2 ULB ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ। BSB BSB: Male and female He created them, and He blessed them. And in the day they were created, He called them “man.”
4 ULB ଶେଥର ଜନ୍ମ ଉତ୍ତାରେ ଆଦମ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ। BSB BSB: And after he had become the father of Seth, Adam lived 800 years and had other sons and daughters.
5 ULB ଆଦମଙ୍କର ବୟସ ସର୍ବସୁଦ୍ଧା ନଅଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ। BSB BSB: So Adam lived a total of 930 years, and then he died.
6 ULB ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା; BSB BSB: When Seth was 105 years old, he became the father of Enosh.
7 ULB ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା। BSB BSB: And after he had become the father of Enosh, Seth lived 807 years and had other sons and daughters.
8 ULB ଶେଥର ବୟସ ସର୍ବସୁଦ୍ଧା ନଅଶହ ବାର ବର୍ଷ ଥିଲା; ତହୁଁ ସେ ମଲା। BSB BSB: So Seth lived a total of 912 years, and then he died.
9 ULB ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା; BSB BSB: When Enosh was 90 years old, he became the father of Kenan.
10 ULB ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; BSB BSB: And after he had become the father of Kenan, Enosh lived 815 years and had other sons and daughters.
11 ULB ଈନୋଶର ବୟସ ସର୍ବସୁଦ୍ଧା ନଅଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା। BSB BSB: So Enosh lived a total of 905 years, and then he died.
12 ULB କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା; BSB BSB: When Kenan was 70 years old, he became the father of Mahalalel.
13 ULB ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା; BSB BSB: And after he had become the father of Mahalalel, Kenan lived 840 years and had other sons and daughters.
14 ULB ଆଉ କୟିନାନର ବୟସ ସର୍ବସୁଦ୍ଧା ନଅଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା। BSB BSB: So Kenan lived a total of 910 years, and then he died.
15 ULB ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା; BSB BSB: When Mahalalel was 65 years old, he became the father of Jared.
16 ULB ଯେରଦ ଜନ୍ମିଲା ଉତ୍ତାରେ ସେ ଆଠଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; BSB BSB: And after he had become the father of Jared, Mahalalel lived 830 years and had other sons and daughters.
17 ULB ମହଲଲେଲର ବୟସ ସର୍ବସୁଦ୍ଧା ଆଠଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା। BSB BSB: So Mahalalel lived a total of 895 years, and then he died.
18 ULB ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା; BSB BSB: When Jared was 162 years old, he became the father of Enoch.
19 ULB ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; BSB BSB: And after he had become the father of Enoch, Jared lived 800 years and had other sons and daughters.
20 ULB ଯେରଦର ବୟସ ସର୍ବସୁଦ୍ଧା ନଅଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା। BSB BSB: So Jared lived a total of 962 years, and then he died.
22 ULB ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନିଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; BSB BSB: And after he had become the father of Methuselah, Enoch walked with God 300 years and had other sons and daughters.
23 ULB ହନୋକଙ୍କର ବୟସ ସର୍ବସୁଦ୍ଧା ତିନିଶହ ପଞ୍ଚଷଠି ବର୍ଷ ଥିଲା; BSB BSB: So Enoch lived a total of 365 years.
24 ULB ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ। BSB BSB: Enoch walked with God, and then he was no more, because God had taken him away.
25 ULB ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା; BSB BSB: When Methuselah was 187 years old, he became the father of Lamech.
26 ULB ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; BSB BSB: And after he had become the father of Lamech, Methuselah lived 782 years and had other sons and daughters.
27 ULB ମଥୂଶେଲହର ବୟସ ସର୍ବସୁଦ୍ଧା ନଅଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା। BSB BSB: So Methuselah lived a total of 969 years, and then he died.
28 ULB ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ, BSB BSB: When Lamech was 182 years old, he had a son.
29 ULB ଯେହେତୁ ସେ କହିଲେ, ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ। BSB BSB: And he named him Noah, saying, “May this one comfort us in the labor and toil of our hands caused by the ground that the LORD has cursed.”
30 ULB ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; BSB BSB: And after he had become the father of Noah, Lamech lived 595 years and had other sons and daughters.
31 ULB ତାଙ୍କର ବୟସ ସର୍ବସୁଦ୍ଧା ସାତଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ। BSB BSB: So Lamech lived a total of 777 years, and then he died.
32 ULB ଆଉ ନୋହଙ୍କୁ ପାଞ୍ଚଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍କୁ ଜାତ କଲେ। BSB BSB: After Noah was 500 years old, he became the father of Shem, Ham, and Japheth.