1 ULB ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।” BSB BSB: After these events, the word of the LORD came to Abram in a vision: “Do not be afraid, Abram. I am your shield, your very great reward.”
3 ULB ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋ’ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।” BSB BSB: Abram continued, “Behold, You have given me no offspring, so a servant in my household will be my heir.”
4 ULB ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।” BSB BSB: Then the word of the LORD came to Abram, saying, “This one will not be your heir, but one who comes from your own body will be your heir.”
5 ULB ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।” BSB BSB: And the LORD took him outside and said, “Now look to the heavens and count the stars, if you are able.” Then He told him, “So shall your offspring be.”
6 ULB ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ। BSB BSB: Abram believed the LORD, and it was credited to him as righteousness.
7 ULB ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।” BSB BSB: The LORD also told him, “I am the LORD, who brought you out of Ur of the Chaldeans to give you this land to possess.”
8 ULB ତହୁଁ ଅବ୍ରାମ କହିଲେ, “ହେ ପ୍ରଭୁ, ସଦାପ୍ରଭୁ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?” BSB BSB: But Abram replied, “Lord GOD, how can I know that I will possess it?”
9 ULB ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।” BSB BSB: And the LORD said to him, “Bring Me a heifer, a goat, and a ram, each three years old, along with a turtledove and a young pigeon.”
10 ULB ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ। BSB BSB: So Abram brought all these to Him, split each of them down the middle, and laid the halves opposite each other. The birds, however, he did not cut in half.
11 ULB ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ। BSB BSB: And the birds of prey descended on the carcasses, but Abram drove them away.
12 ULB ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ। BSB BSB: As the sun was setting, Abram fell into a deep sleep, and suddenly great terror and darkness overwhelmed him.
13 ULB ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ; BSB BSB: Then the LORD said to Abram, “Know for certain that your descendants will be strangers in a land that is not their own, and they will be enslaved and mistreated four hundred years.
14 ULB ମାତ୍ର ସେମାନେ ଯେଉଁ ଦେଶୀୟ ଲୋକମାନଙ୍କର ଦାସ୍ୟକର୍ମ କରିବେ, ଆମ୍ଭେ ସେମାନଙ୍କର ବିଚାର କରିବା; ତହିଁ ଉତ୍ତାରେ ସେମାନେ ବହୁତ ଧନ ଘେନି ସେହି ଦେଶରୁ ବାହାର ହେବେ। BSB BSB: But I will judge the nation they serve as slaves, and afterward they will depart with many possessions.
15 ULB ମାତ୍ର ତୁମ୍ଭେ କୁଶଳରେ ଆପଣା ପୂର୍ବପୁରୁଷମାନଙ୍କ ନିକଟକୁ ଯିବ ଓ ଉତ୍ତମ ବୃଦ୍ଧାବସ୍ଥାରେ କବରପ୍ରାପ୍ତ ହେବ। BSB BSB: You, however, will go to your fathers in peace and be buried at a ripe old age.
17 ULB ଆଉ ଯହୁଁ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲ୍ଲୀ ଓ ପ୍ରଜ୍ଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟ ଦେଇ ଚାଲିଗଲା। BSB BSB: When the sun had set and darkness had fallen, behold, a smoking firepot and a flaming torch appeared and passed between the halves of the carcasses.
18 ULB ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ, BSB BSB: On that day the LORD made a covenant with Abram, saying, “To your descendants I have given this land—from the river of Egypt to the great River Euphrates—
19 ULB ଅର୍ଥାତ୍, କେନୀୟ, କନଜୀୟ, କଦ୍ମୋନୀୟ, BSB BSB: the land of the Kenites, Kenizzites, Kadmonites,
20 ULB ହିତ୍ତୀୟ, ପରିଷୀୟ, ରଫାୟୀୟ, BSB BSB: Hittites, Perizzites, Rephaites,
21 ULB ଇମୋରୀୟ, କିଣାନୀୟ, ଗିର୍ଗାଶୀୟ ଓ ଯିବୂଷୀୟମାନଙ୍କର ଦେଶ ଦେଲୁ।” BSB BSB: Amorites, Canaanites, Girgashites, and Jebusites.”