1 ULB ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା। BSB BSB: These are the words of the Teacher, the son of David, king in Jerusalem:
2 ULB ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର। BSB BSB: “Futility of futilities,” says the Teacher, “futility of futilities! Everything is futile!”
3 ULB ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ, ତାହାର ସେହିସବୁରୁ କି ଲାଭ? BSB BSB: What does a man gain from all his labor, at which he toils under the sun?
4 ULB ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ। BSB BSB: Generations come and generations go, but the earth remains forever.
6 ULB ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ। BSB BSB: The wind blows southward, then turns northward; round and round it swirls, ever returning on its course.
7 ULB ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି। BSB BSB: All the rivers flow into the sea, yet the sea is never full; to the place from which the streams come, there again they flow.
8 ULB ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ। BSB BSB: All things are wearisome, more than one can describe; the eye is not satisfied with seeing, nor the ear content with hearing.
9 ULB ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ। BSB BSB: What has been will be again, and what has been done will be done again; there is nothing new under the sun.
10 ULB ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା। BSB BSB: Is there a case where one can say, “Look, this is new”? It has already existed in the ages before us.
11 ULB ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।” BSB BSB: There is no remembrance of those who came before, and those yet to come will not be remembered by those who follow after.
12 ULB ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି। BSB BSB: I, the Teacher, was king over Israel in Jerusalem.
13 ULB ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ। BSB BSB: And I set my mind to seek and explore by wisdom all that is done under heaven. What a miserable task God has laid upon the sons of men to occupy them!
14 ULB ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର। BSB BSB: I have seen all the things that are done under the sun, and have found them all to be futile, a pursuit of the wind.
15 ULB ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ। BSB BSB: What is crooked cannot be straightened, and what is lacking cannot be counted.
16 ULB ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋ’ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।” BSB BSB: I said to myself, “Behold, I have grown and increased in wisdom beyond all those before me who were over Jerusalem, and my mind has observed a wealth of wisdom and knowledge.”
17 ULB ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି। BSB BSB: So I set my mind to know wisdom and madness and folly; I learned that this, too, is a pursuit of the wind.
18 ULB କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ। BSB BSB: For with much wisdom comes much sorrow, and as knowledge grows, grief increases.
Select verses for actions: Enter goes to them and Escape comes back.