1 ULB ହବକ୍କୂକ ଭବିଷ୍ୟଦ୍ବକ୍ତାଙ୍କର ପ୍ରାର୍ଥନା। ସ୍ୱରଶିଗୀୟୋନତ୍। BSB BSB: This is a prayer of Habakkuk the prophet, according to Shigionoth:
2 ULB ହେ ସଦାପ୍ରଭୁ, ମୁଁ ତୁମ୍ଭ ବିଷୟକ ବାର୍ତ୍ତା ଶୁଣି ଭୀତ ଅଛି; ହେ ସଦାପ୍ରଭୁ, ବର୍ଷମାନର ମଧ୍ୟରେ ଆପଣା କର୍ମ ସଜୀବ କର, ବର୍ଷମାନର ମଧ୍ୟରେ ତାହା ଜ୍ଞାତ କରାଅ; କୋପ ସମୟରେ ଦୟା ସ୍ମରଣ କର। BSB BSB: O LORD, I have heard the report of You; I stand in awe, O LORD, of Your deeds. Revive them in these years; make them known in these years. In Your wrath, remember mercy!
4 ULB ପୁଣି, ତାହାଙ୍କର ତେଜ ଦୀପ୍ତି ତୁଲ୍ୟ ହେଲା; ତାହାଙ୍କ ହସ୍ତରୁ କିରଣ ନିର୍ଗତ ହେଲା; ଆଉ, ସେ ସ୍ଥାନ ତାହାଙ୍କ ପରାକ୍ରମର ଅନ୍ତରାଳ। BSB BSB: His radiance was like the sunlight; rays flashed from His hand, where His power is hidden.
5 ULB ତାହାଙ୍କ ଆଗେ ଆଗେ ମହାମାରୀ ଗମନ କଲା, ଆଉ ତାହାଙ୍କ ପଦଚିହ୍ନରୁ ଅଗ୍ନିବାଣ ନିର୍ଗତ ହେଲା। BSB BSB: Plague went before Him, and fever followed in His steps.
6 ULB ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା। BSB BSB: He stood and measured the earth; He looked and startled the nations; the ancient mountains crumbled; the perpetual hills collapsed. His ways are everlasting.
7 ULB ମୁଁ କୂଶନର ତମ୍ବୁସକଳକୁ କ୍ଳେଶରେ ଥିବାର ଦେଖିଲି; ମିଦୀୟନ ଦେଶର ଯବନିକାସକଳ କମ୍ପିତ ହେଲା। BSB BSB: I saw the tents of Cushan in distress; the curtains of Midian were trembling.
8 ULB ସଦାପ୍ରଭୁ କି ନଦ-ନଦୀ ପ୍ରତି ଅସନ୍ତୁଷ୍ଟ ହେଲେ? ତୁମ୍ଭର କ୍ରୋଧ କି ନଦ-ନଦୀର ଉପରେ ବର୍ତ୍ତିଲା, ଅବା ତୁମ୍ଭର କୋପ କି ସମୁଦ୍ରର ଉପରେ ବର୍ତ୍ତିଲା ଯେ, ତୁମ୍ଭେ ଆପଣା ଅଶ୍ୱଗଣର ଉପରେ, ଆପଣା ତ୍ରାଣସ୍ୱରୂପ ରଥସମୂହରେ ଆରୋହଣ କଲ? BSB BSB: Were You angry at the rivers, O LORD? Was Your wrath against the streams? Did You rage against the sea when You rode on Your horses, on Your chariots of salvation?
9 ULB ତୁମ୍ଭର ଧନୁ ଅନାବୃତ ହେଲା; ଗୋଷ୍ଠୀଗଣର ପ୍ରତି ଶପଥ ସ୍ଥିରୀକୃତ ବାକ୍ୟ ହେଲା। ସେଲା। ତୁମ୍ଭେ ନଦ-ନଦୀ ଦ୍ୱାରା ପୃଥିବୀକୁ ବିଦୀର୍ଣ୍ଣ କଲ। BSB BSB: You brandished Your bow; You called for many arrows. Selah You split the earth with rivers.
10 ULB ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ଡ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା। BSB BSB: The mountains saw You and quaked; torrents of water swept by. The deep roared with its voice and lifted its hands on high.
11 ULB ତୁମ୍ଭର ବାଣସ୍ୱରୂପ ଦୀପ୍ତିର ଗତିରେ, ତୁମ୍ଭର ଝଲମଲ ବର୍ଚ୍ଛାର ତେଜରେ ସୂର୍ଯ୍ୟ ଓ ଚନ୍ଦ୍ର ଆପଣା ଆପଣା ବାସସ୍ଥାନରେ ସ୍ଥଗିତ ହୋଇ ରହିଲେ। BSB BSB: Sun and moon stood still in their places at the flash of Your flying arrows, at the brightness of Your shining spear.
12 ULB ତୁମ୍ଭେ କୋପରେ ପୃଥିବୀ ମଧ୍ୟଦେଇ ଯାତ୍ରା କଲ। ତୁମ୍ଭେ କ୍ରୋଧରେ ଗୋଷ୍ଠୀଗଣକୁ (ଶସ୍ୟ ପରି) ମର୍ଦ୍ଦନ କଲ। BSB BSB: You marched across the earth with fury; You threshed the nations in wrath.
13 ULB ତୁମ୍ଭେ ଆପଣା ଲୋକମାନଙ୍କର ପରିତ୍ରାଣ ନିମନ୍ତେ, ଆପଣା ଅଭିଷେକୀର ପରିତ୍ରାଣ ନିମନ୍ତେ ଯାତ୍ରା କଲ। ତୁମ୍ଭେ ଦୁଷ୍ଟର ଗୃହରୁ ମସ୍ତକ ଚୂର୍ଣ୍ଣ କଲ, ତୁମ୍ଭେ କଣ୍ଠସରିକି ମୂଳଦୁଆ ଅନାବୃତ କଲ। ସେଲା। BSB BSB: You went forth for the salvation of Your people, to save Your anointed. You crushed the head of the house of the wicked and stripped him from head to toe. Selah
14 ULB ତୁମ୍ଭେ ତାହାର ନିଜ ଯଷ୍ଟି ଦ୍ୱାରା ତାହାର ଯୋଦ୍ଧାମାନଙ୍କର ମସ୍ତକ ବିଦ୍ଧ କଲ: ସେମାନେ ମୋତେ ଛିନ୍ନଭିନ୍ନ କରିବା ପାଇଁ ଘୂର୍ଣ୍ଣବାୟୁର ନ୍ୟାୟ ଆସିଲେ; ଦରିଦ୍ରକୁ ଗୋପନରେ ଗ୍ରାସ କରିବା ପାଇଁ ସେମାନଙ୍କର ଆନନ୍ଦ ଥିଲା। BSB BSB: With his own spear You pierced his head, when his warriors stormed out to scatter us, gloating as though ready to secretly devour the weak.
15 ULB ତୁମ୍ଭେ ଆପଣା ଅଶ୍ୱଗଣ ଦ୍ୱାରା ସମୁଦ୍ରକୁ, ମହାଜଳରାଶିକୁ ଦଳି ପକାଇଲ। BSB BSB: You trampled the sea with Your horses, churning the great waters.
16 ULB ମୁଁ ଶୁଣିଲି ଓ ମୋ’ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ’ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ। BSB BSB: I heard and trembled within; my lips quivered at the sound. Decay entered my bones; I trembled where I stood. Yet I must wait patiently for the day of distress to come upon the people who invade us.
17 ULB କାରଣ ଯଦ୍ୟପି ଡିମ୍ବିରି ବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ; BSB BSB: Though the fig tree does not bud and no fruit is on the vines, though the olive crop fails and the fields produce no food, though the sheep are cut off from the fold and no cattle are in the stalls,
18 ULB ତଥାପି ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବି। ମୁଁ ଆପଣା ତ୍ରାଣର ପରମେଶ୍ୱରଙ୍କଠାରେ ଉଲ୍ଲାସ କରିବି। BSB BSB: yet I will exult in the LORD; I will rejoice in the God of my salvation!
19 ULB ପ୍ରଭୁ ସଦାପ୍ରଭୁ ମୋର ବଳସ୍ୱରୂପ ଓ ସେ ମୋର ଚରଣ ହରିଣୀର ଚରଣ ସଦୃଶ କରନ୍ତି, ପୁଣି ମୋର ଉଚ୍ଚସ୍ଥଳୀରେ ମୋତେ ଗମନ କରାଇବେ। ମୋର ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ। BSB BSB: GOD the Lord is my strength; He makes my feet like those of a deer; He makes me walk upon the heights! For the choirmaster. With stringed instruments.