1 ULB ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋ’ ସମ୍ମୁଖରେ ବସିଲେ। BSB BSB: In the seventh year, on the tenth day of the fifth month, some of the elders of Israel came to inquire of the LORD, and they sat down before me.
2 ULB ସେତେବେଳେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ, BSB BSB: Then the word of the LORD came to me, saying,
3 ULB “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।” BSB BSB: “Son of man, speak to the elders of Israel and tell them that this is what the Lord GOD says: Have you come to inquire of Me? As surely as I live, I will not be consulted by you, declares the Lord GOD.
4 ULB “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ? ତୁମ୍ଭେ କି ସେମାନଙ୍କର ବିଚାର କରିବ? ସେମାନଙ୍କ ପୂର୍ବପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,” BSB BSB: Will you judge them, will you judge them, son of man? Confront them with the abominations of their fathers
5 ULB ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ; BSB BSB: and tell them that this is what the Lord GOD says: On the day I chose Israel, I swore an oath to the descendants of the house of Jacob and made Myself known to them in the land of Egypt. With an uplifted hand I said to them, ‘I am the LORD your God.’
6 ULB ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ; BSB BSB: On that day I swore to bring them out of the land of Egypt into a land that I had searched out for them, a land flowing with milk and honey, the glory of all lands.
7 ULB ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସ୍ରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” BSB BSB: And I said to them: ‘Each of you must throw away the abominations before his eyes, and you must not defile yourselves with the idols of Egypt. I am the LORD your God.’
8 ULB ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସ୍ରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ। BSB BSB: But they rebelled against Me and refused to listen. None of them cast away the abominations before their eyes, and they did not forsake the idols of Egypt. So I resolved to pour out My wrath upon them and vent My anger against them in the land of Egypt.
9 ULB ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ। BSB BSB: But I acted for the sake of My name, that it should not be profaned in the eyes of the nations among whom they were living, in whose sight I had revealed Myself to Israel by bringing them out of the land of Egypt.
10 ULB ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ। BSB BSB: So I brought them out of the land of Egypt and led them into the wilderness.
11 ULB ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ! BSB BSB: And I gave them My statutes and made known to them My ordinances—for the man who does these things will live by them.
12 ULB ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ। BSB BSB: I also gave them My Sabbaths as a sign between us, so that they would know that I am the LORD who sanctifies them.
13 ULB ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ। BSB BSB: Yet the house of Israel rebelled against Me in the wilderness. They did not follow My statutes and they rejected My ordinances—though the man who does these things will live by them—and they utterly profaned My Sabbaths. Then I resolved to pour out My wrath upon them and put an end to them in the wilderness.
14 ULB ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ। BSB BSB: But I acted for the sake of My name, so that it would not be profaned in the eyes of the nations in whose sight I had brought them out.
15 ULB ଆହୁରି ମଧ୍ୟ ସର୍ବଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ; BSB BSB: Moreover, with an uplifted hand I swore to them in the wilderness that I would not bring them into the land that I had given them—a land flowing with milk and honey, the glory of all lands—
16 ULB କାରଣ ସେମାନଙ୍କ ଅନ୍ତଃକରଣ ସେମାନଙ୍କ ପ୍ରତିମାଗଣର ଅନୁଗାମୀ ହେବାରୁ ସେମାନେ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ, ଆଉ ଆମ୍ଭ ବିଶ୍ରାମ ଦିନସକଳ ଅପବିତ୍ର କଲେ। BSB BSB: because they kept rejecting My ordinances, refusing to walk in My statutes, and profaning My Sabbaths; for their hearts continually went after their idols.
17 ULB ତଥାପି ସେମାନଙ୍କୁ ବିନାଶ କରିବା ପାଇଁ ଆମ୍ଭର ଲଜ୍ଜ୍ୟା ହେଲା, ଏଣୁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କଲୁ ନାହିଁ। BSB BSB: Yet I looked on them with pity and did not destroy them or bring them to an end in the wilderness.
18 ULB ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; BSB BSB: In the wilderness I said to their children: ‘Do not walk in the statutes of your fathers or keep their ordinances or defile yourselves with their idols.
19 ULB ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ; ଆମ୍ଭର ବିଧିରୂପ ପଥରେ ଚାଲ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କର; BSB BSB: I am the LORD your God; walk in My statutes, keep My ordinances, and practice them.
20 ULB ପୁଣି, ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କର; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତାହାସବୁ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ୱରୂପ ହେବ। BSB BSB: Keep My Sabbaths holy, that they may be a sign between us, so that you may know that I am the LORD your God.’
21 ULB ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ। BSB BSB: But the children rebelled against Me. They did not walk in My statutes or carefully observe My ordinances—though the man who does these things will live by them—and they profaned My Sabbaths. So I resolved to pour out My wrath upon them and vent My anger against them in the wilderness.
22 ULB ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ। BSB BSB: But I withheld My hand and acted for the sake of My name, so that it would not be profaned in the eyes of the nations in whose sight I had brought them out.
23 ULB ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ନିକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ; BSB BSB: However, with an uplifted hand I swore to them in the wilderness that I would scatter them among the nations and disperse them throughout the lands.
24 ULB କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି, ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା। BSB BSB: For they did not practice My ordinances, but they rejected My statutes and profaned My Sabbaths, fixing their eyes on the idols of their fathers.
25 ULB ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ; BSB BSB: I also gave them over to statutes that were not good and ordinances by which they could not live.
26 ULB ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ। BSB BSB: And I pronounced them unclean through their gifts—the sacrifice of every firstborn in the fire—so that I might devastate them, in order that they would know that I am the LORD.
27 ULB ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଏଥିରେ ମଧ୍ୟ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଆମ୍ଭର ନିନ୍ଦା କରିଅଛନ୍ତି। BSB BSB: Therefore, son of man, speak to the house of Israel, and tell them that this is what the Lord GOD says: In this way also your fathers blasphemed Me by their unfaithfulness against Me.
28 ULB କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ। BSB BSB: When I brought them into the land that I swore to give them and they saw any high hill or leafy tree, there they offered their sacrifices, presented offerings that provoked Me, sent up their fragrant incense, and poured out their drink offerings.
29 ULB ତହିଁରେ ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ଯେଉଁ ଉଚ୍ଚସ୍ଥଳୀକୁ ଯାଅ, ତାହାର ଅଭିପ୍ରାୟ ଏହି କି? ଏଣୁ ଆଜି ପର୍ଯ୍ୟନ୍ତ ତହିଁର ନାମ ବାମା (ଉଚ୍ଚସ୍ଥଳୀ) ରହିଅଛି।” BSB BSB: So I asked them: ‘What is this high place to which you go?’ (And to this day it is called Bamah.)
30 ULB ଏଣୁକରି ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ କି ଆପଣାମାନଙ୍କର ପୂର୍ବପୁରୁଷଗଣର ରୀତି ଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ? BSB BSB: Therefore tell the house of Israel that this is what the Lord GOD says: Will you defile yourselves the way your fathers did, prostituting yourselves with their abominations?
31 ULB ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା?” ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ; BSB BSB: When you offer your gifts, sacrificing your sons in the fire, you continue to defile yourselves with all your idols to this day. So should I be consulted by you, O house of Israel? As surely as I live, declares the Lord GOD, I will not be consulted by you!
32 ULB ପୁଣି, ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟ ଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ, ତାହା କେବେ ଘଟିବ ନାହିଁ।” BSB BSB: When you say, ‘Let us be like the nations, like the peoples of the lands, serving wood and stone,’ what you have in mind will never come to pass.
33 ULB ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା; BSB BSB: As surely as I live, declares the Lord GOD, with a strong hand, an outstretched arm, and outpoured wrath I will rule over you.
34 ULB ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହିସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା; BSB BSB: With a strong hand, an outstretched arm, and outpoured wrath I will bring you out from the peoples and gather you from the lands to which you have been scattered.
35 ULB ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା।” BSB BSB: And I will bring you into the wilderness of the nations, where I will enter into judgment with you face to face.
36 ULB ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା। BSB BSB: Just as I entered into judgment with your fathers in the wilderness of the land of Egypt, so I will enter into judgment with you, declares the Lord GOD.
37 ULB ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା; BSB BSB: I will make you pass under the rod and will bring you into the bond of the covenant.
38 ULB ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରି ଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।” BSB BSB: And I will purge you of those who rebel and transgress against Me. I will bring them out of the land in which they dwell, but they will not enter the land of Israel. Then you will know that I am the LORD.
39 ULB ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; “ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥିଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।” BSB BSB: And as for you, O house of Israel, this is what the Lord GOD says: Go and serve your idols, every one of you. But afterward, you will surely listen to Me, and you will no longer defile My holy name with your gifts and idols.
40 ULB କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା। BSB BSB: For on My holy mountain, the high mountain of Israel, declares the Lord GOD, there the whole house of Israel, all of them, will serve Me in the land. There I will accept them and will require your offerings and choice gifts, along with all your holy sacrifices.
41 ULB ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା। BSB BSB: When I bring you from the peoples and gather you from the lands to which you have been scattered, I will accept you as a pleasing aroma. And I will show My holiness through you in the sight of the nations.
42 ULB ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଲୁ, ଇସ୍ରାଏଲର ସେହି ଦେଶକୁ ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କୁ ଆଣିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ। BSB BSB: Then you will know that I am the LORD, when I bring you into the land of Israel, the land that I swore to give your fathers.
43 ULB ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ। BSB BSB: There you will remember your ways and all the deeds with which you have defiled yourselves, and you will loathe yourselves for all the evils you have done.
44 ULB ପୁଣି, ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କର ଦୁଷ୍ଟ ଆଚାର ବ୍ୟବହାରାନୁସାରେ ନୁହେଁ, କିଅବା ତୁମ୍ଭମାନଙ୍କର ଭ୍ରଷ୍ଟ କ୍ରିୟାନୁସାରେ ନୁହେଁ, ମାତ୍ର ଆପଣା ନାମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା, ସେତେବେଳେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।” BSB BSB: Then you will know, O house of Israel, that I am the LORD, when I have dealt with you for the sake of My name and not according to your wicked ways and corrupt acts, declares the Lord GOD.”
45 ULB ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ, BSB BSB: Now the word of the LORD came to me, saying,
46 ULB “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ପ୍ରତି ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ପ୍ରତି ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର; BSB BSB: “Son of man, set your face toward the south, preach against it, and prophesy against the forest of the Negev.
47 ULB ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ। BSB BSB: Say to the forest of the Negev: Hear the word of the LORD! This is what the Lord GOD says: I am about to ignite in you a fire, and it will devour all your trees, both green and dry. The blazing flame will not be quenched, and by it every face from south to north will be scorched.
48 ULB ତହିଁରେ ଆମ୍ଭେ ସଦାପ୍ରଭୁ ସେହି ଅଗ୍ନି ଯେ ଜ୍ୱଳାଇଅଛୁ, ଏହା ସମସ୍ତ ପ୍ରାଣୀ ଦେଖିବେ, ତହିଁର ନିର୍ବାଣ ନୋହିବ।” BSB BSB: Then all people will see that I, the LORD, have kindled it; it will not be quenched.”
49 ULB ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋ’ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?” BSB BSB: Then I said, “Ah, Lord GOD, they are saying of me, ‘Is he not just telling parables?’”
Select verses for actions: Enter goes to them and Escape comes back.