1 ULB ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। BSB BSB: Do not rejoice, O Israel, with exultation like the nations, for you have played the harlot against your God; you have made love for hire on every threshing floor.
2 ULB ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ। BSB BSB: The threshing floor and winepress will not feed them, and the new wine will fail them.
3 ULB ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ। BSB BSB: They will not remain in the land of the LORD; Ephraim will return to Egypt and eat unclean food in Assyria.
4 ULB ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହିସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ। BSB BSB: They will not pour out wine offerings to the LORD, and their sacrifices will not please Him, but will be to them like the bread of mourners; all who eat will be defiled. For their bread will be for themselves; it will not enter the house of the LORD.
5 ULB ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ? BSB BSB: What will you do on the appointed day, on the day of the LORD’s feast?
6 ULB କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥ ସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ। BSB BSB: For even if they flee destruction, Egypt will gather them and Memphis will bury them. Their precious silver will be taken over by thistles, and thorns will overrun their tents.
7 ULB ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼। BSB BSB: The days of punishment have come; the days of retribution have arrived—let Israel know it. The prophet is called a fool, and the inspired man insane, because of the greatness of your iniquity and hostility.
8 ULB ଇଫ୍ରୟିମ ମୋ’ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି। BSB BSB: The prophet is Ephraim’s watchman, along with my God, yet the snare of the fowler lies on all his paths. Hostility is in the house of his God!
9 ULB ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ। BSB BSB: They have deeply corrupted themselves as in the days of Gibeah; He will remember their guilt; He will punish their sins.
11 ULB ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ। BSB BSB: Ephraim’s glory will fly away like a bird, with no birth, no pregnancy, and no conception.
12 ULB ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ! BSB BSB: Even if they raise their children, I will bereave them of each one. Yes, woe be to them when I turn away from them!
13 ULB ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।” BSB BSB: I have seen Ephraim, like Tyre, planted in a meadow. But Ephraim will bring out his children for slaughter.
14 ULB ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ। BSB BSB: Give them, O LORD—what will You give? Give them wombs that miscarry and breasts that dry up!
15 ULB ସେମାନଙ୍କର ଦୁଷ୍ଟତାସକଳ ଗିଲ୍ଗଲ୍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ। BSB BSB: All their evil appears at Gilgal, for there I hated them. I will drive them from My house for the wickedness of their deeds. I will no longer love them; all their leaders are rebellious.
16 ULB ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା। BSB BSB: Ephraim is struck down; their root is withered; they cannot bear fruit. Even if they bear children, I will slay the darlings of their wombs.
17 ULB ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ। BSB BSB: My God will reject them because they have not obeyed Him; and they shall be wanderers among the nations.