1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। BSB BSB: Then the LORD said to Moses, “Go to Pharaoh and tell him that this is what the LORD says: ‘Let My people go, so that they may worship Me.
2 ULB କିନ୍ତୁ ଯଦି ତୁମ୍ଭେ ସେମାନଙ୍କୁ ଯିବାକୁ ଦେବା ପାଇଁ ମନା କରିବ, ତେବେ ଦେଖ, ଆମ୍ଭେ ବେଙ୍ଗ ଦ୍ୱାରା ତୁମ୍ଭର ସମସ୍ତ ଦେଶକୁ ଦଣ୍ଡ ଦେବା। BSB BSB: But if you refuse to let them go, I will plague your whole country with frogs.
3 ULB ନୀଳ ନଦୀ ବେଙ୍ଗରେ ପରିପୂର୍ଣ୍ଣ ହେବ, ତହିଁରେ ସେସମସ୍ତ ବେଙ୍ଗ ଉଠି ତୁମ୍ଭ ଗୃହରେ, ଶୟନାଗାରରେ, ଶଯ୍ୟାରେ, ତୁମ୍ଭ ଦାସମାନଙ୍କ ଗୃହରେ, ତୁମ୍ଭ ଲୋକମାନଙ୍କ ଉପରେ, ତୁମ୍ଭ ଚୁଲ୍ଲୀରେ ଓ ତୁମ୍ଭ ଅଟା ଦଳିବା ପାତ୍ରରେ ପ୍ରବେଶ କରିବେ; BSB BSB: The Nile will teem with frogs, and they will come into your palace and up to your bedroom and onto your bed, into the houses of your officials and your people, and into your ovens and kneading bowls.
4 ULB ପୁଣି, ତୁମ୍ଭର ଓ ତୁମ୍ଭ ଲୋକମାନଙ୍କର ଓ ଦାସମାନଙ୍କ ଉପରକୁ ଉଠିବେ।” BSB BSB: The frogs will come up on you and your people and all your officials.’”
5 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।” BSB BSB: And the LORD said to Moses, “Tell Aaron, ‘Stretch out your hand with your staff over the rivers and canals and ponds, and cause the frogs to come up onto the land of Egypt.’”
6 ULB ତହିଁରେ ହାରୋଣ ମିସରର ସମସ୍ତ ଜଳ ଉପରେ ଆପଣା ହସ୍ତ ବିସ୍ତାର କରନ୍ତେ, ବେଙ୍ଗସମୂହ ଉଠି ମିସର ଦେଶରେ ବ୍ୟାପିଗଲେ। BSB BSB: So Aaron stretched out his hand over the waters of Egypt, and the frogs came up and covered the land of Egypt.
7 ULB ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ। BSB BSB: But the magicians did the same thing by their magic arts, and they also brought frogs up onto the land of Egypt.
8 ULB ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।” BSB BSB: Pharaoh summoned Moses and Aaron and said, “Pray to the LORD to take the frogs away from me and my people. Then I will let your people go, that they may sacrifice to the LORD.”
9 ULB ତେବେ ମୋଶା ଫାରୋଙ୍କୁ କହିଲେ, “ମୋ’ ଉପରେ ଦର୍ପ କର; ବେଙ୍ଗ ସବୁ ଯେପରି ଆପଣଙ୍କଠାରୁ ଓ ଆପଣଙ୍କ ଗୃହରୁ ଉଚ୍ଛିନ୍ନ ହୋଇ କେବଳ ନଦୀରେ ରହନ୍ତି, ଆପଣଙ୍କ ଓ ଆପଣଙ୍କ ଦାସମାନଙ୍କ ଓ ଲୋକସମସ୍ତଙ୍କ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ କେବେ ଏହି ପ୍ରାର୍ଥନା କରିବି?” BSB BSB: Moses said to Pharaoh, “You may have the honor over me. When shall I pray for you and your officials and your people that the frogs (except for those in the Nile) may be taken away from you and your houses?”
10 ULB ସେ କହିଲେ, “ଆସନ୍ତାକାଲି କର।” ସେତେବେଳେ ମୋଶା କହିଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ତୁଲ୍ୟ କେହି ନାହାନ୍ତି, ଏହା ଯେପରି ଆପଣ ଜ୍ଞାତ ହୁଅନ୍ତି, ଏଥିପାଇଁ ଆପଣଙ୍କ ବାକ୍ୟାନୁସାରେ ହେଉ। BSB BSB: “Tomorrow,” Pharaoh answered. “May it be as you say,” Moses replied, “so that you may know that there is no one like the LORD our God.
11 ULB ବେଙ୍ଗମାନେ ଆପଣଙ୍କଠାରୁ ଓ ଆପଣଙ୍କ ଗୃହ, ଦାସ ଓ ସମସ୍ତ ଲୋକଙ୍କଠାରୁ ଦୂର ହୋଇ କେବଳ ନଦୀରେ ରହିବେ। BSB BSB: The frogs will depart from you and your houses and your officials and your people; they will remain only in the Nile.”
12 ULB ଏଥିଉତ୍ତାରେ ମୋଶା ଓ ହାରୋଣ ଫାରୋଙ୍କ ନିକଟରୁ ବାହାରକୁ ଗଲେ; ପୁଣି, ମୋଶା ଫାରୋଙ୍କ ବିରୁଦ୍ଧରେ ଆନୀତ ବେଙ୍ଗ ବିଷୟରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। BSB BSB: After Moses and Aaron had left Pharaoh, Moses cried out to the LORD for help with the frogs that He had brought against Pharaoh.
13 ULB ତହିଁରେ ସଦାପ୍ରଭୁ ମୋଶାଙ୍କ ବାକ୍ୟାନୁସାରେ କରନ୍ତେ, ଗୃହରେ, ପ୍ରାଙ୍ଗଣରେ ଓ କ୍ଷେତ୍ରରେ ସମସ୍ତ ବେଙ୍ଗ ମଲେ। BSB BSB: And the LORD did as Moses requested, and the frogs in the houses, the courtyards, and the fields died.
14 ULB ତହୁଁ ଲୋକମାନେ ସେସବୁକୁ ଏକତ୍ର କରି ଗଦା କରନ୍ତେ, ଦେଶ ଦୁର୍ଗନ୍ଧମୟ ହେଲା। BSB BSB: They were piled into countless heaps, and there was a terrible stench in the land.
15 ULB ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ। BSB BSB: When Pharaoh saw that there was relief, however, he hardened his heart and would not listen to Moses and Aaron, just as the LORD had said.
16 ULB ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ସମସ୍ତ ମିସର ଦେଶରେ ଯେପରି ଉକୁଣିଆ ପୋକ ହୁଅଇ, ଏଥିପାଇଁ ତୁମ୍ଭେ ଆପଣା ଯଷ୍ଟି ଉଠାଇ ଭୂମିର ଧୂଳିରେ ପ୍ରହାର କର।” BSB BSB: Then the LORD said to Moses, “Tell Aaron, ‘Stretch out your staff and strike the dust of the earth, that it may turn into swarms of gnats throughout the land of Egypt.’”
17 ULB ତହିଁରେ ସେମାନେ ସେପ୍ରକାର କଲେ; ହାରୋଣ ସଯଷ୍ଟି ହସ୍ତ ବିସ୍ତାର କରି ଭୂମିର ଧୂଳିରେ ପ୍ରହାର କରନ୍ତେ, ମନୁଷ୍ୟ ଓ ପଶୁମାନଙ୍କଠାରେ ଉକୁଣିଆ ପୋକ ହେଲା; ପୁଣି, ମିସର ଦେଶର ଭୂମିସ୍ଥ ସମସ୍ତ ଧୂଳି ଉକୁଣିଆ ପୋକ ହେଲା। BSB BSB: This they did, and when Aaron stretched out his hand with his staff and struck the dust of the earth, gnats came upon man and beast. All the dust of the earth turned into gnats throughout the land of Egypt.
18 ULB ସେତେବେଳେ ମନ୍ତ୍ରଜ୍ଞମାନେ ଆପଣା ଆପଣା ମାୟାରେ ସେପ୍ରକାର ଉକୁଣିଆ ପୋକ ଉତ୍ପନ୍ନ କରିବାକୁ ଚେଷ୍ଟା କଲେ, ମାତ୍ର ପାରିଲେ ନାହିଁ; ତହିଁରେ ମନୁଷ୍ୟ ଓ ପଶୁମାନଙ୍କ ଉପରେ ଉକୁଣିଆ ପୋକ ହେଲା। BSB BSB: The magicians tried to produce gnats using their magic arts, but they could not. And the gnats remained on man and beast.
19 ULB ତେବେ ମନ୍ତ୍ରଜ୍ଞମାନେ ଫାରୋଙ୍କୁ କହିଲେ, “ଏ ତ ପରମେଶ୍ୱରଙ୍କ ଅଙ୍ଗୁଳିକୃତ କର୍ମ,” ତଥାପି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଫାରୋଙ୍କର ହୃଦୟ କଠିନ ହେଲା, ପୁଣି, ସେ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ। BSB BSB: “This is the finger of God,” the magicians said to Pharaoh. But Pharaoh’s heart was hardened, and he would not listen to them, just as the LORD had said.
20 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। BSB BSB: Then the LORD said to Moses, “Get up early in the morning, and when Pharaoh goes out to the water, stand before him and tell him that this is what the LORD says: ‘Let My people go, so that they may worship Me.
21 ULB ପୁଣି, ଯଦି ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେବ, ଯଦି ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭ ଦାସମାନଙ୍କ ଉପରେ ଓ ତୁମ୍ଭ ଲୋକମାନଙ୍କ ଉପରେ ଓ ତୁମ୍ଭ ଗୃହ ଭିତରେ ଏପରି ଦଂଶକାଦିର ଝିଙ୍କ ପଠାଇବା ଯେ, ତଦ୍ଦ୍ୱାରା ମିସ୍ରୀୟମାନଙ୍କ ଗୃହ ଓ ବାସଭୂମି ପରିପୂର୍ଣ୍ଣ ହେବ। BSB BSB: But if you will not let My people go, I will send swarms of flies upon you and your officials and your people and your houses. The houses of the Egyptians and even the ground where they stand will be full of flies.
22 ULB ପୁଣି, ପୃଥିବୀ ମଧ୍ୟରେ କେବଳ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ତୁମ୍ଭକୁ ଜଣାଇବା ନିମନ୍ତେ ସେହି ଦିନ ଆମ୍ଭ ଲୋକମାନଙ୍କ ନିବାସ ସ୍ଥାନ ଗୋଶନ ପ୍ରଦେଶ ଭିନ୍ନ କରିବା; ସେଠାରେ ଦଂଶକାଦିର ଝିଙ୍କ ହେବ ନାହିଁ।” BSB BSB: But on that day I will give special treatment to the land of Goshen, where My people live; no swarms of flies will be found there. In this way you will know that I, the LORD, am in the land.
23 ULB ଆମ୍ଭେ ଆପଣା ଲୋକମାନଙ୍କ ଓ ତୁମ୍ଭ ଲୋକମାନଙ୍କ ମଧ୍ୟରେ ପ୍ରଭେଦ କରିବା; ଆସନ୍ତାକାଲି ଏହି ଚିହ୍ନ ହେବ। BSB BSB: I will make a distinction between My people and your people. This sign will take place tomorrow.’”
24 ULB ଏଥିଉତ୍ତାରେ ସଦାପ୍ରଭୁ ସେହି ପ୍ରକାର କଲେ; ତହିଁରେ ଫାରୋଙ୍କର ଓ ତାଙ୍କ ଦାସମାନଙ୍କ ଗୃହରେ ଦଂଶକାଦିର ବୃହତ୍ ଝିଙ୍କ ଉପସ୍ଥିତ ହେଲା; ପୁଣି, ସମୁଦାୟ ମିସର ଦେଶ ଦଂଶକାଦି ସକାଶୁ ନଷ୍ଟ ହେଲା। BSB BSB: And the LORD did so. Thick swarms of flies poured into Pharaoh’s palace and into the houses of his officials. Throughout Egypt the land was ruined by swarms of flies.
25 ULB ସେତେବେଳେ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଯାଇ ଦେଶ ମଧ୍ୟରେ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର।” BSB BSB: Then Pharaoh summoned Moses and Aaron and said, “Go, sacrifice to your God within this land.”
26 ULB ତହିଁରେ ମୋଶା କହିଲେ, “ତାହା କରିବା ଉପଯୁକ୍ତ ନୁହେଁ; କାରଣ ତାହା କଲେ, ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମିସ୍ରୀୟମାନଙ୍କର ଘୃଣାଜନକ ବଳିଦାନ କରିବାକୁ ହେବ; ଦେଖ, ମିସ୍ରୀୟମାନଙ୍କ ଚକ୍ଷୁଗୋଚରରେ ସେମାନଙ୍କର ଘୃଣାଜନକ ବଳିଦାନ କଲେ, ସେମାନେ କି ଆମ୍ଭମାନଙ୍କୁ ପଥର ପକାଇ ମାରିବେ ନାହିଁ? BSB BSB: But Moses replied, “It would not be right to do that, because the sacrifices we offer to the LORD our God would be detestable to the Egyptians. If we offer sacrifices that are detestable before the Egyptians, will they not stone us?
27 ULB ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା।” BSB BSB: We must make a three-day journey into the wilderness and sacrifice to the LORD our God as He commands us.”
28 ULB ତହୁଁ ଫାରୋ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭେମାନେ ପ୍ରାନ୍ତରକୁ ଯାଇ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କର; ମାତ୍ର ବହୁ ଦୂରକୁ ଯାଅ ନାହିଁ, ପୁଣି, ଆମ୍ଭ ନିମନ୍ତେ ପ୍ରାର୍ଥନା କର।” BSB BSB: Pharaoh answered, “I will let you go and sacrifice to the LORD your God in the wilderness, but you must not go very far. Now pray for me.”
29 ULB ଏଥିଉତ୍ତାରେ ମୋଶା କହିଲେ, “ଦେଖ, ମୁଁ ଆପଣଙ୍କ ନିକଟରୁ ଯାଇ ସଦାପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରିବି, ତହିଁରେ ଆପଣଙ୍କର, ଆପଣଙ୍କ ଦାସମାନଙ୍କ ଓ ଆପଣଙ୍କ ଲୋକମାନଙ୍କ ନିକଟରୁ ଆସନ୍ତାକାଲି ସମସ୍ତ ଦଂଶକ ଝିଙ୍କ ଦୂର ହୋଇଯିବେ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲୋକମାନଙ୍କୁ ଯିବାକୁ ଦେବା ବିଷୟରେ ଫାରୋ ପୁନର୍ବାର ପ୍ରବଞ୍ଚନା କରିବେ ନାହିଁ।” BSB BSB: “As soon as I leave you,” Moses said, “I will pray to the LORD, so that tomorrow the swarms of flies will depart from Pharaoh and his officials and his people. But Pharaoh must not act deceitfully again by refusing to let the people go and sacrifice to the LORD.”
30 ULB ତହୁଁ ମୋଶା ଫାରୋଙ୍କ ନିକଟରୁ ବାହାରକୁ ଯାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। BSB BSB: Then Moses left Pharaoh and prayed to the LORD,
31 ULB ତହିଁରେ ସଦାପ୍ରଭୁ ମୋଶାଙ୍କ ପ୍ରାର୍ଥନାନୁସାରେ ଫାରୋଙ୍କଠାରୁ, ତାଙ୍କ ଦାସଗଣ ଓ ଲୋକ ସମସ୍ତଙ୍କଠାରୁ ସମସ୍ତ ଦଂଶକାଦି ଝିଙ୍କ ଦୂର କଲେ; ଗୋଟିଏ ଅବଶିଷ୍ଟ ରହିଲା ନାହିଁ। BSB BSB: and the LORD did as Moses requested. He removed the swarms of flies from Pharaoh and his officials and his people; not one fly remained.
32 ULB ଏଥର ମଧ୍ୟ ଫାରୋ ଆପଣା ହୃଦୟ କଠିନ କଲେ ଓ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ। BSB BSB: But Pharaoh hardened his heart this time as well, and he would not let the people go.