1 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଇ ତାହାଙ୍କୁ କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର ଏହି କଥା କହନ୍ତି, ଆମ୍ଭର ସେବା କରିବା ପାଇଁ ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।” BSB BSB: Then the LORD said to Moses, “Go to Pharaoh and tell him that this is what the LORD, the God of the Hebrews, says: ‘Let My people go, so that they may worship Me.
2 ULB ମାତ୍ର ଯଦି ସେମାନଙ୍କୁ ଯିବାକୁ ପାଇଁ ନାସ୍ତି କରି ଏବେ ମଧ୍ୟ ବାଧା ଦେବ, BSB BSB: But if you continue to restrain them and refuse to let them go,
3 ULB ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ। BSB BSB: then the hand of the LORD will bring a severe plague on your livestock in the field—on your horses, donkeys, camels, herds, and flocks.
4 ULB ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ଓ ମିସ୍ରୀୟମାନଙ୍କ ପଶୁଗଣ ମଧ୍ୟରେ ପ୍ରଭେଦ କରିବେ; ତହିଁରେ ଇସ୍ରାଏଲ ସନ୍ତାନମାନଙ୍କର କୌଣସି ପଶୁ ମରିବ ନାହିଁ। BSB BSB: But the LORD will make a distinction between the livestock of Israel and the livestock of Egypt, so that no animal belonging to the Israelites will die.’”
5 ULB ସଦାପ୍ରଭୁ ସମୟ ନିରୂପଣ କରି କହନ୍ତି, ଆସନ୍ତାକାଲି ସଦାପ୍ରଭୁ ଏ ଦେଶରେ ଏହି କର୍ମ କରିବେ। BSB BSB: The LORD set a time, saying, “Tomorrow the LORD will do this in the land.”
6 ULB ଆର ଦିନ ସଦାପ୍ରଭୁ ସେହି କର୍ମ କଲେ, ତହିଁରେ ମିସ୍ରୀୟମାନଙ୍କ ସମସ୍ତ ପଶୁ ମଲେ; ମାତ୍ର ଇସ୍ରାଏଲ ସନ୍ତାନମାନଙ୍କ ପଶୁଗଣ ମଧ୍ୟରୁ ଗୋଟିଏ ହେଁ ମଲା ନାହିଁ। BSB BSB: And the next day the LORD did just that. All the livestock of the Egyptians died, but not one animal belonging to the Israelites died.
7 ULB ତହୁଁ ଫାରୋ ଲୋକ ପଠାଇ ଇସ୍ରାଏଲୀୟମାନଙ୍କର ଗୋଟିଏ ମାତ୍ର ପଶୁ ମରି ନ ଥିବାର ଦେଖିଲେ। ତଥାପି ଫାରୋଙ୍କ ହୃଦୟ କଠିନ ହେଲା ଓ ସେ ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ। BSB BSB: Pharaoh sent officials and found that none of the livestock of the Israelites had died. But Pharaoh’s heart was hardened, and he would not let the people go.
8 ULB ଆଉ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ମୁଷ୍ଟି ପୂର୍ଣ୍ଣ କରି ଭାଟୀର ଭସ୍ମ ନିଅ, ପୁଣି, ମୋଶା ଫାରୋଙ୍କ ସାକ୍ଷାତରେ ତାହା ଆକାଶ ଆଡ଼କୁ ବିଞ୍ଚି ଦେଉ। BSB BSB: Then the LORD said to Moses and Aaron, “Take handfuls of soot from the furnace; in the sight of Pharaoh, Moses is to toss it into the air.
9 ULB ତହିଁରେ ତାହା ସମୁଦାୟ ମିସର ଦେଶ ଉପରେ ସୂକ୍ଷ୍ମ ଧୂଳି ହୋଇ ମିସ୍ରୀୟ ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ଜନ୍ମାଇବ।” BSB BSB: It will become fine dust over all the land of Egypt, and festering boils will break out on man and beast throughout the land.”
10 ULB ତହୁଁ ସେମାନେ ଭାଟୀର ଭସ୍ମ ନେଇ ଫାରୋ ଆଗରେ ଠିଆ ହେଲେ; ପୁଣି, ମୋଶା ଆକାଶ ଆଡ଼େ ତାହା ବିଞ୍ଚି ଦିଅନ୍ତେ, ସମସ୍ତ ମନୁଷ୍ୟ ଓ ପଶୁମାନଙ୍କ ଶରୀରରେ ଦାହଯୁକ୍ତ ବଥ ହେଲା। BSB BSB: So they took soot from the furnace and stood before Pharaoh. Moses tossed it into the air, and festering boils broke out on man and beast.
11 ULB ସେହି ବଥ ସକାଶୁ ମନ୍ତ୍ରଜ୍ଞମାନେ ମୋଶାଙ୍କ ସାକ୍ଷାତରେ ଠିଆ ହୋଇ ପାରିଲେ ନାହିଁ; କାରଣ ମନ୍ତ୍ରଜ୍ଞମାନଙ୍କ ଓ ସମସ୍ତ ମିସ୍ରୀୟମାନଙ୍କ ଶରୀରରେ ବଥ ଜାତ ହେଲା। BSB BSB: The magicians could not stand before Moses, because the boils had broken out on them and on all the Egyptians.
12 ULB ଏଥିଉତ୍ତାରେ ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ତହିଁରେ ସେ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେମାନଙ୍କ କଥାରେ ମନୋଯୋଗ କଲେ ନାହିଁ। BSB BSB: But the LORD hardened Pharaoh’s heart, and he would not listen to them, just as the LORD had said to Moses.
13 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୋଇ ତାହାଙ୍କୁ ଏହି କଥା କୁହ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ; BSB BSB: Then the LORD said to Moses, “Get up early in the morning, stand before Pharaoh, and tell him that this is what the LORD, the God of the Hebrews, says: ‘Let My people go, so that they may worship Me.
14 ULB ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ। BSB BSB: Otherwise, I will send all My plagues against you and your officials and your people, so you may know that there is no one like Me in all the earth.
15 ULB କାରଣ ବର୍ତ୍ତମାନ ସୁଦ୍ଧା ଆମ୍ଭେ ଆପଣା ହସ୍ତ ବିସ୍ତାର କରି ମହାମାରୀ ଦ୍ୱାରା ତୁମ୍ଭକୁ ଓ ତୁମ୍ଭ ଲୋକମାନଙ୍କୁ ସଂହାର କରନ୍ତୁଣି, ପୁଣି, ତୁମ୍ଭେ ପୃଥିବୀରୁ ଉଚ୍ଛିନ୍ନ ହୋଇ ସାରନ୍ତଣି; BSB BSB: For by this time I could have stretched out My hand and struck you and your people with a plague to wipe you off the earth.
16 ULB ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ। BSB BSB: But I have raised you up for this very purpose, that I might display My power to you, and that My name might be proclaimed in all the earth.
17 ULB ତଥାପି ତୁମ୍ଭେ ଆମ୍ଭ ଲୋକମାନଙ୍କୁ ଯିବାକୁ ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ? BSB BSB: Still, you lord it over My people and do not allow them to go.
18 ULB ଦେଖ, ଆମ୍ଭେ ଆସନ୍ତାକାଲି ଏପରି ସମୟରେ ମିସର ଦେଶରେ ଏପରି ଭାରୀ ଶିଳା ବୃଷ୍ଟି କରିବା ଯେ, ମିସରର ପତ୍ତନାବଧି ଆଜିଯାଏ ସେପରି କେବେ ହୋଇ ନାହିଁ। BSB BSB: Behold, at this time tomorrow I will rain down the worst hail that has ever fallen on Egypt, from the day it was founded until now.
19 ULB ଏନିମନ୍ତେ ଏବେ ଲୋକ ପଠାଇ କ୍ଷେତ୍ରରେ ତୁମ୍ଭର ପଶ୍ୱାଦି ଯାହା ଯାହା ଅଛି, ତାହାସବୁ ଶୀଘ୍ର ଅଣାଅ, କାରଣ ଯେଉଁ ମନୁଷ୍ୟ କି ପଶୁ କ୍ଷେତ୍ରରେ ରହିବେ, ଗୃହକୁ ଅଣା ନ ଯିବେ, ସେମାନଙ୍କ ଉପରେ ଶିଳା ବୃଷ୍ଟି ହେଲେ ସେମାନେ ମରିବେ।” BSB BSB: So give orders now to shelter your livestock and everything you have in the field. Every man or beast that remains in the field and is not brought inside will die when the hail comes down upon them.’”
20 ULB ସେତେବେଳେ ଫାରୋଙ୍କର ଦାସମାନଙ୍କ ମଧ୍ୟରୁ ଯେଉଁ ବ୍ୟକ୍ତି ସଦାପ୍ରଭୁଙ୍କ ବାକ୍ୟରେ ଭୀତ ହେଲା, ସେ ଶୀଘ୍ର ଆପଣା ଦାସ ଓ ପଶୁମାନଙ୍କୁ ଗୃହକୁ ଆଣିଲା। BSB BSB: Those among Pharaoh’s officials who feared the word of the LORD hurried to bring their servants and livestock to shelter,
21 ULB ମାତ୍ର ଯେ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ ନ କଲା, ସେ ଆପଣା ଦାସ ଓ ପଶୁମାନଙ୍କୁ କ୍ଷେତ୍ରରେ ତ୍ୟାଗ କଲା। BSB BSB: but those who disregarded the word of the LORD left their servants and livestock in the field.
22 ULB ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆକାଶ ଆଡ଼େ ଆପଣା ହସ୍ତ ବିସ୍ତାର କର, ତହିଁରେ ମିସ୍ରୀୟ ସମସ୍ତ ମନୁଷ୍ୟ, ପଶୁ ଓ କ୍ଷେତ୍ରସ୍ଥ ତୃଣାଦି ସମସ୍ତ ଉପରେ ଶିଳା ବୃଷ୍ଟି ହେବ।” BSB BSB: Then the LORD said to Moses, “Stretch out your hand toward heaven, so that hail may fall on all the land of Egypt—on man and beast and every plant of the field throughout the land of Egypt.”
23 ULB ତହୁଁ ମୋଶା ଆପଣା ଯଷ୍ଟି ଆକାଶ ଆଡ଼େ ବିସ୍ତାର କରନ୍ତେ, ସଦାପ୍ରଭୁ ମେଘ ଗର୍ଜ୍ଜନ ଓ ଶିଳା ବୃଷ୍ଟି କଲେ; ପୁଣି, ବିଜୁଳି ଭୂମି ଆଡ଼େ ବେଗେ ଗମନ କଲା; ଏହିରୂପେ ସଦାପ୍ରଭୁ ମିସର ଦେଶରେ ଶିଳା ବୃଷ୍ଟି କଲେ। BSB BSB: So Moses stretched out his staff toward heaven, and the LORD sent thunder and hail, and lightning struck the earth. So the LORD rained down hail upon the land of Egypt.
24 ULB ତହିଁରେ ଶିଳା ବୃଷ୍ଟି ହେଲା ଓ ଶିଳା ସଙ୍ଗେ ସଙ୍ଗେ ବିଜୁଳି ଚମକିଲା; ଏପ୍ରକାର ଅତି ଦୁଃସହ ଶିଳାବୃଷ୍ଟି ମିସର ଦେଶରେ ରାଜ୍ୟସ୍ଥାପନାବଧି କେବେ ହୋଇ ନ ଥିଲା। BSB BSB: The hail fell and the lightning continued flashing through it. The hail was so severe that nothing like it had ever been seen in all the land of Egypt from the time it became a nation.
25 ULB ତହିଁରେ ସମୁଦାୟ ମିସର ଦେଶର କ୍ଷେତ୍ରସ୍ଥ ମନୁଷ୍ୟ ଓ ପଶୁ ସମସ୍ତେ ଶିଳା ଦ୍ୱାରା ହତ ହେଲେ ଓ କ୍ଷେତ୍ରସ୍ଥ ସକଳ ତୃଣ ଶିଳା ବୃଷ୍ଟିରେ ନଷ୍ଟ ହେଲା, କ୍ଷେତ୍ରସ୍ଥ ସବୁ ବୃକ୍ଷ ଭାଙ୍ଗିଗଲା। BSB BSB: Throughout the land of Egypt, the hail struck down everything in the field, both man and beast; it beat down every plant of the field and stripped every tree.
26 ULB କେବଳ ଇସ୍ରାଏଲ ସନ୍ତାନଗଣର ବାସସ୍ଥାନ ଗୋଶନ ପ୍ରଦେଶରେ ଶିଳାବୃଷ୍ଟି ହେଲା ନାହିଁ। BSB BSB: The only place where it did not hail was in the land of Goshen, where the Israelites lived.
27 ULB ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ। BSB BSB: Then Pharaoh summoned Moses and Aaron. “This time I have sinned,” he said. “The LORD is righteous, and I and my people are wicked.
28 ULB ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; କାରଣ ପରମେଶ୍ୱରକୃତ ଗର୍ଜ୍ଜନ ଓ ଶିଳା ବୃଷ୍ଟି ଯଥେଷ୍ଟ ହୋଇଅଛି; ଆମ୍ଭେ ତୁମ୍ଭମାନଙ୍କୁ ଯିବାକୁ ଦେବା, ତୁମ୍ଭମାନଙ୍କର ଆଉ ବିଳମ୍ବ ହେବ ନାହିଁ। BSB BSB: Pray to the LORD, for there has been enough of God’s thunder and hail. I will let you go; you do not need to stay any longer.”
29 ULB ସେତେବେଳେ ମୋଶା ତାଙ୍କୁ କହିଲେ, “ମୁଁ ନଗରରୁ ବାହାର ହୋଇ ଗଲା କ୍ଷଣେ ସଦାପ୍ରଭୁଙ୍କ ନିକଟରେ ଆପଣ ହସ୍ତ ବିସ୍ତାର କରିବି, ତହିଁରେ ମେଘ ଗର୍ଜ୍ଜନ ନିବୃତ୍ତ ହେବ ଓ ଶିଳା ବୃଷ୍ଟି ଆଉ ହେବ ନାହିଁ; ପୁଣି, ଏହି ପୃଥିବୀ ଯେ ସଦାପ୍ରଭୁଙ୍କର, ତାହା ଆପଣ ଜାଣି ପାରିବେ। BSB BSB: Moses said to him, “When I have left the city, I will spread out my hands to the LORD. The thunder will cease, and there will be no more hail, so that you may know that the earth is the LORD’s.
30 ULB ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ପରମେଶ୍ୱରଙ୍କୁ ଭୟ କରୁ ନାହାନ୍ତି।” BSB BSB: But as for you and your officials, I know that you still do not fear the LORD our God.”
31 ULB ସେ ସମୟରେ ଫେସି ଓ ଯବ ସବୁ ନଷ୍ଟ ହେଲା, କାରଣ ଯବ ଶିଷାଯୁକ୍ତ ଓ ଫେସି ପୁଷ୍ପିତ ଥିଲା। BSB BSB: (Now the flax and barley were destroyed, since the barley was ripe and the flax was in bloom;
32 ULB ମାତ୍ର ଗହମ ଓ ଜହ୍ନା ବଡ଼ ହୋଇ ନ ଥିବାରୁ ନଷ୍ଟ ହେଲା ନାହିଁ। BSB BSB: but the wheat and spelt were not destroyed, because they are late crops.)
33 ULB ଏଥିଉତ୍ତାରେ ମୋଶା ଫାରୋଙ୍କ ନିକଟରୁ ନଗରର ବାହାରକୁ ଯାଇ ସଦାପ୍ରଭୁଙ୍କ ଛାମୁରେ ଆପଣା ହସ୍ତ ବିସ୍ତାର କରନ୍ତେ, ମେଘଗର୍ଜ୍ଜନ ଓ ଶିଳା ବୃଷ୍ଟି ନିବୃତ୍ତ ହେଲା, ଭୂମିରେ ଆଉ ଜଳ ବୃଷ୍ଟି ହେଲା ନାହିଁ। BSB BSB: Then Moses departed from Pharaoh, went out of the city, and spread out his hands to the LORD. The thunder and hail ceased, and the rain no longer poured down on the land.
34 ULB ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ। BSB BSB: When Pharaoh saw that the rain and hail and thunder had ceased, he sinned again and hardened his heart—he and his officials.
35 ULB ତହିଁରେ ଫାରୋଙ୍କର ହୃଦୟ କଠିନ ହେଲା; ଏଣୁ ମୋଶାଙ୍କ ଦ୍ୱାରା କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ଇସ୍ରାଏଲ ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ। BSB BSB: So Pharaoh’s heart was hardened, and he would not let the Israelites go, just as the LORD had said through Moses.