1 ULB ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।” BSB BSB: When Rachel saw that she was not bearing any children for Jacob, she envied her sister. “Give me children, or I will die!” she said to Jacob.
2 ULB ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କ’ଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।” BSB BSB: Jacob became angry with Rachel and said, “Am I in the place of God, who has withheld children from you?”
3 ULB ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋ’ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।” BSB BSB: Then she said, “Here is my maidservant Bilhah. Sleep with her, that she may bear children for me, so that through her I too can build a family.”
4 ULB ପୁଣି, ସେ ଆପଣା ଦାସୀ ବିଲ୍ହାକୁ ତାହା ସହିତ ବିବାହ ଦେଲା। BSB BSB: So Rachel gave Jacob her servant Bilhah as a wife, and he slept with her,
5 ULB ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା। BSB BSB: and Bilhah conceived and bore him a son.
6 ULB ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା। BSB BSB: Then Rachel said, “God has vindicated me; He has heard my plea and given me a son.” So she named him Dan.
7 ULB ଏଥିଉତ୍ତାରେ ରାହେଲର ଦାସୀ ବିଲ୍ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା। BSB BSB: And Rachel’s servant Bilhah conceived again and bore Jacob a second son.
8 ULB ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା। BSB BSB: Then Rachel said, “In my great struggles, I have wrestled with my sister and won.” So she named him Naphtali.
9 ULB ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା। BSB BSB: When Leah saw that she had stopped having children, she gave her servant Zilpah to Jacob as a wife.
10 ULB ତହିଁରେ ଲେୟାର ଦାସୀ ସିଳ୍ପାଠାରୁ ଯାକୁବର ଗୋଟିଏ ପୁତ୍ର ଜାତ ହେଲା। BSB BSB: And Leah’s servant Zilpah bore Jacob a son.
11 ULB ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ!” ଏଥିପାଇଁ ତାହାର ନାମ ଗାଦ୍ (ସୌଭାଗ୍ୟ) ରଖିଲା। BSB BSB: Then Leah said, “How fortunate!” So she named him Gad.
12 ULB ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା। BSB BSB: When Leah’s servant Zilpah bore Jacob a second son,
13 ULB ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା। BSB BSB: Leah said, “How happy I am! For the women call me happy.” So she named him Asher.
14 ULB ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।” BSB BSB: Now during the wheat harvest, Reuben went out and found some mandrakes in the field. When he brought them to his mother, Rachel begged Leah, “Please give me some of your son’s mandrakes.”
15 ULB ତହିଁରେ ସେ କହିଲା, “ତୁମ୍ଭେ ମୋ’ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ? ତୁମ୍ଭେ ମୋ’ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।” BSB BSB: But Leah replied, “Is it not enough that you have taken away my husband? Now you want to take my son’s mandrakes as well?” “Very well,” said Rachel, “he may sleep with you tonight in exchange for your son’s mandrakes.”
16 ULB ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋ’ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା। BSB BSB: When Jacob came in from the field that evening, Leah went out to meet him and said, “You must come with me, for I have hired you with my son’s mandrakes.” So he slept with her that night.
17 ULB ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା। BSB BSB: And God listened to Leah, and she conceived and bore a fifth son to Jacob.
18 ULB ତେବେ ଲେୟା କହିଲା, “ମୁଁ ସ୍ୱାମୀକି ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇ ଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର ରଖିଲା। BSB BSB: Then Leah said, “God has rewarded me for giving my maidservant to my husband.” So she named him Issachar.
19 ULB ଏଥିଉତ୍ତାରେ ଲେୟା ପୁନର୍ବାର ଗର୍ଭଧାରଣ କରି ଯାକୁବର ଷଷ୍ଠ ପୁତ୍ର ପ୍ରସବ କଲା। BSB BSB: Again Leah conceived and bore a sixth son to Jacob.
20 ULB ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋ’ ସ୍ୱାମୀ ମୋ’ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା। BSB BSB: “God has given me a good gift,” she said. “This time my husband will honor me, because I have borne him six sons.” And she named him Zebulun.
21 ULB ଏଉତ୍ତାରେ ସେ ଏକ କନ୍ୟା ପ୍ରସବ କରନ୍ତେ, ତାହାର ନାମ ଦୀଣା ରଖିଲା। BSB BSB: After that, Leah gave birth to a daughter and named her Dinah.
22 ULB ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ। BSB BSB: Then God remembered Rachel. He listened to her and opened her womb,
23 ULB ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।” BSB BSB: and she conceived and gave birth to a son. “God has taken away my shame,” she said.
24 ULB ଏଣୁ ସେ ତାହାର ନାମ ଯୋଷେଫ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।” BSB BSB: She named him Joseph, and said, “May the LORD add to me another son.”
25 ULB ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, “ମୋତେ ବିଦାୟ କର, ମୁଁ ସ୍ୱସ୍ଥାନକୁ ଓ ନିଜ ଦେଶକୁ ଯିବି। BSB BSB: Now after Rachel had given birth to Joseph, Jacob said to Laban, “Send me on my way so I can return to my homeland.
26 ULB ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।” BSB BSB: Give me my wives and children for whom I have served you, that I may go on my way. You know how hard I have worked for you.”
27 ULB ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋ’ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି। BSB BSB: But Laban replied, “If I have found favor in your eyes, please stay. I have learned by divination that the LORD has blessed me because of you.”
28 ULB ଏହେତୁ ତୁମ୍ଭେ ଆପେ ନିଜ ବେତନ ସ୍ଥିର କର, ମୁଁ ତାହା ତୁମ୍ଭକୁ ଦେବି।” BSB BSB: And he added, “Name your wages, and I will pay them.”
29 ULB ତହୁଁ ଯାକୁବ ତାହାଙ୍କୁ କହିଲା, “ମୁଁ ତୁମ୍ଭର ଯେଉଁ ପ୍ରକାର ଦାସ୍ୟକର୍ମ କରିଅଛି ଓ ମୋ’ ନିକଟରେ ତୁମ୍ଭର ପଶୁଗଣ ଯେପରି ଅଛନ୍ତି, ତାହା ତୁମ୍ଭକୁ ଜଣାଅଛି। BSB BSB: Then Jacob answered, “You know how I have served you and how your livestock have thrived under my care.
30 ULB କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି?” BSB BSB: Indeed, you had very little before my arrival, but now your wealth has increased many times over. The LORD has blessed you wherever I set foot. But now, when may I also provide for my own household?”
31 ULB ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋ’ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି। BSB BSB: “What can I give you?” Laban asked. “You do not need to give me anything,” Jacob replied. “If you do this one thing for me, I will keep on shepherding and keeping your flocks.
32 ULB ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କଳାବର୍ଣ୍ଣର ମେଷମାନଙ୍କୁ, ପୁଣି, ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବେତନ ସ୍ୱରୂପ ହେବ। BSB BSB: Let me go through all your flocks today and remove from them every speckled or spotted sheep, every dark-colored lamb, and every spotted or speckled goat. These will be my wages.
33 ULB ଏଥିଉତ୍ତାରେ ଯେତେବେଳେ ତୁମ୍ଭ ସାକ୍ଷାତରେ ମୋହର ବେତନ ବିଷୟ ଉପସ୍ଥିତ ହେବ, ସେତେବେଳେ ମୋହର ଧାର୍ମିକତା ମୋ’ ବିଷୟରେ ସାକ୍ଷ୍ୟ ଦେବ, ଅର୍ଥାତ୍, ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଭିନ୍ନ ଓ ମେଷଗଣ ମଧ୍ୟରେ କଳାବର୍ଣ୍ଣର ମେଷ ଭିନ୍ନ ଯେତେ ଥିବେ, ତାହା ମୋହର ଚୋରି ରୂପେ ଗଣ୍ୟ ହେବ।” BSB BSB: So my honesty will testify for me when you come to check on my wages in the future. If I have any goats that are not speckled or spotted, or any lambs that are not dark-colored, they will be considered stolen.”
34 ULB ତହୁଁ ଲାବନ କହିଲା, “ଭଲ, ତୁମ୍ଭ କଥାନୁସାରେ ହେଉ।” BSB BSB: “Agreed,” said Laban. “Let it be as you have said.”
35 ULB ଏଥିଉତ୍ତାରେ ସେ ସେହିଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା; BSB BSB: That very day Laban removed all the streaked or spotted male goats and every speckled or spotted female goat—every one that had any white on it—and every dark-colored lamb, and he placed them under the care of his sons.
36 ULB ଆଉ ସେ ଆପଣାର ଓ ଯାକୁବର ମଧ୍ୟରେ ତିନି ଦିନର ପଥରୁ ଦୂରରେ ରଖିଲା; ପୁଣି, ଯାକୁବ ଲାବନର ଅବଶିଷ୍ଟ ପଶୁପଲ ଚରାଇବାକୁ ଲାଗିଲା। BSB BSB: Then he put a three-day journey between himself and Jacob, while Jacob was shepherding the rest of Laban’s flocks.
37 ULB ଆଉ ଯାକୁବ ଲିବ୍ନୀ ଓ ଲୂସ୍ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବଳ୍କଳ କାଢ଼ି କାଷ୍ଠର ଶୁକ୍ଳରେଖା ବାହାର କଲା। BSB BSB: Jacob, however, took fresh branches of poplar, almond, and plane trees, and peeled the bark, exposing the white inner wood of the branches.
38 ULB ଏଥିଉତ୍ତାରେ ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବଳ୍କଳଶୂନ୍ୟ ଶାଖା ସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଫଳବତୀ ହେଲେ। BSB BSB: Then he set the peeled branches in the watering troughs in front of the flocks coming in to drink. So when the flocks were in heat and came to drink,
39 ULB ପୁଣି, ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛୁଆ ପ୍ରସବ କଲେ। BSB BSB: they mated in front of the branches. And they bore young that were streaked or speckled or spotted.
40 ULB ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି, ଲାବନର ରେଖାଙ୍କିତ ଓ କଳାବର୍ଣ୍ଣର ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା। BSB BSB: Jacob set apart the young, but made the rest face the streaked dark-colored sheep in Laban’s flocks. Then he set his own stock apart and did not put them with Laban’s animals.
41 ULB ପୁଣି, ବଳିଷ୍ଠ ପଶୁଗଣ ଯେପରି ଶାଖା ନିକଟରେ ଗର୍ଭଧାରଣ କରନ୍ତି, ଏଥିପାଇଁ ଜଳକୁଣ୍ଡ ମଧ୍ୟରେ ପଶୁମାନଙ୍କ ସମ୍ମୁଖରେ ସେହି ଶାଖା ରଖିଲା; ମାତ୍ର ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲା ନାହିଁ; BSB BSB: Whenever the stronger females of the flock were in heat, Jacob would place the branches in the troughs, in full view of the animals, so that they would breed in front of the branches.
42 ULB ତହିଁରେ ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ। BSB BSB: But if the animals were weak, he did not set out the branches. So the weaker animals went to Laban and the stronger ones to Jacob.
43 ULB ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ। BSB BSB: Thus Jacob became exceedingly prosperous. He owned large flocks, maidservants and menservants, and camels and donkeys.