1 ULB ଶେମ, ହାମ, ଯେଫତ୍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ। BSB BSB: This is the account of Noah’s sons Shem, Ham, and Japheth, who also had sons after the flood.
2 ULB ଗୋମର, ମାଗୋଗ୍, ମାଦୟ, ଯବନ, ତୁବଲ୍, ମେଶକ୍ ଓ ତୀରସ୍, ଏମାନେ ଯେଫତ୍ର ସନ୍ତାନ। BSB BSB: The sons of Japheth: Gomer, Magog, Madai, Javan, Tubal, Meshech, and Tiras.
3 ULB ଅସ୍କିନସ୍ ଓ ରୀଫତ୍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ। BSB BSB: The sons of Gomer: Ashkenaz, Riphath, and Togarmah.
4 ULB ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ। BSB BSB: And the sons of Javan: Elishah, Tarshish, the Kittites, and the Rodanites.
5 ULB ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ। BSB BSB: From these, the maritime peoples separated into their territories, according to their languages, by clans within their nations.
6 ULB କୂଶ, ମିସର, ପୂଟ୍ ଓ କିଣାନ, ଏମାନେ ହାମର ସନ୍ତାନ। BSB BSB: The sons of Ham: Cush, Mizraim, Put, and Canaan.
7 ULB ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ। BSB BSB: The sons of Cush: Seba, Havilah, Sabtah, Raamah, and Sabteca. And the sons of Raamah: Sheba and Dedan.
8 ULB ନିମ୍ରୋଦ୍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା। BSB BSB: Cush was the father of Nimrod, who began to be a mighty one on the earth.
9 ULB ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍ ତୁଲ୍ୟ।” BSB BSB: He was a mighty hunter before the LORD; so it is said, “Like Nimrod, a mighty hunter before the LORD.”
10 ULB ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା। BSB BSB: His kingdom began in Babylon, Erech, Accad, and Calneh, in the land of Shinar.
11 ULB ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍ ପୁରୀ ଓ କେଲହ, BSB BSB: From that land he went forth into Assyria, where he built Nineveh, Rehoboth-Ir, Calah,
12 ULB ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍ ନଗର ସ୍ଥାପନ କଲା; ଏହି ରେଷନ୍ ମହାନଗର। BSB BSB: and Resen, which is between Nineveh and the great city of Calah.
13 ULB ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ BSB BSB: Mizraim was the father of the Ludites, the Anamites, the Lehabites, the Naphtuhites,
14 ULB ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ। BSB BSB: the Pathrusites, the Casluhites (from whom the Philistines came), and the Caphtorites.
15 ULB ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍ BSB BSB: And Canaan was the father of Sidon his firstborn, and of the Hittites,
16 ULB ଓ ଯିବୂଷୀୟ ଓ ଇମୋରୀୟ ଓ ଗିର୍ଗାଶୀୟ BSB BSB: the Jebusites, the Amorites, the Girgashites,
17 ULB ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ BSB BSB: the Hivites, the Arkites, the Sinites,
18 ULB ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ। BSB BSB: the Arvadites, the Zemarites, and the Hamathites. Later the Canaanite clans were scattered,
19 ULB ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା। BSB BSB: and the borders of Canaan extended from Sidon toward Gerar as far as Gaza, and then toward Sodom, Gomorrah, Admah, and Zeboiim, as far as Lasha.
20 ULB ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ। BSB BSB: These are the sons of Ham according to their clans, languages, lands, and nations.
21 ULB ଯେଫତ୍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା। BSB BSB: And sons were also born to Shem, the older brother of Japheth; Shem was the forefather of all the sons of Eber.
22 ULB ଶେମର ଏହିସବୁ ସନ୍ତାନ, ଏଲମ୍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍ ଓ ଅରାମ। BSB BSB: The sons of Shem: Elam, Asshur, Arphaxad, Lud, and Aram.
23 ULB ଏହି ଅରାମର ସନ୍ତାନ ଊଷ୍ ଓ ହୂଲ ଓ ଗେଥର ଓ ମଶ୍। BSB BSB: The sons of Aram: Uz, Hul, Gether, and Mash.
24 ULB ପୁଣି, ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର। BSB BSB: Arphaxad was the father of Shelah, and Shelah was the father of Eber.
25 ULB ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍। BSB BSB: Two sons were born to Eber: One was named Peleg, because in his days the earth was divided, and his brother was named Joktan.
26 ULB ପୁଣି, ଯକ୍ତନ୍ର ପୁତ୍ର ଅଲ୍ମୋଦଦ ଓ ଶେଲଫ୍ ଓ ହତ୍ସର୍ମାବତ୍ ଓ ଯେରହ BSB BSB: And Joktan was the father of Almodad, Sheleph, Hazarmaveth, Jerah,
27 ULB ଓ ହଦୋରାମ ଓ ଊଷଲ ଓ ଦିକ୍ଲା BSB BSB: Hadoram, Uzal, Diklah,
28 ULB ଓ ଓବଲ ଓ ଅବୀମାୟେଲ୍ ଓ ଶିବା BSB BSB: Obal, Abimael, Sheba,
29 ULB ଓ ଓଫୀର ଓ ହବୀଲା ଓ ଯୋବବ୍, ଏହି ସମସ୍ତ ଯକ୍ତନ୍ର ସନ୍ତାନ। BSB BSB: Ophir, Havilah, and Jobab. All these were sons of Joktan.
30 ULB ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା। BSB BSB: Their territory extended from Mesha to Sephar, in the eastern hill country.
31 ULB ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ। BSB BSB: These are the sons of Shem, according to their clans, languages, lands, and nations.
32 ULB ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ। BSB BSB: All these are the clans of Noah’s sons, according to their generations and nations. From these the nations of the earth spread out after the flood.