1 ULB ଏଥିଉତ୍ତାରେ ଲେୟାଠାରୁ ଜାତ ଦୀଣା ନାମ୍ନୀ ଯାକୁବର କନ୍ୟା ସେହି ଦେଶର କନ୍ୟାମାନଙ୍କ ସଙ୍ଗେ ଦେଖା କରିବାକୁ ବାହାରକୁ ଗଲା। BSB BSB: Now Dinah, the daughter Leah had borne to Jacob, went out to visit the daughters of the land.
2 ULB ତହିଁରେ ହିବ୍ବୀୟ ହମୋର ନାମକ ଦେଶାଧିପତିର ପୁତ୍ର ଶିଖିମ ତାହାକୁ ଦେଖିଲା; ପୁଣି, ତାହାକୁ ନେଇ ତାହା ସହିତ ଶୟନ କରି ତାହାକୁ ଭ୍ରଷ୍ଟା କଲା। BSB BSB: When Shechem son of Hamor the Hivite, the prince of the region, saw her, he took her and lay with her by force.
3 ULB ଆଉ ଯାକୁବର ସେହି କନ୍ୟା ଦୀଣାଠାରେ ତାହାର ମନ ଅନୁରକ୍ତ ହେବାରୁ ସେ ସେହି ଯୁବତୀକି ପ୍ରେମ କରି ତାକୁ ପ୍ରୀତିଜନକ ବାକ୍ୟ କହିଲା। BSB BSB: And his soul was drawn to Dinah, the daughter of Jacob. He loved the young girl and spoke to her tenderly.
4 ULB ଏଥିଉତ୍ତାରେ ଶିଖିମ ଆପଣା ପିତା ହମୋରକୁ କହିଲା, “ତୁମ୍ଭେ ଏହି ଯୁବତୀ ସଙ୍ଗେ ମୋତେ ବିବାହ କରି ଦିଅ।” BSB BSB: So Shechem told his father Hamor, “Get me this girl as a wife.”
5 ULB ଏଥିଉତ୍ତାରେ ଯାକୁବ ଆପଣାର କନ୍ୟା ଦୀଣାକୁ ଶିଖିମ ଭ୍ରଷ୍ଟା କରିଥିବାର କଥା ଶୁଣିଲା; ସେହି ସମୟରେ ତାହାର ପୁତ୍ରମାନେ କ୍ଷେତ୍ରରେ ପଶୁପଲ ସଙ୍ଗରେ ଥିବାରୁ ଯାକୁବ ସେମାନଙ୍କ ଆସିବା ପର୍ଯ୍ୟନ୍ତ ତୁନି ହୋଇ ରହିଲା। BSB BSB: Jacob heard that Shechem had defiled his daughter Dinah, but since his sons were with his livestock in the field, he remained silent about it until they returned.
6 ULB ଏଥିମଧ୍ୟରେ ଶିଖିମର ପିତା ହମୋର ଯାକୁବ ସହିତ କଥାବାର୍ତ୍ତା କରିବାକୁ ଗଲା। BSB BSB: Meanwhile, Shechem’s father Hamor came to speak with Jacob.
7 ULB ଆଉ ଯାକୁବର ପୁତ୍ରମାନେ ସେହି ସମ୍ବାଦ ପାଇ କ୍ଷେତ୍ରରୁ ଆସିଥିଲେ; ପୁଣି, ଶିଖିମ ଯାକୁବର କନ୍ୟା ସହିତ ଶୟନ କରି ଇସ୍ରାଏଲ ବିରୁଦ୍ଧରେ ଯେଉଁ ଅକର୍ତ୍ତବ୍ୟ ମୂଢ଼ କର୍ମ କରିଥିଲା, ତହିଁ ସକାଶେ ସେମାନେ ମନସ୍ତାପିତ ଓ ଅତି କ୍ରୋଧାନ୍ୱିତ ଥିଲେ। BSB BSB: When Jacob’s sons heard what had happened, they returned from the field. They were filled with grief and fury, because Shechem had committed an outrage in Israel by lying with Jacob’s daughter—a thing that should not be done.
8 ULB ସେତେବେଳେ ହମୋର ସେମାନଙ୍କ ସଙ୍ଗେ କଥାବାର୍ତ୍ତା କରି କହିଲା, “ତୁମ୍ଭମାନଙ୍କର ଏହି କନ୍ୟାଠାରେ ମୋ’ ପୁତ୍ର ଶିଖିମର ମନ ଆସକ୍ତ ହୋଇଅଛି; ମୁଁ ନିବେଦନ କରୁଅଛି, ମୋ’ ପୁତ୍ର ସଙ୍ଗେ ତାହାକୁ ବିବାହ କରିଦିଅ। BSB BSB: But Hamor said to them, “My son Shechem longs for your daughter. Please give her to him as his wife.
9 ULB ପୁଣି, ଆମ୍ଭମାନଙ୍କ ସଙ୍ଗେ ବିବାହ ସମ୍ବନ୍ଧ ରଖ, ତୁମ୍ଭମାନଙ୍କ କନ୍ୟା ଆମ୍ଭମାନଙ୍କୁ ଦିଅ, ଆମ୍ଭମାନଙ୍କ କନ୍ୟା ତୁମ୍ଭେମାନେ ନିଅ। BSB BSB: Intermarry with us; give us your daughters and take our daughters for yourselves.
10 ULB ତାହାହେଲେ, ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ବାସ କରିବ; ସାରା ଦେଶ ତୁମ୍ଭମାନଙ୍କର ଆଗରେ ପଡ଼ିଛି, ତହିଁରେ ବାସ କର ଓ ବାଣିଜ୍ୟ କର ଓ ଅଧିକାର କର।” BSB BSB: You may settle among us, and the land will be open to you. Live here, move about freely, and acquire your own property.”
11 ULB ପୁଣି, ଶିଖିମ ଦୀଣାର ପିତାକୁ ଓ ଭ୍ରାତୃଗଣକୁ କହିଲା, “ମୋ’ ପ୍ରତି ତୁମ୍ଭମାନଙ୍କର ଅନୁଗ୍ରହ ଦୃଷ୍ଟି ହେଉ, ତହିଁରେ ଯାହା କହିବ, ତାହା ମୁଁ ଦେବି। BSB BSB: Then Shechem said to Dinah’s father and brothers, “Grant me this favor, and I will give you whatever you ask.
12 ULB ଯୌତୁକ ଓ ଦାନ ଯେତେ ଅଧିକ ମାଗିବ, ତୁମ୍ଭମାନଙ୍କ କଥାନୁସାରେ ତାହା ଦେବି; ମାତ୍ର କୌଣସିମତେ ମୋ’ ସଙ୍ଗେ ଏହି କନ୍ୟାକୁ ବିବାହ କରିଦିଅ।” BSB BSB: Demand a high dowry and an expensive gift, and I will give you whatever you ask. Only give me the girl as my wife!”
13 ULB ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ, BSB BSB: But because Shechem had defiled their sister Dinah, Jacob’s sons answered him and his father Hamor deceitfully.
14 ULB “ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ। BSB BSB: “We cannot do such a thing,” they said. “To give our sister to an uncircumcised man would be a disgrace to us.
15 ULB ଯଦି କେବଳ ଗୋଟିଏ କର୍ମ କରିବ, ଆମ୍ଭମାନଙ୍କ ପରି ତୁମ୍ଭେମାନେ ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ, ତେବେ ଆମ୍ଭେମାନେ ତୁମ୍ଭମାନଙ୍କ କଥାରେ ସମ୍ମତ ହେବା। BSB BSB: We will consent to this on one condition, that you become circumcised like us—every one of your males.
16 ULB ଆମ୍ଭେମାନେ ତୁମ୍ଭମାନଙ୍କୁ କନ୍ୟା ଦାନ କରିବା ଓ ତୁମ୍ଭମାନଙ୍କ କନ୍ୟା ଗ୍ରହଣ କରିବା, ପୁଣି, ତୁମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବା। BSB BSB: Then we will give you our daughters and take your daughters for ourselves. We will dwell among you and become one people.
17 ULB ମାତ୍ର ତୁମ୍ଭେମାନେ ଯଦି ସୁନ୍ନତ ବିଷୟରେ ଆମ୍ଭମାନଙ୍କ କଥା ନ ଶୁଣ, ତେବେ ଆମ୍ଭେମାନେ ସେହି କନ୍ୟାକୁ ଘେନି ଚାଲିଯିବା।” BSB BSB: But if you will not agree to be circumcised, then we will take our sister and go.”
18 ULB ସେତେବେଳେ ସେମାନଙ୍କର ଏହି କଥାରେ ହମୋର ଓ ତାହାର ପୁତ୍ର ଶିଖିମ ସନ୍ତୁଷ୍ଟ ହେଲେ। BSB BSB: Their offer seemed good to Hamor and his son Shechem.
19 ULB ପୁଣି, ସେହି ଯୁବା ଅତିଶୀଘ୍ର ସେ କର୍ମ କଲା, କାରଣ ସେ ଯାକୁବର କନ୍ୟାଠାରେ ଅତିଶୟ ଆସକ୍ତ ଥିଲା। ସେହି ଶିଖିମ ଆପଣା ପିତୃପରିବାର ସମସ୍ତଙ୍କଠାରୁ ଅଧିକ ସମ୍ଭ୍ରାନ୍ତ ଥିଲା। BSB BSB: The young man, who was the most respected of all his father’s household, did not hesitate to fulfill this request, because he was delighted with Jacob’s daughter.
20 ULB ଏଥିଉତ୍ତାରେ ହମୋର ଓ ତାହାର ପୁତ୍ର ଶିଖିମ ଆପଣା ନଗରଦ୍ୱାରକୁ ଆସି ନଗର ନିବାସୀମାନଙ୍କ ସହିତ କଥାବାର୍ତ୍ତା କରି କହିଲେ; BSB BSB: So Hamor and his son Shechem went to the gate of their city and addressed the men of their city:
21 ULB “ଏହି ଲୋକମାନେ ଆମ୍ଭମାନଙ୍କ ସହିତ ନିର୍ବିରୋଧୀ; ଏଥିପାଇଁ ଏମାନଙ୍କୁ ଏହି ଦେଶରେ ବାସ ଓ ବାଣିଜ୍ୟ କରିବାକୁ ଦିଆଯାଉ; କାରଣ ଦେଖ, ଏ ଦେଶ ସେମାନଙ୍କ ନିମନ୍ତେ ଯଥେଷ୍ଟ ଅଟଇ; ପୁଣି, ଆମ୍ଭେମାନେ ସେମାନଙ୍କ କନ୍ୟା ଗ୍ରହଣ କରିବା ଓ ଆମ୍ଭମାନଙ୍କ କନ୍ୟା ସେମାନଙ୍କୁ ଦେବା। BSB BSB: “These men are at peace with us. Let them live and trade in our land; indeed, it is large enough for them. Let us take their daughters in marriage and give our daughters to them.
22 ULB ମାତ୍ର ସେମାନଙ୍କର ଏହି ଏକ ପଣ ଅଛି, କି ଆମ୍ଭମାନଙ୍କ ମଧ୍ୟରେ ପ୍ରତ୍ୟେକ ପୁରୁଷ ଯଦି ସେମାନଙ୍କ ପରି ସୁନ୍ନତ ହେବ, ତେବେ ସେମାନେ ଆମ୍ଭମାନଙ୍କ ସଙ୍ଗରେ ବାସ କରି ଏକ-ଲୋକ ହେବାକୁ ସମ୍ମତ ହେବେ। BSB BSB: But only on this condition will the men agree to dwell with us and be one people: if all our men are circumcised as they are.
23 ULB ସେମାନଙ୍କ ଧନ, ସମ୍ପତ୍ତି ଓ ପଶୁଗଣ କି ଆମ୍ଭମାନଙ୍କର ହେବ ନାହିଁ? କେବଳ ଆମ୍ଭେମାନେ ସେମାନଙ୍କ କଥା ଅଙ୍ଗୀକାର କରୁ, ତାହା କଲେ, ସେମାନେ ଆମ୍ଭମାନଙ୍କ ସଙ୍ଗେ ବାସ କରିବେ।” BSB BSB: Will not their livestock, their possessions, and all their animals become ours? Only let us consent to them, and they will dwell among us.”
24 ULB ସେତେବେଳେ ହମୋର ଓ ତାହାର ପୁତ୍ର ଶିଖିମର ଏହି କଥାରେ ତାହାର ନଗରଦ୍ୱାର ଦେଇ ବହିର୍ଗମନକାରୀ ସମସ୍ତ ଲୋକ ସମ୍ମତ ହେଲେ; ତହିଁରେ ତାହାର ନଗରଦ୍ୱାର ଦେଇ ବହିର୍ଗମନକାରୀ ପ୍ରତ୍ୟେକ ପୁରୁଷର ସୁନ୍ନତ ହେଲା। BSB BSB: All the men who went out of the city gate listened to Hamor and his son Shechem, and every male of the city was circumcised.
25 ULB ଆଉ ତୃତୀୟ ଦିନରେ ସେମାନେ ପୀଡ଼ିତ ହୁଅନ୍ତେ, ଦୀଣାର ଭ୍ରାତା ଶିମୀୟୋନ ଓ ଲେବୀ, ଯାକୁବର ଏହି ଦୁଇ ପୁତ୍ର ଆପଣା ଖଡ୍ଗ ଘେନି ନିର୍ଭୟରେ ନଗର ଆକ୍ରମଣ କରି ସବୁ ପୁରୁଷମାନଙ୍କୁ ବଧ କଲେ। BSB BSB: Three days later, while they were still in pain, two of Jacob’s sons (Dinah’s brothers Simeon and Levi) took their swords, went into the unsuspecting city, and slaughtered every male.
26 ULB ପୁଣି, ହମୋରକୁ ଓ ତାହାର ପୁତ୍ର ଶିଖିମକୁ ଖଡ୍ଗାଘାତରେ ବଧ କରି ଶିଖିମର ଗୃହରୁ ଦୀଣାକୁ ନେଇଗଲେ। BSB BSB: They killed Hamor and his son Shechem with their swords, took Dinah out of Shechem’s house, and went away.
27 ULB ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକି ସେହି ଲୋକମାନେ ଭ୍ରଷ୍ଟା କରିଥିଲେ। BSB BSB: Jacob’s other sons came upon the slaughter and looted the city, because their sister had been defiled.
28 ULB ପୁଣି, ସେମାନଙ୍କ ମେଷ ଓ ଗୋରୁ ଓ ଗଧସବୁ, ଆଉ ନଗରସ୍ଥ ଓ କ୍ଷେତ୍ରସ୍ଥ ସମସ୍ତ ଦ୍ରବ୍ୟ ହରଣ କଲେ। BSB BSB: They took their flocks and herds and donkeys, and everything else in the city or in the field.
29 ULB ଆଉ ସେମାନଙ୍କ ଶିଶୁ ଓ ଭାର୍ଯ୍ୟାମାନଙ୍କୁ ବନ୍ଦୀ କରି ସମସ୍ତ ଧନ ଓ ଗୃହର ସର୍ବସ୍ୱ ଲୁଟ କଲେ। BSB BSB: They carried off all their possessions and women and children, and they plundered everything in their houses.
30 ULB ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋ’ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।” BSB BSB: Then Jacob said to Simeon and Levi, “You have brought trouble upon me by making me a stench to the Canaanites and Perizzites, the people of this land. We are few in number; if they unite against me and attack me, I and my household will be destroyed.”
31 ULB ସେମାନେ ଉତ୍ତର କଲେ, “ବେଶ୍ୟା ପରି ଆମ୍ଭମାନଙ୍କ ଭଉଣୀ ସଙ୍ଗେ ବ୍ୟବହାର କରିବା କି ତାହାର କର୍ତ୍ତବ୍ୟ?” BSB BSB: But they replied, “Should he have treated our sister like a prostitute?”