1 ULB ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ। BSB BSB: Return, O Israel, to the LORD your God, for you have stumbled by your iniquity.
2 ULB ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା। BSB BSB: Bring your confessions and return to the LORD. Say to Him: “Take away all our iniquity and receive us graciously, that we may present the fruit of our lips.
3 ULB ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟା ପ୍ରାପ୍ତ ହୁଏ। BSB BSB: Assyria will not save us, nor will we ride on horses. We will never again say, ‘Our gods!’ to the work of our own hands. For in You the fatherless find compassion.”
4 ULB ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି। BSB BSB: I will heal their apostasy; I will freely love them, for My anger has turned away from them.
5 ULB ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ। BSB BSB: I will be like the dew to Israel; he will blossom like the lily and take root like the cedars of Lebanon.
6 ULB ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ। BSB BSB: His shoots will sprout, and his splendor will be like the olive tree, his fragrance like the cedars of Lebanon.
7 ULB ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ। BSB BSB: They will return and dwell in his shade; they will grow grain and blossom like the vine. His renown will be like the wine of Lebanon.
8 ULB ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ। BSB BSB: O Ephraim, what have I to do anymore with idols? It is I who answer and watch over him. I am like a flourishing cypress; your fruit comes from Me.
9 ULB ଜ୍ଞାନବାନ କିଏ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ। BSB BSB: Whoever is wise, let him understand these things; whoever is discerning, let him know them. For the ways of the LORD are right, and the righteous walk in them but the rebellious stumble in them.