1 ULB ମିସର ଦେଶରୁ ଇସ୍ରାଏଲ ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ। BSB BSB: In the third month, on the same day of the month that the Israelites had left the land of Egypt, they came to the Wilderness of Sinai.
2 ULB ସେମାନେ ରଫୀଦୀମଠାରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଉପସ୍ଥିତ ହୁଅନ୍ତେ, ସେହି ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; ଇସ୍ରାଏଲ ସେହି ସ୍ଥାନରେ ପର୍ବତ ସମ୍ମୁଖରେ ଛାଉଣି ସ୍ଥାପନ କଲେ। BSB BSB: After they had set out from Rephidim, they entered the Wilderness of Sinai, and Israel camped there in front of the mountain.
3 ULB ଏଥିଉତ୍ତାରେ ମୋଶା ପରମେଶ୍ୱରଙ୍କ ନିକଟକୁ ଆରୋହଣ କରନ୍ତେ, ସଦାପ୍ରଭୁ ପର୍ବତରୁ ତାଙ୍କୁ ଡାକି କହିଲେ, “ତୁମ୍ଭେ ଯାକୁବ ବଂଶକୁ ଏହି କଥା କୁହ ଓ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହା ଜଣାଅ।” BSB BSB: Then Moses went up to God, and the LORD called to him from the mountain, “This is what you are to tell the house of Jacob and explain to the sons of Israel:
4 ULB ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିପରି ଉତ୍କ୍ରୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ। BSB BSB: ‘You have seen for yourselves what I did to Egypt, and how I carried you on eagles’ wings and brought you to Myself.
5 ULB ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର। BSB BSB: Now if you will indeed obey My voice and keep My covenant, you will be My treasured possession out of all the nations—for the whole earth is Mine.
6 ULB ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ। BSB BSB: And unto Me you shall be a kingdom of priests and a holy nation.’ These are the words that you are to speak to the Israelites.”
7 ULB ତହୁଁ ମୋଶା ଆସି ଲୋକମାନଙ୍କର ପ୍ରାଚୀନବର୍ଗଙ୍କୁ ଡକାଇ ସଦାପ୍ରଭୁଙ୍କ ଦ୍ୱାରା ଆଦେଶପ୍ରାପ୍ତ ଏହି ସବୁ କଥା ସେମାନଙ୍କ ଅଗ୍ରତେ ପ୍ରସ୍ତାବ କଲେ। BSB BSB: So Moses went back and summoned the elders of the people and set before them all these words that the LORD had commanded him.
8 ULB ତହିଁରେ ସମସ୍ତ ଲୋକ ଏକ ସଙ୍ଗରେ ଅଙ୍ଗୀକାର କରି କହିଲେ, “ସଦାପ୍ରଭୁ ଯେଉଁ କଥା କହିଅଛନ୍ତି, ତାହାସବୁ ଆମ୍ଭେମାନେ କରିବା।” ସେତେବେଳେ ମୋଶା ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କ କଥା ଜଣାଇଲେ। BSB BSB: And all the people answered together, “We will do everything that the LORD has spoken.” So Moses brought their words back to the LORD.
9 ULB ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ସହିତ କଥା କହିବା ସମୟରେ ଲୋକମାନେ ଯେପରି ତାହା ଶୁଣି ପାରିବେ, ମଧ୍ୟ ତୁମ୍ଭଠାରେ ସର୍ବଦା ବିଶ୍ୱାସ କରିବେ, ଏଥିପାଇଁ ଆମ୍ଭେ ନିବିଡ଼ ମେଘରେ ତୁମ୍ଭ ନିକଟକୁ ଆସୁଅଛୁ।” ଏଥିଉତ୍ତାରେ ମୋଶା ଲୋକମାନଙ୍କ କଥା ସଦାପ୍ରଭୁଙ୍କୁ ଜଣାଇଲେ। BSB BSB: The LORD said to Moses, “Behold, I will come to you in a dense cloud, so that the people will hear when I speak with you, and they will always put their trust in you.” And Moses relayed to the LORD what the people had said.
10 ULB ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ BSB BSB: Then the LORD said to Moses, “Go to the people and consecrate them today and tomorrow. They must wash their clothes
11 ULB ଓ ତୃତୀୟ ଦିନ ନିମନ୍ତେ ସମସ୍ତେ ପ୍ରସ୍ତୁତ ହେଉନ୍ତୁ; କାରଣ ତୃତୀୟ ଦିନରେ ସଦାପ୍ରଭୁ ସମସ୍ତ ଲୋକଙ୍କ ସାକ୍ଷାତରେ ସୀନୟ ପର୍ବତ ଉପରକୁ ଓହ୍ଲାଇ ଆସିବେ। BSB BSB: and be prepared by the third day, for on the third day the LORD will come down on Mount Sinai in the sight of all the people.
12 ULB ଏହେତୁ ତୁମ୍ଭେ ଲୋକମାନଙ୍କ ଚତୁର୍ଦ୍ଦିଗରେ ସୀମା ନିରୂପଣ କରି ଏହି କଥା କୁହ, ତୁମ୍ଭେମାନେ ପର୍ବତାରୋହଣ ଓ ତହିଁର ସୀମା ସ୍ପର୍ଶ କରିବାକୁ ସାବଧାନ ହୁଅ; ଯେକେହି ପର୍ବତ ସ୍ପର୍ଶ କରିବ, ସେ ଅବଶ୍ୟ ହତ ହେବ। BSB BSB: And you are to set up a boundary for the people around the mountain and tell them, ‘Be careful not to go up on the mountain or touch its base. Whoever touches the mountain shall surely be put to death.
13 ULB କାହାର ହାତ ତାହାକୁ ସ୍ପର୍ଶ କରିବ ନାହିଁ, ମାତ୍ର ସେ ଅବଶ୍ୟ ପ୍ରସ୍ତରାଘାତରେ ହତ ହେବ, କିମ୍ବା ବାଣ ଦ୍ୱାରା ବିଦ୍ଧ ହେବ; ପଶୁ ହେଉ କି ମନୁଷ୍ୟ ହେଉ, କଦାପି ବଞ୍ଚିବ ନାହିଁ; ତୂରୀର ଦୀର୍ଘଧ୍ୱନି ହେଲେ ସେମାନେ ପର୍ବତ ପର୍ଯ୍ୟନ୍ତ ଉଠି ଆସିବେ।” BSB BSB: No hand shall touch him, but he shall surely be stoned or shot with arrows—whether man or beast, he must not live.’ Only when the ram’s horn sounds a long blast may they approach the mountain.”
14 ULB ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ସବୁ ଧୌତ କଲେ। BSB BSB: When Moses came down from the mountain to the people, he consecrated them, and they washed their clothes.
15 ULB ତହୁଁ ସେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ତୃତୀୟ ଦିନ ନିମନ୍ତେ ପ୍ରସ୍ତୁତ ହୁଅ; ପୁଣି ଆପଣା ଆପଣା ଭାର୍ଯ୍ୟା ସହ ଶୟନ କର ନାହିଁ।” BSB BSB: “Be prepared for the third day,” he said to the people. “Do not draw near to a woman.”
16 ULB ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ। BSB BSB: On the third day, when morning came, there was thunder and lightning. A thick cloud was upon the mountain, and a very loud blast of the ram’s horn went out, so that all the people in the camp trembled.
17 ULB ତହୁଁ ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ମୋଶା ଲୋକମାନଙ୍କୁ ଛାଉଣିରୁ ବାହାର କରି ଆଣିଲେ, ତହିଁରେ ସେମାନେ ପର୍ବତର ତଳେ ଠିଆ ହେଲେ। BSB BSB: Then Moses brought the people out of the camp to meet with God, and they stood at the foot of the mountain.
18 ULB ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି, ସମୁଦାୟ ପର୍ବତ ଅତିଶୟ କମ୍ପିଲା। BSB BSB: Mount Sinai was completely enveloped in smoke, because the LORD had descended on it in fire. And the smoke rose like the smoke of a furnace, and the whole mountain quaked violently.
19 ULB ପୁଣି, ତୂରୀଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, “ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।” BSB BSB: And as the sound of the ram’s horn grew louder and louder, Moses spoke and God answered him in the thunder.
20 ULB ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତ ଉପରେ, ଅର୍ଥାତ୍, ପର୍ବତ ଶୃଙ୍ଗରେ ଅବରୋହଣ କଲା ଉତ୍ତାରେ ମୋଶାଙ୍କୁ ସେହି ପର୍ବତ ଶୃଙ୍ଗକୁ ଡ଼ାକିଲେ; ତହିଁରେ ମୋଶା ଆରୋହଣ କଲେ। BSB BSB: The LORD descended to the top of Mount Sinai and called Moses to the summit. So Moses went up,
21 ULB ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଇ ଲୋକମାନଙ୍କୁ ଦୃଢ଼ ଆଦେଶ କର, ନୋହିଲେ ସଦାପ୍ରଭୁଙ୍କୁ ଦେଖିବା ପାଇଁ ସୀମା ଲଙ୍ଘନ କଲେ, ସେମାନଙ୍କ ମଧ୍ୟରୁ ଅନେକେ ବିନଷ୍ଟ ହେବେ। BSB BSB: and the LORD said to him, “Go down and warn the people not to break through to see the LORD, lest many of them perish.
22 ULB ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା’ନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।” BSB BSB: Even the priests who approach the LORD must consecrate themselves, or the LORD will break out against them.”
23 ULB ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଲୋକମାନେ ସୀନୟ ପର୍ବତରେ ଆରୋହଣ କରି ପାରନ୍ତି ନାହିଁ; କାରଣ ତୁମ୍ଭେ ଦୃଢ଼ ଆଜ୍ଞା ଦେଇ ଆମ୍ଭମାନଙ୍କୁ କହିଅଛ, ପର୍ବତର ସୀମା ନିରୂପଣ କର ଓ ତାହା ପବିତ୍ର କର।” BSB BSB: But Moses said to the LORD, “The people cannot come up Mount Sinai, for You solemnly warned us, ‘Put a boundary around the mountain and set it apart as holy.’”
24 ULB ତେବେ ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ, ଓହ୍ଲାଅ; ପୁଣି, ତୁମ୍ଭେ ହାରୋଣଙ୍କୁ ସଙ୍ଗରେ ନେଇ ଆରୋହଣ କରିବ; ମାତ୍ର ଯାଜକଗଣ ଓ ଲୋକମାନଙ୍କ ଉପରେ ସଦାପ୍ରଭୁ ଯେପରି ଆକ୍ରମଣ ନ କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ଛାମୁକୁ ଆସିବା ପାଇଁ ସୀମା ଅତିକ୍ରମ ନ କରନ୍ତୁ।” BSB BSB: And the LORD replied, “Go down and bring Aaron with you. But the priests and the people must not break through to come up to the LORD, or He will break out against them.”
25 ULB ତହୁଁ ମୋଶା ଲୋକମାନଙ୍କ ନିକଟକୁ ଓହ୍ଲାଇ ଯାଇ ସେମାନଙ୍କୁ ସେହି ପ୍ରକାର ଆଜ୍ଞା ଦେଲେ। BSB BSB: So Moses went down to the people and spoke to them.