1 ULB ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ। BSB BSB: You must carefully follow every commandment I am giving you today, so that you may live and multiply, and enter and possess the land that the LORD swore to give your fathers.
2 ULB ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର। BSB BSB: Remember that these forty years the LORD your God led you all the way in the wilderness, so that He might humble you and test you in order to know what was in your heart, whether or not you would keep His commandments.
3 ULB ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର, କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି। BSB BSB: He humbled you, and in your hunger He gave you manna to eat, which neither you nor your fathers had known, so that you might understand that man does not live on bread alone, but on every word that comes from the mouth of the LORD.
4 ULB ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ। BSB BSB: Your clothing did not wear out and your feet did not swell during these forty years.
5 ULB ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ। BSB BSB: So know in your heart that just as a man disciplines his son, so the LORD your God disciplines you.
6 ULB ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ। BSB BSB: Therefore you shall keep the commandments of the LORD your God, walking in His ways and fearing Him.
7 ULB କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ; BSB BSB: For the LORD your God is bringing you into a good land, a land of brooks and fountains and springs that flow through the valleys and hills;
8 ULB ସେହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ସେହି ଦେଶ ଜୀତ ତୈଳ ଓ ମଧୁମୟ; BSB BSB: a land of wheat, barley, vines, fig trees, and pomegranates; a land of olive oil and honey;
9 ULB ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ। BSB BSB: a land where you will eat food without scarcity, where you will lack nothing; a land whose rocks are iron and whose hills are ready to be mined for copper.
10 ULB ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ। BSB BSB: When you eat and are satisfied, you are to bless the LORD your God for the good land that He has given you.
11 ULB ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ। BSB BSB: Be careful not to forget the LORD your God by failing to keep His commandments and ordinances and statutes, which I am giving you this day.
12 ULB ନୋହିଲେ ତୁମ୍ଭେ ଭୋଜନ କରି ତୃପ୍ତ ହେଲେ ଓ ଉତ୍ତମ ଗୃହ ନିର୍ମାଣ କରି ତହିଁରେ ବାସ କଲେ, BSB BSB: Otherwise, when you eat and are satisfied, when you build fine houses in which to dwell,
13 ULB ପୁଣି ତୁମ୍ଭର ଗୋମେଷାଦି ପଲ ବୃଦ୍ଧି ପାଇଲେ, ତୁମ୍ଭର ରୂପା ଓ ସୁନା ପ୍ରଚୁର ହେଲେ ଓ ତୁମ୍ଭର ଯାହା ଅଛି, ତାହାସବୁ ବୃଦ୍ଧି ପାଇଲେ, BSB BSB: and when your herds and flocks grow large and your silver and gold increase and all that you have is multiplied,
14 ULB ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ, BSB BSB: then your heart will become proud, and you will forget the LORD your God who brought you out of the land of Egypt, out of the house of slavery.
15 ULB ଯେ ତୁମ୍ଭର ଭବିଷ୍ୟତ ମଙ୍ଗଳ ନିମନ୍ତେ ତୁମ୍ଭକୁ ନମ୍ର କରିବାକୁ ଓ ତୁମ୍ଭର ପରୀକ୍ଷା ନେବାକୁ ଜ୍ୱାଳାଦାୟୀ ସର୍ପ ଓ ବିଚ୍ଛା, ପୁଣି ନିର୍ଜଳ ଶୁଷ୍କ ଭୂମି ଥିବା ଏହି ବିସ୍ତୀର୍ଣ୍ଣ ଓ ଭୟାନକ ପ୍ରାନ୍ତର ଦେଇ ତୁମ୍ଭକୁ ଗମନ କରାଇଲେ; ଯେ ତୁମ୍ଭ ନିମନ୍ତେ ଚକ୍ମକି-ପ୍ରସ୍ତରମୟ ଶୈଳରୁ ଜଳ ବାହାର କଲେ; BSB BSB: He led you through the vast and terrifying wilderness with its venomous snakes and scorpions, a thirsty and waterless land. He brought you water from the rock of flint.
16 ULB ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ। BSB BSB: He fed you in the wilderness with manna that your fathers had not known, in order to humble you and test you, so that in the end He might cause you to prosper.
17 ULB ପୁଣି ତୁମ୍ଭେ ଆପଣା ମନେ ମନେ କହିବ, ଆମ୍ଭର ପରାକ୍ରମ ଓ ବାହୁବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି। BSB BSB: You might say in your heart, “The power and strength of my hands have made this wealth for me.”
18 ULB ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ। BSB BSB: But remember that it is the LORD your God who gives you the power to gain wealth, in order to confirm His covenant that He swore to your fathers even to this day.
19 ULB ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ। BSB BSB: If you ever forget the LORD your God and go after other gods to worship and bow down to them, I testify against you today that you will surely perish.
20 ULB ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ। BSB BSB: Like the nations that the LORD has destroyed before you, so you will perish if you do not obey the LORD your God.
Select verses for actions: Enter goes to them and Escape comes back.