2 ULB ମାତ୍ର ଯେତେ ସେମାନଙ୍କୁ ଡାକିଲେ, ସେତେ ସେମାନେ ସେମାନଙ୍କଠାରୁ ଦୂରକୁ ଗଲେ; ସେମାନେ ବାଲ୍ଦେବଗଣ ଉଦ୍ଦେଶ୍ୟରେ ବଳିଦାନ କଲେ ଓ ଖୋଦିତ ପ୍ରତିମାଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ। BSB BSB: But the more I called Israel, the farther they departed from Me. They sacrificed to the Baals and burned incense to carved images.
3 ULB ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ। BSB BSB: It was I who taught Ephraim to walk, taking them by the arms, but they never realized that it was I who healed them.
4 ULB ଆମ୍ଭେ ମନୁଷ୍ୟର ବନ୍ଧନୀ, ଅର୍ଥାତ୍, ପ୍ରେମରଜ୍ଜୁ ଦ୍ୱାରା ସେମାନଙ୍କୁ ଆକର୍ଷଣ କଲୁ ଓ ଆମ୍ଭେ ସେମାନଙ୍କ କଳପାଟିରୁ ଯୁଆଳି ଉଠାଇ ନେବା ଲୋକ ତୁଲ୍ୟ ହେଲୁ ଓ ଆମ୍ଭେ ସେମାନଙ୍କ ଆଗରେ ଖାଦ୍ୟ ରଖିଲୁ। BSB BSB: I led them with cords of kindness, with ropes of love; I lifted the yoke from their necks and bent down to feed them.
5 ULB ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା। BSB BSB: Will they not return to the land of Egypt and be ruled by Assyria because they refused to repent?
6 ULB ପୁଣି, ସେମାନଙ୍କର ନିଜ ମନ୍ତ୍ରଣା ସକାଶୁ ସେମାନଙ୍କ ନଗରସକଳର ଉପରେ ଖଡ୍ଗ ପଡ଼ିବ, ତାହାର ଅର୍ଗଳ ସକଳକୁ ସଂହାର କରିବ ଓ ସେମାନଙ୍କୁ ଗ୍ରାସ କରିବ। BSB BSB: A sword will flash through their cities; it will destroy the bars of their gates and consume them in their own plans.
7 ULB ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ୱସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ମଧ୍ୟ କେହି ତାହାଙ୍କର ପ୍ରଶଂସା କରେ ନାହିଁ। BSB BSB: My people are bent on turning from Me. Though they call to the Most High, He will by no means exalt them.
9 ULB ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ। BSB BSB: I will not execute the full fury of My anger; I will not destroy Ephraim again. For I am God and not man—the Holy One among you—and I will not come in wrath.
10 ULB ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ। BSB BSB: They will walk after the LORD; He will roar like a lion. When He roars, His children will come trembling from the west.
11 ULB ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। BSB BSB: They will come trembling like birds from Egypt and like doves from the land of Assyria. Then I will settle them in their homes, declares the LORD.
12 ULB ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି। BSB BSB: Ephraim surrounds Me with lies, the house of Israel with deceit; but Judah still walks with God and is faithful to the Holy One.