1 ULB ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ। BSB BSB: “Now if you faithfully obey the voice of the LORD your God and are careful to follow all His commandments I am giving you today, the LORD your God will set you high above all the nations of the earth.
2 ULB ଯଦି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ। BSB BSB: And all these blessings will come upon you and overtake you, if you will obey the voice of the LORD your God:
3 ULB ତୁମ୍ଭେ ନଗରରେ ଧନ୍ୟ ହେବ ଓ କ୍ଷେତ୍ରରେ ଧନ୍ୟ ହେବ। BSB BSB: You will be blessed in the city and blessed in the country.
4 ULB ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ। BSB BSB: The fruit of your womb will be blessed, as well as the produce of your land and the offspring of your livestock—the calves of your herds and the lambs of your flocks.
5 ULB ତୁମ୍ଭ ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଧନ୍ୟ ହେବ। BSB BSB: Your basket and kneading bowl will be blessed.
6 ULB ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ। BSB BSB: You will be blessed when you come in and blessed when you go out.
7 ULB ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ। BSB BSB: The LORD will cause the enemies who rise up against you to be defeated before you. They will march out against you in one direction but flee from you in seven.
8 ULB ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ। BSB BSB: The LORD will decree a blessing on your barns and on everything to which you put your hand; the LORD your God will bless you in the land He is giving you.
9 ULB ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ। BSB BSB: The LORD will establish you as His holy people, just as He has sworn to you, if you keep the commandments of the LORD your God and walk in His ways.
10 ULB ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ। BSB BSB: Then all the peoples of the earth will see that you are called by the name of the LORD, and they will stand in awe of you.
11 ULB ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁମାନଙ୍କୁ ଫଳ ଦେଇ ଓ ତୁମ୍ଭ ଭୂମିରୁ ଫଳ ଦେଇ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ। BSB BSB: The LORD will make you prosper abundantly—in the fruit of your womb, the offspring of your livestock, and the produce of your land—in the land that the LORD swore to your fathers to give you.
12 ULB ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ। BSB BSB: The LORD will open the heavens, His abundant storehouse, to send rain on your land in season and to bless all the work of your hands. You will lend to many nations, but borrow from none.
13 ULB ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ମାନିବାକୁ ଓ କରିବାକୁ ମୁଁ ଆଜି ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ଯଦି ତୁମ୍ଭେ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ଯେଉଁ ବାକ୍ୟ ଆଜ୍ଞା କରୁଅଛି, ତୁମ୍ଭେ ତହିଁ ମଧ୍ୟରୁ କୌଣସି ବାକ୍ୟର ଦକ୍ଷିଣରେ କି ବାମରେ ଫେରି ଅନ୍ୟ ଦେବତାଗଣର ସେବା କରିବା ପାଇଁ ସେମାନଙ୍କ ଅନୁଗାମୀ ନ ହେବ, BSB BSB: The LORD will make you the head and not the tail; you will only move upward and never downward, if you hear and carefully follow the commandments of the LORD your God, which I am giving you today.
14 ULB ତେବେ ସଦାପ୍ରଭୁ ତୁମ୍ଭକୁ ମସ୍ତକ କରିବେ, ଲାଙ୍ଗୁଳ କରିବେ ନାହିଁ; ତୁମ୍ଭେ କେବଳ ଉପରିସ୍ଥ ହେବ, ପୁଣି ନୀଚସ୍ଥ ହେବ ନାହିଁ। BSB BSB: Do not turn aside to the right or to the left from any of the words I command you today, and do not go after other gods to serve them.
15 ULB ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ। BSB BSB: If, however, you do not obey the LORD your God by carefully following all His commandments and statutes I am giving you today, all these curses will come upon you and overtake you:
16 ULB ତୁମ୍ଭେ ନଗରରେ ଶାପଗ୍ରସ୍ତ ହେବ ଓ କ୍ଷେତ୍ରରେ ଶାପଗ୍ରସ୍ତ ହେବ। BSB BSB: You will be cursed in the city and cursed in the country.
17 ULB ତୁମ୍ଭର ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଶାପଗ୍ରସ୍ତ ହେବ। BSB BSB: Your basket and kneading bowl will be cursed.
18 ULB ତୁମ୍ଭ ଔରଷର ସନ୍ତାନ, ଭୂମିରଫଳ, ତୁମ୍ଭ ଗୋବତ୍ସ ଓ ମେଷପଲର ଶାବକ ଶାପଗ୍ରସ୍ତ ହେବ; BSB BSB: The fruit of your womb will be cursed, as well as the produce of your land, the calves of your herds, and the lambs of your flocks.
19 ULB ତୁମ୍ଭେ ଗୃହକୁ ଆସିବା ବେଳେ ଶାପଗ୍ରସ୍ତ ହେବ ଓ ତୁମ୍ଭେ ଗୃହରୁ ବାହାରକୁ ଯିବା ବେଳେ ଶାପଗ୍ରସ୍ତ ହେବ। BSB BSB: You will be cursed when you come in and cursed when you go out.
20 ULB ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ୱାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ। BSB BSB: The LORD will send curses upon you, confusion and reproof in all to which you put your hand, until you are destroyed and quickly perish because of the wickedness you have committed in forsaking Him.
21 ULB ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ। BSB BSB: The LORD will make the plague cling to you until He has exterminated you from the land that you are entering to possess.
22 ULB ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଅନାବୃଷ୍ଟି ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍ଗାମୀ ହେବେ। BSB BSB: The LORD will strike you with wasting disease, with fever and inflammation, with scorching heat and drought, and with blight and mildew; these will pursue you until you perish.
23 ULB ପୁଣି ତୁମ୍ଭ ମସ୍ତକ-ଉପରିସ୍ଥ ଆକାଶ ପିତ୍ତଳ ହେବ ଓ ତୁମ୍ଭ ନୀଚସ୍ଥିତ ପୃଥିବୀ ଲୁହା ହେବ। BSB BSB: The sky over your head will be bronze, and the earth beneath you iron.
24 ULB ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ। BSB BSB: The LORD will turn the rain of your land into dust and powder; it will descend on you from the sky until you are destroyed.
25 ULB ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ। BSB BSB: The LORD will cause you to be defeated before your enemies. You will march out against them in one direction but flee from them in seven. You will be an object of horror to all the kingdoms of the earth.
26 ULB ଆଉ ତୁମ୍ଭ ଶବ ଖଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ। BSB BSB: Your corpses will be food for all the birds of the air and beasts of the earth, with no one to scare them away.
27 ULB ସଦାପ୍ରଭୁ ତୁମ୍ଭକୁ ମିସ୍ରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହି ସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ। BSB BSB: The LORD will afflict you with the boils of Egypt, with tumors and scabs and itch from which you cannot be cured.
28 ULB ସଦାପ୍ରଭୁ ତୁମ୍ଭକୁ ଉନ୍ମାଦ ଓ ଅନ୍ଧତା ଓ ଚିତ୍ତର ସ୍ତବ୍ଧତା ଦ୍ୱାରା ଆଘାତ କରିବେ। BSB BSB: The LORD will afflict you with madness, blindness, and confusion of mind,
29 ULB ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ। BSB BSB: and at noon you will grope about like a blind man in the darkness. You will not prosper in your ways. Day after day you will be oppressed and plundered, with no one to save you.
30 ULB ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ, BSB BSB: You will be pledged in marriage to a woman, but another man will violate her. You will build a house but will not live in it. You will plant a vineyard but will not enjoy its fruit.
31 ULB ତୁମ୍ଭ ଗୋରୁ ତୁମ୍ଭ ଆଗରେ ହତ ହେବ, ମାତ୍ର ତୁମ୍ଭେ ତାହାର ମାଂସ ଭୋଜନ କରି ପାରିବ ନାହିଁ; ତୁମ୍ଭ ଗର୍ଦ୍ଦଭ ତୁମ୍ଭ ସାକ୍ଷାତରେ ବଳପୂର୍ବକ ନିଆଯିବ, ମାତ୍ର ତାହା ତୁମ୍ଭକୁ ଫେରାଇ ଦିଆଯିବ ନାହିଁ; ତୁମ୍ଭ ମେଷ ତୁମ୍ଭ ଶତ୍ରୁମାନଙ୍କୁ ଦିଆଯିବ, ମାତ୍ର ଉଦ୍ଧାର କରିବାକୁ କେହି ତୁମ୍ଭର ନ ଥିବ। BSB BSB: Your ox will be slaughtered before your eyes, but you will not eat any of it. Your donkey will be taken away and not returned to you. Your flock will be given to your enemies, and no one will save you.
32 ULB ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟ ଲୋକଙ୍କୁ ଦିଆଯିବେ ଓ ସମସ୍ତ ଦିନ ସେମାନଙ୍କ ପାଇଁ ଚାହିଁ ଚାହିଁ ତୁମ୍ଭ ଚକ୍ଷୁ କ୍ଷୀଣ ହେବ, ମାତ୍ର ତୁମ୍ଭ ହାତର ବଳରେ କିଛି ହେବ ନାହିଁ। BSB BSB: Your sons and daughters will be given to another nation, while your eyes grow weary looking for them day after day, with no power in your hand.
33 ULB ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ। BSB BSB: A people you do not know will eat the produce of your land and of all your toil. All your days you will be oppressed and crushed.
34 ULB ତୁମ୍ଭର ଚକ୍ଷୁ ଯାହା ଦେଖିବ, ତହିଁ ସକାଶୁ ତୁମ୍ଭେ ପାଗଳ ହେବ। BSB BSB: You will be driven mad by the sights you see.
35 ULB ସଦାପ୍ରଭୁ ତୁମ୍ଭର ଜାନୁ, ଜଙ୍ଘ ଓ ତଳିପାରୁ ମସ୍ତକ ପର୍ଯ୍ୟନ୍ତ ବ୍ୟଥାଦାୟୀ ବଥ ଦ୍ୱାରା ତୁମ୍ଭକୁ ଆଘାତ କରିବେ, ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ। BSB BSB: The LORD will afflict you with painful, incurable boils on your knees and thighs, from the soles of your feet to the top of your head.
36 ULB ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ। BSB BSB: The LORD will bring you and the king you appoint to a nation neither you nor your fathers have known, and there you will worship other gods—gods of wood and stone.
37 ULB ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁ ସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ। BSB BSB: You will become an object of horror, scorn, and ridicule among all the nations to which the LORD will drive you.
38 ULB ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ। BSB BSB: You will sow much seed in the field but harvest little, because the locusts will consume it.
39 ULB ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ। BSB BSB: You will plant and cultivate vineyards, but will neither drink the wine nor gather the grapes, because worms will eat them.
40 ULB ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ। BSB BSB: You will have olive trees throughout your territory but will never anoint yourself with oil, because the olives will drop off.
41 ULB ତୁମ୍ଭେ ପୁତ୍ର ଓ କନ୍ୟା ଜନ୍ମ କରିବ, ମାତ୍ର ସେମାନେ ତୁମ୍ଭର ହେବେ ନାହିଁ; କାରଣ ସେମାନେ ବନ୍ଦୀ ହୋଇ ଯିବେ। BSB BSB: You will father sons and daughters, but they will not remain yours, because they will go into captivity.
42 ULB ତୁମ୍ଭର ସମୁଦାୟ ବୃକ୍ଷ ଓ ଭୂମିର ଫଳ ପଙ୍ଗପାଳ ନଷ୍ଟ କରିବ। BSB BSB: Swarms of locusts will consume all your trees and the produce of your land.
43 ULB ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀ ଲୋକ ତୁମ୍ଭଠାରୁ ଆହୁରି ଆହୁରି ଉପରକୁ ଉଠିବ, ମାତ୍ର ତୁମ୍ଭେ ଆହୁରି ଆହୁରି ତଳକୁ ଆସିବ। BSB BSB: The foreigner living among you will rise higher and higher above you, while you sink down lower and lower.
44 ULB ସେ ତୁମ୍ଭକୁ ଋଣ ଦେବ, ମାତ୍ର ତୁମ୍ଭେ ତାହାକୁ ଋଣ ଦେଇ ପାରିବ ନାହିଁ; ସେ ମସ୍ତକ ହେବ, ତୁମ୍ଭେ ଲାଙ୍ଗୁଳ ହେବ। BSB BSB: He will lend to you, but you will not lend to him. He will be the head, and you will be the tail.
45 ULB ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ, ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ। BSB BSB: All these curses will come upon you. They will pursue you and overtake you until you are destroyed, since you did not obey the LORD your God and keep the commandments and statutes He gave you.
46 ULB ଆଉ ସେହି ସବୁ ଅଭିଶାପ ତୁମ୍ଭ ଉପରେ ଓ ଯୁଗାନୁକ୍ରମେ ତୁମ୍ଭ ବଂଶ ଉପରେ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସ୍ୱରୂପ ହୋଇ ରହିବ; BSB BSB: These curses will be a sign and a wonder upon you and your descendants forever.
47 ULB କାରଣ ତୁମ୍ଭେ ସର୍ବ ପ୍ରକାର ସମ୍ପତ୍ତି ବହୁଳ ରୂପେ ପାଇଲେ ହେଁ ଆନନ୍ଦରେ ଓ ପ୍ରଫୁଲ୍ଲ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ସେବା କଲ ନାହିଁ। BSB BSB: Because you did not serve the LORD your God with joy and gladness of heart in all your abundance,
48 ULB ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବ ପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ। BSB BSB: you will serve your enemies the LORD will send against you in famine, thirst, nakedness, and destitution. He will place an iron yoke on your neck until He has destroyed you.
49 ULB ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ; BSB BSB: The LORD will bring a nation from afar, from the ends of the earth, to swoop down upon you like an eagle—a nation whose language you will not understand,
50 ULB ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ। BSB BSB: a ruthless nation with no respect for the old and no pity for the young.
51 ULB ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ। BSB BSB: They will eat the offspring of your livestock and the produce of your land until you are destroyed. They will leave you no grain or new wine or oil, no calves of your herds or lambs of your flocks, until they have caused you to perish.
52 ULB ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗରଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗରଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ। BSB BSB: They will besiege all the cities throughout your land, until the high and fortified walls in which you trust have fallen. They will besiege all your cities throughout the land that the LORD your God has given you.
53 ULB ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ବିପଦରେ ପକାଇବେ, ସେହି ସମୟରେ ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ। BSB BSB: Then you will eat the fruit of your womb, the flesh of the sons and daughters whom the LORD your God has given you, in the siege and distress that your enemy will inflict on you.
54 ULB ସେହି ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଲୋକ କୋମଳ ଓ ଅତି ସୁକୁମାର ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ, BSB BSB: The most gentle and refined man among you will begrudge his brother, the wife he embraces, and the rest of his children who have survived,
55 ULB ଯେ ତାହାର କିଛିମାତ୍ର ନ ଥିବାରୁ ସେ ଆପଣାର ଯେଉଁ ସନ୍ତାନର ମାଂସ ଖାଇବ, ତହିଁରୁ ସେମାନଙ୍କର କାହାରିକୁ କିଛି ଦେବ ନାହିଁ। BSB BSB: refusing to share with any of them the flesh of his children he will eat because he has nothing left in the siege and distress that your enemy will inflict on you within all your gates.
56 ULB ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ୱାରମାନଙ୍କରେ ତୁମ୍ଭକୁ ଯେଉଁ ବିପଦରେ ପକାଇବ, ସେହି ବିପଦରେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ସକାଶୁ ଆପଣା ତଳିପା ଭୂମିରେ ରଖିବାକୁ ସାହାସ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ୱାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ; BSB BSB: The most gentle and refined woman among you, so gentle and refined she would not venture to set the sole of her foot on the ground, will begrudge the husband she embraces and her son and daughter
57 ULB ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ଜନ୍ମ କରିଥିବା ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ସକାଶୁ ସେ ସେମାନଙ୍କୁ ଗୋପନରେ ଖାଇବ। BSB BSB: the afterbirth that comes from between her legs and the children she bears, because she will secretly eat them for lack of anything else in the siege and distress that your enemy will inflict on you within your gates.
58 ULB ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ; BSB BSB: If you are not careful to observe all the words of this law which are written in this book, that you may fear this glorious and awesome name—the LORD your God—
59 ULB ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍, ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ। BSB BSB: He will bring upon you and your descendants extraordinary disasters, severe and lasting plagues, and terrible and chronic sicknesses.
60 ULB ପୁଣି ତୁମ୍ଭେ ଯେଉଁ ମିସ୍ରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ। BSB BSB: He will afflict you again with all the diseases you dreaded in Egypt, and they will cling to you.
61 ULB ମଧ୍ୟ ଏହି ବ୍ୟବସ୍ଥା-ପୁସ୍ତକରେ ଲେଖା ନ ଥିବା ସମସ୍ତ ରୋଗ ଓ ଆଘାତ ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପ୍ରତି ଘଟାଇବେ। BSB BSB: The LORD will also bring upon you every sickness and plague not recorded in this Book of the Law, until you are destroyed.
62 ULB ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ। BSB BSB: You who were as numerous as the stars in the sky will be left few in number, because you would not obey the voice of the LORD your God.
63 ULB ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ। BSB BSB: Just as it pleased the LORD to make you prosper and multiply, so also it will please Him to annihilate you and destroy you. And you will be uprooted from the land you are entering to possess.
64 ULB ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ। BSB BSB: Then the LORD will scatter you among all the nations, from one end of the earth to the other, and there you will worship other gods, gods of wood and stone, which neither you nor your fathers have known.
65 ULB ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ। BSB BSB: Among those nations you will find no repose, not even a resting place for the sole of your foot. There the LORD will give you a trembling heart, failing eyes, and a despairing soul.
66 ULB ତୁମ୍ଭ ଜୀବନ ତୁମ୍ଭ ସାକ୍ଷାତରେ ସଂଶୟରେ ଦୋହଲିବ ପୁଣି, ତୁମ୍ଭେ ରାତି ଓ ଦିନ ଆଶଙ୍କା କରିବ ଓ ତୁମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ; BSB BSB: So your life will hang in doubt before you, and you will be afraid night and day, never certain of survival.
67 ULB ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ସକାଶୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ସକାଶୁ ସକାଳ ହେଲେ ତୁମ୍ଭେ କହିବ, ଆହା, ସନ୍ଧ୍ୟା ହୁଅନ୍ତା କି! ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ଆହା, ସକାଳ ହୁଅନ୍ତା କି! BSB BSB: In the morning you will say, ‘If only it were evening!’ and in the evening you will say, ‘If only it were morning!’—because of the dread in your hearts of the terrifying sights you will see.
68 ULB ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, “ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।” BSB BSB: The LORD will return you to Egypt in ships by a route that I said you should never see again. There you will sell yourselves to your enemies as male and female slaves, but no one will buy you.”
Select verses for actions: Enter goes to them and Escape comes back.