1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, BSB BSB: Then the LORD said to Moses,
2 ULB “ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।” BSB BSB: “On the first day of the first month you are to set up the tabernacle, the Tent of Meeting.
3 ULB ପୁଣି, ତହିଁ ମଧ୍ୟରେ ସାକ୍ଷ୍ୟ ସିନ୍ଦୁକ ରଖି ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସେହି ସିନ୍ଦୁକ ଆଚ୍ଛାଦନ କରିବ। BSB BSB: Put the ark of the Testimony in it and screen off the ark with the veil.
4 ULB ଏଉତ୍ତାରେ ମେଜ ଭିତରକୁ ଆଣି ତହିଁ ଉପରିସ୍ଥିତ ଦ୍ରବ୍ୟମାନ ଧାରାନୁସାରେ ରଖିବ; ଆଉ ଦୀପବୃକ୍ଷ ଭିତରକୁ ଆଣି ତହିଁର ପ୍ରଦୀପ ସକଳ ଜାଳିବ। BSB BSB: Then bring in the table and set out its arrangement; bring in the lampstand as well, and set up its lamps.
5 ULB ସାକ୍ଷ୍ୟ ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ। BSB BSB: Place the gold altar of incense in front of the ark of the Testimony, and hang the curtain at the entrance to the tabernacle.
6 ULB ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ। BSB BSB: Place the altar of burnt offering in front of the entrance to the tabernacle, the Tent of Meeting.
7 ULB ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ ପାତ୍ର ରଖି ତହିଁରେ ଜଳ ଦେବ। BSB BSB: And place the basin between the Tent of Meeting and the altar, and put water in it.
8 ULB ପୁଣି, ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କରିବ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ। BSB BSB: Set up the surrounding courtyard and hang the curtain for the entrance to the courtyard.
9 ULB ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ। BSB BSB: Take the anointing oil and anoint the tabernacle and everything in it; consecrate it along with all its furnishings, and it shall be holy.
10 ULB ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ। BSB BSB: Anoint the altar of burnt offering and all its utensils; consecrate the altar, and it shall be most holy.
11 ULB ଆଉ ତୁମ୍ଭେ ପ୍ରକ୍ଷାଳନ ପାତ୍ର ଓ ତହିଁର ବୈଠିକି ଅଭିଷେକ କରି ପବିତ୍ର କରିବ। BSB BSB: Anoint the basin and its stand and consecrate them.
12 ULB ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ। BSB BSB: Then bring Aaron and his sons to the entrance to the Tent of Meeting and wash them with water.
13 ULB ପୁଣି, ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ହାରୋଣକୁ ପବିତ୍ର ବସ୍ତ୍ର ପରିଧାନ କରାଇ ଅଭିଷେକ କରି ପ୍ରତିଷ୍ଠା କରିବ। BSB BSB: And you are to clothe Aaron with the holy garments, anoint him, and consecrate him, so that he may serve Me as a priest.
14 ULB ଆଉ ତାହାର ପୁତ୍ରଗଣକୁ ଆଣି ଜାମା ପିନ୍ଧାଇବ। BSB BSB: Bring his sons forward and clothe them with tunics.
15 ULB ପୁଣି, ସେମାନଙ୍କ ପିତାକୁ ଯେରୂପ ଅଭିଷେକ କଲ, ସେହିରୂପ ସେମାନଙ୍କୁ ଅଭିଷେକ କରିବ, ତହିଁରେ ସେମାନେ ଆମ୍ଭର ଯାଜକ କର୍ମ କରିବେ; ସେହି ଅଭିଷେକ ସେମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ଯାଜକତ୍ୱର ମୂଳ ହେବ। BSB BSB: Anoint them just as you anointed their father, so that they may also serve Me as priests. Their anointing will qualify them for a permanent priesthood throughout their generations.”
16 ULB ମୋଶା ଏହିରୂପ କଲେ; ସେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମସ୍ତ କଲେ। BSB BSB: Moses did everything just as the LORD had commanded him.
17 ULB ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା। BSB BSB: So the tabernacle was set up on the first day of the first month of the second year.
18 ULB ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ। BSB BSB: When Moses set up the tabernacle, he laid its bases, positioned its frames, inserted its crossbars, and set up its posts.
19 ULB ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ; BSB BSB: Then he spread the tent over the tabernacle and put the covering over the tent, just as the LORD had commanded him.
20 ULB ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସାକ୍ଷ୍ୟପତ୍ର ଘେନି ସିନ୍ଦୁକ ଭିତରେ ରଖିଲେ ଓ ସିନ୍ଦୁକରେ ସାଙ୍ଗୀ ଲଗାଇ ସିନ୍ଦୁକ ଉପରେ ପାପାଚ୍ଛାଦନ ରଖିଲେ; BSB BSB: Moses took the Testimony and placed it in the ark, attaching the poles to the ark; and he set the mercy seat atop the ark.
21 ULB ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ ସିନ୍ଦୁକ ଆଚ୍ଛାଦନ କଲେ। BSB BSB: Then he brought the ark into the tabernacle, put up the veil for the screen, and shielded off the ark of the Testimony, just as the LORD had commanded him.
22 ULB ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସର ଉତ୍ତର ପାର୍ଶ୍ୱରେ ବିଚ୍ଛେଦ ବସ୍ତ୍ରର ବାହାରେ ସମାଗମ-ତମ୍ବୁରେ ମେଜ ରଖିଲେ; BSB BSB: Moses placed the table in the Tent of Meeting on the north side of the tabernacle, outside the veil.
23 ULB ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ। BSB BSB: He arranged the bread on it before the LORD, just as the LORD had commanded him.
24 ULB ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ BSB BSB: He also placed the lampstand in the Tent of Meeting opposite the table on the south side of the tabernacle
25 ULB ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଦୀପ ଜାଳିଲେ। BSB BSB: and set up the lamps before the LORD, just as the LORD had commanded him.
26 ULB ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେ BSB BSB: Moses placed the gold altar in the Tent of Meeting, in front of the veil,
27 ULB ଓ ତହିଁ ଉପରେ ସୁଗନ୍ଧି ଧୂପ ଜାଳିଲେ। BSB BSB: and he burned fragrant incense on it, just as the LORD had commanded him.
28 ULB ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ BSB BSB: Then he put up the curtain at the entrance to the tabernacle.
29 ULB ଓ ସମାଗମ-ତମ୍ବୁର ଆବାସ-ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ। BSB BSB: He placed the altar of burnt offering near the entrance to the tabernacle, the Tent of Meeting, and offered on it the burnt offering and the grain offering, just as the LORD had commanded him.
30 ULB ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ। BSB BSB: He placed the basin between the Tent of Meeting and the altar and put water in it for washing;
31 ULB ତହିଁରେ ମୋଶା, ହାରୋଣ ଓ ତାଙ୍କର ପୁତ୍ରଗଣ ଆପଣା ଆପଣା ହସ୍ତ ପଦ ପ୍ରକ୍ଷାଳନ କଲେ। BSB BSB: and from it Moses, Aaron, and his sons washed their hands and feet.
32 ULB ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ। BSB BSB: They washed whenever they entered the Tent of Meeting or approached the altar, just as the LORD had commanded Moses.
33 ULB ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ। BSB BSB: And Moses set up the courtyard around the tabernacle and the altar, and he hung the curtain for the entrance to the courtyard. So Moses finished the work.
34 ULB ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା। BSB BSB: Then the cloud covered the Tent of Meeting, and the glory of the LORD filled the tabernacle.
35 ULB ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା। BSB BSB: Moses was unable to enter the Tent of Meeting because the cloud had settled on it, and the glory of the LORD filled the tabernacle.
36 ULB ପୁଣି, ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ଯାତ୍ରାରେ ଅଗ୍ରସର ହେଲେ। BSB BSB: Whenever the cloud was lifted from above the tabernacle, the Israelites would set out through all the stages of their journey.
37 ULB ମାତ୍ର ମେଘ ଯେତେବେଳେ ଉର୍ଦ୍ଧ୍ୱକୁ ନିତ ହେଲା ନାହିଁ, ସେତେବେଳେ ଉର୍ଦ୍ଧ୍ୱକୁ ନିତ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ। BSB BSB: If the cloud was not lifted, they would not set out until the day it was taken up.
38 ULB କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା। BSB BSB: For the cloud of the LORD was over the tabernacle by day, and fire was in the cloud by night, in the sight of all the house of Israel through all their journeys.
Select verses for actions: Enter goes to them and Escape comes back.