1 ULB ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି। BSB BSB: When I heal Israel, the iniquity of Ephraim will be exposed, as well as the crimes of Samaria. For they practice deceit and thieves break in; bandits raid in the streets.
2 ULB ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରି ଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି। BSB BSB: But they fail to consider in their hearts that I remember all their evil. Now their deeds are all around them; they are before My face.
3 ULB ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁ ଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି। BSB BSB: They delight the king with their evil, and the princes with their lies.
4 ULB ସେମାନେ ସମସ୍ତେ ବ୍ୟଭିଚାରୀ; ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ; ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତ ସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ। BSB BSB: They are all adulterers, like an oven heated by a baker who needs not stoke the fire from the kneading to the rising of the dough.
5 ULB ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା। BSB BSB: The princes are inflamed with wine on the day of our king; so he joins hands with those who mock him.
6 ULB କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି; ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ; ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ। BSB BSB: For they prepare their heart like an oven while they lie in wait; all night their anger smolders; in the morning it blazes like a flaming fire.
7 ULB ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ। BSB BSB: All of them are hot as an oven, and they devour their rulers. All their kings fall; not one of them calls upon Me.
8 ULB ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ। BSB BSB: Ephraim mixes with the nations; Ephraim is an unturned cake.
9 ULB ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱ କେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ। BSB BSB: Foreigners consume his strength, but he does not notice. Even his hair is streaked with gray, but he does not know.
10 ULB ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ; ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି, କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି। BSB BSB: Israel’s arrogance testifies against them, yet they do not return to the LORD their God; despite all this, they do not seek Him.
11 ULB ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି। BSB BSB: So Ephraim has become like a silly, senseless dove—calling out to Egypt, then turning to Assyria.
12 ULB ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା। BSB BSB: As they go, I will spread My net over them; I will bring them down like birds of the air. I will chastise them when I hear them flocking together.
13 ULB ସେମାନେ ସନ୍ତାପର ପାତ୍ର! କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି; ସେମାନଙ୍କର ସର୍ବନାଶ ଘଟିବ; କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି। BSB BSB: Woe to them, for they have strayed from Me! Destruction to them, for they have rebelled against Me! Though I would redeem them, they speak lies against Me.
14 ULB ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି। BSB BSB: They do not cry out to Me from their hearts when they wail upon their beds. They slash themselves for grain and new wine, but turn away from Me.
15 ULB ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ମଧ୍ୟ ସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି। BSB BSB: Although I trained and strengthened their arms, they plot evil against Me.
16 ULB ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ। BSB BSB: They turn, but not to the Most High; they are like a faulty bow. Their leaders will fall by the sword for the cursing of their tongue; for this they will be ridiculed in the land of Egypt.