1 ULB “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; BSB BSB: “As for you, O son of man, prophesy against Gog and declare that this is what the Lord GOD says: Behold, I am against you, O Gog, chief prince of Meshech and Tubal.
2 ULB ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭକୁ କଢ଼ାଇ ନେବା, ଆଉ ଉତ୍ତର ଦିଗର ପ୍ରାନ୍ତ ଭାଗରୁ ତୁମ୍ଭକୁ ଅଣାଇବା; ଆଉ, ଆମ୍ଭେ ଇସ୍ରାଏଲର ପର୍ବତସମୂହର ଉପରକୁ ତୁମ୍ଭକୁ ଆଣିବା; BSB BSB: I will turn you around, drive you along, bring you up from the far north, and send you against the mountains of Israel.
3 ULB ପୁଣି, ଆମ୍ଭେ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବା। BSB BSB: Then I will strike the bow from your left hand and dash down the arrows from your right hand.
4 ULB ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ, ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀଗୁଡିକୁ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା। BSB BSB: On the mountains of Israel you will fall—you and all your troops and the nations with you. I will give you as food to every kind of ravenous bird and wild beast.
5 ULB ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ, ସଦାପ୍ରଭୁ ଏହା କହନ୍ତି। BSB BSB: You will fall in the open field, for I have spoken, declares the Lord GOD.
6 ULB ପୁଣି, ଆମ୍ଭେ ମାଗୋଗ୍ର ଉପରେ ଓ ଦ୍ୱୀପସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ। BSB BSB: I will send fire on Magog and on those who dwell securely in the coastlands, and they will know that I am the LORD.
7 ULB ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ। BSB BSB: So I will make My holy name known among My people Israel and will no longer allow it to be profaned. Then the nations will know that I am the LORD, the Holy One in Israel.
8 ULB ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ। BSB BSB: Yes, it is coming, and it will surely happen, declares the Lord GOD. This is the day of which I have spoken.
9 ULB ପୁଣି, ଇସ୍ରାଏଲର ନଗରସମୂହରେ ବାସକାରୀ ଲୋକମାନେ ବାହାରେ ଯାଇ, ଢାଲ ଓ ଫଳକ, ଧନୁ ଓ ତୀର, ଆଉ ଯଷ୍ଟି ଓ ବର୍ଚ୍ଛା, ଏହି ସକଳ ଅସ୍ତ୍ରଶସ୍ତ୍ର ଅଗ୍ନିରେ ଜଳାଇବେ, ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେହିସବୁ ନେଇ ଅଗ୍ନିରେ ଜ୍ୱଳାଇବେ; BSB BSB: Then those who dwell in the cities of Israel will go out, kindle fires, and burn up the weapons—the bucklers and shields, the bows and arrows, the clubs and spears. For seven years they will use them for fuel.
10 ULB ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ରଶସ୍ତ୍ର ନେଇ ଅଗ୍ନିରେ ଜ୍ୱଳାଇବେ; ଆଉ, ଆପଣା ଲୁଣ୍ଠନକାରୀମାନଙ୍କର ଧନ ଲୁଣ୍ଠନ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। BSB BSB: They will not gather wood from the countryside or cut it from the forests, for they will use the weapons for fuel. They will loot those who looted them and plunder those who plundered them, declares the Lord GOD.
11 ULB ପୁଣି, ଆମ୍ଭେ ସେହି ଦିନ ଗୋଗ୍କୁ ଇସ୍ରାଏଲ ମଧ୍ୟରେ କବରସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍କୁ ଓ ତାହାର ସମସ୍ତ ଲୋକସମୂହକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍ର ଉପତ୍ୟକା ବୋଲି ନାମ ଦେବେ। BSB BSB: And on that day I will give Gog a burial place in Israel, the Valley of the Travelers, east of the Sea. It will block those who travel through, because Gog and all his hordes will be buried there. So it will be called the Valley of Hamon-gog.
12 ULB ପୁଣି, ଦେଶକୁ ଶୁଚି କରିବା ନିମନ୍ତେ ସେମାନଙ୍କୁ କବର ଦେବା ପାଇଁ ଇସ୍ରାଏଲ ବଂଶକୁ ସାତ ମାସ ଲାଗିବ। BSB BSB: For seven months the house of Israel will be burying them in order to cleanse the land.
13 ULB ହଁ, ଦେଶର ସମସ୍ତ ଲୋକ ସେମାନଙ୍କୁ କବର ଦେବେ; ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଗୌରବାନ୍ୱିତ ହେବା ଦିନ ସେମାନଙ୍କ ପକ୍ଷରେ ତାହା ଯଶସ୍ୱରୂପ ହେବ। BSB BSB: All the people of the land will bury them, and it will bring them renown on the day I display My glory, declares the Lord GOD.
14 ULB ପୁଣି, ସେମାନେ ନିତ୍ୟ କାର୍ଯ୍ୟରେ ନିଯୁକ୍ତ ଲୋକମାନଙ୍କୁ ପୃଥକ୍ କରିବେ, ସେହି ଲୋକମାନେ ଦେଶ ଶୁଚି କରିବା ପାଇଁ, ପଥିକମାନଙ୍କ ମଧ୍ୟରୁ ଭୂମିରେ ଅବଶିଷ୍ଟ ଥିବା ଲୋକମାନଙ୍କୁ କବର ଦେବା ନିମନ୍ତେ ଦେଶ ମଧ୍ୟ ଦେଇ ଗମନ କରିବେ; ସାତ ମାସ ଶେଷ ହେଲା ଉତ୍ତାରେ ସେମାନେ ଅନୁସନ୍ଧାନ କରିବେ। BSB BSB: And men will be employed to continually pass through the land to cleanse it by burying the invaders who remain on the ground. At the end of the seven months they will begin their search.
15 ULB ପୁଣି, ସେହି ଗମନକାରୀମାନେ ଦେଶ ମଧ୍ୟ ଦେଇ ଗମନ କରିବେ ଓ କେହି ମନୁଷ୍ୟର ଅସ୍ଥି ଦେଖିଲେ ସେ ତାହା ନିକଟରେ ଗୋଟିଏ ଚିହ୍ନ ରଖିବ, ତହୁଁ କବର ଦେବା ଲୋକମାନେ ହାମୋନ-ଗୋଗ୍ ଉପତ୍ୟକାରେ ତାହାର କବର ଦେବେ। BSB BSB: As they pass through the land, anyone who sees a human bone will set up a pillar next to it, until the gravediggers have buried it in the Valley of Hamon-gog.
16 ULB ଆହୁରି, ଏକ ନଗରର ନାମ ହାମୋନା (ଲୋକସମୂହ) ହେବ। ଏହିରୂପେ ସେମାନେ ଦେଶ ଶୁଚି କରିବେ। BSB BSB: (Even the city will be named Hamonah.) And so they will cleanse the land.
17 ULB ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, “ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ଏକତ୍ର ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ। BSB BSB: And as for you, son of man, this is what the Lord GOD says: Call out to every kind of bird and to every beast of the field: ‘Assemble and come together from all around to the sacrificial feast that I am preparing for you, a great feast on the mountains of Israel. There you will eat flesh and drink blood.
18 ULB ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେମାନେ ସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ୱରୂପ ଅଟନ୍ତି। BSB BSB: You will eat the flesh of the mighty and drink the blood of the princes of the earth as though they were rams, lambs, goats, and bulls—all the fattened animals of Bashan.
19 ULB ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ଯଜ୍ଞ କରୁଅଛୁ, ଆମ୍ଭର ସେହି ଯଜ୍ଞରୁ ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ମେଦ ଖାଇବ ଓ ମତ୍ତ ହେବା ପର୍ଯ୍ୟନ୍ତ ରକ୍ତ ପିଇବ। BSB BSB: At the sacrifice I am preparing, you will eat fat until you are gorged and drink blood until you are drunk.
20 ULB ଆଉ, ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ୱ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। BSB BSB: And at My table you will eat your fill of horses and riders, of mighty men and warriors of every kind,’ declares the Lord GOD.
21 ULB ପୁଣି, ଆମ୍ଭେ ଗୋଷ୍ଠୀଗଣଙ୍କ ମଧ୍ୟରେ ଆପଣାର ଗୌରବ ସ୍ଥାପନ କରିବା, ତହିଁରେ ଆମ୍ଭେ ଯାହା ସଫଳ କରିଅଛୁ, ଆମ୍ଭର ସେହି ଶାସନ ଓ ଆମ୍ଭେ ସେମାନଙ୍କ ଉପରେ ଆପଣାର ଯେଉଁ ହସ୍ତ ଥୋଇଅଛୁ, ତାହା ସକଳ ଗୋଷ୍ଠୀ ଦେଖିବେ। BSB BSB: I will display My glory among the nations, and all the nations will see the judgment that I execute and the hand that I lay upon them.
22 ULB ଏହିରୂପେ ସେହି ଦିନ ଓ ସେହି ଦିନଠାରୁ ଇସ୍ରାଏଲ ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସେମାନଙ୍କର ପରମେଶ୍ୱର ଅଟୁ। BSB BSB: From that day forward the house of Israel will know that I am the LORD their God.
23 ULB ପୁଣି, ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ ବଂଶ ନିଜ ଅଧର୍ମ ସକାଶୁ ବନ୍ଦୀ ହୋଇ ଯାଇଥିଲେ, କାରଣ ସେମାନେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ ଅପରାଧ କରିବାରୁ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ; ତହୁଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣର ହସ୍ତରେ ସମର୍ପଣ କଲୁ, ତହିଁରେ ସେମାନେ ସମସ୍ତେ ଖଡ୍ଗ ଦ୍ୱାରା ହତ ହେଲେ। BSB BSB: And the nations will know that the house of Israel went into exile for their iniquity, because they were unfaithful to Me. So I hid My face from them and delivered them into the hands of their enemies, so that they all fell by the sword.
24 ULB ସେମାନଙ୍କର ଅଶୁଚିତା, ଆଉ ସେମାନଙ୍କର ଅପରାଧ ଅନୁସାରେ ଆମ୍ଭେ ସେମାନଙ୍କ ପ୍ରତି ବ୍ୟବହାର କଲୁ ଓ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ। BSB BSB: I dealt with them according to their uncleanness and transgressions, and I hid My face from them.
25 ULB ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍ଯୋଗୀ ହେବା। BSB BSB: Therefore this is what the Lord GOD says: Now I will restore Jacob from captivity and will have compassion on the whole house of Israel, and I will be jealous for My holy name.
26 ULB ପୁଣି, ସେମାନେ ଯେତେବେଳେ ଆପଣାମାନଙ୍କ ଦେଶରେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ନ ଦେଖାଇବ, ଯେତେବେଳେ ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରୁ ସେମାନଙ୍କୁ ପୁନର୍ବାର ଆଣିବା ଓ ସେମାନଙ୍କ ଶତ୍ରୁଗଣର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା, ଆଉ ଅନେକ ଗୋଷ୍ଠୀ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା; BSB BSB: They will forget their disgrace and all the treachery they committed against Me, when they dwell securely in their land, with no one to frighten them.
27 ULB ସେତେବେଳେ ସେମାନେ ଆପଣାମାନଙ୍କର ଅପମାନ ଓ ଆମ୍ଭ ବିରୁଦ୍ଧରେ ଯେଉଁସବୁ ସତ୍ୟ-ଲଙ୍ଘନ କଲେ, ସେହି ସକଳ ସତ୍ୟ-ଲଙ୍ଘନର ଫଳ ଭୋଗ କରିବେ। BSB BSB: When I bring them back from the peoples and gather them out of the lands of their enemies, I will show My holiness in them in the sight of many nations.
28 ULB ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ। BSB BSB: Then they will know that I am the LORD their God, when I regather them to their own land, not leaving any of them behind after their exile among the nations.
29 ULB ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। BSB BSB: And I will no longer hide My face from them, for I will pour out My Spirit on the house of Israel, declares the Lord GOD.”
Select verses for actions: Enter goes to them and Escape comes back.