1 ULB ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ। BSB BSB: While Ezra prayed and made this confession, weeping and falling facedown before the house of God, a very large assembly of Israelites—men, women, and children—gathered around him, and the people wept bitterly as well.
2 ULB ଏଥିରେ ଏଲମ୍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି। BSB BSB: Then Shecaniah son of Jehiel, an Elamite, said to Ezra: “We have been unfaithful to our God by marrying foreign women from the people of the land, yet in spite of this, there is hope for Israel.
3 ULB ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରି ଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ। BSB BSB: So now let us make a covenant before our God to send away all the foreign wives and their children, according to the counsel of my lord and of those who tremble at the command of our God. Let it be done according to the Law.
4 ULB ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।” BSB BSB: Get up, for this matter is your responsibility, and we will support you. Be strong and take action!”
5 ULB ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ। BSB BSB: So Ezra got up and made the leading priests, Levites, and all Israel take an oath to do what had been said. And they took the oath.
6 ULB ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ। BSB BSB: Then Ezra withdrew from before the house of God and walked to the chamber of Jehohanan son of Eliashib. And while he stayed there, he ate no food and drank no water, because he was mourning over the unfaithfulness of the exiles.
7 ULB ଏଥିଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, “ସେମାନେ ଯିରୂଶାଲମରେ ଏକତ୍ରିତ ହେବେ; BSB BSB: And a proclamation was issued throughout Judah and Jerusalem that all the exiles should gather at Jerusalem.
8 ULB ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ୱ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।” BSB BSB: Whoever failed to appear within three days would forfeit all his property, according to the counsel of the leaders and elders, and would himself be expelled from the assembly of the exiles.
9 ULB ତହୁଁ ଯିହୁଦା ଓ ବିନ୍ୟାମୀନ୍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ। BSB BSB: So within the three days, all the men of Judah and Benjamin assembled in Jerusalem, and on the twentieth day of the ninth month, all the people sat in the square at the house of God, trembling regarding this matter and because of the heavy rain.
10 ULB ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସତ୍ୟ-ଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ। BSB BSB: Then Ezra the priest stood up and said to them, “You have been unfaithful by marrying foreign women, adding to the guilt of Israel.
11 ULB ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ସ୍ୱୀକାର କର ଓ ତାହାଙ୍କର ସନ୍ତୋଷଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।” BSB BSB: Now, therefore, make a confession to the LORD, the God of your fathers, and do His will. Separate yourselves from the people of the land and from your foreign wives.”
12 ULB ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚୈଃସ୍ୱରରେ କହିଲେ, “ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ। BSB BSB: And the whole assembly responded in a loud voice: “Truly we must do as you say!
13 ULB ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ। BSB BSB: But there are many people here, and it is the rainy season. We are not able to stay out in the open. Nor is this the work of one or two days, for we have transgressed greatly in this matter.
14 ULB ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଚଣ୍ଡ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ।” BSB BSB: Let our leaders represent the whole assembly. Then let everyone in our towns who has married a foreign woman come at an appointed time, together with the elders and judges of each town, until the fierce anger of our God in this matter is turned away from us.”
15 ULB ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ ଓ ତିକ୍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ। BSB BSB: (Only Jonathan son of Asahel and Jahzeiah son of Tikvah, supported by Meshullam and Shabbethai the Levite, opposed this plan.)
16 ULB ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ ପ୍ରଧାନ କେତେକ ଲୋକ ପୃଥକ୍ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ। BSB BSB: So the exiles did as proposed. Ezra the priest selected men who were family heads, each of them identified by name, to represent their families. On the first day of the tenth month they launched the investigation,
17 ULB ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ। BSB BSB: and by the first day of the first month they had dealt with all the men who had married foreign women.
18 ULB ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ। BSB BSB: Among the descendants of the priests who had married foreign women were found these descendants of Jeshua son of Jozadak and his brothers: Maaseiah, Eliezer, Jarib, and Gedaliah.
19 ULB ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରି ଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ। BSB BSB: They pledged to send their wives away, and for their guilt they presented a ram from the flock as a guilt offering.
20 ULB ଆଉ, ଇମ୍ମେରର ସନ୍ତାନମାନଙ୍କ ମଧ୍ୟରୁ ହନାନି ଓ ସବଦୀୟ BSB BSB: From the descendants of Immer: Hanani and Zebadiah.
21 ULB ଓ ହାରୀମର ସନ୍ତାନମାନଙ୍କ ମଧ୍ୟରୁ ମାସେୟ,ଏଲୀୟ,ଶମୟୀୟ, ଯିହୀୟେଲ ଓ ଉଷୀୟ; BSB BSB: From the descendants of Harim: Maaseiah, Elijah, Shemaiah, Jehiel, and Uzziah.
22 ULB ଆଉ, ପଶ୍ହୂରର ସନ୍ତାନମାନଙ୍କ ମଧ୍ୟରୁ ଇଲୀୟୋଐନୟ, ମାସେୟ, ଇଶ୍ମାୟେଲ, ନଥନେଲ, ଯୋଷାବଦ୍ ଓ ଇଲୀୟାସା। BSB BSB: From the descendants of Pashhur: Elioenai, Maaseiah, Ishmael, Nethanel, Jozabad, and Elasah.
23 ULB ଆଉ, ଲେବୀୟମାନଙ୍କ ମଧ୍ୟରୁ ଯୋଷାବଦ୍ ଓ ଶିମୀୟି ଓ କଲାୟ, ଏହାକୁ କଲିଟ କହନ୍ତି, ପଥାହୀୟ, ଯିହୁଦା ଓ ଇଲୀୟେଜର; BSB BSB: Among the Levites: Jozabad, Shimei, Kelaiah (that is, Kelita), Pethahiah, Judah, and Eliezer.
24 ULB ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ; ଦ୍ୱାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍ ଓ ଟେଲମ୍ ଓ ଊରି। BSB BSB: From the singers: Eliashib. From the gatekeepers: Shallum, Telem, and Uri.
25 ULB ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ, ଯିଷୀୟ, ମଲ୍କୀୟ, ମିୟାମୀନ୍, ଇଲୀୟାସର, ମଲ୍କୀୟ ଓ ବନାୟ। BSB BSB: And among the other Israelites, from the descendants of Parosh: Ramiah, Izziah, Malchijah, Mijamin, Eleazar, Malchijah, and Benaiah.
26 ULB ଆଉ, ଏଲମ୍ର ସନ୍ତାନଗଣ ମଧ୍ୟରୁ ମତ୍ତନୀୟ, ଜିଖରୀୟ ଓ ଯିହୀୟେଲ ଓ ଅବ୍ଦି ଓ ଯେରେମୋତ୍ ଓ ଏଲୀୟ। BSB BSB: From the descendants of Elam: Mattaniah, Zechariah, Jehiel, Abdi, Jeremoth, and Elijah.
27 ULB ଆଉ, ସତ୍ତୂର ସନ୍ତାନଗଣ ମଧ୍ୟରୁ ଇଲୀୟୋଐନୟ, ଇଲୀୟାଶୀବ ଓ ମତ୍ତନୀୟ ଓ ଯେରେମୋତ୍ ଓ ସାବଦ୍ ଓ ଅସୀସା BSB BSB: From the descendants of Zattu: Elioenai, Eliashib, Mattaniah, Jeremoth, Zabad, and Aziza.
28 ULB ଓ ବେବୟର ସନ୍ତାନଗଣ ମଧ୍ୟରୁ ଯିହୋହାନନ୍, ହନାନୀୟ, ସବ୍ବେୟ, ଅତ୍ତଲୟ; BSB BSB: From the descendants of Bebai: Jehohanan, Hananiah, Zabbai, and Athlai.
29 ULB ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍, ମଲ୍ଲୁକ ଓ ଅଦାୟା, ଯାଶୂବ ଓ ଶାଲ, ଯିରେମୋତ୍। BSB BSB: From the descendants of Bani: Meshullam, Malluch, Adaiah, Jashub, Sheal, and Jeremoth.
30 ULB ଆଉ, ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ଅଦନ୍ ଓ କଲାଲ, ବନାୟ, ମାସେୟ, ମତ୍ତନୀୟ, ବତ୍ସଲେଲ ଓ ବିନ୍ନୁୟି ଓ ମନଃଶି; BSB BSB: From the descendants of Pahath-moab: Adna, Chelal, Benaiah, Maaseiah, Mattaniah, Bezalel, Binnui, and Manasseh.
31 ULB ଆଉ, ହାରୀମର ସନ୍ତାନଗଣ ମଧ୍ୟରୁ ଇଲୀୟେଜର, ଯିଶୀୟ, ମଲ୍କୀୟ, ଶମୟୀୟ, ଶିମୀୟୋନ; BSB BSB: From the descendants of Harim: Eliezer, Isshijah, Malchijah, Shemaiah, Shimeon,
32 ULB ବିନ୍ୟାମୀନ୍, ମଲ୍ଲୁକ, ଶେମରୀୟ; BSB BSB: Benjamin, Malluch, and Shemariah.
33 ULB ହଶୂମର ସନ୍ତାନଗଣ ମଧ୍ୟରୁ ମତ୍ତନୟ, ମତ୍ତତ୍ତ, ସାବଦ୍, ଇଲୀଫେଲଟ୍, ଯିରେମୟ, ମନଃଶି, ଶିମୀୟି; BSB BSB: From the descendants of Hashum: Mattenai, Mattattah, Zabad, Eliphelet, Jeremai, Manasseh, and Shimei.
34 ULB ବାନିର ସନ୍ତାନଗଣ ମଧ୍ୟରୁ ମାଦୟ, ଅମ୍ରାମ୍ ଓ ଉୟେଲ; BSB BSB: From the descendants of Bani: Maadai, Amram, Uel,
35 ULB ବନାୟ, ବେଦୀୟା, କଲୂହୂ; BSB BSB: Benaiah, Bedeiah, Cheluhi,
36 ULB ବନୀୟ, ମରେମୋତ୍, ଇଲୀୟାଶୀବ; BSB BSB: Vaniah, Meremoth, Eliashib,
37 ULB ମତ୍ତନୀୟ, ମତ୍ତନୟ ଓ ଯାଶୟ; BSB BSB: Mattaniah, Mattenai, and Jaasu.
38 ULB ଆଉ, ବାନି ଓ ବିନ୍ନୁୟି, ଶିମୀୟି; BSB BSB: From the descendants of Binnui: Shimei,
39 ULB ଶେଲିମୀୟ ଓ ନାଥନ ଓ ଅଦାୟା; BSB BSB: Shelemiah, Nathan, Adaiah,
40 ULB ମଗ୍ନଦ୍ବୟ, ଶାଶୟ, ଶାରୟ; BSB BSB: Machnadebai, Shashai, Sharai,
41 ULB ଅସରେଲ୍ ଓ ଶେଲିମୀୟ, ଶେମରୀୟ; BSB BSB: Azarel, Shelemiah, Shemariah,
42 ULB ଶଲ୍ଲୁମ୍, ଅମରୀୟ, ଯୋଷେଫ୍। BSB BSB: Shallum, Amariah, and Joseph.
43 ULB ନବୋର ସନ୍ତାନଗଣ ମଧ୍ୟରୁ ଯିୟୀୟେଲ୍, ମତ୍ତଥୀୟ, ସାବଦ୍, ସବୀନଃ, ଯଦ୍ଦୋୟ ଓ ଯୋୟେଲ, ବନାୟ; BSB BSB: And from the descendants of Nebo: Jeiel, Mattithiah, Zabad, Zebina, Jaddai, Joel, and Benaiah.
44 ULB ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ। BSB BSB: All these men had married foreign women, and some of them had children by these wives.
Select verses for actions: Enter goes to them and Escape comes back.