1 ULB ଏବେ ହେ ଇସ୍ରାଏଲ, ମୁଁ ଯେଉଁ ଯେଉଁ ବିଧି ଓ ଶାସନ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଶିକ୍ଷା ଦେଉଅଛି, ତହିଁରେ ମନୋଯୋଗ କର; ତାହା କଲେ ତୁମ୍ଭେମାନେ ବଞ୍ଚିବ ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବ। BSB BSB: Hear now, O Israel, the statutes and ordinances I am teaching you to follow, so that you may live and may enter and take possession of the land that the LORD, the God of your fathers, is giving you.
2 ULB ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହିସବୁ ଆଜ୍ଞା ପାଳନ କର। BSB BSB: You must not add to or subtract from what I command you, so that you may keep the commandments of the LORD your God that I am giving you.
3 ULB ବାଲ୍-ପିୟୋର ବିଷୟରେ ସଦାପ୍ରଭୁ ଯାହା କଲେ, ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଅଛି; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବାଲପିୟୋରର ପଶ୍ଚାଦ୍ଗାମୀ ସମସ୍ତ ଲୋକଙ୍କୁ ତୁମ୍ଭ ମଧ୍ୟରୁ ବିନଷ୍ଟ କରିଅଛନ୍ତି। BSB BSB: Your eyes have seen what the LORD did at Baal-peor, for the LORD your God destroyed from among you all who followed Baal of Peor.
4 ULB ମାତ୍ର ତୁମ୍ଭେମାନେ ଯେତେ ଲୋକ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆସକ୍ତ ହେଲ, ତୁମ୍ଭମାନଙ୍କର ସେହି ପ୍ରତ୍ୟେକ ଜଣ ଆଜି ପର୍ଯ୍ୟନ୍ତ ଜୀବିତ ଅଛ। BSB BSB: But you who held fast to the LORD your God are alive to this day, every one of you.
5 ULB ଦେଖ, ସଦାପ୍ରଭୁ ମୋହର ପରମେଶ୍ୱର ମୋତେ ଯେପରି ଆଜ୍ଞା ଦେଲେ, ମୁଁ ତୁମ୍ଭମାନଙ୍କୁ ସେପରି ବିଧି ଓ ଶାସନ ଶିକ୍ଷା ଦେଇଅଛି; ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁ ମଧ୍ୟରେ ତୁମ୍ଭମାନଙ୍କୁ ସେହିପରି ବ୍ୟବହାର କରିବାକୁ ହେବ। BSB BSB: See, I have taught you statutes and ordinances just as the LORD my God has commanded me, so that you may follow them in the land that you are about to enter and possess.
6 ULB ଏଣୁ ତୁମ୍ଭେମାନେ ତାହାସବୁ ପାଳନ କର; କାରଣ ନାନା ଦେଶୀୟ ଲୋକମାନଙ୍କ ସାକ୍ଷାତରେ ଏହା ହିଁ ତୁମ୍ଭମାନଙ୍କର ଜ୍ଞାନ ଓ ବୁଦ୍ଧି ସ୍ୱରୂପ ହେବ; ସେମାନେ ଏହିସବୁ ବିଧି ଶୁଣି କହିବେ, ଏହି ମହାଗୋଷ୍ଠୀ ନିତାନ୍ତ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ ଅଟନ୍ତି। BSB BSB: Observe them carefully, for this will show your wisdom and understanding in the sight of the peoples, who will hear of all these statutes and say, “Surely this great nation is a wise and understanding people.”
7 ULB ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି? BSB BSB: For what nation is great enough to have a god as near to them as the LORD our God is to us whenever we call on Him?
8 ULB ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି? BSB BSB: And what nation is great enough to have righteous statutes and ordinances like this entire law I set before you today?
9 ULB କେବଳ ନିଜ ବିଷୟରେ ସାବଧାନ ହୁଅ ଓ ନିଜ ପ୍ରାଣକୁ ଯତ୍ନପୂର୍ବକ ରକ୍ଷା କର, ନୋହିଲେ ଯାହା ତୁମ୍ଭର ଚକ୍ଷୁ ଦେଖିଅଛି, ତାହା ତୁମ୍ଭେ ପାସୋରି ଯିବ ଓ ତାହା ଜୀବନ ସାରା ତୁମ୍ଭ ହୃଦୟରୁ ଲୋପ ପାଇବ; ମାତ୍ର ତୁମ୍ଭେ ଆପଣା ପୁତ୍ର ପୌତ୍ରମାନଙ୍କୁ ତାହା ଶିଖାଅ। BSB BSB: Only be on your guard and diligently watch yourselves, so that you do not forget the things your eyes have seen, and so that they do not slip from your heart as long as you live. Teach them to your children and grandchildren.
10 ULB ଯେଉଁ ଦିନ ତୁମ୍ଭେ ହୋରେବରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଛାମୁରେ ଠିଆ ହୋଇଥିଲ, ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଲୋକମାନଙ୍କୁ ଆମ୍ଭ ନିକଟରେ ଏକତ୍ର କର, ଆମ୍ଭେ ଆପଣା ବାକ୍ୟ ସେମାନଙ୍କୁ ଶୁଣାଇବା ତହିଁରେ ସେମାନେ ପୃଥିବୀରେ ଜୀବନ ସାରା ଆମ୍ଭଙ୍କୁ ଭୟ କରିବାକୁ ଶିଖିବେ ଓ ଆପଣା ସନ୍ତାନମାନଙ୍କୁ ଶିଖାଇବେ।” BSB BSB: The day you stood before the LORD your God at Horeb, the LORD said to me, “Gather the people before Me to hear My words, so that they may learn to fear Me all the days they live on the earth, and that they may teach them to their children.”
11 ULB ତହୁଁ ତୁମ୍ଭେମାନେ ନିକଟବର୍ତ୍ତୀ ହୋଇ ପର୍ବତ ତଳେ ଠିଆ ହେଲ; ସେହି ସମୟରେ ସେହି ପର୍ବତ ଅନ୍ଧକାର, ମେଘ ଓ ଘୋର ଅନ୍ଧାରରେ ବ୍ୟାପ୍ତ ହୋଇ ଗଗନର ମଧ୍ୟ ପର୍ଯ୍ୟନ୍ତ ଅଗ୍ନିରେ ଜ୍ୱଳିଲା। BSB BSB: You came near and stood at the base of the mountain, a mountain blazing with fire to the heavens, with black clouds and deep darkness.
12 ULB ସେତେବେଳେ ସଦାପ୍ରଭୁ ସେହି ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ପ୍ରତି କଥା କହିଲେ, “ତୁମ୍ଭେମାନେ ବାକ୍ୟର ଶବ୍ଦ ଶୁଣିଲ, ମାତ୍ର କୌଣସି ମୂର୍ତ୍ତି ଦେଖିଲ ନାହିଁ, ତୁମ୍ଭେମାନେ କେବଳ ଶବ୍ଦ ଶୁଣିଲ।” BSB BSB: And the LORD spoke to you out of the fire. You heard the sound of the words but saw no form; there was only a voice.
13 ULB ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ। BSB BSB: He declared to you His covenant, which He commanded you to follow—the Ten Commandments that He wrote on two tablets of stone.
14 ULB ସଦାପ୍ରଭୁ ସେହି ସମୟରେ ମୋତେ ଆଜ୍ଞା ଦେଲେ ବିଧି ଓ ଶାସନସକଳ ତୁମ୍ଭମାନଙ୍କୁ ଶିଖାଇବା ପାଇଁ ଯେପରି ଦେଶ ଅଧିକାର କଲା ପରେ ସେସବୁ ପାଳନ କରିବ। BSB BSB: At that time the LORD commanded me to teach you the statutes and ordinances you are to follow in the land that you are crossing the Jordan to possess.
15 ULB ଏନିମନ୍ତେ ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ସାବଧାନ ହୁଅ; କାରଣ ଯେଉଁ ଦିନ ସଦାପ୍ରଭୁ ହୋରେବରେ ଅଗ୍ନି ମଧ୍ୟରୁ ତୁମ୍ଭମାନଙ୍କ ସହିତ କଥା କହିଲେ, ସେଦିନ ତୁମ୍ଭେମାନେ କୌଣସି ମୂର୍ତ୍ତି ଦେଖିଲ ନାହିଁ। BSB BSB: So since you saw no form of any kind on the day the LORD spoke to you out of the fire at Horeb, be careful
16 ULB (ସାବଧାନ), ନୋହିଲେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି ପୁରୁଷର କି ସ୍ତ୍ରୀର ମୂର୍ତ୍ତି, BSB BSB: that you do not act corruptly and make an idol for yourselves of any form or shape, whether in the likeness of a male or female,
17 ULB କି ପୃଥିବୀସ୍ଥ କୌଣସି ପଶୁର ମୂର୍ତ୍ତି, କି ଆକାଶରେ ଉଡ଼ନ୍ତା କୌଣସି ପକ୍ଷୀର ମୂର୍ତ୍ତି, BSB BSB: of any beast that is on the earth or bird that flies in the air,
18 ULB କି ଭୂଚର କୌଣସି ଉରୋଗାମୀ ଜନ୍ତୁର ମୂର୍ତ୍ତି, କି ଭୂମିର ନୀଚସ୍ଥ ଜଳଚର କୌଣସି ଜନ୍ତୁର ମୂର୍ତ୍ତି କରି ଆପଣାମାନଙ୍କ ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ। BSB BSB: or of any creature that crawls on the ground or fish that is in the waters below.
19 ULB କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ସମୁଦାୟ ଆକାଶମଣ୍ଡଳର ଅଧଃସ୍ଥିତ ସମସ୍ତ ଦେଶୀୟ ଲୋକମାନଙ୍କ ନିମନ୍ତେ ନିଯୁକ୍ତ କରିଅଛନ୍ତି, ଏପରି ସୂର୍ଯ୍ୟ ଓ ଚନ୍ଦ୍ର ଓ ତାରା ପ୍ରଭୃତି ଆକାଶର ସମସ୍ତ ବାହିନୀ ପ୍ରତି ଉର୍ଦ୍ଧ୍ବ ଦୃଷ୍ଟି କରି ଅନାଇଲେ ଭ୍ରାନ୍ତ ହୋଇ ତୁମ୍ଭେମାନେ ସେମାନଙ୍କୁ ପ୍ରଣାମ କରିବ ଓ ସେବା କରିବ। BSB BSB: When you look to the heavens and see the sun and moon and stars—all the host of heaven—do not be enticed to bow down and worship what the LORD your God has apportioned to all the nations under heaven.
20 ULB ମାତ୍ର ତୁମ୍ଭେମାନେ ଆଜି ଦିନ ପରି ଯେପରି ସଦାପ୍ରଭୁଙ୍କ ଅଧିକାରର ଲୋକ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଗ୍ରହଣ କରିଅଛନ୍ତି ଓ ତୁମ୍ଭମାନଙ୍କୁ ଲୁହା-ଭାଟି ସ୍ୱରୂପ ମିସରରୁ ଉଦ୍ଧାର କରି ଆଣିଅଛନ୍ତି। BSB BSB: Yet the LORD has taken you and brought you out of the iron furnace, out of Egypt, to be the people of His inheritance, as you are today.
21 ULB ଆହୁରି ସଦାପ୍ରଭୁ ତୁମ୍ଭମାନଙ୍କ ସକାଶେ ମୋ’ ଉପରେ କ୍ରୋଧ କଲେ। ପୁଣି, ମୁଁ ଯେପରି ଯର୍ଦ୍ଦନ ପାର ହୋଇ ନ ଯିବି ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ସେହି ଉତ୍ତମ ଦେଶରେ ମୁଁ ପ୍ରବେଶ ନ କରିବି, ଏଥିପାଇଁ ଶପଥ କଲେ। BSB BSB: The LORD, however, was angry with me on account of you, and He swore that I would not cross the Jordan to enter the good land that the LORD your God is giving you as an inheritance.
22 ULB ଏଣୁ ଏହି ଦେଶରେ ମୁଁ ମରିବି, ମୁଁ ଯର୍ଦ୍ଦନ ପାର ହୋଇ ଯିବି ନାହିଁ; ମାତ୍ର ତୁମ୍ଭେମାନେ ପାର ହୋଇଯିବ ଓ ସେହି ଉତ୍ତମ ଦେଶ ଅଧିକାର କରିବ। BSB BSB: For I will not be crossing the Jordan, because I must die in this land. But you shall cross over and take possession of that good land.
23 ULB ତୁମ୍ଭେମାନେ ଆପଣାମାନଙ୍କ ବିଷୟରେ ସାବଧାନ ହୁଅ, ନୋହିଲେ ତୁମ୍ଭମାନଙ୍କ ସହିତ ସ୍ଥିରୀକୃତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ ତୁମ୍ଭେମାନେ ପାସୋରି ଯିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିଷିଦ୍ଧ କୌଣସି ବସ୍ତୁର ପ୍ରତିମୂର୍ତ୍ତିବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ। BSB BSB: Be careful that you do not forget the covenant of the LORD your God that He made with you; do not make an idol for yourselves in the form of anything He has forbidden you.
24 ULB କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। BSB BSB: For the LORD your God is a consuming fire, a jealous God.
25 ULB ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ। BSB BSB: After you have children and grandchildren and you have been in the land a long time, if you then act corruptly and make an idol of any form—doing evil in the sight of the LORD your God and provoking Him to anger—
26 ULB ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ। BSB BSB: I call heaven and earth as witnesses against you this day that you will quickly perish from the land that you are crossing the Jordan to possess. You will not live long upon it, but will be utterly destroyed.
27 ULB ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ। BSB BSB: Then the LORD will scatter you among the peoples, and only a few of you will survive among the nations to which the LORD will drive you.
28 ULB ଆଉ ସେହି ସ୍ଥାନରେ ତୁମ୍ଭେମାନେ ମନୁଷ୍ୟର ହସ୍ତକୃତ କାଷ୍ଠମୟ ଓ ପ୍ରସ୍ତରମୟ, ପୁଣି ଯେଉଁମାନେ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଭୋଜନ କରନ୍ତି ନାହିଁ, କି ଆଘ୍ରାଣ କରନ୍ତି ନାହିଁ, ଏପରି ଦେବଗଣର ସେବା କରିବ। BSB BSB: And there you will serve man-made gods of wood and stone, which cannot see or hear or eat or smell.
29 ULB ମାତ୍ର ସେହି ସ୍ଥାନରୁ ଯେବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅନ୍ୱେଷଣ କରିବ, ତେବେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଅନ୍ୱେଷଣ କଲେ, ତାହାଙ୍କର ଉଦ୍ଦେଶ୍ୟ ପାଇବ। BSB BSB: But if from there you will seek the LORD your God, you will find Him if you seek Him with all your heart and with all your soul.
30 ULB ଯେତେବେଳେ ତୁମ୍ଭେ ସଙ୍କଟରେ ପଡ଼ିବ ଓ ଏହି ସମସ୍ତ ତୁମ୍ଭ ଉପରେ ଘଟିବ, ସେହି ଶେଷ କାଳରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ଫେରିବ ଓ ତାହାଙ୍କ ରବ ଶୁଣିବ। BSB BSB: When you are in distress and all these things have happened to you, then in later days you will return to the LORD your God and listen to His voice.
31 ULB ଯେହେତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଦୟାଳୁ ପରମେଶ୍ୱର ଅଟନ୍ତି; ସେ ତୁମ୍ଭକୁ ତ୍ୟାଗ କରିବେ ନାହିଁ, କି ତୁମ୍ଭକୁ ବିନଷ୍ଟ କରିବେ ନାହିଁ, କିଅବା ଶପଥ ଦ୍ୱାରା ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ କରିଅଛନ୍ତି, ତାହା ପାସୋରିବେ ନାହିଁ। BSB BSB: For the LORD your God is a merciful God; He will not abandon you or destroy you or forget the covenant with your fathers, which He swore to them by oath.
32 ULB ପରମେଶ୍ୱର ମନୁଷ୍ୟକୁ ପୃଥିବୀରେ ସୃଷ୍ଟି କରିବା ଦିନାବଧି ତୁମ୍ଭ ପୂର୍ବେ ଗତ କାଳକୁ ଓ ଆକାଶମଣ୍ଡଳର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ପର୍ଯ୍ୟନ୍ତ ପଚାର, ଏହି ମହାକାର୍ଯ୍ୟ ତୁଲ୍ୟ କି ଆଉ କୌଣସି କାର୍ଯ୍ୟ ଅଛି, ଅବା ଏପ୍ରକାର କି ଶୁଣା ଯାଇଅଛି? BSB BSB: Indeed, ask now from one end of the heavens to the other about the days that long preceded you, from the day that God created man on earth: Has anything as great as this ever happened or been reported?
33 ULB ଆଉ ତୁମ୍ଭେ ଯେପରି ଶୁଣିଅଛ, ସେପରି କି ଅନ୍ୟ କୌଣସି ଦେଶୀୟ ଲୋକେ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛନ୍ତି? BSB BSB: Has a people ever heard the voice of God speaking out of the fire, as you have, and lived?
34 ULB କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି। BSB BSB: Or has any god tried to take as his own a nation out of another nation—by trials, signs, wonders, and war, by a strong hand and an outstretched arm, and by great terrors—as the LORD your God did for you in Egypt, before your eyes?
35 ULB ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ। BSB BSB: You were shown these things so that you would know that the LORD is God; there is no other besides Him.
36 ULB ସେ ଉପଦେଶ ଦେବା ନିମନ୍ତେ ସ୍ୱର୍ଗରୁ ତୁମ୍ଭକୁ ଆପଣା ରବ ଶୁଣାଇଲେ ଓ ପୃଥିବୀରେ ତୁମ୍ଭକୁ ଆପଣା ମହା ଅଗ୍ନି ଦେଖାଇଲେ, ତୁମ୍ଭେ ଅଗ୍ନି ମଧ୍ୟରୁ ତାହାଙ୍କର ବାକ୍ୟ ଶୁଣିଲ। BSB BSB: He let you hear His voice from heaven to discipline you, and on earth He showed you His great fire, and you heard His words out of the fire.
37 ULB ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ, BSB BSB: Because He loved your fathers, He chose their descendants after them and brought you out of Egypt by His presence and great power,
38 ULB ପୁଣି ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ ଅନ୍ୟ ଦେଶୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେଇ ସେମାନଙ୍କ ଦେଶରେ ତୁମ୍ଭକୁ ପ୍ରବେଶ କରାଇ ଆଜି ଦିନ ତୁଲ୍ୟ ଅଧିକାରାର୍ଥେ ତାହା ତୁମ୍ଭକୁ ଦେବା ପାଇଁ ଆପଣା ଶ୍ରୀମୁଖ ଓ ମହାପରାକ୍ରମ ଦ୍ୱାରା ମିସର ଦେଶରୁ ବାହାର କରି ଆଣିଲେ। BSB BSB: to drive out before you nations greater and mightier than you, and to bring you into their land and give it to you for your inheritance, as it is this day.
39 ULB ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଉର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି। BSB BSB: Know therefore this day and take to heart that the LORD is God in heaven above and on the earth below; there is no other.
40 ULB ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର। BSB BSB: Keep His statutes and commandments, which I am giving you today, so that you and your children after you may prosper, and that you may live long in the land that the LORD your God is giving you for all time.
41 ULB ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ। BSB BSB: Then Moses set aside three cities across the Jordan to the east
42 ULB ଯେପରି କେହି ଆପଣା ପ୍ରତିବାସୀକୁ ପୂର୍ବେ ହିଂସା ନ କରି ଅଜ୍ଞାତସାରରେ ବଧ କଲେ, ସେ ତହିଁ ମଧ୍ୟରୁ କୌଣସି ଏକ ନଗରକୁ ପଳାଇ ବଞ୍ଚି ପାରେ। BSB BSB: to which a manslayer could flee after killing his neighbor unintentionally without prior malice. To save one’s own life, he could flee to one of these cities:
43 ULB ଯଥା, ରୁବେନୀୟମାନଙ୍କ ନିମନ୍ତେ ପଦାଭୂମିସ୍ଥିତ ପ୍ରାନ୍ତରରେ ବେତ୍ସର; ପୁଣି ଗାଦୀୟମାନଙ୍କ ନିମନ୍ତେ ଗିଲୀୟଦରେ ରାମୋତ୍ ଆଉ ମନଃଶିୟମାନଙ୍କ ନିମନ୍ତେ ବାଶନରେ ଗୋଲନ୍। BSB BSB: Bezer in the wilderness on the plateau belonging to the Reubenites, Ramoth in Gilead belonging to the Gadites, or Golan in Bashan belonging to the Manassites.
44 ULB ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନଗଣର ସମ୍ମୁଖରେ ଏହି ବ୍ୟବସ୍ଥା ସ୍ଥାପନ କଲେ; BSB BSB: This is the law that Moses set before the Israelites.
45 ULB ଅର୍ଥାତ୍, ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା ଯର୍ଦ୍ଦନ-ପୂର୍ବପାରିରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ହିଷ୍ବୋନ ନିବାସୀ ଇମୋରୀୟ ରାଜା ସୀହୋନର ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହିସବୁ ପ୍ରମାଣ-ବାକ୍ୟ ଓ ବିଧି ଓ ଶାସନ ଦେଲେ। BSB BSB: These are the testimonies, statutes, and ordinances that Moses proclaimed to them after they had come out of Egypt,
46 ULB କାରଣ ମିସରରୁ ବାହାର ହୋଇ ଆସିବା ସମୟରେ ମୋଶା, ଇସ୍ରାଏଲ ସନ୍ତାନଗଣ ସେହି ରାଜାକୁ ବଧ କରି ତାହାର ଓ ବାଶନର ରାଜା ଓଗ୍ର, BSB BSB: while they were in the valley across the Jordan facing Beth-peor in the land of Sihon king of the Amorites, who lived in Heshbon and was defeated by Moses and the Israelites after they had come out of Egypt.
47 ULB ଯର୍ଦ୍ଦନ-ପୂର୍ବଦିଗସ୍ଥ ଇମୋରୀୟମାନଙ୍କ ଏହି ଦୁଇ ରାଜାର ଦେଶ, BSB BSB: They took possession of the land belonging to Sihon and to Og king of Bashan—the two Amorite kings across the Jordan to the east—
48 ULB ଅର୍ଥାତ୍, ଅର୍ଣ୍ଣୋନ ଉପତ୍ୟକା-ନିକଟସ୍ଥ ଅରୋୟେର ଅବଧି ସିୟୋନ, ଅର୍ଥାତ୍, ହର୍ମୋଣ ନାମକ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ, BSB BSB: extending from Aroer on the rim of the Arnon Valley as far as Mount Siyon (that is, Hermon),
49 ULB ପୁଣି ଅସ୍ଦୋଦ-ପିସ୍ଗାର ଅଧଃସ୍ଥିତ ସମତଳ ଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ। BSB BSB: including all the Arabah on the east side of the Jordan and as far as the Sea of the Arabah, below the slopes of Pisgah.
Select verses for actions: Enter goes to them and Escape comes back.