1 ULB ସାରାର ଆୟୁର ପରିମାଣ ଶହେ ସତାଇଶ ବର୍ଷ ଥିଲା; ସାରାର ଆୟୁ ଏତେ ବର୍ଷ ପରିମିତ। BSB BSB: Now Sarah lived to be 127 years old.
2 ULB ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ। BSB BSB: She died in Kiriath-arba (that is, Hebron) in the land of Canaan, and Abraham went out to mourn and to weep for her.
3 ULB ଏଥିଉତ୍ତାରେ ଅବ୍ରହାମ ଆପଣା ମୃତା (ଭାର୍ଯ୍ୟା) ନିକଟରୁ ଉଠି ଯାଇ ହେତ୍ର ସନ୍ତାନମାନଙ୍କୁ କହିଲେ, BSB BSB: Then Abraham got up from beside his dead wife and said to the Hittites,
4 ULB “ମୁଁ ତୁମ୍ଭମାନଙ୍କ ମଧ୍ୟରେ ବିଦେଶୀ ଓ ପ୍ରବାସୀ ଅଟେ; ତୁମ୍ଭମାନଙ୍କ ମଧ୍ୟରେ ମୋତେ କବର ସ୍ଥାନର ଅଧିକାର ଦିଅ, ତହିଁରେ ମୁଁ ମୋ’ ଦୃଷ୍ଟିର ଅଗୋଚରରେ ମୋ’ ମୃତକୁ କବର ଦେବି।” BSB BSB: “I am a foreigner and an outsider among you. Give me a burial site among you so that I can bury my dead.”
5 ULB ତହୁଁ ହେତ୍ର ସନ୍ତାନମାନେ ଅବ୍ରହାମଙ୍କୁ ଉତ୍ତର ଦେଲେ, “ହେ ପ୍ରଭୁ, ଆମ୍ଭମାନଙ୍କ କଥା ଶୁଣନ୍ତୁ; BSB BSB: The Hittites replied to Abraham,
6 ULB ଆପଣ ଆମ୍ଭମାନଙ୍କ ମଧ୍ୟରେ ପରାକ୍ରାନ୍ତ ରାଜା ଅଟନ୍ତି; ଏବେ ଆମ୍ଭମାନଙ୍କ ଉତ୍ତମ କବର ସ୍ଥାନ ମଧ୍ୟରେ ଆପଣା ମୃତା ଭାର୍ଯ୍ୟାକୁ କବର ଦେଉନ୍ତୁ; ଆମ୍ଭମାନଙ୍କ ମଧ୍ୟରୁ କେହି ନିଜ କବରରେ ଆପଣଙ୍କ ମୃତା ଭାର୍ଯ୍ୟାକୁ ରଖିବା ପାଇଁ ନିଷେଧ କରିବ ନାହିଁ।” BSB BSB: “Listen to us, sir. You are God’s chosen one among us. Bury your dead in the finest of our tombs. None of us will withhold his tomb for burying your dead.”
7 ULB ସେତେବେଳେ ଅବ୍ରହାମ ଉଠି ତଦ୍ଦେଶୀୟ ଲୋକମାନଙ୍କୁ, ଅର୍ଥାତ୍, ହେତ୍ର ସନ୍ତାନମାନଙ୍କୁ ପ୍ରଣାମ କଲେ। BSB BSB: Then Abraham rose and bowed down before the people of the land, the Hittites.
8 ULB ପୁଣି, କଥୋପକଥନ କରି କହିଲେ, “ମୋ’ ଦୃଷ୍ଟିର ବାହାରେ ମୋ’ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋ’ କଥା ଶୁଣନ୍ତୁ; ଆପଣମାନେ ମୋ’ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ। BSB BSB: “If you are willing for me to bury my dead,” he said to them, “listen to me, and approach Ephron son of Zohar on my behalf
9 ULB ସେ ଆପଣମାନଙ୍କ ମଧ୍ୟରେ ମୋହର କବର ସ୍ଥାନ ଅଧିକାର ନିମନ୍ତେ ମକ୍ପେଲାରେ ତାଙ୍କ କ୍ଷେତ୍ର ପ୍ରାନ୍ତରେ ଥିବା ଗୁହା ମୋତେ ଦିଅନ୍ତୁ; ତହିଁରେ ଯେତେ ମୂଲ୍ୟ ହୁଏ, ତାହା ନେଇ ଦିଅନ୍ତୁ।” BSB BSB: to sell me the cave of Machpelah that belongs to him; it is at the end of his field. Let him sell it to me in your presence for full price, so that I may have a burial site.”
10 ULB ସେତେବେଳେ ଇଫ୍ରୋଣ ହେତ୍ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା, BSB BSB: Now Ephron was sitting among the sons of Heth. So in the presence of all the Hittites who had come to the gate of his city, Ephron the Hittite answered Abraham,
11 ULB “ପ୍ରଭୁ, ସେପରି ନ ହେଉ, ମୋ’ କଥା ଶୁଣନ୍ତୁ; ମୁଁ ଆପଣଙ୍କୁ ସେହି ସ୍ଥାନ ଓ ତନ୍ମଧ୍ୟସ୍ଥିତ ଗୁହା ଦେଲି; ମୁଁ ସ୍ୱବଂଶୀୟ ସନ୍ତାନମାନଙ୍କ ସାକ୍ଷାତରେ ତାହା ଆପଣଙ୍କୁ ଦେଲି, ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।” BSB BSB: “No, my lord. Listen to me. I give you the field, and I give you the cave that is in it. I give it to you in the presence of my people. Bury your dead.”
12 ULB ତହିଁରେ ଅବ୍ରହାମ ସେହି ଦେଶୀୟ ଲୋକମାନଙ୍କ ଅଗ୍ରତେ ପ୍ରଣାମ କଲେ। BSB BSB: Again Abraham bowed down before the people of the land
13 ULB ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋ’ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।” BSB BSB: and said to Ephron in their presence, “If you will please listen to me, I will pay you the price of the field. Accept it from me, so that I may bury my dead there.”
14 ULB ତହିଁରେ ଇଫ୍ରୋଣ ଅବ୍ରହାମଙ୍କୁ ଉତ୍ତର ଦେଇ କହିଲା, BSB BSB: Ephron answered Abraham,
15 ULB “ପ୍ରଭୁ, ମୋ’ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରିଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।” BSB BSB: “Listen to me, my lord. The land is worth four hundred shekels of silver, but what is that between you and me? Bury your dead.”
16 ULB ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରିଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ। BSB BSB: Abraham agreed to Ephron’s terms and weighed out for him the price he had named in the hearing of the Hittites: four hundred shekels of silver, according to the standard of the merchants.
17 ULB ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ, BSB BSB: So Ephron’s field at Machpelah near Mamre, the cave that was in it, and all the trees within the boundaries of the field were deeded over
18 ULB ଏହି ସବୁରେ ହେତ୍ର ସନ୍ତାନମାନଙ୍କ ସାକ୍ଷାତରେ, ଅର୍ଥାତ୍, ତାହାର ନଗର-ଦ୍ୱାରରେ ପ୍ରବେଶକାରୀ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କର ସ୍ୱତ୍ୱାଧିକାର ସ୍ଥିର କରାଗଲା। BSB BSB: to Abraham’s possession in the presence of all the Hittites who had come to the gate of his city.
19 ULB ଏଥିଉତ୍ତାରେ ଅବ୍ରହାମ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲା କ୍ଷେତ୍ରସ୍ଥିତ ଗୁହାରେ ଆପଣା ଭାର୍ଯ୍ୟା ସାରାକୁ କବର ଦେଲେ। ସେହି ସ୍ଥାନ କିଣାନ ଦେଶସ୍ଥ ହିବ୍ରୋଣ। BSB BSB: After this, Abraham buried his wife Sarah in the cave of the field at Machpelah near Mamre (that is, Hebron) in the land of Canaan.
20 ULB ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା। BSB BSB: So the field and its cave were deeded by the Hittites to Abraham as a burial site.