3 ULB ତହିଁରେ ସେ ଯାଇ ଦିବ୍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା। BSB BSB: So Hosea went and married Gomer daughter of Diblaim, and she conceived and bore him a son.
5 ULB ପୁଣି, ସେହି ସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ ଇସ୍ରାଏଲର ଧନୁ ଭଗ୍ନ କରିବା।” BSB BSB: And on that day I will break the bow of Israel in the Valley of Jezreel.”
6 ULB ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ। BSB BSB: Gomer again conceived and gave birth to a daughter, and the LORD said to Hosea, “Name her Lo-ruhamah, for I will no longer have compassion on the house of Israel, that I should ever forgive them.
7 ULB ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।” BSB BSB: Yet I will have compassion on the house of Judah, and I will save them—not by bow or sword or war, not by horses and cavalry, but by the LORD their God.”
8 ULB ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା। BSB BSB: After she had weaned Lo-ruhamah, Gomer conceived and gave birth to a son.
9 ULB ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।” BSB BSB: And the LORD said, “Name him Lo-ammi, for you are not My people, and I am not your God.
10 ULB ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।” BSB BSB: Yet the number of the Israelites will be like the sand of the sea, which cannot be measured or counted. And it will happen that in the very place where it was said to them, ‘You are not My people,’ they will be called ‘sons of the living God.’
11 ULB ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ। BSB BSB: Then the people of Judah and of Israel will be gathered together, and they will appoint for themselves one leader, and will go up out of the land. For great will be the day of Jezreel.