1 ULB ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହିସବୁ ବିଜ୍ଞମନା ଲୋକେ କର୍ମ କରିବେ। BSB BSB: “So Bezalel, Oholiab, and every skilled person are to carry out everything commanded by the LORD, who has given them skill and ability to know how to perform all the work of constructing the sanctuary.”
2 ULB ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ। BSB BSB: Then Moses summoned Bezalel, Oholiab, and every skilled person whom the LORD had gifted—everyone whose heart stirred him to come and do the work.
3 ULB ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ। BSB BSB: They received from Moses all the contributions that the Israelites had brought to carry out the service of constructing the sanctuary. Meanwhile, the people continued to bring freewill offerings morning after morning,
4 ULB ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ, BSB BSB: so that all the skilled craftsmen who were doing all the work on the sanctuary left their work
5 ULB “ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇ ଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।” BSB BSB: and said to Moses, “The people are bringing more than enough for doing the work the LORD has commanded us to do.”
6 ULB ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ। BSB BSB: After Moses had given an order, they sent a proclamation throughout the camp: “No man or woman should make anything else as an offering for the sanctuary.” So the people were restrained from bringing more,
7 ULB କାରଣ ସମସ୍ତ କର୍ମ କରିବାକୁ ସେମାନଙ୍କର ଦ୍ରବ୍ୟ ପ୍ରଚୁର ଓ ତତୋଧିକ ଥିଲା। BSB BSB: since what they already had was more than enough to perform all the work.
8 ULB ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପ କର୍ମରେ କିରୂବର ଆକୃତି କଲେ। BSB BSB: All the skilled craftsmen among the workmen made the ten curtains for the tabernacle. They were made of finely spun linen, as well as blue, purple, and scarlet yarn, with cherubim skillfully worked into them.
9 ULB ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା। BSB BSB: Each curtain was twenty-eight cubits long and four cubits wide; all the curtains were the same size.
10 ULB ପୁଣି, ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ। BSB BSB: And he joined five of the curtains together, and the other five he joined as well.
11 ULB ଆଉ, ସେ ଯୋଡ଼ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କଲେ; ଯୋଡ଼ସ୍ଥାନର ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ। BSB BSB: He made loops of blue material on the edge of the end curtain in the first set, and also on the end curtain in the second set.
12 ULB ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ; ସେହି ଫାଶସବୁ ପରସ୍ପର ସମ୍ମୁଖୀନ ରହିଲା। BSB BSB: He made fifty loops on one curtain and fifty loops on the end curtain of the second set, so that the loops lined up opposite one another.
13 ULB ଆଉ ସେ ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା। BSB BSB: He also made fifty gold clasps to join the curtains together, so that the tabernacle was a unit.
14 ULB ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ। BSB BSB: He then made curtains of goat hair for the tent over the tabernacle—eleven curtains in all.
15 ULB ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା। BSB BSB: Each of the eleven curtains was the same size—thirty cubits long and four cubits wide.
16 ULB ପୁଣି, ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ୍ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ୍ ରଖିଲେ। BSB BSB: He joined five of the curtains into one set and the other six into another.
17 ULB ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କଲେ। BSB BSB: He made fifty loops along the edge of the end curtain in the first set, and fifty loops along the edge of the corresponding curtain in the second set.
18 ULB ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ। BSB BSB: He also made fifty bronze clasps to join the tent together as a unit.
19 ULB ପୁଣି, ସେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ। BSB BSB: Additionally, he made for the tent a covering of ram skins dyed red, and over that a covering of fine leather.
20 ULB ଏଥିଉତ୍ତାରେ ସେ ଆବାସ ନିମିତ୍ତ ଶିଟୀମ୍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ। BSB BSB: Next, he constructed upright frames of acacia wood for the tabernacle.
21 ULB ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା। BSB BSB: Each frame was ten cubits long and a cubit and a half wide.
22 ULB ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ। BSB BSB: Two tenons were connected to each other for each frame. He made all the frames of the tabernacle in this way.
23 ULB ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ। BSB BSB: He constructed twenty frames for the south side of the tabernacle,
24 ULB ପୁଣି, ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ। BSB BSB: with forty silver bases to put under the twenty frames—two bases for each frame, one under each tenon.
25 ULB ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ। BSB BSB: For the second side of the tabernacle, the north side, he made twenty frames
26 ULB ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ। BSB BSB: and forty silver bases—two bases under each frame.
27 ULB ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା କଲେ। BSB BSB: He made six frames for the rear of the tabernacle, the west side,
28 ULB ପୁଣି, ଆବାସର ସେହି ପଶ୍ଚାଦ୍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ଡ ପଟା କଲେ। BSB BSB: and two frames for the two back corners of the tabernacle,
29 ULB ପୁଣି, ତହିଁ ତଳେ ଯୋଡ଼ା ରହିଲା ଓ ସେହିରୂପ ତହିଁର ମୁଣ୍ଡରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ। BSB BSB: coupled together from bottom to top and fitted into a single ring. He made both corners in this way.
30 ULB ତହିଁରେ ଆଠ ପଟା, ପୁଣି, ଏକ ଏକ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ଷୋଳ ରୂପାଚୁଙ୍ଗୀ କଲେ। BSB BSB: So there were eight frames and sixteen silver bases—two under each frame.
31 ULB ଆଉ ସେ ଶିଟୀମ୍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ BSB BSB: He also made five crossbars of acacia wood for the frames on one side of the tabernacle,
32 ULB ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ। BSB BSB: five for those on the other side, and five for those on the rear side of the tabernacle, to the west.
33 ULB ପୁଣି, ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏମୁଣ୍ଡରୁ ସେମୁଣ୍ଡ ଯାଏ ପାଇଲା। BSB BSB: He made the central crossbar to run through the center of the frames, from one end to the other.
34 ULB ଆଉ, ସେ ସେହିସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ। BSB BSB: And he overlaid the frames with gold and made gold rings to hold the crossbars. He also overlaid the crossbars with gold.
35 ULB ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର-ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ। BSB BSB: Next, he made the veil of blue, purple, and scarlet yarn, and finely spun linen, with cherubim skillfully worked into it.
36 ULB ପୁଣି, ସେ ତହିଁ ନିମନ୍ତେ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କୁଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ। BSB BSB: He also made four posts of acacia wood for it and overlaid them with gold, along with gold hooks; and he cast four silver bases for the posts.
37 ULB ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ। BSB BSB: For the entrance to the tent, he made a curtain embroidered with blue, purple, and scarlet yarn, and finely spun linen,
38 ULB ତହିଁର ପାଞ୍ଚ ସ୍ତମ୍ଭ ଓ ସେସବୁର ଆଙ୍କୁଡ଼ା କଲେ; ପୁଣି, ସେହିସବୁର ମୁଣ୍ଡାଳି ଓ ବନ୍ଧନୀ ସୁବର୍ଣ୍ଣରେ ମଡ଼ାଇଲେ, ମାତ୍ର ସେମାନଙ୍କର ପାଞ୍ଚ ଚୁଙ୍ଗୀ ପିତ୍ତଳର ଥିଲା। BSB BSB: together with five posts and their hooks. He overlaid the tops of the posts and their bands with gold, and their five bases were bronze.
Select verses for actions: Enter goes to them and Escape comes back.