1 ULB ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ| BSB BSB: Paul, an apostle of Christ Jesus by the will of God, To the saints in Ephesus, the faithful in Christ Jesus:
2 ULB ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। BSB BSB: Grace and peace to you from God our Father and the Lord Jesus Christ.
3 ULB ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି, BSB BSB: Blessed be the God and Father of our Lord Jesus Christ, who has blessed us in Christ with every spiritual blessing in the heavenly realms.
5 ULB ପୁଣି, ସେ ଆମ୍ଭମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୁର୍ବରୁ ନିରୂପଣ କଲେ; BSB BSB: He predestined us for adoption as His sons through Jesus Christ, according to the good pleasure of His will,
6 ULB ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି। BSB BSB: to the praise of His glorious grace, which He has freely given us in the Beloved One.
7 ULB ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ। BSB BSB: In Him we have redemption through His blood, the forgiveness of our trespasses, according to the riches of His grace
8 ULB ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି। BSB BSB: that He lavished on us with all wisdom and understanding.
9 ULB ପୁର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି, BSB BSB: And He has made known to us the mystery of His will according to His good pleasure, which He purposed in Christ
10 ULB ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ। BSB BSB: as a plan for the fullness of time, to bring all things in heaven and on earth together in Christ.
11 ULB ତାହାଙ୍କଠାରେ ମଧ୍ୟ ଆମ୍ଭେମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ୱର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେମାନେ ପୁର୍ବରୁ ନିରୁପିତ ହେଲୁ, BSB BSB: In Him we were also chosen as God’s own, having been predestined according to the plan of Him who works out everything by the counsel of His will,
12 ULB ଯେପରି ଖ୍ରୀଷ୍ଟଙ୍କଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଈଶ୍ୱରଙ୍କ ଗୌରବର ପ୍ରଶଂସାର କାରଣ ହେଉ। BSB BSB: in order that we, who were the first to hope in Christ, would be for the praise of His glory.
13 ULB ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ; BSB BSB: And in Him, having heard and believed the word of truth—the gospel of your salvation—you were sealed with the promised Holy Spirit,
14 ULB ଈଶ୍ୱରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ। BSB BSB: who is the pledge of our inheritance until the redemption of those who are God’s possession, to the praise of His glory.
15 ULB ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ, BSB BSB: For this reason, ever since I heard about your faith in the Lord Jesus and your love for all the saints,
16 ULB ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ। BSB BSB: I have not stopped giving thanks for you, remembering you in my prayers,
17 ULB ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି; BSB BSB: that the God of our Lord Jesus Christ, the glorious Father, may give you a spirit of wisdom and revelation in your knowledge of Him.
18 ULB ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ, BSB BSB: I ask that the eyes of your heart may be enlightened, so that you may know the hope of His calling, the riches of His glorious inheritance in the saints,
19 ULB ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କ'ଣ, ଏହି ସବୁ ଜାଣି ପାର; BSB BSB: and the surpassing greatness of His power to us who believe. These are in accordance with the working of His mighty strength,
20 ULB ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ, BSB BSB: which He exerted in Christ when He raised Him from the dead and seated Him at His right hand in the heavenly realms,
21 ULB ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରାଇଲେ, BSB BSB: far above all rule and authority, power and dominion, and every name that is named, not only in the present age but also in the one to come.
22 ULB ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ; BSB BSB: And God put everything under His feet and made Him head over everything for the church,
23 ULB ସେହି ମଣ୍ଡଳୀ ତାହାଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା। BSB BSB: which is His body, the fullness of Him who fills all in all.
Select verses for actions: Enter goes to them and Escape comes back.