1 ULB ଏଥିଉତ୍ତାରେ ଦିନକର ଖରା ବେଳେ ଅବ୍ରହାମ ମମ୍ରିର ଅଲୋନ ବୃକ୍ଷ ମୂଳେ ଆପଣା ତମ୍ବୁ ଦ୍ୱାରରେ ବସିଥିଲେ; ଏହି ସମୟରେ ସଦାପ୍ରଭୁ ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଲେ। BSB BSB: Then the LORD appeared to Abraham by the Oaks of Mamre in the heat of the day, while he was sitting at the entrance of his tent.
2 ULB ତହିଁରେ ସେ ଅନାଇ ଦେଖିଲେ, ତିନୋଟି ପୁରୁଷ ତାଙ୍କ ସମ୍ମୁଖରେ ଦଣ୍ଡାୟମାନ; ପୁଣି, ଦେଖିବା ମାତ୍ର ସାକ୍ଷାତ କରିବାକୁ ତମ୍ବୁଦ୍ୱାରରୁ ବେଗେ ଯାଇ ଭୂମିଷ୍ଠ ହୋଇ କହିଲେ, BSB BSB: And Abraham looked up and saw three men standing nearby. When he saw them, he ran from the entrance of his tent to meet them and bowed low to the ground.
3 ULB “ହେ ପ୍ରଭୁ, ନିବେଦନ କରୁଅଛି, ମହାଶୟଗଣ, ଯଦି ତୁମ୍ଭେମାନେ ମୋ ଉପରେ ସନ୍ତୁଷ୍ଟ ଅଛନ୍ତି, ତେବେ ଏହି ଦାସର ସ୍ଥାନରେ (ଏଠାରେ) କିଛି ସମୟ ରୁହନ୍ତୁ। BSB BSB: “My lord,” said Abraham, “if I have found favor in your sight, please do not pass your servant by.
4 ULB ବିନୟ କରୁଅଛି, ମୋତେ ଅଳ୍ପ ଜଳ ଆଣିବାକୁ ଦିଅନ୍ତୁ ପୁଣି, ଆପଣମାନେ ପାଦ ପ୍ରକ୍ଷାଳନ କରି ଏହି ବୃକ୍ଷ ତଳେ ବିଶ୍ରାମ କରନ୍ତୁ BSB BSB: Let a little water be brought, that you may wash your feet and rest yourselves under the tree.
5 ULB ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲାପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।” BSB BSB: And I will bring a bit of bread so that you may refresh yourselves. This is why you have passed your servant’s way. After that, you may continue on your way.” “Yes,” they replied, “you may do as you have said.”
6 ULB ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁ ଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।” BSB BSB: So Abraham hurried into the tent and said to Sarah, “Quick! Prepare three seahs of fine flour, knead it, and bake some bread.”
7 ULB ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା। BSB BSB: Meanwhile, Abraham ran to the herd, selected a tender and choice calf, and gave it to a servant, who hurried to prepare it.
8 ULB ସେତେବେଳେ ସେ ଦହି, ଦୁଗ୍ଧ ଓ ପକ୍ୱ ଗୋବତ୍ସ ଆଣି ସେମାନଙ୍କ ନିକଟରେ ରଖିଲେ, ପୁଣି, ସେମାନଙ୍କ ଭୋଜନ ସମୟରେ ବୃକ୍ଷ ମୂଳେ ସେମାନଙ୍କ ନିକଟରେ ଛିଡ଼ା ହେଲେ। BSB BSB: Then Abraham brought curds and milk and the calf that had been prepared, and he set them before the men and stood by them under the tree as they ate.
9 ULB ତହିଁ ଉତ୍ତାରୁ ସେମାନେ ତାଙ୍କୁ ପଚାରିଲେ, “ତୁମ୍ଭର ଭାର୍ଯ୍ୟା ସାରା କେଉଁଠାରେ?” ସେ କହିଲେ, “ଦେଖନ୍ତୁ, ସେ ତମ୍ବୁରେ ଅଛନ୍ତି।” BSB BSB: “Where is your wife Sarah?” they asked. “There, in the tent,” he replied.
10 ULB ତହୁଁ ସେ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଆମ୍ଭେ ଅବଶ୍ୟ ଫେରି ଆସିବା; ଦେଖ, ସେହି ସମୟରେ ତୁମ୍ଭ ଭାର୍ଯ୍ୟା ସାରାର (କୋଳରେ) ଗୋଟିଏ ପୁତ୍ର ଥିବ। ଏହି କଥା ସାରା ତମ୍ବୁ ଦ୍ୱାରରେ ତାଙ୍କ ପଛେ ଥାଇ ଶୁଣିଲେ।” BSB BSB: Then the LORD said, “I will surely return to you at this time next year, and your wife Sarah will have a son!” Now Sarah was behind him, listening at the entrance to the tent.
11 ULB ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା। BSB BSB: And Abraham and Sarah were already old and well along in years; Sarah had passed the age of childbearing.
12 ULB ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।” BSB BSB: So she laughed to herself, saying, “After I am worn out and my master is old, will I now have this pleasure?”
13 ULB ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ, ଏହା ଭାବି ସାରା କାହିଁକି ହସିଲା? BSB BSB: And the LORD asked Abraham, “Why did Sarah laugh and say, ‘Can I really bear a child when I am old?’
14 ULB ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ। BSB BSB: Is anything too difficult for the LORD? At the appointed time I will return to you—in about a year—and Sarah will have a son.”
15 ULB ତହିଁରେ ସାରା ଅସ୍ୱୀକାର କରି କହିଲେ, “ମୁଁ ହସି ନାହିଁ,” ଯେହେତୁ ସେ ଭୟ କଲେ। ମାତ୍ର ସଦାପ୍ରଭୁ କହିଲେ, “ତୁମ୍ଭେ ଅବଶ୍ୟ ହସିଲ।” BSB BSB: But Sarah was afraid, so she denied it and said, “I did not laugh.” “No,” replied the LORD, “but you did laugh.”
16 ULB ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ। BSB BSB: When the men got up to leave, they looked out over Sodom, and Abraham walked along with them to see them off.
17 ULB ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା? BSB BSB: And the LORD said, “Shall I hide from Abraham what I am about to do?
18 ULB ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ। BSB BSB: Abraham will surely become a great and powerful nation, and through him all the nations of the earth will be blessed.
19 ULB ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।” BSB BSB: For I have chosen him, so that he will command his children and his household after him to keep the way of the LORD by doing what is right and just, in order that the LORD may bring upon Abraham what He has promised.”
20 ULB ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର; BSB BSB: Then the LORD said, “The outcry against Sodom and Gomorrah is great. Because their sin is so grievous,
21 ULB ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।” BSB BSB: I will go down to see if their actions fully justify the outcry that has reached Me. If not, I will find out.”
23 ULB ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? BSB BSB: Abraham stepped forward and said, “Will You really sweep away the righteous with the wicked?
24 ULB ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? BSB BSB: What if there are fifty righteous ones in the city? Will You really sweep it away and not spare the place for the sake of the fifty righteous ones who are there?
26 ULB ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।” BSB BSB: So the LORD replied, “If I find fifty righteous ones within the city of Sodom, on their account I will spare the whole place.”
27 ULB ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି। BSB BSB: Then Abraham answered, “Now that I have ventured to speak to the Lord—though I am but dust and ashes—
28 ULB ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।” BSB BSB: suppose the fifty righteous ones lack five. Will You destroy the whole city for the lack of five?” He replied, “If I find forty-five there, I will not destroy it.”
29 ULB ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।” BSB BSB: Once again Abraham spoke to the LORD, “Suppose forty are found there?” He answered, “On account of the forty, I will not do it.”
30 ULB ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।” BSB BSB: Then Abraham said, “May the Lord not be angry, but let me speak further. Suppose thirty are found there?” He replied, “If I find thirty there, I will not do it.”
31 ULB ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” BSB BSB: And Abraham said, “Now that I have ventured to speak to the Lord, suppose twenty are found there?” He answered, “On account of the twenty, I will not destroy it.”
32 ULB ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” BSB BSB: Finally, Abraham said, “May the Lord not be angry, but let me speak once more. Suppose ten are found there?” And He answered, “On account of the ten, I will not destroy it.”
33 ULB ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱସ୍ଥାନକୁ ଫେରିଗଲେ। BSB BSB: When the LORD had finished speaking with Abraham, He departed, and Abraham returned home.