1 ULB ଏଥି ନିମନ୍ତେ ମୁଁ ପାଉଲ, ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ BSB BSB: For this reason I, Paul, the prisoner of Christ Jesus for the sake of you Gentiles...
2 ULB ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ୱରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ, BSB BSB: Surely you have heard about the stewardship of God’s grace that was given to me for you,
3 ULB ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସକ୍ଷିପ୍ତ ଭାବରେ ଲେଖିଅଛି। BSB BSB: that is, the mystery made known to me by revelation, as I have already written briefly.
4 ULB ତାହା ପଢି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋର ଜ୍ଞାନର ପରିଚୟ ପାଇ ପାର; BSB BSB: In reading this, then, you will be able to understand my insight into the mystery of Christ,
5 ULB ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା, BSB BSB: which was not made known to men in other generations as it has now been revealed by the Spirit to God’s holy apostles and prophets.
6 ULB ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୂଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି; BSB BSB: This mystery is that through the gospel the Gentiles are fellow heirs, fellow members of the body, and fellow partakers of the promise in Christ Jesus.
7 ULB ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି। BSB BSB: I became a servant of this gospel by the gift of God’s grace, given me through the working of His power.
8 ULB ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ, BSB BSB: Though I am less than the least of all the saints, this grace was given me: to preach to the Gentiles the unsearchable riches of Christ,
9 ULB ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ୱରଙ୍କଠାରେ ପ୍ରାଚୀନ କାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କ'ଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି, BSB BSB: and to illuminate for everyone the stewardship of this mystery, which for ages past was kept hidden in God, who created all things.
10 ULB ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ, BSB BSB: His purpose was that now, through the church, the manifold wisdom of God should be made known to the rulers and authorities in the heavenly realms,
11 ULB ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ; BSB BSB: according to the eternal purpose that He accomplished in Christ Jesus our Lord.
12 ULB ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ୱରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ। BSB BSB: In Him and through faith in Him we may enter God’s presence with boldness and confidence.
13 ULB ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ। BSB BSB: So I ask you not to be discouraged because of my sufferings for you, which are your glory.
14 ULB ଏଥି ନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ, BSB BSB: ... for this reason I bow my knees before the Father,
15 ULB ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି, BSB BSB: from whom every family in heaven and on earth derives its name.
16 ULB ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି, BSB BSB: I ask that out of the riches of His glory He may strengthen you with power through His Spirit in your inner being,
17 ULB ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି, BSB BSB: so that Christ may dwell in your hearts through faith. Then you, being rooted and grounded in love,
18 ULB ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈୖର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ, BSB BSB: will have power, together with all the saints, to comprehend the length and width and height and depth
19 ULB ଆଉ ସେହି ପ୍ରକାରେ ଈଶ୍ୱରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ। BSB BSB: of the love of Christ, and to know this love that surpasses knowledge, that you may be filled with all the fullness of God.
20 ULB ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି, BSB BSB: Now to Him who is able to do immeasurably more than all we ask or imagine, according to His power that is at work within us,
21 ULB ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍। BSB BSB: to Him be the glory in the church and in Christ Jesus throughout all generations, forever and ever. Amen.
Select verses for actions: Enter goes to them and Escape comes back.