1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
2 ULB “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଆମ୍ଭ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ; ଯାହାର ହୃଦୟ ଯାହାକୁ ଇଚ୍ଛୁକ କରାଏ, ତାହାଠାରୁ ତୁମ୍ଭେମାନେ ଆମ୍ଭର ସେହି ଉପହାର ଗ୍ରହଣ କରିବ। BSB BSB: “Tell the Israelites to bring Me an offering. You are to receive My offering from every man whose heart compels him.
3 ULB ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ; BSB BSB: This is the offering you are to accept from them: gold, silver, and bronze;
4 ULB ପୁଣି, ନୀଳ ବର୍ଣ୍ଣ, ଧୂମ୍ର ବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, BSB BSB: blue, purple, and scarlet yarn; fine linen and goat hair;
5 ULB ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍ କାଷ୍ଠ, BSB BSB: ram skins dyed red and fine leather; acacia wood;
6 ULB ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ, BSB BSB: olive oil for the light; spices for the anointing oil and for the fragrant incense;
7 ULB ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର; ଏହି ସମସ୍ତ ଉପହାର ସେମାନଙ୍କଠାରୁ ଗ୍ରହଣ କରିବ। BSB BSB: and onyx stones and gemstones to be mounted on the ephod and breastpiece.
8 ULB ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା। BSB BSB: And they are to make a sanctuary for Me, so that I may dwell among them.
9 ULB ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ। BSB BSB: You must make the tabernacle and design all its furnishings according to the pattern I show you.
10 ULB ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ। BSB BSB: And they are to construct an ark of acacia wood, two and a half cubits long, a cubit and a half wide, and a cubit and a half high.
11 ULB ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ; ପୁଣି, ତହିଁର ଭିତର ଓ ବାହାର ହିଁ ମଡ଼ାଇବ, ପୁଣି, ତହିଁ ଉପର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ। BSB BSB: Overlay it with pure gold both inside and out, and make a gold molding around it.
13 ULB ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ଦୁଇ ସାଙ୍ଗୀ କରି ସ୍ୱର୍ଣ୍ଣରେ ମଡ଼ାଇବ। BSB BSB: And make poles of acacia wood and overlay them with gold.
14 ULB ପୁଣି, ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ। BSB BSB: Insert the poles into the rings on the sides of the ark, in order to carry it.
15 ULB ସେହି ସାଙ୍ଗୀ ସିନ୍ଦୁକର କଡ଼ାରେ ଥିବ, ତହିଁରୁ ବାହାର କରାଯିବ ନାହିଁ। BSB BSB: The poles are to remain in the rings of the ark; they must not be removed.
16 ULB ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକରେ ରଖିବ। BSB BSB: And place inside the ark the Testimony, which I will give you.
17 ULB ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ। BSB BSB: And you are to construct a mercy seat of pure gold, two and a half cubits long and a cubit and a half wide.
18 ULB ତୁମ୍ଭେ ସୁବର୍ଣ୍ଣର ଦୁଇ କିରୂବ ପ୍ରସ୍ତୁତ କରିବ; ପିଟା କର୍ମରେ ତାହା ପ୍ରସ୍ତୁତ କରି ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ। BSB BSB: Make two cherubim of hammered gold at the ends of the mercy seat,
19 ULB ଏକ କିରୂବ ଏକ ମୁଣ୍ଡରେ ଓ ଅନ୍ୟ କିରୂବ ଅନ୍ୟ ମୁଣ୍ଡରେ ସ୍ଥାପନ କରିବ; ଦୁଇ କିରୂବକୁ ପାପାଚ୍ଛାଦନ ସହିତ ସଂଲଗ୍ନ ଓ ତହିଁର ଦୁଇ ପ୍ରାନ୍ତରେ ଉଭା କରି ସ୍ଥାପନ କରିବ। BSB BSB: one cherub on one end and one on the other, all made from one piece of gold.
20 ULB ପୁଣି, କିରୂବମାନେ ପରସ୍ପର ସମ୍ମୁଖୀନ ହୋଇ ପକ୍ଷ ଉର୍ଦ୍ଧ୍ୱକୁ ବିସ୍ତାର କରି ପାପାଚ୍ଛାଦନ ଆବରଣ କରିବେ; ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିବ। BSB BSB: And the cherubim are to have wings that spread upward, overshadowing the mercy seat. The cherubim are to face each other, looking toward the mercy seat.
21 ULB ତୁମ୍ଭେ ସେହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ସାକ୍ଷ୍ୟପତ୍ର ଦେବା, ତାହା ସେହି ସିନ୍ଦୁକ ଭିତରେ ଥୋଇବ। BSB BSB: Set the mercy seat atop the ark and put the Testimony that I will give you into the ark.
22 ULB ଆଉ ଆମ୍ଭେ ସେହି ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ, ଅର୍ଥାତ୍, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ କିରୂବ ଦ୍ୱୟ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭର ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା। BSB BSB: And I will meet with you there above the mercy seat, between the two cherubim that are over the ark of the Testimony; I will speak with you about all that I command you regarding the Israelites.
23 ULB ତହିଁ ଉତ୍ତାରୁ ତୁମ୍ଭେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରି BSB BSB: You are also to make a table of acacia wood two cubits long, a cubit wide, and a cubit and a half high.
24 ULB ନିର୍ମଳ ସ୍ୱର୍ଣ୍ଣରେ ତାହା ମଡ଼ାଇବ, ପୁଣି, ତହିଁର ଚତୁର୍ଦ୍ଦିଗରେ ସ୍ୱର୍ଣ୍ଣର କାନ୍ଥି କରିବ। BSB BSB: Overlay it with pure gold and make a gold molding around it.
25 ULB ପୁଣି, ତହିଁର ଚତୁର୍ଦ୍ଦିଗରେ ଚତୁର୍ଙ୍ଗୁଳି ପରିମିତ ଏକ ବେଷ୍ଟନ କରିବ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣ କାନ୍ଥି କରିବ। BSB BSB: And make a rim around it a handbreadth wide and put a gold molding on the rim.
26 ULB ଆଉ ସୁବର୍ଣ୍ଣ ନିର୍ମିତ ଚାରି କଡ଼ା କରି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିବ। BSB BSB: Make four gold rings for the table and fasten them to the four corners at its four legs.
27 ULB ମେଜ ବହନାର୍ଥେ ସାଙ୍ଗୀର ଘରା ନିମନ୍ତେ ସେହି କଡ଼ା ବେଷ୍ଟନ-ପାର୍ଶ୍ୱରେ ଥିବ। BSB BSB: The rings are to be close to the rim, to serve as holders for the poles used to carry the table.
28 ULB ପୁଣି, ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ପ୍ରସ୍ତୁତ କରି ସ୍ୱର୍ଣ୍ଣରେ ମଡ଼ାଇବ। BSB BSB: Make the poles of acacia wood and overlay them with gold, so that the table may be carried with them.
29 ULB ପୁଣି, ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ନିମନ୍ତେ ପାତ୍ର ନିର୍ମାଣ କରିବ, ଏହି ସମସ୍ତ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କରିବ। BSB BSB: You are also to make the plates and dishes, as well as the pitchers and bowls for pouring drink offerings. Make them out of pure gold.
30 ULB ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ। BSB BSB: And place the Bread of the Presence on the table before Me at all times.
31 ULB ଆହୁରି, ତୁମ୍ଭେ ନିର୍ମଳ ସୁବର୍ଣ୍ଣର ଏକ ଦୀପବୃକ୍ଷ ନିର୍ମାଣ କରିବ; ପିଟା କର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମିତ ହେବ; ଆଉ ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ। BSB BSB: Then you are to make a lampstand of pure, hammered gold. It shall be made of one piece, including its base and shaft, its cups, and its buds and petals.
32 ULB ଅର୍ଥାତ୍, ତହିଁର ଏକ ପାର୍ଶ୍ୱରୁ ତିନି ଦୀପଶାଖା ଓ ଅନ୍ୟ ପାର୍ଶ୍ୱରୁ ତିନି ଦୀପଶାଖା, ଏହିରୂପେ ଦୁଇ ପାର୍ଶ୍ୱରୁ ଛଅ ଶାଖା ନିର୍ଗତ ହେବ। BSB BSB: Six branches are to extend from the sides of the lampstand—three on one side and three on the other.
33 ULB ତହିଁର ଏକ ଶାଖାରେ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ, ପୁଣି, ଅନ୍ୟ ଶାଖାରେ ବାଦାମ ପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ ରହିବ; ସେହି ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ଏହିରୂପେ ହେବ। BSB BSB: There are to be three cups shaped like almond blossoms on the first branch, each with buds and petals, three on the next branch, and the same for all six branches that extend from the lampstand.
34 ULB ମାତ୍ର ଦୀପବୃକ୍ଷରେ ବାଦାମ ପୁଷ୍ପାକୃତି ଚାରି ଗୋଲାଧାର, କଳିକା ଓ ପୁଷ୍ପ ରହିବ; BSB BSB: And on the lampstand there shall be four cups shaped like almond blossoms with buds and petals.
35 ULB ପୁଣି, ସେହି ଦୀପବୃକ୍ଷରୁ ଯେଉଁ ଛଅ ଶାଖା ନିର୍ଗତ ହୁଏ, ସେମାନଙ୍କ ଏକ ଶାଖା ଦ୍ୱୟର ତଳେ ଏକ କଳିକା ଓ ଦ୍ୱିତୀୟ ଶାଖା ଦ୍ୱୟର ତଳେ ଏକ କଳିକା ଓ ତୃତୀୟ ଶାଖା ଦ୍ୱୟର ତଳେ ଏକ କଳିକା ରହିବ। BSB BSB: For the six branches that extend from the lampstand, a bud must be under the first pair of branches, a bud under the second pair, and a bud under the third pair.
36 ULB ଆଉ, କଳିକା, ଶାଖା ତହିଁର ଅଂଶ ହେବ ଓ ସମସ୍ତ ନିର୍ମଳ ସ୍ୱର୍ଣ୍ଣରେ ନିର୍ମିତ ଏକ ପିଟା କର୍ମ ହେବ। BSB BSB: The buds and branches are to be all of one piece with the lampstand, hammered out of pure gold.
37 ULB ଆଉ, ତୁମ୍ଭେ ତହିଁ ପାଇଁ ସପ୍ତ ପ୍ରଦୀପ ନିର୍ମାଣ କରିବ; ତହିଁରେ ଲୋକମାନେ ସେହି ପ୍ରଦୀପ ଜ୍ୱଳାଇଲେ, ତହିଁର ସମ୍ମୁଖରେ ଆଲୁଅ ହେବ BSB BSB: Make seven lamps and set them up on the lampstand so that they illuminate the area in front of it.
38 ULB ଏବଂ ନିର୍ମଳ ସୁବର୍ଣ୍ଣରେ ତହିଁର ଚିମୁଟା ଓ ଅଙ୍ଗାରଦାନି ନିର୍ମାଣ କରିବ। BSB BSB: The wick trimmers and their trays must be of pure gold.
39 ULB ଏହି ଦୀପବୃକ୍ଷ ଓ ତହିଁର ସାମଗ୍ରୀ ସର୍ବସୁଦ୍ଧା ଏକ ତାଳନ୍ତ ନିର୍ମଳ ସୁବର୍ଣ୍ଣରେ ନିର୍ମିତ ହେବ। BSB BSB: The lampstand and all these utensils shall be made from a talent of pure gold.
40 ULB ସାବଧାନ, ପର୍ବତରେ ତୁମ୍ଭକୁ ତହିଁର ଯେଉଁ ଯେଉଁ ଆଦର୍ଶ ପ୍ରଦର୍ଶିତ ହୋଇଅଛି, ସେହିରୂପେ ସମସ୍ତ କର। BSB BSB: See to it that you make everything according to the pattern shown you on the mountain.
Select verses for actions: Enter goes to them and Escape comes back.