1 ULB ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ। BSB BSB: So I took all this to heart and concluded that the righteous and the wise, as well as their deeds, are in God’s hands. Man does not know what lies ahead, whether love or hate.
2 ULB ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି। BSB BSB: It is the same for all: There is a common fate for the righteous and the wicked, for the good and the bad, for the clean and the unclean, for the one who sacrifices and the one who does not. As it is for the good, so it is for the sinner; as it is for the one who makes a vow, so it is for the one who refuses to take a vow.
3 ULB ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି। BSB BSB: This is an evil in everything that is done under the sun: There is one fate for everyone. Furthermore, the hearts of men are full of evil and madness while they are alive, and afterward they join the dead.
4 ULB କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ। BSB BSB: There is hope, however, for anyone who is among the living; for even a live dog is better than a dead lion.
5 ULB ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ। BSB BSB: For the living know that they will die, but the dead know nothing. They have no further reward, because the memory of them is forgotten.
6 ULB ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତ କାଳ ସେମାନଙ୍କର କୌଣସି ଅଂଶ ନ ଥାଏ। BSB BSB: Their love, their hate, and their envy have already vanished, and they will never again have a share in all that is done under the sun.
7 ULB ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି। BSB BSB: Go, eat your bread with joy, and drink your wine with a cheerful heart, for God has already approved your works:
8 ULB ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ। BSB BSB: Let your garments always be white, and never spare the oil for your head.
9 ULB ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ। BSB BSB: Enjoy life with your beloved wife all the days of the fleeting life that God has given you under the sun—all your fleeting days. For this is your portion in life and in your labor under the sun.
10 ULB ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ। BSB BSB: Whatever you find to do with your hands, do it with all your might, for in Sheol, where you are going, there is no work or planning or knowledge or wisdom.
11 ULB ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହ ପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ। BSB BSB: I saw something else under the sun: The race is not to the swift, nor the battle to the strong; neither is the bread to the wise, nor the wealth to the intelligent, nor the favor to the skillful. For time and chance happen to all.
12 ULB କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ ସନ୍ତାନଗଣ ଅକସ୍ମାତ୍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି। BSB BSB: For surely no man knows his time: Like fish caught in a cruel net or birds trapped in a snare, so men are ensnared in an evil time that suddenly falls upon them.
13 ULB ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋ’ ଦୃଷ୍ଟିରେ ମହତ୍ ବୋଧ ହେଲା; BSB BSB: I have also seen this wisdom under the sun, and it was great to me:
14 ULB ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା। BSB BSB: There was a small city with few men. A mighty king came against it, surrounded it, and built large siege ramps against it.
15 ULB ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ। BSB BSB: Now a poor wise man was found in the city, and he saved the city by his wisdom. Yet no one remembered that poor man.
16 ULB ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ। BSB BSB: And I said, “Wisdom is better than strength, but the wisdom of the poor man is despised, and his words are not heeded.”
17 ULB ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ। BSB BSB: The calm words of the wise are heeded over the shouts of a ruler among fools.
18 ULB ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।” BSB BSB: Wisdom is better than weapons of war, but one sinner destroys much good.
Select verses for actions: Enter goes to them and Escape comes back.