1 ULB ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର। BSB BSB: And God blessed Noah and his sons and said to them, “Be fruitful and multiply and fill the earth.
2 ULB ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି। BSB BSB: The fear and dread of you will fall on every living creature on the earth, every bird of the air, every creature that crawls on the ground, and all the fish of the sea. They are delivered into your hand.
3 ULB ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ। BSB BSB: Everything that lives and moves will be food for you; just as I gave you the green plants, I now give you all things.
4 ULB ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍) ସରକ୍ତ ମାଂସ ଖାଇବ ନାହିଁ। BSB BSB: But you must not eat meat with its lifeblood still in it.
5 ULB ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା। BSB BSB: And surely I will require the life of any man or beast by whose hand your lifeblood is shed. I will demand an accounting from anyone who takes the life of his fellow man:
6 ULB ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି। BSB BSB: Whoever sheds the blood of man, by man his blood will be shed; for in His own image God has made mankind.
7 ULB ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।” BSB BSB: But as for you, be fruitful and multiply; spread out across the earth and multiply upon it.”
9 ULB “ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ, BSB BSB: “Behold, I now establish My covenant with you and your descendants after you,
10 ULB ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ। BSB BSB: and with every living creature that was with you—the birds, the livestock, and every beast of the earth—every living thing that came out of the ark.
11 ULB ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।” BSB BSB: And I establish My covenant with you: Never again will all life be cut off by the waters of a flood; never again will there be a flood to destroy the earth.”
12 ULB ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; BSB BSB: And God said, “This is the sign of the covenant I am making between Me and you and every living creature with you, a covenant for all generations to come:
13 ULB ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ। BSB BSB: I have set My rainbow in the clouds, and it will be a sign of the covenant between Me and the earth.
14 ULB ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ; BSB BSB: Whenever I form clouds over the earth and the rainbow appears in the clouds,
15 ULB ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ। BSB BSB: I will remember My covenant between Me and you and every living creature of every kind. Never again will the waters become a flood to destroy all life.
16 ULB ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।” BSB BSB: And whenever the rainbow appears in the clouds, I will see it and remember the everlasting covenant between God and every living creature of every kind that is on the earth.”
17 ULB ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।” BSB BSB: So God said to Noah, “This is the sign of the covenant that I have established between Me and every creature on the earth.”
18 ULB ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍; ହାମ କିଣାନର ପିତା। BSB BSB: The sons of Noah who came out of the ark were Shem, Ham, and Japheth. And Ham was the father of Canaan.
19 ULB ଏହି ତିନିଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା। BSB BSB: These three were the sons of Noah, and from them the whole earth was populated.
21 ULB ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ। BSB BSB: But when he drank some of its wine, he became drunk and uncovered himself inside his tent.
22 ULB ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା। BSB BSB: And Ham, the father of Canaan, saw his father’s nakedness and told his two brothers outside.
23 ULB ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ। BSB BSB: Then Shem and Japheth took a garment and placed it across their shoulders, and walking backward, they covered their father’s nakedness. Their faces were turned away so that they did not see their father’s nakedness.
24 ULB ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ। BSB BSB: When Noah awoke from his drunkenness and learned what his youngest son had done to him,
25 ULB ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।” BSB BSB: he said, “Cursed be Canaan! A servant of servants shall he be to his brothers.”
26 ULB ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ। BSB BSB: He also declared: “Blessed be the LORD, the God of Shem! May Canaan be the servant of Shem.
27 ULB ପରମେଶ୍ୱର ଯେଫତ୍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।” BSB BSB: May God expand the territory of Japheth; may he dwell in the tents of Shem, and may Canaan be his servant.”
28 ULB ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନିଶହ ପଚାଶ ବର୍ଷ ବଞ୍ଚିଲେ। BSB BSB: After the flood, Noah lived 350 years.
29 ULB ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ। BSB BSB: So Noah lived a total of 950 years, and then he died.