1 ULB ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର! BSB BSB: Woe to those who enact unjust statutes and issue oppressive decrees,
2 ULB ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି। BSB BSB: to deprive the poor of fair treatment and withhold justice from the oppressed of My people, to make widows their prey and orphans their plunder.
3 ULB ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ? BSB BSB: What will you do on the day of reckoning when devastation comes from afar? To whom will you flee for help? Where will you leave your wealth?
4 ULB ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। BSB BSB: Nothing will remain but to crouch among the captives or fall among the slain. Despite all this, His anger is not turned away; His hand is still upraised.
5 ULB ହାୟ ଅଶୂର! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି। BSB BSB: Woe to Assyria, the rod of My anger; the staff in their hands is My wrath.
6 ULB ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା। BSB BSB: I will send him against a godless nation; I will dispatch him against a people destined for My rage, to take spoils and seize plunder, and to trample them down like clay in the streets.
7 ULB ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି। BSB BSB: But this is not his intention; this is not his plan. For it is in his heart to destroy and cut off many nations.
8 ULB କାରଣ ସେ କହେ, ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହଁନ୍ତି? BSB BSB: “Are not all my commanders kings?” he says.
9 ULB କଲ୍ନୋ ସହର କି କର୍କମୀଶ୍ ସହର ତୁଲ୍ୟ ନୁହେଁ? ହମାତ୍ ସହର କି ଅର୍ପଦ ସହର ତୁଲ୍ୟ ନୁହେଁ? ଶମରୀୟା କି ଦମ୍ମେଶକ ତୁଲ୍ୟ ନୁହେଁ? BSB BSB: “Is not Calno like Carchemish? Is not Hamath like Arpad? Is not Samaria like Damascus?
10 ULB ଯେଉଁ ପ୍ରତିମାଗଣର ରାଜ୍ୟସକଳର ଖୋଦିତ ମୂର୍ତ୍ତିସମୂହ, ଯିରୂଶାଲମର ଓ ଶମରୀୟାର ମୂର୍ତ୍ତିଗଣ ଅପେକ୍ଷା ଶ୍ରେଷ୍ଠ, ସେହି ସବୁ ରାଜ୍ୟ ଆମ୍ଭର ହସ୍ତଗତ ହୋଇଅଛି; BSB BSB: As my hand seized the idolatrous kingdoms whose images surpassed those of Jerusalem and Samaria,
11 ULB ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କ’ଣ ସେହିପରି କରିବା ନାହିଁ? BSB BSB: and as I have done to Samaria and its idols, will I not also do to Jerusalem and her idols?”
12 ULB ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା। BSB BSB: So when the Lord has completed all His work against Mount Zion and Jerusalem, He will say, “I will punish the king of Assyria for the fruit of his arrogant heart and the proud look in his eyes.
13 ULB କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି; BSB BSB: For he says: ‘By the strength of my hand I have done this, and by my wisdom, for I am clever. I have removed the boundaries of nations and plundered their treasures; like a mighty one I subdued their rulers.
14 ULB ପୁଣି, ମୋହର ହସ୍ତ ନାନା ଗୋଷ୍ଠୀର ଧନ ପକ୍ଷୀର ବସା ତୁଲ୍ୟ ପ୍ରାପ୍ତ ହୋଇଅଛି ଓ କେହି ଯେପରି ତ୍ୟକ୍ତ ଡିମ୍ବ ସଂଗ୍ରହ କରେ, ସେହିପରି ମୁଁ ସମୁଦାୟ ପୃଥିବୀକୁ ସଂଗ୍ରହ କରିଅଛି; ଆଉ, ପକ୍ଷ ହଲାଇବାକୁ କିଅବା ଥଣ୍ଟ ଫିଟାଇବାକୁ ଅବା ଚିଁ ଚିଁ ଶବ୍ଦ କରିବାକୁ କେହି ନ ଥିଲା। BSB BSB: My hand reached as into a nest to seize the wealth of the nations. Like one gathering abandoned eggs, I gathered all the earth. No wing fluttered, no beak opened or chirped.’”
15 ULB କୁହ୍ରାଡ଼ି କ’ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ? କରତ କ’ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ’ଣ ସେମାନଙ୍କୁ ହଲାଇବ? ଯେ କାଷ୍ଠ ନୁହେଁ, ଯଷ୍ଟି କ’ଣ ତାହାକୁ ଉଠାଇବ? BSB BSB: Does an axe raise itself above the one who swings it? Does a saw boast over him who saws with it? It would be like a rod waving the one who lifts it, or a staff lifting him who is not wood!
16 ULB ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ। BSB BSB: Therefore the Lord GOD of Hosts will send a wasting disease among Assyria’s stout warriors, and under his pomp will be kindled a fire like a burning flame.
17 ULB ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ। BSB BSB: And the Light of Israel will become a fire, and its Holy One a flame. In a single day it will burn and devour Assyria’s thorns and thistles.
18 ULB ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ। BSB BSB: The splendor of its forests and orchards, both soul and body, it will completely destroy, as a sickness consumes a man.
19 ULB ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ। BSB BSB: The remaining trees of its forests will be so few that a child could count them.
20 ULB ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ। BSB BSB: On that day the remnant of Israel and the survivors of the house of Jacob will no longer depend on him who struck them, but they will truly rely on the LORD, the Holy One of Israel.
21 ULB ଅବଶିଷ୍ଟାଂଶ, ଅର୍ଥାତ୍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ। BSB BSB: A remnant will return—a remnant of Jacob—to the Mighty God.
22 ULB କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି। BSB BSB: Though your people, O Israel, be like the sand of the sea, only a remnant will return. Destruction has been decreed, overflowing with righteousness.
23 ULB ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ। BSB BSB: For the Lord GOD of Hosts will carry out the destruction decreed upon the whole land.
24 ULB ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ। BSB BSB: Therefore this is what the Lord GOD of Hosts says: “O My people who dwell in Zion, do not fear Assyria, who strikes you with a rod and lifts his staff against you as the Egyptians did.
25 ULB କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ। BSB BSB: For in just a little while My fury against you will subside, and My anger will turn to their destruction.”
26 ULB ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେହିପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ଡ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ। BSB BSB: And the LORD of Hosts will brandish a whip against them, as when He struck Midian at the rock of Oreb. He will raise His staff over the sea, as He did in Egypt.
27 ULB ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ। BSB BSB: On that day the burden will be lifted from your shoulders, and the yoke from your neck. The yoke will be broken because your neck will be too large.
28 ULB ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟ ଦେଇ ଯାଇଅଛି; ସେ ମିକ୍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି; BSB BSB: Assyria has entered Aiath and passed through Migron, storing their supplies at Michmash.
29 ULB ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି। BSB BSB: They have crossed at the ford: “We will spend the night at Geba.” Ramah trembles; Gibeah of Saul flees.
30 ULB ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍, BSB BSB: Cry aloud, O Daughter of Gallim! Listen, O Laishah! O wretched Anathoth!
31 ULB ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି। BSB BSB: Madmenah flees; the people of Gebim take refuge.
32 ULB ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି। BSB BSB: Yet today they will halt at Nob, shaking a fist at the mount of Daughter Zion, at the hill of Jerusalem.
33 ULB ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ। BSB BSB: Behold, the Lord GOD of Hosts will lop off the branches with terrifying power. The tall trees will be cut down, the lofty ones will be felled.
34 ULB ସେ ଲୌହ ଦ୍ୱାରା ବନର ନିବିଡ଼ ସ୍ଥାନ ସବୁ କାଟି ପକାଇବେ, ପୁଣି ଏକ ମହାପରାକ୍ରମୀ ଦ୍ୱାରା ଲିବାନୋନ ନିପାତିତ ହେବ। BSB BSB: He will clear the forest thickets with an axe, and Lebanon will fall before the Mighty One.
Select verses for actions: Enter goes to them and Escape comes back.