1 ULB ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନୀଳ ନଦୀ କୂଳରେ ଠିଆ ହୋଇଅଛନ୍ତି। BSB BSB: After two full years had passed, Pharaoh had a dream: He was standing beside the Nile,
2 ULB ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ। BSB BSB: when seven cows, sleek and well-fed, came up from the river and began to graze among the reeds.
3 ULB ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୁଟା କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ। BSB BSB: After them, seven other cows, sickly and thin, came up from the Nile and stood beside the well-fed cows on the bank of the river.
4 ULB ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା। BSB BSB: And the cows that were sickly and thin devoured the seven sleek, well-fed cows. Then Pharaoh woke up,
5 ULB ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା। BSB BSB: but he fell back asleep and dreamed a second time: Seven heads of grain, plump and ripe, came up on one stalk.
6 ULB ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା। BSB BSB: After them, seven other heads of grain sprouted, thin and scorched by the east wind.
7 ULB ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନମାତ୍ର ଜ୍ଞାତ ହେଲା। BSB BSB: And the thin heads of grain swallowed up the seven plump, ripe ones. Then Pharaoh awoke and realized it was a dream.
8 ULB ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ। BSB BSB: In the morning his spirit was troubled, so he summoned all the magicians and wise men of Egypt. Pharaoh told them his dreams, but no one could interpret them for him.
9 ULB ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି। BSB BSB: Then the chief cupbearer said to Pharaoh, “Today I recall my failures.
10 ULB ଫାରୋ ଆପଣା ଦାସ ମୋ’ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ୱିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖି ଥିଲେ। BSB BSB: Pharaoh was once angry with his servants, and he put me and the chief baker in the custody of the captain of the guard.
11 ULB ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ୱପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ୱପ୍ନର ଦୁଇ ପ୍ରକାର ଅର୍ଥ ହେଲା। BSB BSB: One night both the chief baker and I had dreams, and each dream had its own meaning.
12 ULB ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ୱପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, “ପ୍ରତ୍ୟେକ ଜଣର ସ୍ୱପ୍ନାନୁସାରେ ଅର୍ଥ କହିଲା। BSB BSB: Now a young Hebrew was there with us, a servant of the captain of the guard. We told him our dreams and he interpreted them for us individually.
13 ULB ତହିଁରେ ସେ ଆମ୍ଭ ଦୁହିଁଙ୍କୁ ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା।” BSB BSB: And it happened to us just as he had interpreted: I was restored to my position, and the other man was hanged.”
14 ULB ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ। BSB BSB: So Pharaoh sent for Joseph, who was quickly brought out of the dungeon. After he had shaved and changed his clothes, he went in before Pharaoh.
15 ULB ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରି ପାର।” BSB BSB: Pharaoh said to Joseph, “I had a dream, and no one can interpret it. But I have heard it said of you that when you hear a dream you can interpret it.”
16 ULB ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।” BSB BSB: “I myself cannot do it,” Joseph replied, “but God will give Pharaoh a sound answer.”
17 ULB ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭ ସ୍ୱପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ।” BSB BSB: Then Pharaoh said to Joseph: “In my dream I was standing on the bank of the Nile,
18 ULB ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ। BSB BSB: when seven cows, well-fed and sleek, came up from the river and began to graze among the reeds.
19 ULB ଏଥିଉତ୍ତାରେ ସେମାନଙ୍କ ଉତ୍ତାରେ ଆଉ ସାତୁଟା ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ। BSB BSB: After them, seven other cows—sickly, ugly, and thin—came up. I have never seen such ugly cows in all the land of Egypt!
20 ULB ପୁଣି, ସେହି କ୍ଷୀଣ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ। BSB BSB: Then the thin, ugly cows devoured the seven well-fed cows that were there first.
21 ULB ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ। ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା। BSB BSB: When they had devoured them, however, no one could tell that they had done so; their appearance was as ugly as it had been before. Then I awoke.
22 ULB ଏଥିଉତ୍ତାରେ ଆମ୍ଭେ ସ୍ୱପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା। BSB BSB: In my dream I also saw seven heads of grain, plump and ripe, growing on a single stalk.
23 ULB ତହିଁ ଉତ୍ତାରୁ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୁଟା ଶିଷା ଉତ୍ପନ୍ନ ହେଲା। BSB BSB: After them, seven other heads of grain sprouted—withered, thin, and scorched by the east wind.
24 ULB ପୁଣି, ସେହି କ୍ଷୀଣ ଶିଷା, ସେହି ଉତ୍ତମ ସାତ ଶିଷାକୁ ଗ୍ରାସ କଲା। ଏହି ସ୍ୱପ୍ନ ଆମ୍ଭେ ମନ୍ତ୍ରଜ୍ଞମାନଙ୍କୁ କହିଲୁ, ମାତ୍ର କେହି ଏଥିର ଅର୍ଥ ଆମ୍ଭକୁ କହି ପାରିଲେ ନାହିଁ। BSB BSB: And the thin heads of grain swallowed the seven plump ones. I told this dream to the magicians, but no one could explain it to me.”
25 ULB ତେବେ ଯୋଷେଫ ଫାରୋଙ୍କୁ କହିଲେ, “ଫାରୋଙ୍କର ସ୍ୱପ୍ନ ଏକ; ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି।” BSB BSB: At this, Joseph said to Pharaoh, “The dreams of Pharaoh are one and the same. God has revealed to Pharaoh what He is about to do.
26 ULB ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ୱରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ୱରୂପ, ସ୍ୱପ୍ନ ଏକମାତ୍ର। BSB BSB: The seven good cows are seven years, and the seven ripe heads of grain are seven years. The dreams have the same meaning.
27 ULB ତହିଁ ପଶ୍ଚାତ୍ ଉତ୍ଥିତ ସେହି ସାତୁଟା କ୍ଷୀଣ କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୁଟା ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ। BSB BSB: Moreover, the seven thin, ugly cows that came up after them are seven years, and so are the seven worthless heads of grain scorched by the east wind—they are seven years of famine.
28 ULB ମୁଁ ଫାରୋଙ୍କୁ କହିଅଛି-ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଛନ୍ତି। BSB BSB: It is just as I said to Pharaoh: God has shown Pharaoh what He is about to do.
29 ULB ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି। BSB BSB: Behold, seven years of great abundance are coming throughout the land of Egypt,
30 ULB ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ। BSB BSB: but seven years of famine will follow them. Then all the abundance in the land of Egypt will be forgotten, and the famine will devastate the land.
31 ULB ପୁଣି, ପଶ୍ଚାଦ୍ବର୍ତ୍ତୀ ଦୁର୍ଭିକ୍ଷ ସକାଶୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ। BSB BSB: The abundance in the land will not be remembered, since the famine that follows it will be so severe.
32 ULB ଫାରୋ ଦୁଇଥର ସ୍ୱପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ୱରଙ୍କ ଦ୍ୱାରା ତାହା ନିଶ୍ଚିତ ହୋଇଅଛି, ପୁଣି, ପରମେଶ୍ୱର ତାହା ଶୀଘ୍ର ଘଟାଇବେ। BSB BSB: Moreover, because the dream was given to Pharaoh in two versions, the matter has been decreed by God, and He will carry it out shortly.
33 ULB ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ। BSB BSB: Now, therefore, Pharaoh should look for a discerning and wise man and set him over the land of Egypt.
34 ULB ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ। BSB BSB: Let Pharaoh take action and appoint commissioners over the land to take a fifth of the harvest of Egypt during the seven years of abundance.
35 ULB ଅର୍ଥାତ୍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି, ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ। BSB BSB: Under the authority of Pharaoh, let them collect all the excess food from these good years, that they may come and lay up the grain to be preserved as food in the cities.
36 ULB ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ୱାରା ଦେଶ ଉଚ୍ଛିନ୍ନ ହେବ ନାହିଁ। BSB BSB: This food will be a reserve for the land during the seven years of famine to come upon the land of Egypt. Then the country will not perish in the famine.”
37 ULB ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା। BSB BSB: This proposal pleased Pharaoh and all his officials.
38 ULB ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।” BSB BSB: So Pharaoh asked them, “Can we find anyone like this man, in whom the Spirit of God abides?”
39 ULB ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ; BSB BSB: Then Pharaoh said to Joseph, “Since God has made all this known to you, there is no one as discerning and wise as you.
40 ULB ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।” BSB BSB: You shall be in charge of my house, and all my people are to obey your commands. Only with regard to the throne will I be greater than you.”
41 ULB ଫାରୋ ଯୋଷେଫଙ୍କୁ ଆହୁରି କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ସମୁଦାୟ ମିସର ଦେଶ ଉପରେ ନିଯୁକ୍ତ କଲୁ।” BSB BSB: Pharaoh also told Joseph, “I hereby place you over all the land of Egypt.”
42 ULB ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ। BSB BSB: Then Pharaoh removed the signet ring from his finger, put it on Joseph’s finger, clothed him in garments of fine linen, and placed a gold chain around his neck.
43 ULB ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ ଆଣ୍ଠୁ ପାତ ଆଣ୍ଠୁ ପାତ ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ। BSB BSB: He had Joseph ride in his second chariot, with men calling out before him, “Bow the knee!” So he placed him over all the land of Egypt.
44 ULB ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।” BSB BSB: And Pharaoh declared to Joseph, “I am Pharaoh, but without your permission, no one in all the land of Egypt shall lift his hand or foot.”
45 ULB ପୁଣି, ଫାରୋ ଯୋଷେଫଙ୍କର ନାମ ସାଫନତ୍-ପାନେହ ରଖିଲେ; ପୁଣି, ଓନ୍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ। BSB BSB: Pharaoh gave Joseph the name Zaphenath-paneah, and he gave him Asenath daughter of Potiphera, priest of On, to be his wife. And Joseph took charge of all the land of Egypt.
46 ULB ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହାପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ। BSB BSB: Now Joseph was thirty years old when he entered the service of Pharaoh king of Egypt. And Joseph left Pharaoh’s presence and traveled throughout the land of Egypt.
47 ULB ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା। BSB BSB: During the seven years of abundance, the land brought forth bountifully.
48 ULB ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହା ସବୁ ସେହି ସେହି ନଗରରେ ସଞ୍ଚୟ କଲେ। BSB BSB: During those seven years, Joseph collected all the excess food in the land of Egypt and stored it in the cities. In every city he laid up the food from the fields around it.
49 ULB ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା। BSB BSB: So Joseph stored up grain in such abundance, like the sand of the sea, that he stopped keeping track of it; for it was beyond measure.
50 ULB ଆଉ ଦୁର୍ଭିକ୍ଷ ବର୍ଷ ପୂର୍ବରେ ଯୋଷେଫଙ୍କର ଦୁଇପୁତ୍ର ଜାତ ହୋଇଥିଲେ, ଓନ୍ ନଗର ନିବାସୀ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ଜନ୍ମ କରିଥିଲା। BSB BSB: Before the years of famine arrived, two sons were born to Joseph by Asenath daughter of Potiphera, priest of On.
51 ULB ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।” BSB BSB: Joseph named the firstborn Manasseh, saying, “God has made me forget all my hardship and all my father’s household.”
52 ULB ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।” BSB BSB: And the second son he named Ephraim, saying, “God has made me fruitful in the land of my affliction.”
53 ULB ଏଥିଉତ୍ତାରେ ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା। BSB BSB: When the seven years of abundance in the land of Egypt came to an end,
54 ULB ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା। BSB BSB: the seven years of famine began, just as Joseph had said. And although there was famine in every country, there was food throughout the land of Egypt.
55 ULB ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସ୍ରୀୟ ଲୋକଙ୍କୁ କହିଲେ, ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର। BSB BSB: When extreme hunger came to all the land of Egypt and the people cried out to Pharaoh for food, he told all the Egyptians, “Go to Joseph and do whatever he tells you.”
56 ULB ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସ୍ରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା। BSB BSB: When the famine had spread over all the land, Joseph opened up all the storehouses and sold grain to the Egyptians; for the famine was severe in the land of Egypt.