1 ULB ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ, BSB BSB: “Now this is what you are to do to consecrate Aaron and his sons to serve Me as priests: Take a young bull and two rams without blemish,
2 ULB ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ। BSB BSB: along with unleavened bread, unleavened cakes mixed with oil, and unleavened wafers anointed with oil. Make them out of fine wheat flour,
3 ULB ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ। BSB BSB: put them in a basket, and present them in the basket, along with the bull and the two rams.
4 ULB ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ-ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ। BSB BSB: Then present Aaron and his sons at the entrance to the Tent of Meeting and wash them with water.
5 ULB ତା’ପରେ ସେହି ସମସ୍ତ ବସ୍ତ୍ର ନେଇ ହାରୋଣକୁ ଜାମା, ଏଫୋଦର ଚୋଗା, ଏଫୋଦ ଓ ବୁକୁପଟା ପରିଧାନ କରାଇବ, ଆଉ ଏଫୋଦର ଚିତ୍ରିତ ପଟୁକାରେ ତାହାର କଟି ବାନ୍ଧିବ। BSB BSB: Take the garments and clothe Aaron with the tunic, the robe of the ephod, the ephod itself, and the breastplate. Fasten the ephod on him with its woven waistband.
6 ULB ତାହାର ମସ୍ତକରେ ପଗଡ଼ି ବାନ୍ଧି ତହିଁ ଉପରେ ପବିତ୍ର ମୁକୁଟ ଦେବ। BSB BSB: Put the turban on his head and attach the holy diadem to the turban.
7 ULB ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ। BSB BSB: Then take the anointing oil and anoint him by pouring it on his head.
8 ULB ତହୁଁ ତୁମ୍ଭେ ହାରୋଣର ପୁତ୍ରଗଣକୁ ଆଣି ଜାମା ପରିଧାନ କରାଇବ। BSB BSB: Present his sons as well and clothe them with tunics.
9 ULB ପୁଣି, ହାରୋଣକୁ ଓ ତାହାର ପୁତ୍ରଗଣକୁ କଟିବନ୍ଧନ ପରିଧାନ କରାଇବ ଓ ସେମାନଙ୍କ ମସ୍ତକରେ ଶିରୋଭୂଷଣ ବାନ୍ଧିବ; ତହିଁରେ ସେମାନେ ଅନନ୍ତକାଳୀନ ବିଧି ଦ୍ୱାରା ଯାଜକତ୍ୱ ପଦ ପ୍ରାପ୍ତ ହେବେ। ଏହିରୂପେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ। BSB BSB: Wrap the sashes around Aaron and his sons and tie headbands on them. The priesthood shall be theirs by a permanent statute. In this way you are to ordain Aaron and his sons.
10 ULB ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ। BSB BSB: You are to present the bull at the front of the Tent of Meeting, and Aaron and his sons are to lay their hands on its head.
11 ULB ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ। BSB BSB: And you shall slaughter the bull before the LORD at the entrance to the Tent of Meeting.
12 ULB ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ। BSB BSB: Take some of the blood of the bull and put it on the horns of the altar with your finger; then pour out the rest of the blood at the base of the altar.
13 ULB ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକ୍କ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ। BSB BSB: Take all the fat that covers the entrails and the lobe of the liver, and both kidneys with the fat on them, and burn them on the altar.
14 ULB ମାତ୍ର ଗୋବତ୍ସର ମାଂସ, ଚର୍ମ ଓ ଗୋମୟ ଛାଉଣିର ବାହାରେ ଅଗ୍ନିରେ ଦଗ୍ଧ କରିବ; ଏହା ପାପାର୍ଥକ ବଳି ଅଟେ। BSB BSB: But burn the flesh of the bull and its hide and dung outside the camp; it is a sin offering.
15 ULB ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ। BSB BSB: Take one of the rams, and Aaron and his sons shall lay their hands on its head.
16 ULB ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ। BSB BSB: You are to slaughter the ram, take its blood, and splatter it on all sides of the altar.
17 ULB ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ। BSB BSB: Cut the ram into pieces, wash the entrails and legs, and place them with its head and other pieces.
18 ULB ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ। BSB BSB: Then burn the entire ram on the altar; it is a burnt offering to the LORD, a pleasing aroma, a food offering to the LORD.
19 ULB ଏଥିଉତ୍ତାରେ ତୁମ୍ଭେ ଦ୍ୱିତୀୟ ମେଷକୁ ନେବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ। BSB BSB: Take the second ram, and Aaron and his sons are to lay their hands on its head.
20 ULB ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ। BSB BSB: Slaughter the ram, take some of its blood, and put it on the right earlobes of Aaron and his sons, on the thumbs of their right hands, and on the big toes of their right feet. Splatter the remaining blood on all sides of the altar.
21 ULB ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ। BSB BSB: And take some of the blood on the altar and some of the anointing oil and sprinkle it on Aaron and his garments, as well as on his sons and their garments. Then he and his garments will be consecrated, as well as his sons and their garments.
22 ULB ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ। BSB BSB: Take the fat from the ram, the fat tail, the fat covering the entrails, the lobe of the liver, both kidneys with the fat on them, and the right thigh (since this is a ram for ordination),
23 ULB ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇ BSB BSB: along with one loaf of bread, one cake of bread made with oil, and one wafer from the basket of unleavened bread that is before the LORD.
24 ULB ତାହାସବୁ ହାରୋଣର ହସ୍ତରେ ଓ ତାହାର ପୁତ୍ରଗଣ ହସ୍ତରେ ଦେଇ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ତାହା ଦୋଳାଇବ। BSB BSB: Put all these in the hands of Aaron and his sons and wave them before the LORD as a wave offering.
25 ULB ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ। BSB BSB: Then take them from their hands and burn them on the altar atop the burnt offering as a pleasing aroma before the LORD; it is a food offering to the LORD.
26 ULB ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ। BSB BSB: Take the breast of the ram of Aaron’s ordination and wave it before the LORD as a wave offering, and it will be your portion.
27 ULB ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ। BSB BSB: Consecrate for Aaron and his sons the breast of the wave offering that is waved and the thigh of the heave offering that is lifted up from the ram of ordination.
28 ULB ତହିଁରେ ଅନନ୍ତକାଳୀନ ବିଧି ଦ୍ୱାରା ଇସ୍ରାଏଲ ସନ୍ତାନଗଣଠାରୁ ତାହା ହାରୋଣର ଓ ତାହାର ପୁତ୍ରଗଣର ଅଧିକାର ହେବ, ଯେହେତୁ ତାହା ଉତ୍ତୋଳନୀୟ ଉପହାର ଅଟେ; ଇସ୍ରାଏଲ ସନ୍ତାନଗଣର ଏହି ଉତ୍ତୋଳନୀୟ ଉପହାର ସେମାନଙ୍କ ମଙ୍ଗଳାର୍ଥକ ବଳିରୁ ଦେୟ ହେବ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କର ଉତ୍ତୋଳନୀୟ ଉପହାର ଅଟେ। BSB BSB: This will belong to Aaron and his sons as a regular portion from the Israelites, for it is the heave offering the Israelites will make to the LORD from their peace offerings.
29 ULB ପୁଣି, ହାରୋଣର (ମୁତ୍ୟୁ) ଉତ୍ତାରେ ତାହାର ପବିତ୍ର ବସ୍ତ୍ରସକଳ ତାହାର ପୁତ୍ରଗଣର ହେବ; ଅଭିଷେକ ଓ ପଦ ନିଯୁକ୍ତି ସମୟରେ ସେମାନେ ତାହା ପରିଧାନ କରିବେ। BSB BSB: The holy garments that belong to Aaron will belong to his sons after him, so they can be anointed and ordained in them.
30 ULB ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ। BSB BSB: The son who succeeds him as priest and enters the Tent of Meeting to minister in the Holy Place must wear them for seven days.
31 ULB ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ, BSB BSB: You are to take the ram of ordination and boil its flesh in a holy place.
32 ULB ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ। BSB BSB: At the entrance to the Tent of Meeting, Aaron and his sons are to eat the meat of the ram and the bread that is in the basket.
33 ULB ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହା ସବୁ ପବିତ୍ର ବସ୍ତୁ। BSB BSB: They must eat those things by which atonement was made for their ordination and consecration. But no outsider may eat them, because these things are sacred.
34 ULB ଆଉ ସେହି ପଦ-ନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ। BSB BSB: And if any of the meat of ordination or any bread is left until the morning, you are to burn up the remainder. It must not be eaten, because it is sacred.
35 ULB ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ, ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତଦିନ ଲାଗିବ। BSB BSB: This is what you are to do for Aaron and his sons based on all that I have commanded you, taking seven days to ordain them.
36 ULB ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତି ଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ। BSB BSB: Sacrifice a bull as a sin offering each day for atonement. Purify the altar by making atonement for it, and anoint it to consecrate it.
37 ULB ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ। BSB BSB: For seven days you shall make atonement for the altar and consecrate it. Then the altar will become most holy; whatever touches the altar will be holy.
38 ULB ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ, BSB BSB: This is what you are to offer regularly on the altar, each day: two lambs that are a year old.
39 ULB ଅର୍ଥାତ୍, ତାହାର ପ୍ରଥମ ମେଷଶାବକକୁ ପ୍ରଭାତରେ ଉତ୍ସର୍ଗ କରିବ ଓ ଦ୍ୱିତୀୟ ମେଷଶାବକକୁ ସନ୍ଧ୍ୟା ବେଳେ ଉତ୍ସର୍ଗ କରିବ। BSB BSB: Offer one lamb in the morning and the other at twilight.
40 ULB ପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ। BSB BSB: With the first lamb offer a tenth of an ephah of fine flour, mixed with a quarter hin of oil from pressed olives, and a drink offering of a quarter hin of wine.
41 ULB ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ। BSB BSB: And offer the second lamb at twilight with the same grain offering and drink offering as in the morning, as a pleasing aroma, a food offering to the LORD.
42 ULB ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା। BSB BSB: For the generations to come, this burnt offering shall be made regularly at the entrance to the Tent of Meeting before the LORD, where I will meet you to speak with you.
43 ULB ଆଉ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି, ଆମ୍ଭ ପ୍ରତାପରେ (ତମ୍ବୁ) ପବିତ୍ରୀକୃତ ହେବ। BSB BSB: I will also meet with the Israelites there, and that place will be consecrated by My glory.
44 ULB ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା। BSB BSB: So I will consecrate the Tent of Meeting and the altar, and I will consecrate Aaron and his sons to serve Me as priests.
45 ULB ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ବାସ କରି ସେମାନଙ୍କର ପରମେଶ୍ୱର ହେବା। BSB BSB: Then I will dwell among the Israelites and be their God.
46 ULB ତହିଁରେ ଆମ୍ଭେ ଯେ ସେମାନଙ୍କର ସଦାପ୍ରଭୁ ପରମେଶ୍ୱର, ସେମାନଙ୍କ ମଧ୍ୟରେ ବାସ କରିବା ନିମନ୍ତେ ମିସର ଦେଶରୁ ସେମାନଙ୍କୁ ବାହାର କରି ଆଣିଅଛୁ, ତାହା ସେମାନେ ଜାଣିବେ; ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର। BSB BSB: And they will know that I am the LORD their God, who brought them out of the land of Egypt so that I might dwell among them. I am the LORD their God.
Select verses for actions: Enter goes to them and Escape comes back.