1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଏହି କଥା କହିଲେ, BSB BSB: Then the LORD said to Moses,
2 ULB “ଦେଖ, ଆମ୍ଭେ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଆହ୍ୱାନ କରିଅଛୁ BSB BSB: “See, I have called by name Bezalel son of Uri, the son of Hur, of the tribe of Judah.
3 ULB ପୁଣି, ଶିଳ୍ପକର୍ମ, ଅର୍ଥାତ୍, ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳରେ ଖୋଦନ ଓ ଖଚନାର୍ଥକ ମଣି-କର୍ତ୍ତନ ଓ କାଷ୍ଠ-ଖୋଦନ ପ୍ରଭୃତି BSB BSB: And I have filled him with the Spirit of God, with skill, ability, and knowledge in all kinds of craftsmanship,
4 ULB ସର୍ବ ପ୍ରକାର ଶିଳ୍ପକର୍ମ କରଣାର୍ଥେ BSB BSB: to design artistic works in gold, silver, and bronze,
5 ULB ତାହାକୁ ଜ୍ଞାନ, ବୃଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରିଅଛୁ। BSB BSB: to cut gemstones for settings, and to carve wood, so that he may be a master of every craft.
6 ULB ଆଉ ଦେଖ, ଆମ୍ଭେ ଦାନ୍ ବଂଶଜାତ ଅହୀଷାମକର ପୁତ୍ର ଅହଲୀୟାବକୁ ତାହାର ସହକାରୀ ହେବା ପାଇଁ ନିଯୁକ୍ତ କରିଅଛୁ; ପୁଣି, ସମସ୍ତ ବିଜ୍ଞମନା ଲୋକମାନଙ୍କ ହୃଦୟରେ ଜ୍ଞାନ ଦେଇଅଛୁ; ଏଣୁ ଆମ୍ଭେ ତୁମ୍ଭକୁ ଯେସମସ୍ତ ଆଜ୍ଞା ଦେଇଅଛୁ, ତାହାସବୁ ସେମାନେ ନିର୍ମାଣ କରି ପାରିବେ। BSB BSB: Moreover, I have selected Oholiab son of Ahisamach, of the tribe of Dan, as his assistant. I have also given skill to all the craftsmen, that they may fashion all that I have commanded you:
7 ULB ଅର୍ଥାତ୍, ସମାଗମ-ତମ୍ବୁ ଓ ସାକ୍ଷ୍ୟ ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର, BSB BSB: the Tent of Meeting, the ark of the Testimony and the mercy seat upon it, and all the other furnishings of the tent—
8 ULB ଆଉ ମେଜ, ତହିଁର ପାତ୍ରାଦି, ନିର୍ମଳ ସ୍ୱର୍ଣ୍ଣ ଦୀପବୃକ୍ଷ, ତହିଁର ସମସ୍ତ ପାତ୍ର, ଧୂପବେଦି, BSB BSB: the table with its utensils, the pure gold lampstand with all its utensils, the altar of incense,
9 ULB ହୋମବେଦି, ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି, BSB BSB: the altar of burnt offering with all its utensils, and the basin with its stand—
10 ULB ପୁଣି, ସୁଶୋଭିତ ବସ୍ତ୍ର, ଯାଜକ କର୍ମ କରଣାର୍ଥେ ହାରୋଣ ଯାଜକର ପବିତ୍ର ବସ୍ତ୍ର ଓ ତାହାର ପୁତ୍ରଗଣର ବସ୍ତ୍ର, BSB BSB: as well as the woven garments, both the holy garments for Aaron the priest and the garments for his sons to serve as priests,
11 ULB ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।” BSB BSB: in addition to the anointing oil and fragrant incense for the Holy Place. They are to make them according to all that I have commanded you.”
12 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: And the LORD said to Moses,
13 ULB “ତୁମ୍ଭେ ଆହୁରି ଇସ୍ରାଏଲ ସନ୍ତାନଗଣକୁ ଏହି କଥା କୁହ, ନିଶ୍ଚୟ ତୁମ୍ଭେମାନେ ଆମ୍ଭର ବିଶ୍ରାମଦିନ ପାଳନ କରିବ; ଯେହେତୁ ଆମ୍ଭେ ଯେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ତାହା ଏକ ଚିହ୍ନ ହେବ। BSB BSB: “Tell the Israelites, ‘Surely you must keep My Sabbaths, for this will be a sign between Me and you for the generations to come, so that you may know that I am the LORD who sanctifies you.
14 ULB ଏଣୁ ତୁମ୍ଭେମାନେ ବିଶ୍ରାମଦିନ ପାଳନ କରିବ; କାରଣ ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ଅଟେ; ଯେକେହି ତାହା ଅପବିତ୍ର କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ; ପୁଣି, ଯେ କୌଣସି ବ୍ୟକ୍ତି ସେହି ଦିନରେ କାର୍ଯ୍ୟ କରିବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। BSB BSB: Keep the Sabbath, for it is holy to you. Anyone who profanes it must surely be put to death. Whoever does any work on that day must be cut off from among his people.
15 ULB ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମଦିନ ଅଟେ; ସେହି ବିଶ୍ରାମଦିନରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ। BSB BSB: For six days work may be done, but the seventh day is a Sabbath of complete rest, holy to the LORD. Whoever does any work on the Sabbath day must surely be put to death.
16 ULB ଏହେତୁ ଇସ୍ରାଏଲ ସନ୍ତାନଗଣ ଅନନ୍ତକାଳୀନ ନିୟମ ରୂପେ ପୁରୁଷାନୁକ୍ରମେ ମାନ୍ୟ କରିବା ପାଇଁ ବିଶ୍ରାମଦିନ ପାଳନ କରିବେ। BSB BSB: The Israelites must keep the Sabbath, celebrating it as a permanent covenant for the generations to come.
17 ULB ତାହା ଆମ୍ଭ ଓ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଗୋଟିଏ ଅନନ୍ତକାଳୀନ ଚିହ୍ନ ହେବ, କାରଣ ସଦାପ୍ରଭୁ ଛଅ ଦିନରେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କରି ଆଶ୍ୱାସିତ ହୋଇଥିଲେ।” BSB BSB: It is a sign between Me and the Israelites forever; for in six days the LORD made the heavens and the earth, but on the seventh day He rested and was refreshed.’”
18 ULB ତହୁଁ ସେ ସୀନୟ ପର୍ବତରେ ମୋଶାଙ୍କ ସହିତ କଥା ସମାପ୍ତ କରି ସାକ୍ଷ୍ୟ ସ୍ୱରୂପ ଦୁଇ ପଟା, ଅର୍ଥାତ୍, ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ଦୁଇ ପ୍ରସ୍ତର ପଟା ତାଙ୍କୁ ଦେଲେ। BSB BSB: When the LORD had finished speaking with Moses on Mount Sinai, He gave him the two tablets of the Testimony, tablets of stone inscribed by the finger of God.
Select verses for actions: Enter goes to them and Escape comes back.