1 ULB ତହିଁ ଉତ୍ତାରେ ଯାକୁବ ଯାତ୍ରା କରନ୍ତେ, ପରମେଶ୍ୱରଙ୍କ ଦୂତଗଣ ତାହା ସଙ୍ଗେ ଭେଟିଲେ। BSB BSB: Jacob also went on his way, and the angels of God met him.
2 ULB ସେଥିପାଇଁ ଯାକୁବ ସେମାନଙ୍କୁ ଦେଖି କହିଲା, “ଏମାନେ ପରମେଶ୍ୱରଙ୍କ ଦଳ; ଏଥିପାଇଁ ସେହି ସ୍ଥାନର ନାମ ମହନୟିମ (ଦୁଇ ଦଳ) ରଖିଲା।” BSB BSB: When Jacob saw them, he said, “This is the camp of God.” So he named that place Mahanaim.
3 ULB ତହିଁ ଉତ୍ତାରୁ ଯାକୁବ ଆପଣା ଆଗେ ସେୟୀର ଦେଶସ୍ଥ ଇଦୋମ ଅଞ୍ଚଳରେ ଭ୍ରାତା ଏଷୌ ନିକଟକୁ ଦୂତମାନଙ୍କୁ ପ୍ରେରଣ କଲା। BSB BSB: Jacob sent messengers ahead of him to his brother Esau in the land of Seir, the country of Edom.
4 ULB ପୁଣି, ସେ ସେମାନଙ୍କୁ ଏହି ଆଜ୍ଞା ଦେଲା, “ତୁମ୍ଭେମାନେ ଆମ୍ଭର ପ୍ରଭୁ ଏଷୌଙ୍କୁ କହିବ, ଆପଣଙ୍କ ଦାସ ଯାକୁବ ଆପଣଙ୍କୁ ଜଣାଇଲା, ମୁଁ ଲାବନ ପାଖରେ ପ୍ରବାସ କରୁଥିଲି, ଆଜି ପର୍ଯ୍ୟନ୍ତ ମୋହର ବିଳମ୍ବ ହେଲା। BSB BSB: He instructed them, “You are to say to my master Esau, ‘Your servant Jacob says: I have been staying with Laban and have remained there until now.
5 ULB ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।” BSB BSB: I have oxen, donkeys, flocks, menservants, and maidservants. I have sent this message to inform my master, so that I may find favor in your sight.’”
6 ULB ଏଥିଉତ୍ତାରେ ଦୂତମାନେ ଫେରି ଆସି ଯାକୁବକୁ କହିଲେ, “ଆମ୍ଭେମାନେ ଆପଣଙ୍କ ଭ୍ରାତା ଏଷୌ ନିକଟକୁ ଯାଇଥିଲୁ, ସେ ଚାରିଶହ ଲୋକ ସଙ୍ଗରେ ଘେନି ଆପଣଙ୍କ ସହିତ ଦେଖା କରିବାକୁ ଆସୁଅଛନ୍ତି।” BSB BSB: When the messengers returned to Jacob, they said, “We went to your brother Esau, and now he is coming to meet you—he and four hundred men with him.”
7 ULB ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍ବିଗ୍ନ ହେଲା, ପୁଣି, ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା, BSB BSB: In great fear and distress, Jacob divided his people into two camps, as well as the flocks and herds and camels.
8 ULB “ଏଷୌ ଆସି ଯଦି ଏକ ଦଳକୁ ପ୍ରହାର କରିବ, ତଥାପି ଅନ୍ୟ ଦଳ ବଞ୍ଚି ପଳାଇ ଯିବେ,” BSB BSB: He thought, “If Esau comes and attacks one camp, then the other camp can escape.”
9 ULB ସେତେବେଳେ ଯାକୁବ କହିଲା, “ହେ ମୋହର ପିତା ଅବ୍ରହାମଙ୍କର ପରମେଶ୍ୱର, ହେ ମୋହର ପିତା ଇସ୍ହାକଙ୍କର ପରମେଶ୍ୱର, ହେ ସଦାପ୍ରଭୁ, ତୁମ୍ଭେ ମୋତେ କହିଥିଲ, ତୁମ୍ଭେ ଆପଣା ଦେଶ ଓ ଜ୍ଞାତିମାନଙ୍କ ନିକଟକୁ ଫେରି ଯାଅ, ତହିଁରେ ଆମ୍ଭେ ତୁମ୍ଭର ମଙ୍ଗଳ କରିବା। BSB BSB: Then Jacob declared, “O God of my father Abraham, God of my father Isaac, the LORD who told me, ‘Go back to your country and to your kindred, and I will make you prosper,’
10 ULB ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟିମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି। BSB BSB: I am unworthy of all the kindness and faithfulness You have shown Your servant. Indeed, with only my staff I came across the Jordan, but now I have become two camps.
11 ULB ବିନୟ କରୁଅଛି, ମୋ’ ଭ୍ରାତାର ହସ୍ତରୁ, ଏଷୌର ହସ୍ତରୁ ମୋତେ ରକ୍ଷା କର; କାରଣ ମୁଁ ତାହାକୁ ଭୟ କରୁଅଛି, କେଜାଣି ସେ ଆସି ମୋତେ ଓ ମାତା ଓ ବାଳକମାନଙ୍କୁ ବଧ କରିବ। BSB BSB: Please deliver me from the hand of my brother Esau, for I am afraid that he may come and attack me and the mothers and children with me.
12 ULB ତୁମ୍ଭେ ତ କହିଅଛ, ଆମ୍ଭେ ଅବଶ୍ୟ ତୁମ୍ଭର ମଙ୍ଗଳ କରିବା, ପୁଣି, ସମୁଦ୍ର ତୀରସ୍ଥ ଯେଉଁ ବାଲି ବାହୁଲ୍ୟ ହେତୁ ଗଣାଯାଇ ନ ପାରେ, ତାହା ତୁଲ୍ୟ ତୁମ୍ଭର ବଂଶ ବୃଦ୍ଧି କରିବା।” BSB BSB: But You have said, ‘I will surely make you prosper, and I will make your offspring like the sand of the sea, too numerous to count.’”
13 ULB ଆଉ ଯାକୁବ ସେହି ସ୍ଥାନରେ ସେହି ରାତ୍ରି କ୍ଷେପଣ କଲା; ଆଉ ତାହା ନିକଟରେ ଯାହା ଥିଲା, ତହିଁରୁ ଆପଣା ଭ୍ରାତା ଏଷୌ ନିମନ୍ତେ ଭେଟି ପ୍ରସ୍ତୁତ କଲା; BSB BSB: Jacob spent the night there, and from what he had brought with him, he selected a gift for his brother Esau:
14 ULB ଅର୍ଥାତ୍, ଦୁଇଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇଶହ ମେଷୀ ଓ କୋଡିଏ ମେଷ, BSB BSB: 200 female goats, 20 male goats, 200 ewes, 20 rams,
15 ULB ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା। BSB BSB: 30 milk camels with their young, 40 cows, 10 bulls, 20 female donkeys, and 10 male donkeys.
16 ULB ଏଥିଉତ୍ତାରେ ପଲ ସବୁ ପୃଥକ ପୃଥକ କରି ଆପଣା ଦାସମାନଙ୍କ ହସ୍ତରେ ଏକ ପଲ ସମପର୍ଣ କରି ସେମାନଙ୍କୁ ଆଜ୍ଞା ଦେଲା, “ତୁମ୍ଭେମାନେ ମୋ’ ଆଗେ ଆଗେ ଯାଅ, ପୁଣି, ମଧ୍ୟେ ମଧ୍ୟେ ସ୍ଥାନ ରଖି ପ୍ରତ୍ୟେକ ପଲକୁ ପୃଥକ କର।” BSB BSB: He entrusted them to his servants in separate herds and told them, “Go on ahead of me, and keep some distance between the herds.”
17 ULB ପୁଣି, ସେ ସର୍ବାଗ୍ରଗାମୀ ଦାସକୁ ଏହି ଆଜ୍ଞା ଦେଲା, “ମୋହର ଭ୍ରାତା ଏଷୌ ସହିତ ସାକ୍ଷାତ ହେଲେ, ସେ ଯଦି ପଚାରିବେ, ତୁମ୍ଭେ କାହାର ଦାସ? କେଉଁଠାକୁ ଯାଉଅଛ? ପୁଣି, ତୁମ୍ଭର ଅଗ୍ରସ୍ଥିତ ଏହି ସମସ୍ତ କାହାର? BSB BSB: He instructed the one in the lead, “When my brother Esau meets you and asks, ‘To whom do you belong, where are you going, and whose animals are these before you?’
18 ULB ତେବେ ତୁମ୍ଭେ ଉତ୍ତର ଦେବ, ଏହି ସମସ୍ତ ଆପଣଙ୍କ ଦାସ ଯାକୁବଙ୍କର, ଏହିସବୁ ଭେଟି ଆମ୍ଭ ପ୍ରଭୁ ଏଷୌଙ୍କ ନିମନ୍ତେ ପ୍ରେରିତ; ଦେଖନ୍ତୁ, ସେ ମଧ୍ୟ ପଛେ ପଛେ ଆସୁଅଛନ୍ତି।” BSB BSB: then you are to say, ‘They belong to your servant Jacob. They are a gift, sent to my lord Esau. And behold, Jacob is behind us.’”
19 ULB ଏହି ପ୍ରକାରେ ସେ ଦ୍ୱିତୀୟ ଓ ତୃତୀୟ ପଲର ପଶ୍ଚାଦ୍ଗାମୀ ସବୁ ଦାସମାନଙ୍କୁ ଆଜ୍ଞା ଦେଇ କହିଲା, “ଏଷୌ ସଙ୍ଗରେ ସାକ୍ଷାତ ହେଲେ, ତୁମ୍ଭେମାନେ ଏହି ପ୍ରକାର କଥା କହିବ।” BSB BSB: He also instructed the second, the third, and all those following behind the herds: “When you meet Esau, you are to say the same thing to him.
20 ULB ଆହୁରି କହିବ, “ଦେଖନ୍ତୁ, ଆପଣଙ୍କ ଦାସ ଯାକୁବ ଆମ୍ଭମାନଙ୍କ ପଛେ ଆସୁଅଛନ୍ତି; କାରଣ ସେ ମନେ କଲେ, ଆଗେ ଭେଟି ପଠାଇ ତାଙ୍କୁ ଶାନ୍ତ କରି ପଛେ ତାଙ୍କ ସଙ୍ଗରେ ସାକ୍ଷାତ କରିବା, ତହିଁରେ ସେ ଆମ୍ଭ ପ୍ରତି ଅନୁଗ୍ରହ କଲେ କରି ପାରନ୍ତି।” BSB BSB: You are also to say, ‘Look, your servant Jacob is right behind us.’” For he thought, “I will appease Esau with the gift that is going before me. After that I can face him, and perhaps he will accept me.”
21 ULB ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା। BSB BSB: So Jacob’s gifts went on before him, while he spent the night in the camp.
22 ULB ଏଥିଉତ୍ତାରେ ସେ ରାତ୍ରିରେ ଉଠି ଆପଣାର ଦୁଇ ଭାର୍ଯ୍ୟା ଓ ଦୁଇ ଦାସୀ ଓ ଏକାଦଶ ସନ୍ତାନଙ୍କୁ ଯବ୍ବୋକ୍ ଘାଟରେ ପାର କରାଇବା ପାଇଁ ସଙ୍ଗରେ ନେଲା। BSB BSB: During the night Jacob got up and took his two wives, his two maidservants, and his eleven sons, and crossed the ford of the Jabbok.
23 ULB ପୁଣି, ସେମାନଙ୍କୁ ନଦୀ ପାର କରାଇ ଆପଣାର ସମସ୍ତ ଦ୍ରବ୍ୟ ସେପାରିକୁ ପଠାଇ ଦେଲା। BSB BSB: He took them and sent them across the stream, along with all his possessions.
24 ULB ସେତେବେଳେ ଯାକୁବ ସେଠାରେ ଏକାକୀ ରହିଲା; ତହୁଁ ଜଣେ ପୁରୁଷ ପ୍ରଭାତ ପର୍ଯ୍ୟନ୍ତ ତାହା ସହିତ ମଲ୍ଲଯୁଦ୍ଧ କଲେ। BSB BSB: So Jacob was left all alone, and there a man wrestled with him until daybreak.
25 ULB ମାତ୍ର ତାହାକୁ ଜୟ କରି ପାରିଲେ ନାହିଁ ଦେଖି ସେ ଯାକୁବର ଊରୁଦେଶର ସନ୍ଧି ସ୍ଥାନରେ ଆଘାତ କଲେ; ତାହାଙ୍କ ସହିତ ଏପ୍ରକାର ମଲ୍ଲଯୁଦ୍ଧ କରିବାରୁ ଯାକୁବର ଊରୁସନ୍ଧି ଖସିଗଲା। BSB BSB: When the man saw that he could not overpower Jacob, he struck the socket of Jacob’s hip and dislocated it as they wrestled.
26 ULB ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼,” କାରଣ ପ୍ରଭାତ ହେଲା। ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।” BSB BSB: Then the man said, “Let me go, for it is daybreak.” But Jacob replied, “I will not let you go unless you bless me.”
27 ULB ପୁନର୍ବାର ସେହି ମନୁଷ୍ୟ କହିଲେ, “ତୁମ୍ଭର ନାମ କଅଣ?” ସେ କହିଲା, “ଯାକୁବ।” BSB BSB: “What is your name?” the man asked. “Jacob,” he replied.
28 ULB ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।” BSB BSB: Then the man said, “Your name will no longer be Jacob, but Israel, because you have struggled with God and with men, and you have prevailed.”
29 ULB ସେତେବେଳେ ଯାକୁବ ପଚାରି କହିଲା, “ମୁଁ ବିନୟ କରୁଅଛି, ତୁମ୍ଭର ନାମ କୁହ।” ସେ କହିଲେ, “ତୁମ୍ଭେ କାହିଁକି ଆମ୍ଭର ନାମ ପଚାରୁ ଅଛ?” ତହୁଁ ସେ ସେଠାରେ ଯାକୁବକୁ ଆଶୀର୍ବାଦ କଲେ। BSB BSB: And Jacob requested, “Please tell me your name.” But he replied, “Why do you ask my name?” Then he blessed Jacob there.
30 ULB ସେତେବେଳେ ସେହି ସ୍ଥାନର ନାମ ପେନୀୟେଲ୍ ରଖିଲା; ଯେହେତୁ ଯାକୁବ କହିଲା, “ମୁଁ ପରମେଶ୍ୱରଙ୍କୁ ମୁଖାମୁଖି ଦେଖିଲେ ହେଁ ମୋହର ପ୍ରାଣ ବଞ୍ଚିଲା।” BSB BSB: So Jacob named the place Peniel, saying, “Indeed, I have seen God face to face, and yet my life was spared.”
31 ULB ଏଥିଉତ୍ତାରେ ଯାକୁବ ପନୂୟେଲ ପାର ହୁଅନ୍ତେ, ସୂର୍ଯ୍ୟୋଦୟ ହେଲା; ମାତ୍ର ସେ ଊରୁସନ୍ଧି ସକାଶୁ ଛୋଟାଇ ଚାଲିଲା। BSB BSB: The sun rose above him as he passed by Penuel, and he was limping because of his hip.
32 ULB ଏହେତୁ ଇସ୍ରାଏଲର ସନ୍ତାନମାନେ ଆଜି ପର୍ଯ୍ୟନ୍ତ (କୌଣସି) ଊରୁଦେଶର ଉପରିସ୍ଥ ସନ୍ଧିଶିରା ଭୋଜନ କରନ୍ତି ନାହିଁ, କାରଣ ସେ ଯାକୁବର ଊରୁଦେଶର ସନ୍ଧିଶିରା ସ୍ପର୍ଶ କରିଥିଲେ। BSB BSB: Therefore to this day the Israelites do not eat the tendon attached to the socket of the hip, because the socket of Jacob’s hip was struck near that tendon.