2 ULB ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।” BSB BSB: Listen, O heavens, and give ear, O earth, for the LORD has spoken: “I have raised children and brought them up, but they have rebelled against Me.
3 ULB ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ। BSB BSB: The ox knows its owner, and the donkey its master’s manger, but Israel does not know; My people do not understand.”
4 ULB ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି। BSB BSB: Alas, O sinful nation, a people laden with iniquity, a brood of evildoers, children who act corruptly! They have forsaken the LORD; they have despised the Holy One of Israel and turned their backs on Him.
5 ULB ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି। BSB BSB: Why do you want more beatings? Why do you keep rebelling? Your head has a massive wound, and your whole heart is afflicted.
6 ULB ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହିସବୁ ଟିପା କିମ୍ବା ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ। BSB BSB: From the sole of your foot to the top of your head, there is no soundness—only wounds and welts and festering sores neither cleansed nor bandaged nor soothed with oil.
7 ULB ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି। BSB BSB: Your land is desolate; your cities are burned with fire. Foreigners devour your fields before you—a desolation demolished by strangers.
8 ULB ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି। BSB BSB: And the Daughter of Zion is abandoned like a shelter in a vineyard, like a shack in a cucumber field, like a city besieged.
9 ULB ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା’ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା’ନ୍ତୁ। BSB BSB: Unless the LORD of Hosts had left us a few survivors, we would have become like Sodom, we would have resembled Gomorrah.
10 ULB ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର। BSB BSB: Hear the word of the LORD, you rulers of Sodom; listen to the instruction of our God, you people of Gomorrah!
11 ULB ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ?” “ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ। BSB BSB: “What good to Me is your multitude of sacrifices?” says the LORD. “I am full from the burnt offerings of rams and the fat of well-fed cattle; I take no delight in the blood of bulls and lambs and goats.
12 ULB ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି? BSB BSB: When you come to appear before Me, who has required this of you—this trampling of My courts?
13 ULB ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ; ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ। BSB BSB: Bring your worthless offerings no more; your incense is detestable to Me. New Moons, Sabbaths, and convocations—I cannot endure iniquity in a solemn assembly.
14 ULB ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହିସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହିସବୁ ବହିବାକୁ କ୍ଳାନ୍ତ ହୋଇଅଛୁ। BSB BSB: I hate your New Moons and your appointed feasts. They have become a burden to Me; I am weary of bearing them.
15 ULB ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ। BSB BSB: When you spread out your hands in prayer, I will hide My eyes from you; even though you multiply your prayers, I will not listen. Your hands are covered with blood.
16 ULB ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର; ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ; BSB BSB: Wash and cleanse yourselves. Remove your evil deeds from My sight. Stop doing evil!
17 ULB ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।” BSB BSB: Learn to do right; seek justice and correct the oppressor. Defend the fatherless and plead the case of the widow.”
18 ULB ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ। BSB BSB: “Come now, let us reason together,” says the LORD. “Though your sins are like scarlet, they will be as white as snow; though they are as red as crimson, they will become like wool.
19 ULB ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ। BSB BSB: If you are willing and obedient, you will eat the best of the land.
20 ULB ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି। BSB BSB: But if you resist and rebel, you will be devoured by the sword.” For the mouth of the LORD has spoken.
21 ULB ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି। BSB BSB: See how the faithful city has become a harlot! She once was full of justice; righteousness resided within her, but now only murderers!
22 ULB ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି। BSB BSB: Your silver has become dross; your fine wine is diluted with water.
23 ULB ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା’ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ। BSB BSB: Your rulers are rebels, friends of thieves. They all love bribes and chasing after rewards. They do not defend the fatherless, and the plea of the widow never comes before them.
24 ULB ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା; BSB BSB: Therefore the Lord GOD of Hosts, the Mighty One of Israel, declares: “Ah, I will be relieved of My foes and avenge Myself on My enemies.
25 ULB ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା; BSB BSB: I will turn My hand against you; I will thoroughly purge your dross; I will remove all your impurities.
26 ULB ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ। BSB BSB: I will restore your judges as at first, and your counselors as at the beginning. After that you will be called the City of Righteousness, the Faithful City.”
27 ULB ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ। BSB BSB: Zion will be redeemed with justice, her repentant ones with righteousness.
28 ULB ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ। BSB BSB: But rebels and sinners will together be shattered, and those who forsake the LORD will perish.
29 ULB କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ। BSB BSB: Surely you will be ashamed of the sacred oaks in which you have delighted; you will be embarrassed by the gardens that you have chosen.
30 ULB ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ୍ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ। BSB BSB: For you will become like an oak whose leaves are withered, like a garden without water.
31 ULB ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ। BSB BSB: The strong man will become tinder and his work will be a spark; both will burn together, with no one to quench the flames.
Select verses for actions: Enter goes to them and Escape comes back.