1 ULB ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି। BSB BSB: Hear the word of the LORD, O children of Israel, for the LORD has a case against the people of the land: “There is no truth, no loving devotion, and no knowledge of God in the land!
2 ULB ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ। BSB BSB: Cursing and lying, murder and stealing, and adultery are rampant; one act of bloodshed follows another.
3 ULB ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ। BSB BSB: Therefore the land mourns, and all who dwell in it will waste away with the beasts of the field and the birds of the air; even the fish of the sea disappear.
4 ULB ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି। BSB BSB: But let no man contend; let no man offer reproof; for your people are like those who contend with a priest.
5 ULB ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ ଓ ଭବିଷ୍ୟଦ୍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା। BSB BSB: You will stumble by day, and the prophet will stumble with you by night; so I will destroy your mother—
6 ULB ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା। BSB BSB: My people are destroyed for lack of knowledge. Because you have rejected knowledge, I will also reject you as My priests. Since you have forgotten the law of your God, I will also forget your children.
7 ULB ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା। BSB BSB: The more they multiplied, the more they sinned against Me; they exchanged their Glory for a thing of disgrace.
8 ULB ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି। BSB BSB: They feed on the sins of My people and set their hearts on iniquity.
9 ULB ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା। BSB BSB: And it shall be like people, like priest. I will punish both of them for their ways and repay them for their deeds.
10 ULB ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି। BSB BSB: They will eat but not be satisfied; they will be promiscuous but not multiply. For they have abandoned the LORD to give themselves
11 ULB ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ। BSB BSB: to promiscuity, wine, and new wine, which take away understanding.
12 ULB ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି। BSB BSB: My people consult their wooden idols, and their divining rods inform them. For a spirit of prostitution leads them astray and they have played the harlot against their God.
13 ULB ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି। BSB BSB: They sacrifice on the mountaintops and burn offerings on the hills, under oak, poplar, and terebinth, because their shade is pleasant. And so your daughters turn to prostitution and your daughters-in-law to adultery.
14 ULB ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ। BSB BSB: I will not punish your daughters when they prostitute themselves, nor your daughters-in-law when they commit adultery. For the men themselves go off with prostitutes and offer sacrifices with shrine prostitutes. So a people without understanding will come to ruin.
15 ULB ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ। BSB BSB: Though you prostitute yourself, O Israel, may Judah avoid such guilt! Do not journey to Gilgal, do not go up to Beth-aven, and do not swear on oath, ‘As surely as the LORD lives!’
16 ULB କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ। BSB BSB: For Israel is as obstinate as a stubborn heifer. Can the LORD now shepherd them like lambs in an open meadow?
17 ULB ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ। BSB BSB: Ephraim is joined to idols; leave him alone!
18 ULB ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; ସେମାନେ ଅବିରତ ବେଶ୍ୟାଗମନ କରନ୍ତି; ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି। BSB BSB: When their liquor is gone, they turn to prostitution; their rulers dearly love disgrace.
19 ULB ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ। BSB BSB: The whirlwind has wrapped them in its wings, and their sacrifices will bring them shame.