the days of his life, so that he may learn to fear the LORD his God by carefully observing all the words of this instruction and these statutes.
20 ULB ଆପଣା ଭ୍ରାତୃଗଣ ଉପରେ ତାହାର ହୃଦୟ ଅହଙ୍କାରୀ ହେବ ନାହିଁ, ପୁଣି ସେ ଆଜ୍ଞାର ଦକ୍ଷିଣକୁ କି ବାମକୁ ଫେରିବ ନାହିଁ; ତହିଁରେ ସେ ଇସ୍ରାଏଲ ମଧ୍ୟରେ ତାହାର ଓ ତାହାର ସନ୍ତାନମାନଙ୍କ ରାଜତ୍ୱର ଦିନ ବଢ଼ାଇ ପାରିବ। BSB BSB: Then his heart will not be exalted above his countrymen, and he will not turn aside from the commandment, to the right or to the left, in order that he and his sons may reign many years over his kingdom in Israel.
Select verses for actions: Enter goes to them and Escape comes back.