1 ULB ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ। BSB BSB: Bezalel constructed the altar of burnt offering from acacia wood. It was square, five cubits long, five cubits wide, and three cubits high.
2 ULB ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା। BSB BSB: He made a horn at each of its four corners, so that the horns and altar were of one piece, and he overlaid the altar with bronze.
3 ULB ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ। BSB BSB: He made all the altar’s utensils of bronze—its pots, shovels, sprinkling bowls, meat forks, and firepans.
4 ULB ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ। BSB BSB: He made a grate of bronze mesh for the altar under its ledge, halfway up from the bottom.
5 ULB ପୁଣି, ସାଙ୍ଗୀର ଘରା ନିମନ୍ତେ ସେହି ପିତ୍ତଳ ଝାଞ୍ଜିରୀର ଚାରି କୋଣରେ ଚାରି କଡ଼ା ଢାଳିଲେ। BSB BSB: At the four corners of the bronze grate he cast four rings as holders for the poles.
6 ULB ଆଉ, ସେ ଶିଟୀମ୍ କାଷ୍ଠରେ ସେହି ସାଙ୍ଗୀ ନିର୍ମାଣ କରି ପିତ୍ତଳରେ ମଡ଼ାଇଲେ। BSB BSB: And he made the poles of acacia wood and overlaid them with bronze.
7 ULB ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ। BSB BSB: Then he inserted the poles into the rings on the sides of the altar for carrying it. He made the altar with boards so that it was hollow.
8 ULB ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ। BSB BSB: Next he made the bronze basin and its stand from the mirrors of the women who served at the entrance to the Tent of Meeting.
9 ULB ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକଶତ ହସ୍ତ ପରିମିତ ପରଦା କଲେ। BSB BSB: Then he constructed the courtyard. The south side of the courtyard was a hundred cubits long and had curtains of finely spun linen,
10 ULB ତହିଁର କୋଡ଼ିଏ ସ୍ତମ୍ଭ ଓ କୋଡ଼ିଏ ଚୁଙ୍ଗୀ ପିତ୍ତଳର, ପୁଣି, ସେହି ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା। BSB BSB: with twenty posts and twenty bronze bases, and with silver hooks and bands on the posts.
11 ULB ଉତ୍ତର ଦିଗର ପରଦା ଏକଶତ ହସ୍ତ, ପୁଣି, ତହିଁର କୋଡ଼ିଏ ସ୍ତମ୍ଭ, କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କୁଡ଼ା ବନ୍ଧନୀ ରୂପାର ଥିଲା। BSB BSB: The north side was also a hundred cubits long, with twenty posts and twenty bronze bases. The hooks and bands of the posts were silver.
12 ULB ପଶ୍ଚିମ ପାର୍ଶ୍ୱର ପରଦା ପଚାଶ ହସ୍ତ ଥିଲା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା। BSB BSB: The west side was fifty cubits long and had curtains, with ten posts and ten bases. The hooks and bands of the posts were silver.
13 ULB ପୂର୍ବ ଦିଗରେ ପୂର୍ବ ପାର୍ଶ୍ୱ ନିମନ୍ତେ ପଚାଶ ହସ୍ତ ଥିଲା। BSB BSB: And the east side, toward the sunrise, was also fifty cubits long.
14 ULB ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା; BSB BSB: The curtains on one side of the entrance were fifteen cubits long, with three posts and three bases.
15 ULB ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା। BSB BSB: And the curtains on the other side were also fifteen cubits long, with three posts and three bases as well.
16 ULB ପ୍ରାଙ୍ଗଣର ଚତୁର୍ଦ୍ଦିଗର ସକଳ ପରଦା ବଳା ଶୁଭ୍ର କ୍ଷୌମସୂତ୍ରରେ ନିର୍ମିତ ଥିଲା। BSB BSB: All the curtains around the courtyard were made of finely spun linen.
17 ULB ପୁଣି, ସ୍ତମ୍ଭର ଚୁଙ୍ଗୀସବୁ ପିତ୍ତଳର ଥିଲା; ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର; ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ; ପୁଣି, ରୂପା-ବନ୍ଧନୀରେ ପ୍ରାଙ୍ଗଣର ସକଳ ସ୍ତମ୍ଭ ସଂଯୁକ୍ତ ଥିଲା। BSB BSB: The bases for the posts were bronze, the hooks and bands were silver, and the plating for the tops of the posts was silver. So all the posts of the courtyard were banded with silver.
18 ULB ଆଉ, ପ୍ରାଙ୍ଗଣ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା। BSB BSB: The curtain for the entrance to the courtyard was embroidered with blue, purple, and scarlet yarn, and finely spun linen. It was twenty cubits long and, like the curtains of the courtyard, five cubits high,
19 ULB ପୁଣି, ତହିଁର ପିତ୍ତଳର ଚାରି ସ୍ତମ୍ଭ, ଚାରି ଚୁଙ୍ଗୀ, ରୂପାର ଆଙ୍କୁଡ଼ା ଓ ତହିଁର ମୁଣ୍ଡାଳି ରୌପ୍ୟ-ମଣ୍ଡିତ ଓ ବନ୍ଧନୀ ରୂପାର ଥିଲା। BSB BSB: with four posts and four bronze bases. Their hooks were silver, as well as the bands and the plating of their tops.
20 ULB ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା। BSB BSB: All the tent pegs for the tabernacle and for the surrounding courtyard were bronze.
21 ULB ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା। BSB BSB: This is the inventory for the tabernacle, the tabernacle of the Testimony, as recorded at Moses’ command by the Levites under the direction of Ithamar son of Aaron the priest.
22 ULB ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯିହୁଦା ବଂଶଜାତ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ସେସବୁ ନିର୍ମାଣ କରିଥିଲେ। BSB BSB: Bezalel son of Uri, the son of Hur, of the tribe of Judah, made everything that the LORD had commanded Moses.
23 ULB ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ। BSB BSB: With him was Oholiab son of Ahisamach, of the tribe of Dan, an engraver, designer, and embroiderer in blue, purple, and scarlet yarn and fine linen.
24 ULB ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଊନତ୍ରିଂଶ ତାଳନ୍ତ ସାତଶହ ତିରିଶ ଶେକଲ ଥିଲା। BSB BSB: All the gold from the wave offering used for the work on the sanctuary totaled 29 talents and 730 shekels, according to the sanctuary shekel.
25 ULB ପୁଣି, ମଣ୍ଡଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକଶହ ତାଳନ୍ତ ଏକ ସହସ୍ର ସାତଶହ ପଞ୍ଚସ୍ତରି ଶେକଲ ଥିଲା। BSB BSB: The silver from those numbered among the congregation totaled 100 talents and 1,775 shekels, according to the sanctuary shekel—
26 ULB ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା। BSB BSB: a beka per person, that is, half a shekel, according to the sanctuary shekel, from everyone twenty years of age or older who had crossed over to be numbered, a total of 603,550 men.
27 ULB ଏଣୁ ସେହି ଏକଶହ ତାଳନ୍ତ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକଶହ ଚୁଙ୍ଗୀ ନିମନ୍ତେ ଏକଶହ ତାଳନ୍ତ, ଅର୍ଥାତ୍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା। BSB BSB: The hundred talents of silver were used to cast the bases of the sanctuary and the bases of the veil—100 bases from the 100 talents, one talent per base.
28 ULB ପୁଣି, ସେହି ଏକ ସହସ୍ର ସାତଶହ ପଞ୍ଚସ୍ତରି ଶେକଲ ରୂପାରେ ସେ ସ୍ତମ୍ଭ ନିମନ୍ତେ ଆଙ୍କୁଡ଼ା ନିର୍ମାଣ କଲେ ଓ ତହିଁର ମୁଣ୍ଡାଳି ମଣ୍ଡିତ ଓ ବନ୍ଧନୀରେ ସଂଯୁକ୍ତ କଲେ। BSB BSB: With the 1,775 shekels of silver he made the hooks for the posts, overlaid their tops, and supplied bands for them.
29 ULB ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରିଶହ ଶେକଲ ଥିଲା। BSB BSB: The bronze from the wave offering totaled 70 talents and 2,400 shekels.
30 ULB ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର, BSB BSB: He used it to make the bases for the entrance to the Tent of Meeting, the bronze altar and its bronze grating, all the utensils for the altar,
31 ULB ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ। BSB BSB: the bases for the surrounding courtyard and its gate, and all the tent pegs for the tabernacle and its surrounding courtyard.
Select verses for actions: Enter goes to them and Escape comes back.