1 ULB କିନ୍ତୁ ମୁଁ କହୁଅଛି, ଯେତେ ଦିନ ପର୍ଯ୍ୟନ୍ତ ଉତ୍ତରାଧିକାରୀ ନାବାଳକ ଥାଏ, ସେତେ ଦିନ ପର୍ଯ୍ୟନ୍ତ ସେ ସମସ୍ତ ବିଷୟର କର୍ତ୍ତା ହେଲେ ହେଁ କୌଣସି ପ୍ରକାରେ ଦାସଠାରୁ ଭିନ୍ନ ନୁହେଁ, BSB BSB: What I am saying is that as long as the heir is a child, he is no different from a slave, although he is the owner of everything.
2 ULB କିନ୍ତୁ ପିତାଙ୍କ ନିରୂପିତ ସମୟ ପର୍ଯ୍ୟନ୍ତ ସେ ଅଭିଭାବକ ଓ ବେବର୍ତ୍ତାମାନଙ୍କ ଅଧିନରେ ଥାଏ। BSB BSB: He is subject to guardians and trustees until the date set by his father.
3 ULB ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ BSB BSB: So also, when we were children, we were enslaved under the basic principles of the world.
5 ULB ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ। BSB BSB: to redeem those under the law, that we might receive our adoption as sons.
6 ULB ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି। BSB BSB: And because you are sons, God sent the Spirit of His Son into our hearts, crying out, “Abba, Father!”
7 ULB ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ୱରଙ୍କ କର୍ତ୍ତୃକ ଉତ୍ତରାଧିକାରୀ। BSB BSB: So you are no longer a slave, but a son; and since you are a son, you are also an heir through God.
8 ULB ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ; BSB BSB: Formerly, when you did not know God, you were slaves to those who by nature are not gods.
9 ULB କିନ୍ତୁ ଏବେ ଈଶ୍ୱରଙ୍କ ପରିଚୟ ପାଇଅଛ; ବରଂ ଈଶ୍ୱରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ? BSB BSB: But now that you know God, or rather are known by God, how is it that you are turning back to those weak and worthless principles? Do you wish to be enslaved by them all over again?
10 ULB ତୁମ୍ଭେମାନେ ବିଶେଷ ବିଶେଷ ଦିନ, ମାସ, ପର୍ବ ଓ ବର୍ଷ ପାଳନ କରିଥାଅ। BSB BSB: You are observing special days and months and seasons and years!
11 ULB ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି। BSB BSB: I fear for you, that my efforts for you may have been in vain.
12 ULB ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋ' ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋ' ପ୍ରତି କୌଣସି ଅନ୍ୟାୟ କରି ନାହଁ। BSB BSB: I beg you, brothers, become like me, for I became like you. You have done me no wrong.
13 ULB କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି BSB BSB: You know that it was because of an illness that I first preached the gospel to you.
14 ULB ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ୱରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ। BSB BSB: And although my illness was a trial to you, you did not despise or reject me. Instead, you welcomed me as if I were an angel of God, as if I were Christ Jesus Himself.
15 ULB ତେବେ ତୁମ୍ଭମାନଙ୍କର ସେହି ଆନନ୍ଦ କାହିଁ? କାରଣ ମୁଁ ତୁମ୍ଭମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଉଅଛି ଯେ, ସମ୍ଭବ ହୋଇଥିଲେ ତୁମ୍ଭେମାନେ ଆପଣା ଆପଣାର ଚକ୍ଷୁ ଉତ୍ପାଟନ କରି ମୋତେ ଦେଇଥାଆନ୍ତ। BSB BSB: What then has become of your blessing? For I can testify that, if it were possible, you would have torn out your eyes and given them to me.
16 ULB ଅତଏବ ମୁଁ ତୁମ୍ଭମାନଙ୍କୁ ସତ୍ୟକହିବାରୁ କି ତୁମ୍ଭମାନଙ୍କର ଶତ୍ରୁ ହୋଇଅଛି? BSB BSB: Have I now become your enemy by telling you the truth?
17 ULB ସେମାନେ ତ ତୁମ୍ଭମାନଙ୍କ ବିଷୟରେ ଉଦ୍ଯୋଗୀ, କିନ୍ତୁ ଭଲ ଅଭିପ୍ରାୟରେ ନୁହେଁ, ବରଂ ତୁମ୍ଭେମାନେ ଯେପରି ସେମାନଙ୍କ ବିଷୟରେ ଉଦ୍ଯୋଗୀ ହୁଅ, ଏଥି ନିମନ୍ତେ ସେମାନେ ତୁମ୍ଭମାନଙ୍କୁ ମୋ'ଠାରୁ ପୃଥକ କରିବାକୁ ଇଚ୍ଛା କରୁଅଛନ୍ତି। BSB BSB: Those people are zealous for you, but not in a good way. Instead, they want to isolate you from us, so that you may be zealous for them.
18 ULB କେବଳ ମୁଁ ତୁମ୍ଭମାନଙ୍କ ସହିତ ଥିବା ସମୟରେ ନୁହେଁ, ମାତ୍ର ସବୁ ସମୟରେ ଉତ୍ତମ ବିଷୟରେ ଉଦ୍ଯୋଗୀ ହେବା ଭଲ। BSB BSB: Nevertheless, it is good to be zealous if it serves a noble purpose—at any time, and not only when I am with you.
19 ULB ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି। BSB BSB: My children, for whom I am again in the pains of childbirth until Christ is formed in you,
20 ULB ମୁଁ ଯେପରି ବର୍ତ୍ତମାନ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ଅନ୍ୟ ଭାବରେ କଥା କହି ପାରନ୍ତି, ଏହା ମୋହର ଇଚ୍ଛା; କାରଣ ମୁଁ ତୁମ୍ଭମାନଙ୍କ ବିଷୟରେ ହତବୁଦ୍ଧି ହେଉଅଛି। BSB BSB: how I wish I could be with you now and change my tone, because I am perplexed about you.
21 ULB ମୋଶାଙ୍କ ବ୍ୟବସ୍ଥାର ଅଧିନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ? BSB BSB: Tell me, you who want to be under the law, do you not understand what the law says?
22 ULB କାରଣ ଲେଖା ଅଛି, ଅବ୍ରାହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ। BSB BSB: For it is written that Abraham had two sons, one by the slave woman and the other by the free woman.
23 ULB ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା। BSB BSB: His son by the slave woman was born according to the flesh, but his son by the free woman was born through the promise.
24 ULB ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ। BSB BSB: These things serve as illustrations, for the women represent two covenants. One covenant is from Mount Sinai and bears children into slavery: This is Hagar.
25 ULB ହାଗାର, ଏହି ଶବ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି। BSB BSB: Now Hagar stands for Mount Sinai in Arabia and corresponds to the present-day Jerusalem, because she is in slavery with her children.
26 ULB କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ; BSB BSB: But the Jerusalem above is free, and she is our mother.
27 ULB ଯେଣୁ ଲେଖା ଅଛି, "ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ।'' BSB BSB: For it is written: “Rejoice, O barren woman, who bears no children; break forth and cry aloud, you who have never travailed; because more are the children of the desolate woman than of her who has a husband.”
28 ULB ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ। BSB BSB: Now you, brothers, like Isaac, are children of promise.
29 ULB କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି। BSB BSB: At that time, however, the son born by the flesh persecuted the son born by the Spirit. It is the same now.
30 ULB ମାତ୍ର ଶାସ୍ତ୍ର କ'ଣ କୁହେ? ଦାସୀ ଓ ତା'ର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ। BSB BSB: But what does the Scripture say? “Expel the slave woman and her son, for the slave woman’s son will never share in the inheritance with the free woman’s son.”
31 ULB ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ। BSB BSB: Therefore, brothers, we are not children of the slave woman, but of the free woman.
Select verses for actions: Enter goes to them and Escape comes back.