1 ULB ସେହି ସମୟରେ ଅବ୍ରହାମ ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସଦାପ୍ରଭୁ ଅବ୍ରହାମଙ୍କୁ ସବୁ ବିଷୟରେ ଆଶୀର୍ବାଦ କରିଥିଲେ। BSB BSB: By now Abraham was old and well along in years, and the LORD had blessed him in every way.
2 ULB ଏଣୁ ସେ ଆପଣା ଗୃହର ସର୍ବକାର୍ଯ୍ୟାଧ୍ୟକ୍ଷ ବୃଦ୍ଧ ଦାସକୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ମୋ’ ଜଙ୍ଘରେ ହସ୍ତ ଦିଅ; BSB BSB: So Abraham instructed the chief servant of his household, who managed all he owned, “Place your hand under my thigh,
3 ULB ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋ’ ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ; BSB BSB: and I will have you swear by the LORD, the God of heaven and the God of earth, that you will not take a wife for my son from the daughters of the Canaanites among whom I am dwelling,
4 ULB ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋ’ ପୁତ୍ର ଇସ୍ହାକ ନିମନ୍ତେ କନ୍ୟା ଆଣିବ।” BSB BSB: but will go to my country and my kindred to take a wife for my son Isaac.”
5 ULB ସେତେବେଳେ ସେହି ଦାସ ତାଙ୍କୁ କହିଲା, “ଯଦି କୌଣସି କନ୍ୟା ମୋ’ ସହିତ ଏ ଦେଶକୁ ଆସିବା ପାଇଁ ସମ୍ମତ ନୋହିବ, ତେବେ ଯେଉଁ ଦେଶରୁ ତୁମ୍ଭେ ଆସିଅଛ, ସେହି ଦେଶକୁ କି ତୁମ୍ଭ ପୁତ୍ରଙ୍କୁ ନେଇଯିବି?” BSB BSB: The servant asked him, “What if the woman is unwilling to follow me to this land? Shall I then take your son back to the land from which you came?”
6 ULB ତହିଁରେ ଅବ୍ରହାମ କହିଲେ, “ସାବଧାନ; ମୋ’ ପୁତ୍ରକୁ କେବେ ସେଠାକୁ ନେଇଯିବ ନାହିଁ।” BSB BSB: Abraham replied, “Make sure that you do not take my son back there.
7 ULB ଯେହେତୁ ଯେଉଁ ସ୍ୱର୍ଗର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱର ମୋତେ ପୈତୃକ ଗୃହ ଓ ଜନ୍ମ ଦେଶ ମଧ୍ୟରୁ ଆଣିଅଛନ୍ତି ଓ ମୋ’ ସଙ୍ଗେ ଆଳାପ କରିଅଛନ୍ତି, ପୁଣି, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଶପଥ କରିଅଛନ୍ତି, ସେ ତୁମ୍ଭ ଅଗ୍ରତେ ଆପଣା ଦୂତ ପଠାଇବେ; ତହିଁରେ ତୁମ୍ଭେ ମୋ’ ପୁତ୍ରର ବିବାହ ନିମନ୍ତେ ସେହିଠାରୁ ଗୋଟିଏ କନ୍ୟା ଆଣିବ। BSB BSB: The LORD, the God of heaven, who brought me from my father’s house and my native land, who spoke to me and promised me on oath, saying, ‘To your offspring I will give this land’—He will send His angel before you so that you can take a wife for my son from there.
8 ULB ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋ’ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ। BSB BSB: And if the woman is unwilling to follow you, then you are released from this oath of mine. Only do not take my son back there.”
9 ULB ତହିଁରେ ସେହି ଦାସ ଆପଣା ପ୍ରଭୁ ଅବ୍ରହାମଙ୍କର ଜଙ୍ଘରେ ହସ୍ତ ଦେଇ ସେହି ବିଷୟରେ ଶପଥ କଲା। BSB BSB: So the servant placed his hand under the thigh of his master Abraham and swore an oath to him concerning this matter.
11 ULB ଏଥିଉତ୍ତାରେ ସନ୍ଧ୍ୟା ବେଳେ, ଯେଉଁ ସମୟରେ କନ୍ୟାଗଣ ଜଳ କାଢ଼ିବାକୁ ଆସନ୍ତି, ସେହି ସମୟରେ ସେ ନଗରର ବାହାରେ କୂପ ନିକଟରେ ଓଟମାନଙ୍କୁ ଆଣ୍ଠୋଇ ବସାଇଲା। BSB BSB: As evening approached, he made the camels kneel down near the well outside the town at the time when the women went out to draw water.
12 ULB ପୁଣି, “ଏହି ପ୍ରାର୍ଥନା କଲା, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ବିନୟ କରୁଅଛି, ଆଜି ମୋ’ ସମ୍ମୁଖରେ ଶୁଭଫଳ ଉପସ୍ଥିତ କର, ଆଉ ମୋ’ ପ୍ରଭୁ ଅବ୍ରହାମଙ୍କ ପ୍ରତି ଦୟା କର। BSB BSB: “O LORD, God of my master Abraham,” he prayed, “please grant me success today, and show kindness to my master Abraham.
13 ULB ଦେଖ, ମୁଁ ଏହି କୂପ ନିକଟରେ ଛିଡ଼ା ହେଉଅଛି, ଆଉ ଏ ନଗରବାସୀମାନଙ୍କ କନ୍ୟାଗଣ ଜଳ ନେବା ପାଇଁ ଆସୁଅଛନ୍ତି; BSB BSB: Here I am, standing beside the spring, and the daughters of the townspeople are coming out to draw water.
14 ULB ସେମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ, ତୁମ୍ଭେ ଆପଣା କଳସ ନୁଆଁଇ ମୋତେ ଜଳ ପାନ କରାଅ, ଏହି କଥା କହିଲେ ସେହି କନ୍ୟା ଯଦି କହିବ, ପାନ କର, ମୁଁ ତୁମ୍ଭର ଓଟମାନଙ୍କୁ ହିଁ ପାନ କରାଇବି, ତେବେ ସେ ତୁମ୍ଭ ଦାସ ଇସ୍ହାକ ନିମନ୍ତେ ତୁମ୍ଭର ନିରୂପିତା କନ୍ୟା ହେଉ; ତହିଁରେ ତୁମ୍ଭେ ମୋ’ ପ୍ରଭୁଙ୍କ ପ୍ରତି ଅନୁଗ୍ରହ କରିଅଛ, ଏହା ମୁଁ ଜାଣିବି।” BSB BSB: Now may it happen that the girl to whom I say, ‘Please let down your jar that I may drink,’ and who responds, ‘Drink, and I will water your camels as well’—let her be the one You have appointed for Your servant Isaac. By this I will know that You have shown kindness to my master.”
15 ULB ଏହି କଥା କହୁ କହୁ ଅବ୍ରହାମଙ୍କର ନାହୋର ନାମକ ଭ୍ରାତାର ଭାର୍ଯ୍ୟା ମିଲ୍କାର ପୁତ୍ର ଯେ ବଥୂୟେଲ, ତାହାର କନ୍ୟା ରିବିକା ସ୍କନ୍ଧରେ କଳସ ଘେନି ବାହାରି ଆସିଲା। BSB BSB: Before the servant had finished praying, Rebekah came out with her jar on her shoulder. She was the daughter of Bethuel son of Milcah, the wife of Abraham’s brother Nahor.
16 ULB ସେହି କନ୍ୟା ପରମ ସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି, BSB BSB: Now the girl was very beautiful, a virgin who had not had relations with any man. She went down to the spring, filled her jar, and came up again.
17 ULB ଏପରି ସମୟରେ ସେହି ଦାସ ଦୌଡ଼ି ଯାଇ ତାହା ସଙ୍ଗେ ଦେଖା କରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ।” BSB BSB: So the servant ran to meet her and said, “Please let me have a little water from your jar.”
18 ULB ତହିଁରେ ସେ କହିଲା, “ମହାଶୟ, ପାନ କରନ୍ତୁ,” ଏହା କହି ସେ ଶୀଘ୍ର କଳସ ହାତକୁ ଓହ୍ଲାଇ ତାହାକୁ ପାନ କରିବାକୁ ଦେଲା। BSB BSB: “Drink, my lord,” she replied, and she quickly lowered her jar to her hands and gave him a drink.
19 ULB ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।” BSB BSB: After she had given him a drink, she said, “I will also draw water for your camels, until they have had enough to drink.”
20 ULB ତହିଁରେ ସେ ଶୀଘ୍ର କୁଣ୍ଡରେ କଳସରୁ ପାଣି ଢାଳି ପୁନଶ୍ଚ ପାଣି କାଢ଼ିବା ପାଇଁ କୂପ ନିକଟକୁ ଧାଇଁଯାଇ ସମସ୍ତ ଓଟ ନିମନ୍ତେ ଜଳ କାଢ଼ିଲା। BSB BSB: And she quickly emptied her jar into the trough and ran back to the well to draw water, until she had drawn water for all his camels.
21 ULB ତହିଁରେ ସେହି ପୁରୁଷ ତାହା ପ୍ରତି ସ୍ଥିର ଦୃଷ୍ଟି କରି ଅନାଇ ରହିଲା; ପୁଣି, ସଦାପ୍ରଭୁ ତାହାର ଯାତ୍ରା ସଫଳ କରିବେ କି ନାହିଁ, ତାହା ଜାଣିବା ନିମନ୍ତେ ନିରବ ରହିଲା। BSB BSB: Meanwhile, the man watched her silently to see whether or not the LORD had made his journey a success.
22 ULB ପୁଣି, ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା, BSB BSB: And after the camels had finished drinking, he took out a gold ring weighing a beka, and two gold bracelets for her wrists weighing ten shekels.
23 ULB “ନିବେଦନ କରୁଅଛି, ତୁମ୍ଭେ କାହାର କନ୍ୟା, ମୋତେ କୁହ। ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରାତ୍ରି କ୍ଷେପଣ କରିବାକୁ କି ସ୍ଥାନ ଅଛି?” BSB BSB: “Whose daughter are you?” he asked. “Please tell me, is there room in your father’s house for us to spend the night?”
24 ULB ତହିଁରେ ସେ ଉତ୍ତର କଲା, “ନାହୋରର ଔରସରେ ମିଲ୍କାଠାରୁ ଜାତ ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।” BSB BSB: She replied, “I am the daughter of Bethuel, the son that Milcah bore to Nahor.”
25 ULB ସେ ଆହୁରି କହିଲା, “ଆମ୍ଭମାନଙ୍କର ପାଳକୁଟା ଓ ଦାନା ଯଥେଷ୍ଟ ଅଛି, ମଧ୍ୟ ରାତ୍ର କ୍ଷେପଣ କରିବାକୁ ସ୍ଥାନ ଅଛି।” BSB BSB: Then she added, “We have plenty of straw and feed, as well as a place for you to spend the night.”
26 ULB ସେତେବେଳେ ସେହି ମନୁଷ୍ୟ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କରି କହିଲା, BSB BSB: Then the man bowed down and worshiped the LORD,
27 ULB “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋ’ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋ’ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।” BSB BSB: saying, “Blessed be the LORD, the God of my master Abraham, who has not withheld His kindness and faithfulness from my master. As for me, the LORD has led me on the journey to the house of my master’s relatives.”
28 ULB ଆଉ ସେହି କନ୍ୟା ଦୌଡ଼ିଯାଇ ଆପଣା ମାତାର ଗୃହସ୍ଥିତ ଲୋକମାନଙ୍କୁ ଏହି କଥା ଜଣାଇଲା। BSB BSB: The girl ran and told her mother’s household about these things.
29 ULB ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା। BSB BSB: Now Rebekah had a brother named Laban, and he rushed out to the man at the spring.
30 ULB ପୁଣି, ସେହି ମନୁଷ୍ୟ ମୋତେ ଏହି ଏହି କଥା କହିଲା, “ଆପଣା ଭଗିନୀ ରିବିକା ମୁଖରୁ ଏହା ଶୁଣି ଆଉ ଭଗିନୀର ନଥ ଓ ହସ୍ତରେ ବଳା ଦେଖି ସେହି ପୁରୁଷ ନିକଟକୁ ଗଲା,” ପୁଣି, ତାହାକୁ କୂପ ପାଖରେ ଓଟମାନଙ୍କ ସହିତ ଛିଡ଼ା ହୋଇଥିବାର ଦେଖି କହିଲା, BSB BSB: As soon as he saw the ring, and the bracelets on his sister’s wrists, and heard Rebekah’s words, “The man said this to me,” he went and found the man standing by the camels near the spring.
31 ULB “ହେ ସଦାପ୍ରଭୁଙ୍କ ଆଶୀର୍ବାଦପାତ୍ର, ଭିତରକୁ ଆସ, ତୁମ୍ଭେ କାହିଁକି ବାହାରେ ଛିଡ଼ା ହେଉଅଛ? ମୁଁ ତ ଘର ଓ ଓଟମାନଙ୍କ ପାଇଁ ସ୍ଥାନ ପ୍ରସ୍ତୁତ କରିଅଛି।” BSB BSB: “Come, you who are blessed by the LORD,” said Laban. “Why are you standing out here? I have prepared the house and a place for the camels.”
32 ULB ତହିଁରେ ସେହି ମନୁଷ୍ୟ ଗୃହରେ ପ୍ରବେଶ କରି ଓଟମାନଙ୍କର ସାଜ ଫିଟାନ୍ତେ, ସେ ସେମାନଙ୍କୁ ପାଳକୁଟା ଓ ଦାନା ଦେଲା, ପୁଣି, ତାହାର ଓ ତାହାର ସଙ୍ଗୀମାନଙ୍କର ପାଦ ପ୍ରକ୍ଷାଳନ ନିମନ୍ତେ ପାଣି ଦେଲା। BSB BSB: So the man came to the house, and the camels were unloaded. Straw and feed were brought to the camels, and water to wash his feet and the feet of his companions.
33 ULB ଏଥିଉତ୍ତାରେ ତାହା ସମ୍ମୁଖରେ ଭୋଜନ ସାମଗ୍ରୀ ରଖାଗଲା; ମାତ୍ର ସେ କହିଲା, “ବକ୍ତବ୍ୟ କଥା ନ କହି ମୁଁ ଭୋଜନ କରିବି ନାହିଁ।” ତହିଁରେ ଲାବନ କହିଲା, “କୁହ।” BSB BSB: Then a meal was set before the man, but he said, “I will not eat until I have told you what I came to say.” So Laban said, “Please speak.”
34 ULB ତେବେ ସେ କହିଲା, “ମୁଁ ଅବ୍ରହାମଙ୍କର ଦାସ।” BSB BSB: “I am Abraham’s servant,” he replied.
35 ULB ସଦାପ୍ରଭୁ ମୋ’ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ୍ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି। BSB BSB: “The LORD has greatly blessed my master, and he has become rich. He has given him sheep and cattle, silver and gold, menservants and maidservants, camels and donkeys.
36 ULB ପୁଣି, ମୋ’ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି। BSB BSB: My master’s wife Sarah has borne him a son in her old age, and my master has given him everything he owns.
37 ULB ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, “ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ; BSB BSB: My master made me swear an oath and said, ‘You shall not take a wife for my son from the daughters of the Canaanites in whose land I dwell,
38 ULB ମାତ୍ର ଆମ୍ଭ ପୈତୃକ ବଂଶୀୟ ଲୋକମାନଙ୍କ ନିକଟକୁ ଯାଇ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ।” BSB BSB: but you shall go to my father’s house and to my kindred to take a wife for my son.’
39 ULB ସେତେବେଳେ ମୁଁ ପ୍ରଭୁଙ୍କୁ କହିଲି, “କେଜାଣି କୌଣସି କନ୍ୟା ମୋ’ ସଙ୍ଗରେ ନ ଆସିବ।” BSB BSB: Then I asked my master, ‘What if the woman will not come back with me?’
40 ULB ତହିଁରେ ସେ କହିଲେ, “ଆମ୍ଭେ ଯେଉଁ ସଦାପ୍ରଭୁଙ୍କ ଛାମୁରେ ଗମନାଗମନ କରୁ, ସେ ତୁମ୍ଭ ସଙ୍ଗରେ ଆପଣା ଦୂତ ପଠାଇ ତୁମ୍ଭ ଯାତ୍ରା ସଫଳ କରିବେ; ତହିଁରେ ତୁମ୍ଭେ ଆମ୍ଭ ପୈତୃକ ବଂଶରୁ ଆମ୍ଭ ପୁତ୍ର ନିମନ୍ତେ କନ୍ୟା ଆଣିବ; BSB BSB: And he told me, ‘The LORD, before whom I have walked, will send His angel with you and make your journey a success, so that you may take a wife for my son from my kindred and from my father’s house.
41 ULB ଆଉ ତୁମ୍ଭେ ଆମ୍ଭ ବଂଶୀୟ ଲୋକମାନଙ୍କ ନିକଟକୁ ଗଲେ ଏହି ଶପଥରୁ ମୁକ୍ତ ହେବ; ଯଦ୍ୟପି ସେମାନେ କନ୍ୟା ନ ଦେବେ, ତଥାପି ଶପଥରୁ ମୁକ୍ତ ହେବ।” BSB BSB: And when you go to my kindred, if they refuse to give her to you, then you will be released from my oath.’
42 ULB ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର, BSB BSB: So when I came to the spring today, I prayed: O LORD, God of my master Abraham, if only You would make my journey a success!
43 ULB ତେବେ ଦେଖ, ମୁଁ ଏବେ ଏହି ସଜଳ କୂପ ନିକଟରେ ଛିଡ଼ା ହୋଇଅଛି। ତହିଁରେ ଜଳ କାଢ଼ିବାକୁ ଆଗତା କୌଣସି କନ୍ୟାକୁ ଯଦି ମୁଁ କହେ, ତୁମ୍ଭ କଳସରୁ ମୋତେ କିଛି ଜଳ ପାନ କରିବାକୁ ଦିଅ; BSB BSB: Here I am, standing beside this spring. Now if a maiden comes out to draw water and I say to her, ‘Please let me drink a little water from your jar,’
44 ULB ପୁଣି, ସେ କନ୍ୟା ଯଦି କହେ, ତୁମ୍ଭେ ପାନ କର ଓ ତୁମ୍ଭ ଓଟମାନଙ୍କ ନିମନ୍ତେ ହେଁ ପାଣି କାଢ଼ି ଦେବି; ତେବେ ସେ ମୋ’ କର୍ତ୍ତାଙ୍କ ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଦ୍ୱାରା ନିରୂପିତା କନ୍ୟା ହେଉ। BSB BSB: and she replies, ‘Drink, and I will draw water for your camels as well,’ may she be the woman the LORD has appointed for my master’s son.
45 ULB ଏହି କଥା ମୁଁ ମନେ ମନେ କହୁଥଲି, ଏଥି ମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, “ବିନୟ କରୁଅଛି, ମୋତେ ଜଳ ପାନ କରାଅ।” BSB BSB: And before I had finished praying in my heart, there was Rebekah coming out with her jar on her shoulder, and she went down to the spring and drew water. So I said to her, ‘Please give me a drink.’
46 ULB ତହିଁରେ ସେ ଶୀଘ୍ର ସ୍କନ୍ଧରୁ କଳସ ନୁଆଁଇ କହିଲା, “ପାନ କର, ପୁଣି, ମୁଁ ତୁମ୍ଭ ଓଟମାନଙ୍କୁ ହିଁ ପାନ କରାଇବି; ତହୁଁ ମୁଁ ପାନ କଲି, ପୁଣି, ସେ ଓଟମାନଙ୍କୁ ପାନ କରାଇଲା।” BSB BSB: She quickly lowered her jar from her shoulder and said, ‘Drink, and I will water your camels as well.’ So I drank, and she also watered the camels.
47 ULB ଏଥିଉତ୍ତାରେ ମୁଁ ତାହାକୁ ପଚାରିଲି, “ତୁମ୍ଭେ କାହାର କନ୍ୟା?” ତହିଁରେ ସେ କହିଲା, “ନାହୋରର ଔରସରେ ମିଲ୍କାର ପୁତ୍ର ଯେ ବଥୂୟେଲ, ମୁଁ ତାଙ୍କର କନ୍ୟା।” ତହୁଁ ମୁଁ ତାହାର ନାସିକାରେ ନଥ ଓ ହସ୍ତରେ ବଳା ପିନ୍ଧାଇଲି। BSB BSB: Then I asked her, ‘Whose daughter are you?’ She replied, ‘The daughter of Bethuel son of Nahor, whom Milcah bore to him.’ So I put the ring on her nose and the bracelets on her wrists.
48 ULB ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋ’ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋ’ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି। BSB BSB: Then I bowed down and worshiped the LORD; and I blessed the LORD, the God of my master Abraham, who led me on the right road to take the granddaughter of my master’s brother for his son.
49 ULB ଏହେତୁ ତୁମ୍ଭେମାନେ ଯଦି ମୋ’ ପ୍ରଭୁଙ୍କ ସହିତ ଦୟା ଓ ସତ୍ୟ ବ୍ୟବହାର କରିବାକୁ ସମ୍ମତ ହୁଅ, ତେବେ ତାହା କୁହ; ଆଉ ଯଦି ନ ହୁଅ, ତାହା ମଧ୍ୟ କୁହ; ତହିଁରେ ମୁଁ ଡାହାଣ ଅଥବା ବାମରେ ଫେରିଯିବି।” BSB BSB: Now if you will show kindness and faithfulness to my master, tell me; but if not, let me know, so that I may go elsewhere.”
50 ULB ସେତେବେଳେ ଲାବନ ଓ ବଥୂୟେଲ ଉତ୍ତର କଲେ, “ସଦାପ୍ରଭୁଙ୍କଠାରୁ ଏହି ଘଟଣା ହୋଇଅଛି, ଏଥିରେ ଆମ୍ଭେମାନେ ଭଲ ଓ ମନ୍ଦ କିଛି କହି ନ ପାରୁ। BSB BSB: Laban and Bethuel answered, “This is from the LORD; we have no choice in the matter.
51 ULB ଦେଖ, ରିବିକା ତୁମ୍ଭ ସମ୍ମୁଖରେ ଅଛି, ତାହାକୁ ଘେନି ପ୍ରସ୍ଥାନ କର, ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ତୁମ୍ଭ କର୍ତ୍ତାଙ୍କ ପୁତ୍ରର ଭାର୍ଯ୍ୟା ହେଉ।” BSB BSB: Rebekah is here before you. Take her and go, and let her become the wife of your master’s son, just as the LORD has decreed.”
52 ULB ସେତେବେଳେ ଅବ୍ରହାମଙ୍କର ଦାସ ସେମାନଙ୍କଠାରୁ ଏହି କଥା ଶୁଣିବାମାତ୍ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିଷ୍ଠ ପ୍ରଣାମ କଲା। BSB BSB: When Abraham’s servant heard their words, he bowed down to the ground before the LORD.
53 ULB ଏଥିଉତ୍ତାରେ ସେହି ଦାସ ରୂପା ଓ ସୁନାର ଆଭରଣ ଓ ବସ୍ତ୍ର ବାହାର କରି ରିବିକାକୁ ଦେଲା; ପୁଣି, ତାହାର ଭ୍ରାତା ଓ ମାତାକୁ ମଧ୍ୟ ବହୁମୂଲ୍ୟ ଦ୍ରବ୍ୟ ଦେଲା। BSB BSB: Then he brought out jewels of silver and gold, and articles of clothing, and he gave them to Rebekah. He also gave precious gifts to her brother and her mother.
54 ULB ତହିଁରେ ସେ ଓ ତାହାର ସଙ୍ଗୀଗଣ ଭୋଜନପାନ କରି ସେହିଠାରେ ରାତ୍ରି କ୍ଷେପଣ କଲେ; ଏଥିଉତ୍ତାରେ ସେମାନେ ପ୍ରଭାତରେ ଉଠନ୍ତେ, ସେହି ଦାସ କହିଲା, “ମୋ’ ପ୍ରଭୁଙ୍କ ନିକଟକୁ ଯିବାକୁ ମୋତେ ବିଦାୟ କର।” BSB BSB: Then he and the men with him ate and drank and spent the night there. When they got up the next morning, he said, “Send me on my way to my master.”
55 ULB ତହିଁରେ ରିବିକାର ଭ୍ରାତା ଓ ମାତା କହିଲେ, “ଏହି କନ୍ୟା ଆମ୍ଭମାନଙ୍କ ନିକଟରେ କିଛିଦିନ, ହୋଇ ପାରିଲେ ଦଶଦିନ ଥାଉ, ତହିଁ ଉତ୍ତାରୁ ସେ ଯିବ।” BSB BSB: But her brother and mother said, “Let the girl remain with us ten days or so. After that, she may go.”
56 ULB ମାତ୍ର ସେ ସେମାନଙ୍କୁ କହିଲା, “ମୋତେ ବିଳମ୍ବ କରାଅ ନାହିଁ, ଯେହେତୁ ସଦାପ୍ରଭୁ ମୋହର ଯାତ୍ରା ସଫଳ କଲେ; ଏବେ ନିଜ କର୍ତ୍ତାଙ୍କ ନିକଟକୁ ଯିବା ପାଇଁ ମୋତେ ବିଦାୟ କର।” BSB BSB: But he replied, “Do not delay me, since the LORD has made my journey a success. Send me on my way so that I may go to my master.”
57 ULB ତହିଁରେ ସେମାନେ କହିଲେ, “ଆମ୍ଭେମାନେ କନ୍ୟାକୁ ଡାକି ତାହାକୁ ସାକ୍ଷାତରେ ପଚାରୁ।” BSB BSB: So they said, “We will call the girl and ask her opinion.”
58 ULB ଏଥିଉତ୍ତାରେ ସେମାନେ ରିବିକାକୁ ଡାକି କହିଲେ, “ତୁମ୍ଭେ କି ଏହି ମନୁଷ୍ୟ ସଙ୍ଗରେ ଯିବ?” ତହୁଁ ସେ କହିଲା, “ଯିବି।” BSB BSB: They called Rebekah and asked her, “Will you go with this man?” “I will go,” she replied.
59 ULB ସେତେବେଳେ ସେମାନେ ଆପଣା ଭଗିନୀ ରିବିକାକୁ ଓ ତାହାର ଧାତ୍ରୀକୁ, ପୁଣି, ଅବ୍ରହାମଙ୍କର ଦାସ ଓ ତାହାର ଲୋକମାନଙ୍କୁ ବିଦାୟ କଲେ। BSB BSB: So they sent their sister Rebekah on her way, along with her nurse and Abraham’s servant and his men.
60 ULB ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।” BSB BSB: And they blessed Rebekah and said to her, “Our sister, may you become the mother of thousands upon thousands. May your offspring possess the gates of their enemies.”
61 ULB ଏଥିଉତ୍ତାରେ ରିବିକା ଓ ତାହାର ଦାସୀମାନେ ଉଠି ଓଟ ଉପରେ ଚଢ଼ି ସେହି ମନୁଷ୍ୟର ପଛେ ପଛେ ଯାତ୍ରା କଲେ। ଏହିରୂପେ ସେହି ଦାସ ରିବିକାକୁ ଘେନି ପ୍ରସ୍ଥାନ କଲା। BSB BSB: Then Rebekah and her servant girls got ready, mounted the camels, and followed the man. So the servant took Rebekah and left.
62 ULB ସେହି ସମୟରେ ଇସ୍ହାକ ଦକ୍ଷିଣ ଦେଶରେ ବାସ କରିବାରୁ ବେର-ଲହୟ-ରୋୟୀ ନାମକ ସ୍ଥାନକୁ ଯାଇ ଫେରି ଆସିଥିଲା। BSB BSB: Now Isaac had just returned from Beer-lahai-roi, for he was living in the Negev.
63 ULB ପୁଣି, ସନ୍ଧ୍ୟା ବେଳେ ଧ୍ୟାନ କରିବା ପାଇଁ କ୍ଷେତ୍ରକୁ ଯାଇଥିଲା; ଏଥିମଧ୍ୟରେ ଅନାଇ ଓଟଗଣକୁ ଆସିବାର ଦେଖିଲା। BSB BSB: Early in the evening, Isaac went out to the field to meditate, and looking up, he saw the camels approaching.
64 ULB ସେତେବେଳେ ରିବିକା ଅନାଇ ଇସ୍ହାକକୁ ଦେଖି ଓଟ ଉପରୁ ଓହ୍ଲାଇଲା। BSB BSB: And when Rebekah looked up and saw Isaac, she got down from her camel
65 ULB ପୁଣି, ସେ ସେହି ଦାସକୁ ପଚାରିଲା, “ଆମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଯେ କ୍ଷେତ୍ର ମଧ୍ୟରେ ଆସୁଅଛି, ସେହି ପୁରୁଷ କିଏ?” ତହିଁରେ ଦାସ ଉତ୍ତର କଲା, “ସେ ମୋହର ପ୍ରଭୁ,” ଏଣୁ ରିବିକା ଘୋଡ଼ଣୀ ନେଇ ଆପଣାକୁ ଆଚ୍ଛାଦନ କଲା। BSB BSB: and asked the servant, “Who is that man in the field coming to meet us?” “It is my master,” the servant answered. So she took her veil and covered herself.
66 ULB ଏଥିଉତ୍ତାରେ ସେହି ଦାସ ଇସ୍ହାକକୁ ଆପଣା କୃତ କର୍ମର ସମସ୍ତ ବିବରଣ କହିଲା। BSB BSB: Then the servant told Isaac all that he had done.
67 ULB “ସେତେବେଳେ ଇସ୍ହାକ ରିବିକାକୁ ଗ୍ରହଣ କରି ଆପଣା ମାତା ସାରାର ତମ୍ବୁକୁ ଘେନି ଯାଇ ତାହାକୁ ବିବାହ କଲା; ପୁଣି, ସେ ତାହାକୁ ପ୍ରେମ କଲା।” ତହିଁରେ ଇସ୍ହାକ ମାତୃମରଣ ଶୋକରୁ ସାନ୍ତ୍ୱନା ପାଇଲା। BSB BSB: And Isaac brought her into the tent of his mother Sarah and took Rebekah as his wife. And Isaac loved her and was comforted after his mother’s death.