1 ULB ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରି ଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ ମୁଖରେ ରଖ। BSB BSB: Then Joseph instructed his steward: “Fill the men’s sacks with as much food as they can carry, and put each one’s silver in the mouth of his sack.
2 ULB ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା। BSB BSB: Put my cup, the silver one, in the mouth of the youngest one’s sack, along with the silver for his grain.” So the steward did as Joseph had instructed.
3 ULB ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ। BSB BSB: At daybreak, the men were sent on their way with their donkeys.
4 ULB ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ି ଯାଇ ସେମାନଙ୍କ ସଙ୍ଗ ଧରି କୁହ, ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ? BSB BSB: They had not gone far from the city when Joseph told his steward, “Pursue the men at once, and when you overtake them, ask, ‘Why have you repaid good with evil?
5 ULB ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।” BSB BSB: Is this not the cup my master drinks from and uses for divination? What you have done is wicked!’”
6 ULB ଏଥିଉତ୍ତାରେ ସେ ସେମାନଙ୍କ ସଙ୍ଗ ଧରି ଏହିସବୁ କଥା କହିଲା। BSB BSB: When the steward overtook them, he relayed these words to them.
7 ULB ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି?” ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ। BSB BSB: “Why does my lord say these things?” they asked. “Your servants could not possibly do such a thing.
8 ULB ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ? BSB BSB: We even brought back to you from the land of Canaan the silver we found in the mouths of our sacks. Why would we steal silver or gold from your master’s house?
9 ULB ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ। BSB BSB: If any of your servants is found to have it, he must die, and the rest will become slaves of my lord.”
10 ULB ତହିଁରେ ସେ କହିଲା, “ଭଲ, ତୁମ୍ଭମାନଙ୍କ କଥାନୁସାରେ ହେଉ; ଯାହା ପାଖରୁ ତାହା ମିଳିବ, ସେ ଆମ୍ଭର ଦାସ ହେବ, ମାତ୍ର ଅନ୍ୟମାନେ ନିର୍ଦ୍ଦୋଷ ହେବେ।” BSB BSB: “As you say,” replied the steward. “But only the one who is found with the cup will be my slave, and the rest of you shall be free of blame.”
11 ULB ତହୁଁ ସେମାନେ ସେହିକ୍ଷଣି ଭୂମିରେ ଆପଣା ଆପଣା ପଟ ଉତ୍ତାରି ପ୍ରତ୍ୟେକେ ଆପଣା ଆପଣା ପଟ ଫିଟାଇବାକୁ ଲାଗିଲେ। BSB BSB: So each one quickly lowered his sack to the ground and opened it.
12 ULB ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍ର ପଟରୁ ସେହି ତାଟିଆ ମିଳିଲା। BSB BSB: The steward searched, beginning with the oldest and ending with the youngest—and the cup was found in Benjamin’s sack.
13 ULB ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରି ଗଲେ। BSB BSB: Then they all tore their clothes, loaded their donkeys, and returned to the city.
14 ULB ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ। BSB BSB: When Judah and his brothers arrived at Joseph’s house, he was still there, and they fell to the ground before him.
15 ULB ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ?” BSB BSB: “What is this deed you have done?” Joseph declared. “Do you not know that a man like me can surely divine the truth?”
16 ULB ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।” BSB BSB: “What can we say to my lord?” Judah replied. “How can we plead? How can we justify ourselves? God has exposed the iniquity of your servants. We are now my lord’s slaves—both we and the one who was found with the cup.”
17 ULB ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲି ଯାଅ।” BSB BSB: But Joseph replied, “Far be it from me to do this. The man who was found with the cup will be my slave. The rest of you may return to your father in peace.”
18 ULB ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୁ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।” BSB BSB: Then Judah approached Joseph and said, “Sir, please let your servant speak personally to my lord. Do not be angry with your servant, for you are equal to Pharaoh himself.
19 ULB ପ୍ରଭୁ ଆପଣା ଦାସମାନଙ୍କୁ ପଚାରିଥିଲେ, “ତୁମ୍ଭମାନଙ୍କର ପିତା କିଅବା ଭାଇ ଅଛନ୍ତି କି?” BSB BSB: My lord asked his servants, ‘Do you have a father or a brother?’
20 ULB ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି। BSB BSB: And we answered, ‘We have an elderly father and a younger brother, the child of his old age. The boy’s brother is dead. He is the only one of his mother’s sons left, and his father loves him.’
21 ULB ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, “ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।” BSB BSB: Then you told your servants, ‘Bring him down to me so that I can see him for myself.’
22 ULB ତେବେ ଆମ୍ଭେମାନେ ପ୍ରଭୁଙ୍କୁ କହିଥିଲୁ, “ସେ ଯୁବା ପିତାଙ୍କୁ ଛାଡ଼ି ପାରିବ ନାହିଁ; ସେ ତାହାର ପିତାଙ୍କୁ ଛାଡ଼ି ଆସିଲେ, ପିତା ମରିଯିବେ।” BSB BSB: So we said to my lord, ‘The boy cannot leave his father. If he were to leave, his father would die.’
23 ULB ତହିଁରେ ଆପଣ ଏହି ଦାସମାନଙ୍କୁ କହିଲେ, “ତୁମ୍ଭମାନଙ୍କ ସଙ୍ଗରେ କନିଷ୍ଠ ଭାଇ ନ ଆସିଲେ, ତୁମ୍ଭେମାନେ ଆଉ ଆମ୍ଭ ମୁଖ ଦେଖି ପାରିବ ନାହିଁ।” BSB BSB: But you said to your servants, ‘Unless your younger brother comes down with you, you will not see my face again.’
24 ULB ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ। BSB BSB: Now when we returned to your servant my father, we relayed your words to him.
25 ULB ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ।” BSB BSB: Then our father said, ‘Go back and buy us some food.’
26 ULB ତହିଁରେ ଆମ୍ଭେମାନେ କହିଲୁ, “ଯାଇ ପାରିବୁ ନାହିଁ; ଯଦି ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।” BSB BSB: But we answered, ‘We cannot go down there unless our younger brother goes with us. So if our younger brother is not with us, we cannot see the man.’
27 ULB ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ।” BSB BSB: And your servant my father said to us, ‘You know that my wife bore me two sons.
28 ULB ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, “ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।” BSB BSB: When one of them was gone, I said: “Surely he has been torn to pieces.” And I have not seen him since.
29 ULB ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ମୃତ୍ୟୁୁ ମୁଖରେ ପକାଇବ। BSB BSB: Now if you also take this one from me and harm comes to him, you will bring my gray hair down to Sheol in sorrow.’
30 ULB ଏହେତୁ ଆପଣଙ୍କ ଦାସ ଯେ ମୋ’ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍କ୍ଷଣାତ୍ ମରିଯିବେ। BSB BSB: So if the boy is not with us when I return to your servant, and if my father, whose life is wrapped up in the boy’s life,
31 ULB କାରଣ ତାଙ୍କ ପ୍ରାଣ ଏହି ଯୁବାର ପ୍ରାଣରେ ବନ୍ଧା ଅଟେ। ତହିଁରେ ଆପଣଙ୍କର ଏହି ଦାସମାନେ ଶୋକରେ ପକ୍ୱକେଶରେ ଆପଣଙ୍କ ଦାସ ଆମ୍ଭମାନଙ୍କ ପିତାଙ୍କୁ କବରକୁ ପଠାଇବେ। BSB BSB: sees that the boy is not with us, he will die. Then your servants will have brought the gray hair of your servant our father down to Sheol in sorrow.
32 ULB ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି। BSB BSB: Indeed, your servant guaranteed the boy’s safety to my father, saying, ‘If I do not return him to you, I will bear the guilt before you, my father, all my life.’
33 ULB ଏଣୁ ନିବେଦନ କରୁଅଛି, ପ୍ରଭୁଙ୍କ ନିକଟରେ ଏହି ଯୁବାର ପରିବର୍ତ୍ତେ ଆପଣଙ୍କ ଦାସ ମୁଁ ଆପଣଙ୍କ ଦାସ ହୋଇ ଥାଏ, ମାତ୍ର ଏହି ଯୁବାକୁ ଭାଇମାନଙ୍କ ସଙ୍ଗରେ ବିଦାୟ କରନ୍ତୁ। BSB BSB: Now please let your servant stay here as my lord’s slave in place of the boy. Let him return with his brothers.
34 ULB କାରଣ ଏହି ଯୁବା ମୋ’ ସଙ୍ଗରେ ନ ଥିଲେ, ମୁଁ କି ପ୍ରକାରେ ପିତାଙ୍କ ନିକଟକୁ ଯାଇ ପାରିବି? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କି ପ୍ରକାରେ ଅବା ଦେଖି ପାରିବି? BSB BSB: For how can I go back to my father without the boy? I could not bear to see the misery that would overwhelm him.”