1 ULB ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ। ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ; BSB BSB: This Melchizedek was king of Salem and priest of God Most High. He met Abraham returning from the slaughter of the kings and blessed him,
2 ULB ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ମଲ୍କୀଷେଦକଙ୍କ ନାମର ଅର୍ଥ ଧାର୍ମିକତାର ରାଜା, ଏବଂ ଶାଲେମର ରାଜା, ଅର୍ଥାତ୍, ଶାନ୍ତିରାଜା। BSB BSB: and Abraham apportioned to him a tenth of everything. First, his name means “king of righteousness.” Then also, “king of Salem” means “king of peace.”
3 ULB ଏହାଙ୍କର ପିତା କି ମାତା କି ବଂଶାବଳୀ କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ୱରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି। BSB BSB: Without father or mother or genealogy, without beginning of days or end of life, like the Son of God, he remains a priest for all time.
4 ULB ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ। BSB BSB: Consider how great Melchizedek was: Even the patriarch Abraham gave him a tenth of the plunder.
5 ULB ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି; BSB BSB: Now the law commands the sons of Levi who become priests to collect a tenth from the people—that is, from their brothers—though they too are descended from Abraham.
6 ULB କିନ୍ତୁ ମଲ୍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ। BSB BSB: But Melchizedek, who did not trace his descent from Levi, collected a tenth from Abraham and blessed him who had the promises.
7 ULB ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ। BSB BSB: And indisputably, the lesser is blessed by the greater.
8 ULB ଏ ସ୍ଥଳରେ ମରଣଶୀଳ ମନୁଷ୍ୟ ଯେ ଦଶମାଂଶ ଗ୍ରହଣ କରିଥାଆନ୍ତି, ଦିନେ ମୃତ୍ୟୁବରଣ କରିବ, କିନ୍ତୁ ସେ ସ୍ଥଳରେ ଯେ ଅବ୍ରହାମଙ୍କ ଦଶମାଂଶ ଗ୍ରହଣ କରିଥିଲେ ସେହି ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର। BSB BSB: In the case of the Levites, mortal men collect the tenth; but in the case of Melchizedek, it is affirmed that he lives on.
9 ULB ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି; BSB BSB: And so to speak, Levi, who collects the tenth, paid the tenth through Abraham.
10 ULB କାରଣ ଅବ୍ରହାମଙ୍କ ସହିତ ମଲ୍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ। BSB BSB: For when Melchizedek met Abraham, Levi was still in the loin of his ancestor.
11 ULB ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କ'ଣ ଆବଶ୍ୟକ ଥିଲା? BSB BSB: Now if perfection could have been attained through the Levitical priesthood (for on this basis the people received the law), why was there still need for another priest to appear—one in the order of Melchizedek and not in the order of Aaron?
12 ULB କାରଣ ଯାଜକତ୍ଵ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ। BSB BSB: For when the priesthood is changed, the law must be changed as well.
13 ULB ଯେଣୁ ଯାହାଙ୍କ ସମ୍ବନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାଁନ୍ତି। BSB BSB: He of whom these things are said belonged to a different tribe, from which no one has ever served at the altar.
15 ULB ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି, BSB BSB: And this point is even more clear if another priest like Melchizedek appears,
16 ULB ସେ ଶାରୀରିକ ମୋଶାଙ୍କ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି। BSB BSB: one who has become a priest not by a law of succession, but by the power of an indestructible life.
17 ULB କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, ତୁମ୍ଭେ ମଲ୍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ। BSB BSB: For it is testified: “You are a priest forever in the order of Melchizedek.”
18 ULB ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି; BSB BSB: So the former commandment is set aside because it was weak and useless
19 ULB (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ। BSB BSB: (for the law made nothing perfect), and a better hope is introduced, by which we draw near to God.
20 ULB ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ, BSB BSB: And none of this happened without an oath. For others became priests without an oath,
21 ULB ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି; BSB BSB: but Jesus became a priest with an oath by the One who said to Him: “The Lord has sworn and will not change His mind: ‘You are a priest forever.’”
22 ULB ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି। BSB BSB: Because of this oath, Jesus has become the guarantee of a better covenant.
23 ULB ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ, BSB BSB: Now there have been many other priests, since death prevented them from continuing in office.
24 ULB କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ତ୍ୱ ପ୍ରାପ୍ତ ହୋଇଅଛନ୍ତି। BSB BSB: But because Jesus lives forever, He has a permanent priesthood.
25 ULB ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ। BSB BSB: Therefore He is able to save completely those who draw near to God through Him, since He always lives to intercede for them.
26 ULB କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। BSB BSB: Such a high priest truly befits us—One who is holy, innocent, undefiled, set apart from sinners, and exalted above the heavens.
27 ULB ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି। BSB BSB: Unlike the other high priests, He does not need to offer daily sacrifices, first for His own sins and then for the sins of the people; He sacrificed for sin once for all when He offered up Himself.
28 ULB ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ପୁତ୍ରଙ୍କୁ ନିଯୁକ୍ତ କରେ। BSB BSB: For the law appoints as high priests men who are weak; but the oath, which came after the law, appointed the Son, who has been made perfect forever.
Select verses for actions: Enter goes to them and Escape comes back.